Posted inଜାତୀୟ

ଏମ୍‌ଏସ୍‌ଏମ୍‌ଇ ସଙ୍କଟ ଦୂର ଲାଗି ୫ ପରାମର୍ଶ

ନୂଆଦିଲ୍ଲୀ,୨୬।୪: କରୋନା ଯୋଗୁ ଦେଶରେ ଆର୍ଥତ୍କ ସ୍ଥିତି ଭୁଶୁଡ଼ିବାରେ ଲାଗିଛି। ଆର୍ଥତ୍କ ସ୍ଥିତିରେ ସୁଧାର ଆଣିବା ଓ ଏମ୍‌ଏସ୍‌ଏମ୍‌ଇ ସଙ୍କଟ ଦୂର କରିବା ଲାଗି କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠିଲେଖି ୫ଟି ପରାମର୍ଶ ଦେଇଛନ୍ତି। ଏମ୍‌ଏସ୍‌ଏମ୍‌ଇ ସେକ୍ଟର ଲାଗି ଆର୍ଥତ୍କ ପ୍ୟାକେଜ୍‌ର ବିଶେଷ ଆବଶ୍ୟକତା ଥିବା ସେ ଦର୍ଶାଇଛନ୍ତି। ଏହି ସେକ୍ଟରକୁ ଅଣଦେଖା କରାଗଲେ ସମସ୍ୟା ଭୟଙ୍କର ସ୍ଥିତି ଧାରଣ କରିବ ଓ ଏହାର ସିଧା ପ୍ରଭାବ ଜାତୀୟ ଅର୍ଥ ବ୍ୟବସ୍ଥା ଉପରେ ପଡ଼ିବ।
କେନ୍ଦ୍ର ସରକାର ଏମ୍‌ଏସ୍‌ଏମ୍‌ଇ ସେକ୍ଟର ଲାଗି ୧ ଲକ୍ଷ କୋଟି ଟଙ୍କାର ପ୍ୟାକେଜ ଘୋଷଣା କରିବା ଲାଗି ସୋନିଆ ପରାମର୍ଶ ଦେଇଛନ୍ତି। ଏଭଳି ପଦକ୍ଷେପ ଦ୍ୱାରା କେବଳ ଲୋକଙ୍କ ଚାକିରି ବଞ୍ଚିବ ତା’ ନୁହେଁ ବରଂ ଏହି ସେକ୍ଟର୍‌ର ମନୋବଳ ସୁଦୃଢ଼ ହୋଇପାରିବ। ଦ୍ୱିତୀୟରେ ଏମ୍‌ଏସ୍‌ଏମ୍‌ଇ ସେକ୍ଟର ଲାଗି ୧ ଲକ୍ଷ କୋଟି ଟଙ୍କାର କ୍ରେଡିଟ୍‌ ଗ୍ୟାରେଣ୍ଟି ଫଣ୍ଡ୍‌ କରାଯିବା ଉପରେ ସେ ଗୁରୁତ୍ୱ ଦେଇଛନ୍ତି। ଏହା ଦ୍ୱାରା ଏହି ଲିକ୍ୱିଡିଟି ସହ ସେକ୍ଟର ପାଖରେ ପର୍ଯ୍ୟାପ୍ତ ପୁଞ୍ଜି ଉପଲବ୍ଧ ହୋଇପାରିବ। ତୃତୀୟରେ ଏକ ୨୪ ଘଣ୍ଟିଆ ହେଲ୍ପଲାଇନ୍‌ ଜାରି କରାଯିବା ଉଚିତ। ଏଥିସହ ଆର୍‌ବିଆଇ ଓ ଅନ୍ୟ ବାଣିଜି୍ୟକ ବ୍ୟାଙ୍କଗୁଡ଼ିକ ଛୋଟ ବ୍ୟବସାୟୀମାନଙ୍କୁ କିପରି ସହଜରେ ଋଣ ମିଳିପାରିବ ସେନେଇ ସୁନିଶ୍ଚିତ କରିବା ଜରୁରୀ। ଚତୁର୍ଥରେ ଏମ୍‌ଏସ୍‌ଏମ୍‌ଇ ନେଇଥିବା ଋଣ ପରିଶୋଧ ୩ ମାସ ପର୍ଯ୍ୟନ୍ତ ସ୍ଥଗିତ ରଖାଯିବା ଜରୁରୀ। ଏହି ସେକ୍ଟର ସହ ଯୋଡ଼ି ହୋଇଥିବା ସମସ୍ତ କର ଛାଡ୍‌ କରିବା କିମ୍ବା କିଛିମାତ୍ରାରେ କୋହଳ କରିବା ନିତାନ୍ତ ଆବଶ୍ୟକ ବୋଲି ସୋନିଆ କହିଛନ୍ତି। ପଞ୍ଚମରେ ଏମ୍‌ଏସ୍‌ଏମ୍‌ଇ ସେକ୍ଟରକୁ ଋଣ ମିଳିବାରେ ରହିଥିବା ସମସ୍ୟାର ସମାଧାନ ବାଟ ବାହାର କରିବାକୁ ସେ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫିଫା ବିଶ୍ୱକପ୍‌ରେ ୨୫ ବର୍ଷୀୟ ଭାରତୀୟ ବଂଶୋଦ୍ଭବ ଖେଳାଳିଙ୍କ ପଦାର୍ପଣ

ମଣ୍ଟେରି,୧୫ା୬: ଭାରତୀୟ ବଂଶୋଦ୍ଭବ ଖେଳାଳି ନିଶାନ ଭେଲୁପିଲେ ଅଷ୍ଟ୍ରେଲିଆ ପାଇଁ ଫିଫା ବିଶ୍ୱକପ୍‌ରେ ପଦାର୍ପଣ କରିଛନ୍ତି। ତାଙ୍କ ପ୍ରତିନିଧିତ୍ୱରେ ଅଷ୍ଟ୍ରେଲିଆ ଗ୍ରୁପ୍‌-ଡି’ ମ୍ୟାଚ୍‌ରେ ଶକ୍ତିଶାଳୀ ତୁର୍କୀକୁ ୨-୦…

ଅନ୍ତିମ ମିନିଟ୍‌ରେ ମ୍ୟାଚ ଜିତିଲା ଆଇଭରି କୋଷ୍ଟ

ଫିଲାଡେଲଫିଆ,୧୫ା୬: ୧୨ ବର୍ଷରେ ପ୍ରଥମ ଥର ପାଇଁ ବିଶ୍ୱକପ୍‌ରେ ଖେଳୁଥିବା ଆଇଭରି କୋଷ୍ଟ ବିଜୟ ସହ ଅଭିଯାନ ଆରମ୍ଭ କରିଛି। ୬୮,୨୭୪ ଦର୍ଶକଙ୍କ ଉପସ୍ଥିତିରେ ଲିଙ୍କନ ଫାଇନାନ୍‌ସିଆଲ…

ଦେବଦେବୀଙ୍କୁ ନିଉତା ଦେଲେ ନୃସିଂହ ଠାକୁର

ସମ୍ବଲପୁର,୧୫ା୬(ବି.ଶଙ୍କର): ନନ୍ଦପଡା ଶ୍ରୀଶ୍ରୀ ବମ ବରାଡ ବାଲୁଙ୍କେଶ୍ୱର ବାବାଙ୍କ ବିବାହର ନିଆରା ପରମ୍ପରା ନୃସିଂହ ନିଉତା (ନିମନ୍ତ୍ରଣ) ସୋମବାର ରାତିରେ ସମ୍ପନ୍ନ ହୋଇଛି। ଜ୍ୟେଷ୍ଠ ମଳମାସର ଅମାବାସ୍ୟା…

ଟ୍ରମ୍ପଙ୍କ କଥା ଶୁଣିଲେନି ନେତାନ୍ୟାହୁ! ଆମେରିକା-ଇରାନ ଚୁକ୍ତିକୁ ଫୁ’ କରି ଲେବାନନ୍ ଉପରେ ଇସ୍ରାଏଲର ଭୟଙ୍କର ଆକ୍ରମଣ

ଓ୍ବାଶିଂଟନ,୧୫।୬: ଇରାନ-ଆମେରିକା ଚୁକ୍ତିନାମା ସମ୍ପର୍କରେ ଉତ୍ସବ ପାଳନ କରୁଥିବା ବେଳେ ଇସ୍ରାଏଲ ଦକ୍ଷିଣ ଲେବାନନରେ ଡ୍ରୋନ ଆକ୍ରମଣ କରିଛି । ରିପୋର୍ଟ ଅନୁଯାୟୀ, ଇସ୍ରାଏଲୀ ସେନା ଦକ୍ଷିଣ ଲେବାନନରେ…

ଦିଗପହଣ୍ଡି ବ୍ଲକରେ ବେନିୟମ ବିବାହ ପଞ୍ଜିକରଣ ଅଭିଯୋଗ, ମାତିଛନ୍ତି ଦଲାଲ

ଦିଗପହଣ୍ଡି,୧୫|୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟରେ ବେନିୟମ ଭାବେ ବିବାହ ପଞ୍ଜିକରଣ କରାଯାଉଥିବା ବେଳେ ପଞ୍ଜିକରଣ ପାଇଁ ଦଲାଲଗିରି ବହୁ ମାତ୍ରାରେ…

ରାସ୍ତା ପାର୍‌ ହେଉଥିବା ବେଳେ ଦ୍ରୁତଗତିରେ ମାଡ଼ି ଆସି ଭାଲୁକୁ ଧକ୍କା ଦେଲା ଗାଡ଼ି, ଆଉ ତା’ପରେ…

କୋକସରା,୧୫।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବିଜୁ ଏକ୍ସପ୍ରେସ ୱେ ସାନ ପୋଡାଗୁଡ଼ା-ରାଜୀବ କଲୋନୀ ମଝିରେ ଅଜଣା ଗାଡ଼ି ଧକ୍କାରେ ଏକ ଭାଲୁର ମୃତ୍ୟୁ…

ସୈନିକ ସ୍କୁଲ ରାସ୍ତାରେ ଭୟଙ୍କର ସିରିଜ ଦୁର୍ଘଟଣା, ୪ଜଣଙ୍କ ଉପରେ ମାଡ଼ିଗଲା କାର

ଭୁବନେଶ୍ୱର,୧୫।୬: ରାଜଧାନୀ ଭୁବନେଶ୍ୱରସ୍ଥିତ ସୈନିକ ସ୍କୁଲ ରାସ୍ତାରେ ଏକ ଭୟଙ୍କର ସିରିଜ୍‌ ଦୁର୍ଘଟଣା ଘଟିଛି। ସୋମବାର ରାତିରେ ଏକ କାର ଦ୍ରୁତଗତିରେ ମାଡ଼ି ଆସି ଚା’ ପିଉଥିବା…

କାନୀଗୁମା ନିକଟରେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା, ଭବାନୀପାଟଣାର ଯୁବକଙ୍କ ମୃତ୍ୟୁ

ଥୁଆମୂଳ ରାମପୁର,୧୫।୬(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା କାନୀଗୁମା କଫି ନର୍ସରୀ ନିକଟସ୍ଥ ବାଙ୍କ ବୁଲାଣି ରାସ୍ତାରେ ଦୁଇଟି ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri