ଏମ୍ସରେ ମିଳିବ ଡାଏଲିସିସ୍‌ ସୁବିଧା

ଭୁବନେଶ୍ୱର, ୧୪।୭(ବ୍ୟୁରୋ)/ପାତ୍ରପଡ଼ା(ଡି.ଏନ୍‌.ଏ.): ଭୁବନେଶ୍ବର ଏମ୍ସ ହସ୍ପିଟାଲରେ କିଡ଼ନୀ ରୋଗୀ ଏବେ ଡାଇଲିସିସ୍‌ ସୁବିଧା ପାଇପାରିବେ। ଆସନ୍ତା ୧୫ ତାରିଖରେ ଏମ୍ସର ସପ୍ତମ ଭିତ୍ତିପ୍ରସ୍ତର ସ୍ଥାପନ ଦିବସ ସମାରୋହ ଅନୁଷ୍ଠିତ ହେବ। ଏହି ଅବସରରେ ଅତ୍ୟାଧୁନିକ ଡାଏଲିସିସ ୟୁନିଟ୍‌ ଓ ୧୫ଟି ମଡୁଲାର ଓଟି ଉଦ୍‌ଘାଟନ ହେବ। ଏଥିସହ ଏମ୍‌ଆର୍‌ଆଇ ପାଇଁ ଅତ୍ୟାଧୁନିକ ଟେସଲା ମେଶିନ ମଧ୍ୟ ଉଦ୍‌ଘାଟନ ହେବାର କାର୍ଯ୍ୟକ୍ରମ ରହିଛି। ଏହି ମେଶିନ ଲାଗିଲେ ରୋଗୀ ଅତ୍ୟାଧୁନିକ ସେବା ସହ ଅଧିକ ରୋଗୀ ଏମ୍‌ଆର୍‌ଆଇ ସେବା ପାଇପାରିବେ। ତେବେ ଏଠାରେ ସମସ୍ତ ସୁପରସ୍ପେସିଆଲିଟି ସେବା ଆରମ୍ଭ ହୋଇଥିଲେ ମଧ୍ୟ ନେଫ୍ରୋଲୋଜି ବିଭାଗ ଖୋଲି ପାରି ନ ଥିଲା। କିନ୍ତୁ ଏବେ ଏସବୁ ସମସ୍ୟାର ସମାଧାନ ହେବ। ଯଦି ଓଟି କାର୍ଯ୍ୟ ୧୫ ତାରିଖ ସୁଦ୍ଧା ସମ୍ପୂର୍ଣ ହୁଏ ତେବେ ଶୁଭାରମ୍ଭ ହେବ। ନଚେତ୍‌ ୨୧ରେ ଏହା ଖୋଲିବ ବୋଲି ଏମ୍ସ ଭୁବନେଶ୍ବର ନିର୍ଦ୍ଦେଶିକା ଗୀତାଞ୍ଜଳୀ ବାଟମାନବେନ୍‌ ସୂଚନା ଦେଇଛନ୍ତି। ଶନିବାର ଏମ୍ସରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ସେ ସୂଚନା ଦେଇ କହିଛନ୍ତି, ଏହି ଉତ୍ସବ ଅବସରରେ ଦୁଇଦିନ ଧରି ବିଭିନ୍ନ କାର୍ଯ୍ୟକ୍ରମ କରାଯିବ। ମୁଖ୍ୟତଃ ବାଲେଶ୍ବର ଓ ମେଣ୍ଡାଶାଳଠାରେ ଏକ ମେଗା ହେଲ୍‌ଥ କ୍ୟାମ୍ପ ଆୟୋଜନ ଏବଂ ବୃକ୍ଷରୋପଣ କାର୍ଯ୍ୟକ୍ରମ ରହିଛି। ପ୍ରତିଷ୍ଠା ଦିବସ ଉପଲକ୍ଷେ ରବିବାର ବାଲେଶ୍ୱର ସାଟେଲାଇଟ ସେଣ୍ଟରରେ ଏକ ମେଗା ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ ହେବ। ଏହି ଶିବିରରେ ସ୍ପେଶିଆଲିଟି ଓ ସୁପର ସ୍ପେଶିଆଲିଟି ବିଭାଗରେ ମାଗଣା ରୋଗୀସେବା ଯୋଗାଇ ଦିଆଯିବ। ୧୫ ତାରିଖରେ ଭୁବନେଶ୍ୱର ଏମ୍‌ସ ପରିସରରେ ଚାରା ରୋପଣ ଓ ରକ୍ତଦାନ ଶିବିର ଅନୁଷ୍ଠିତ ହେବ। ରୁରାଲ ହେଲ୍‌ଥ ଟ୍ରେନିଂ ସେଣ୍ଟରରେ ମାଗଣା ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ ହେବ ବୋଲି ନିର୍ଦ୍ଦେଶିକା କହିଛନ୍ତି। ଅନ୍ୟପକ୍ଷରେ ଆସନ୍ତା ବର୍ଷ ଏନ୍‌ଟିପିସି ସହଯୋଗରେ ଏମ୍‌ସରେ ଏକ ବର୍ନ ୟୁନିଟ୍‌ କାର୍ଯ୍ୟକ୍ଷମ ହେବ। ସେହିପରି ନାଲ୍‌କୋ ସହାୟତାରେ ୫୦୬ ଶଯ୍ୟା ବିଶିଷ୍ଟ ଏକ ଧର୍ମାଶାଳା କାର୍ଯ୍ୟ ଚାଲୁଥିବାବେଳେ ଖୁବ୍‌ଶୀଘ୍ର ଏହା ଲୋକଙ୍କ ସେବାରେ ଲାଗିପାରିବ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ପାଣିପାଗ ବିଭାଗର ସତର୍କ ସୂଚନା, ଏପ୍ରିଲ ୧୦ ପର୍ଯ୍ୟନ୍ତ କାଳବୈଶାଖୀ…

ଭୁବନେଶ୍ୱର,୭।୪(ବନ୍ଦନା ସେଠୀ): ସମୁଦ୍ର ପତ୍ତନଠାରୁ ୦.୯ କି.ମି. ଉଚ୍ଚରେ ଓଡ଼ିଶା ଏବଂ ପଡ଼ୋଶୀ ରାଜ୍ୟ ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏଥିସହ ଦକ୍ଷିଣ ଉପକୂଳ…

ମଧ୍ୟାହ୍ନଭୋଜନରେ ବ୍ୟାପକ ଅନିୟମିତତା:ହରିଲୁଟ୍‌ କରୁଥିଲେ ଶିକ୍ଷକ-ଶକ୍ଷୟିତ୍ରୀ, ଫିଟିଲା ଗୁମର

ଭୁବନେଶ୍ୱର, ୭।୪(ରବିନାରାୟଣ ଜେନା):ରାଜ୍ୟରେ ପୂର୍ବ ସରକାର ଅମଳରେ ଛାତ୍ରୀଛାତ୍ରଙ୍କ ଯୋଜନା କିଭଳି ହରିଲୁଟ୍‌ ହେଉଥିଲା ତା’ର ଗୁମର ପଦାକୁ ଆସିଛି। ଶିକ୍ଷୟିତ୍ରୀ/ଶିକ୍ଷକମାନେ ଛାତ୍ରୀଛାତ୍ରଙ୍କ ନାଁରେ ସରକାରଙ୍କ ମଧ୍ୟାହ୍ନଭୋଜନଠାରୁ…

ଭାରସାମ୍ୟ ହରାଇ ସାଲୁର୍ ଘାଟରେ ଓଲଟିଲା ଚାଉଳ ଟ୍ରକ୍, ୮ ଘଣ୍ଟା ଜାତୀୟ ରାଜପଥ ଜାମ୍

ପଟ୍ଟାଙ୍ଗି,୭।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ସୀମାକୁ ଲାଗି ରହିଥିବା ପଡୋଶୀ ଆନ୍ଧ୍ର ସୀମା ଭିତରେ ସାଲୁର୍ ଘାଟିରେ ଦୁର୍ଘଟଣା । ଏକ ଟ୍ରକ୍…

ରାତିଅଧରେ ବଡ ବ୍ଲାଷ୍ଟ, ହୁତୁ ହୁତୁ ଜଳିଲା ରେଲୱେ ଗ୍ରୀଡ୍

ବଣାଇଁ,୭।୪(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ ଜିଲା ଚାନ୍ଦିପୋଷ ଥାନା ପଛ ପଟେ ଥିବା ରେଲୱେ ଷ୍ଟେସନ ଗ୍ରୀଡ଼ରେ ଅଗ୍ନିକାଣ୍ଡ ହୋଇଛି । ସୋମବାର ରାତି ପ୍ରାୟ ୧୧ଟାରେ ହଠାତ…

ଗ୍ରାହକକୈନ୍ଦ୍ରିକ ଆଭିମୁଖ୍ୟ ଆମକୁ ସ୍ବତନ୍ତ୍ର କରିଛି: ଜୀବନ କୁମାର ବଡୁ

ଓଡ଼ିଶାର ବିଦ୍ୟୁତ୍‌ ଭିତ୍ତିଭୂମି କ୍ଷେତ୍ରର ଅନ୍ୟତମ ପ୍ରତିଷ୍ଠିତ ସଂସ୍ଥା ଭୁବନେଶ୍ୱରର ମଞ୍ଚେଶ୍ୱର ଶିଳ୍ପାଞ୍ଚଳସ୍ଥିତ ‘ଓଡ଼ିଶା ଟ୍ରାନ୍ସଫର୍ମର୍ସ ପ୍ରାଇଭେଟ ଲିମିଟେଡ’ (ଓଟିପିଏଲ୍‌) ର ପରିଚାଳନା ନିର୍ଦ୍ଦେଶକ ହେଉଛନ୍ତି ଜୀବନ…

ପ୍ରଯୋଜକ ରବି ସ୍ବାଇଁଙ୍କ ପରଲୋକ: ଖେଳିଗଲା ଶୋକର ଛାୟା

ଭୁବନେଶ୍ୱର,୭।୪: ଓଡ଼ିଆ ଚଳଚ୍ଚିତ୍ର ପ୍ରଯୋଜକ ରବି ସ୍ବାଇଁଙ୍କ ପରଲୋକ ଘଟିଛି। ସେ କିଛି ଦିନ ହେବ ଲିଭର ସିରୋସିସ୍‌ରେ ପୀଡ଼ିତ ହୋଇ ଚିକିତ୍ସାଧୀନ ଥିଲେ। ଚିକିତ୍ସାଧିନ ଅବସ୍ଥାରେ…

୫,୯୬୭ ଡାକ୍ତର ପଦ ଖାଲି, ଡିଗ୍ରୀଧାରୀଙ୍କୁ ମିଳୁନି ଚାକିରି: ଓପିଏସ୍‌ସି କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ

ଭୁବନେଶ୍ୱର/କଟକ, ୭।୪(ରବିନାରାୟଣ ଜେନା/ଶିଳ୍ପା ପ୍ରିୟଦର୍ଶିନୀ)ନିକଟରେ ବିଧାନସଭାର ବଜେଟ ଅଧିବେଶନ କାଳରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଏକ ପ୍ରଶ୍ନର ଉତ୍ତରରେ କହିଥିଲେ, ଡବ୍ଲ୍ୟୁଏଚ୍‌ଓ ମାନଦଣ୍ଡ ଅନୁଯାୟୀ ଆବଶ୍ୟକ ଡାକ୍ତର…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri