ଏମ୍‌କେସିଜିରେ ଅଘଟଣ: ଲେବର୍‌ ରୁମ୍‌କୁ ଛାଡ଼ିବାକୁ ମନା କରିବାରୁ ଡାକ୍ତରଙ୍କ କାନ କାମୁଡ଼ି ଛିଡାଇଲେ ରୋଗୀଙ୍କ ସମ୍ପର୍କୀୟ

ବ୍ରହ୍ମପୁର ଅଫିସ, ୧୦।୫- ମହାରାଜା କୃଷ୍ଣଚନ୍ଦ୍ର ଗଜପତି (ଏମ୍‌କେସିଜି) ମେଡିକାଲରେ ରବିବାର ଏକ ଅଘଟଣ ଘଟିଛି। ଜଣେ ରୋଗୀ ସମ୍ପର୍କୀୟ କାର୍ଯ୍ୟରତ ଡାକ୍ତରଙ୍କ କାନ କାମୁଡି ଛିଣ୍ଡାଇ ଦେଇଛନ୍ତି। ଏପରିକି ମେଡିକାଲରେ ଥିବା ଅନ୍ୟ କେତେକ ଡାକ୍ତରଙ୍କୁ ଆକ୍ରମଣ କରିବା ସହ ସେଠାରେ ଲଙ୍କାକାଣ୍ଡ ସୃଷ୍ଟି କରିଛନ୍ତି। ଏନେଇ ବୈଦ୍ୟନାଥପୁର ଥାନାରେ ଆହତ ଜୁନୟର ଡାକ୍ତର ସାକିଲ ଖାନ ଅଭିଯୋଗ କରିଛନ୍ତି ବୋଲି ଏମ୍‌କେସିଜି ମେଡିକାଲ ଅଧିକ୍ଷକ ପ୍ରଫେସର ଡ. ସନ୍ତୋଷ କୁମାର ମିଶ୍ର ସୂଚନା ଦେଇଛନ୍ତି । ଡାକ୍ତରଙ୍କ ଅଭିଯୋଗକୁ ଆଧାର କରି ବୈଦ୍ୟନାଥପୁର ପୋଲିସ ଏକ ମାମଲା ରୁଜୁ କରି ଅଭିଯୁକ୍ତ ରୋଗୀ ସମ୍ପର୍କୀୟ ପୁରୋଷୋତ୍ତମପୁର ଥାନା ଅନ୍ତର୍ଗତ ତାରାତାରିଣୀ ଛକର ତାରିଣୀ ମହାପାତ୍ରଙ୍କୁ ଗିରଫ କରାଯାଇଥିବା କହିଛି।

ଘଟଣାରୁ ପ୍ରକାଶ, ତାରିଣୀ ମହାପାତ୍ରଙ୍କ ସ୍ତ୍ରୀ ଗର୍ଭବତୀ ଥିବା ବେଳେ ତାଙ୍କ ପ୍ରସବ ବେଦନା ହେବାରୁ ତାଙ୍କୁ ଏମ୍‌କେସିଜି ମେଡିକାଲର ସ୍ତ୍ରୀ ଓ ପ୍ରସୂତି ବିଭାଗରେ ଭର୍ତ୍ତି କରାଯାଇଥିଲା। ରବିବାର ମହିଳାଙ୍କୁ ପ୍ରସବ ପାଇଁ ଲେବର ରୁମକୁ ନିଆଯାଇଥିଲା। ସେଠାରେ ତାଙ୍କ ସ୍ତ୍ରୀ ଚିତ୍କାର କରୁଥିବା ଶୁଣି ତାଙ୍କ ସ୍ବାମୀ ତାରିଣୀ ଲେବର ରୁମକୁ ଯିବା ପାଇଁ ଉଦ୍ୟମ କରିଥିଲେ। ସେଠାରେ କାର୍ଯ୍ୟରତ ଡାକ୍ତର ସାକିଲ ଖାନ ତାଙ୍କୁ ବାରଣ କରିଥିଲେ। ଏହାକୁ ନେଇ ସେଠାରେ ରୋଗୀ ସମ୍ପର୍କୀୟ ଓ ଡାକ୍ତରଙ୍କ ମଧ୍ୟରେ ଝଗଡା ହୋଇଥିଲା। ପରେ ତାରିଣୀ ଡାକ୍ତର ସାକିଲଙ୍କ କାନ ମୁଣ୍ଡାକୁ ଜୋରରେ କାମୁଡ଼ି ଦେଇ ତାଙ୍କ କାନ ଛିଣ୍ଡାଇଦେଇଥିଲେ। ପରେ ସେ ସେଠାରେ ଥିବା ଅନ୍ୟ ଡାକ୍ତର ଓ କର୍ମଚାରୀଙ୍କୁ ମଧ୍ୟ ଆକ୍ରମଣ କରିବାକୁ ପଛାଇ ନ ଥିଲେ। ଖବର ପାଇ ବ୍ରହ୍ମପୁର ଏସ୍‌ଡିପିଓ ବିଷ୍ଣୁପ୍ରସାଦ ପତି ଓ ବୈଦ୍ୟନାଥପୁର ଥାନାଧିକାରୀ ଶାରଦା ପ୍ରସନ୍ନ ଦାସ ପହଞ୍ଚି ଉତ୍ୟକ୍ତ ଡାକ୍ତରଙ୍କୁ ବୁଝାସୁଝା କରିବା ସହ ଅଭିଯୁକ୍ତଙ୍କୁ କାବୁ କରି ଥାନାକୁ ଆଣିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମମତାଙ୍କ ସନ୍ନ୍ୟାସ ବୟାନକୁ ନେଇ ଭାଜପାର ତୀବ୍ର ଟାର୍ଗେଟ୍‌, କହିଲା- ‘ତାଙ୍କ ବୟସ ମଧ୍ୟ…’

କୋଲକାତା,୨୫।୮: ଟିଏମସି ପ୍ରମୁଖ ମମତା ବାନାର୍ଜୀଙ୍କ ପକ୍ଷରୁ ‘ରାଜନୀତିରୁ ସନ୍ନ୍ୟାସ’ ନେବା ସମ୍ପର୍କରେ ଦିଆଯାଇଥିବା ବୟାନ ଉପରେ ଭାଜପା ପକ୍ଷରୁ ପାଲଟା ଜବାବ ଦିଆଯାଇଛି। ପଶ୍ଚିମବଙ୍ଗର ସ୍ବାସ୍ଥ୍ୟମନ୍ତ୍ରୀ…

ବଡ଼ କାର୍ଯ୍ୟାନୁଷ୍ଠାନ: ନିଲମ୍ବିତ ହେଲେ ୨ ପୋଲିସ କର୍ମଚାରୀ

ବୌଦ୍ଧ,୨୫।୮: ବୌଦ୍ଧ ପୋଲିସ ପକ୍ଷରୁ ମଙ୍ଗଳବାର ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। କାର୍ଯ୍ୟରେ ଅବହେଳା ପାଇଁ ୨ଜଣ ପୋଲିସ କର୍ମଚାରୀଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି। ଠିକ୍‌…

ଭାରତରେ ଅଲଗା-ୟୁରୋପରେ ଅଲଗା କାହିଁକି? ଫାଣ୍ଟା ଠାରୁ ମ୍ୟାଗି ପର୍ଯ୍ୟନ୍ତ ପ୍ୟାକେଜ ହୋଇଥିବା ଖାଦ୍ୟ ପାଇଁ ଦ୍ୱୈତ ମାନଦଣ୍ଡ ଉପରେ ପ୍ରଶ୍ନ

ନୂଆଦିଲ୍ଲୀ,୨୫।୮: ଭାରତରେ ୟୁରୋପ ତୁଳନାରେ ପ୍ୟାକେଜ ହୋଇଥିବା ଖାଦ୍ୟ ଏବଂ ପାନୀୟର ସମାନ ବିଶ୍ୱ ବ୍ରାଣ୍ଡ ପାଇଁ ଭିନ୍ନ ରଚନା, ପୁଷ୍ଟିକର ସୂଚନା ଏବଂ ଚେତାବନୀ ଲେବଲର…

ଉତ୍ତରାଷାଢ଼ା ନକ୍ଷତ୍ର ସହ ଆୟୁଷ୍ମାନ ଯୋଗ: ଆଜିଠୁ ଏହି ୫ ରାଶିଙ୍କ ଭଲ ଦିନ ଆରମ୍ଭ, ଚାକିରିରେ ପ୍ରମୋସନ ସହ ଧନବର୍ଷା!

୨୫ ଅଗଷ୍ଟ ୨୦୨୬ ଦିନଟି ପଞ୍ଚାଙ୍ଗ ଓ ଜ୍ୟୋତିଷ ଦୃଷ୍ଟିରୁ ବେଶ ଖାସ୍‌ ରହିପାରେ। ଏହି ଦିନ ଶ୍ରାବଣ ଶୁକ୍ଳ ପକ୍ଷର ଦ୍ୱାଦଶୀ ତିଥି ଏବଂ ମଙ୍ଗଳବାର।…

କାର୍‌କୁ ୧୦୦ ମିଟର ଘୋଷାଡ଼ି ନେଲା ଟ୍ରକ, ଆଉ ତା’ପରେ…

ଭୁବନେଶ୍ୱର,୨୫।୮: ରାଜଧାନୀ ଭୁବନେଶ୍ୱର ପାହାଳ ନିକଟରେ ମଙ୍ଗଳବାର ଏକ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ଭାରସାମ୍ୟ ହରାଇ ଏକ କାର୍‌କୁ ଧକ୍କା ଦେଇ ୧୦୦ ମିଟର ପର୍ଯ୍ୟନ୍ତ…

ଚନ୍ଦନ କଳସ ଯାତ୍ରାକୁ କୋରାପୁଟରେ ଭବ୍ୟ ସ୍ବାଗତ

କୋରାପୁଟ,୨୫।୮(ଅମିତାଭ ବେହେରା): ସନ୍ଥ ଶିରୋମଣି ଗୁରୁ ରବିଦାସଜୀଙ୍କ ୬୫୦ତମ ଜୟନ୍ତୀ ଅବସରରେ ସାମାଜିକ ସମରସତା ଓ ଭାଇଚାରାର ବାର୍ତ୍ତା ନେଇ ଆୟୋଜିତ ‘ସମରସ ସଂକଳ୍ପ ଅଭିଯାନ’ର ପବିତ୍ର…

ଦୁର୍ନୀତି ମାମଲାରେ ପୂର୍ବତନ ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କୁ ୪ବର୍ଷ ସଶ୍ରମ କାରାଦଣ୍ଡ

ବରଗଡ଼,୨୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଭିଜିଲାନ୍ସର ସ୍ୱତନ୍ତ୍ର ବିଚାରପତି ପଦମପୁର ବ୍ଲକ ଅଧୀନ ପୁରେନା ଗ୍ରାମପଞ୍ଚାୟତର ପୂର୍ବତନ ପଞ୍ଚାୟତ ନିର୍ବାହୀ ଅଧିକାରୀ (PEO) ଛବିଳ ବାରିହାଙ୍କୁ ଦୁର୍ନୀତି ମାମଲାରେ…

ନାବାଳକଙ୍କ ବାର୍‌ହା ସହ ଦୁଇ ଘଣ୍ଟା ଧରି  ଲଢ଼େଇ: ଶେଷରେ ଜୀବନ ବଞ୍ଚାଇବା ପାଇଁ…

ବାଙ୍କୀ, ୨୫।୮ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଗୋପାଳପୁର ପଞ୍ଚାୟତରେ ବାର୍‌ହା ଆତଙ୍କରେ ଭୟଭୀତ ଲୋକେ। ମଙ୍ଗଳବାର ସକାଳ ପ୍ରାୟ ସାଢ଼େ ୭ଟା ସମୟରେ ଗୋପାଳପୁର ପଞ୍ଚାୟତର ୧…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri