ଏମ୍‌କେସିଜିରେ କରୋନା ସନ୍ଦିଗ୍ଧ: ଦୁବାଇରୁ ଫେରିଥିଲେ

ବ୍ରହ୍ମପୁର ଅଫିସ ,୧୪।୩ – ସାରା ବିଶ୍ୱରେ ଏବେ ମାରାତ୍ମକ କରୋନା ଭୂତାଣୁ ଆତଙ୍କ। ଏଭଳି ସ୍ଥିତିରେ ଗଞ୍ଜାମ ଜିଲା ଚିକିଟି ଅଞ୍ଚଳର ଜଣେ କରୋନା ସନ୍ଦିଗ୍ଧ ଶୁକ୍ରବାର ରାତି ୧୦ଟାରେ ଏମ୍‌କେସିଜି ମେଡିକାଲରେ ଭର୍ତ୍ତି ହୋଇଛନ୍ତି । ତାଙ୍କର କରୋନା ସଂକ୍ରମଣ ରିପୋର୍ଟ ନେଗେଟଭ୍‌ ଥିବା ଏମ୍‌କେସିଜି ଅଧୀକ୍ଷକ ସନ୍ତୋଷ କୁମାର ମିଶ୍ର ଶନିବାର ସୂଚନା ଦେଇଛନ୍ତି। ସନ୍ଦିଗ୍ଧ ଜଣଙ୍କ ଦୁବାଇରେ କାମ କରୁଥିବା ବେଳେ ସେ ଶୁକ୍ରବାର ବିମାନ ଯୋଗେ ଦିଲ୍ଲୀରେ ପହଞ୍ଚିଥିଲେ। ଦୁବାଇରେ ସନ୍ଦିଗ୍ଧଙ୍କ କରୋନା ଭୂତାଣୁ ରିପୋର୍ଟ ନେଗେଟିଭ୍‌ ଆସିଥିଲା। ସେ ନୂଆଦିଲ୍ଲୀ ବିମାନବନ୍ଦରରେ ପହଞ୍ଚିବା ପରେ ତାଙ୍କର ସ୍କ୍ରିନିଂ କରାଯାଇଥିଲା। ସେଠାରୁ ସେ ବିମାନ ଯୋଗେ ବିଶାଖାପାଟଣା ବିମାନ ବନ୍ଦରରେ ପହଞ୍ଚିଥିଲେ । ସେଠାରେ ମଧ୍ୟ ତାଙ୍କର ସ୍କ୍ରିନିଂ କରାଯାଇଥିଲା । ପରେ ସନ୍ଧ୍ୟାରେ ସେ ଗ୍ରାମକୁ ଫେରିଥିଲେ। ଖବର ପାଇ ପ୍ରଶାସନ ପକ୍ଷରୁ ତାଙ୍କୁ ଆମ୍ବୁଲାନ୍ସ ଯୋଗେ ଅଣାଯାଇ ଏମ୍‌କେସିଜିର ସ୍ବତନ୍ତ୍ର କରୋନା ୱାର୍ଡରେ ଭର୍ତ୍ତି କରାଯାଇଥିଲା ବୋଲି ଏମ୍‌କେସିଜି ଅଧୀକ୍ଷକ କହିଛନ୍ତ। ସେ ଏବେ ସମ୍ପୂର୍ଣ୍ଣ ସୁସ୍ଥ ଅଛନ୍ତି । ଆବଶ୍ୟକ ପଡ଼ିଲେ ତାଙ୍କର କରୋନା ଭୂତାଣୁ ପରୀକ୍ଷା କରାଯିବ ବୋଲି ସେ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ସପ୍ତାହେ ମଧ୍ୟରେ କୋହଲିଙ୍କ ୫ ରେକର୍ଡକୁ ଧୂଳିସାତ୍‌ କରିଦେଲେ ଏହି ୫ ବ୍ୟାଟର୍‌

ନୂଆଦିଲ୍ଲୀ,୯।୧୦: ବିରାଟ କୋହଲିଙ୍କ ନାଁରେ ଅନେକ କ୍ରିକେଟ ରେକର୍ଡ ରହିଛି। ଏହାକୁ ଭାଙ୍ଗିବା ଯେକୌଣସି ଖେଳାଳିଙ୍କ ପାଇଁ ଏକ ବଡ଼ ସଫଳତା ହେବ। ଗତ ସପ୍ତାହ ମଧ୍ୟରେ…

ଜେଲ୍‌ ଭିତରେ ସଂଘର୍ଷ: ଗଡ଼ିଲା ୧୦ ମୁଣ୍ଡ, ୧୬ ଆହତ

ମେକ୍ସିକୋ,୯ା୧୦: ମେକ୍ସିକୋର ଉତ୍ତର-ପଶ୍ଚିମ ରାଜ୍ୟ ସିନାଲୋଆର ମାଜାଟାନ ସହରରେ ଥିବା ‘ଏଲ କାଷ୍ଟିଲୋ’ ଜେଲ୍‌ରେ ଘଟିଥିବା ଏକ ସଂଘର୍ଷରେ ୧୦ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୧୬ ଜଣ…

ଆଜି ସୃଷ୍ଟି ହେବ ବିରଳ ବିଷ ଯୋଗ, ୩ ରାଶି ଉପରେ ପଡ଼ିପାରେ ନକାରାତ୍ମକ ପ୍ରଭାବ

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଶନି ଓ ଚନ୍ଦ୍ରମାଙ୍କ ପରସ୍ପର ଦୃଷ୍ଟି ଯୋଗୁଁ ବିଷ ଯୋଗ ସୃଷ୍ଟି ହେଉଛି । ଏହି ଯୋଗର ପ୍ରଭାବରେ କେତେକ ରାଶିର ବ୍ୟକ୍ତିଙ୍କୁ…

ପ୍ରଥମେ କବାଟ ବାଡ଼େଇଲେ, ଖୋଲିବାରୁ ଦମ୍ପତିଙ୍କୁ ଅତର୍କିତ ଆକ୍ରମଣ କଲେ ଦୁଇ ଦୁର୍ବୃତ୍ତ, ଗୁରୁତର ହୋଇ…

ମଜାକାଳପଡ଼ା,୯ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତନ୍ତିଅପାଳ ସାମୁଦ୍ରିକ ଥାନା ଅଧୀନ ବଳିଗଣ୍ଡ ଗାଁର ଜଣେ ବ୍ୟକ୍ତିଙ୍କ ଘରେ ବୁଧବାର ବିଳମ୍ବିତ ରାତିରେ ପଶି…

ବୈଭବ ସୂର୍ଯ୍ୟବଂଶୀଙ୍କ ସ୍ବପ୍ନ ଆଜି ହେବ ସାକାର! ନିଷ୍ପତ୍ତି ନେବେ ଆୟର

ରାଞ୍ଚି,୯।୧୦: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଚାଲିଥିବା ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ୍‌ର ଦ୍ୱିତୀୟ ମୁକାବିଲା ଆଜି ରାଞ୍ଚିରେ ଖେଳାଯିବ। ପ୍ରଥମ ମ୍ୟାଚ୍‌ରେ ବିଜୟ ହାସଲ…

ବିକ୍ଷୋଭ ବେଳେ ଦୁଇ କଂଗ୍ରେସ ନେତ୍ରୀଙ୍କ ମଧ୍ୟରେ ମାରପିଟ, ପରସ୍ପରକୁ ମାରିଲେ ଚାପୁଡ଼ା

ନୂଆଦିଲ୍ଲୀ,୯ା୧୦: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଏବଂ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (SIR)ରେ ଅନିୟମିତତା ଅଭିଯୋଗକୁ ନେଇ ହରିୟାଣାର ଫରିଦାବାଦରେ ବିରୋଧୀ…

ଭଦ୍ରକର ଏହି ଦୁଇ କଲେଜର ନିର୍ବାଚନ ବାତିଲ

ଭଦ୍ରକ,୯ା୧୦(ସନାତନ ରାଉତ): ଛାତ୍ର ସଂସଦ ନିର୍ବାଚନ ପାଇଁ ଶୁକ୍ରବାର ପ୍ରାର୍ଥିପତ୍ର ଦାଖଲ କରିବା ପାଇଁ ଦିନ ଧାର୍ଯ୍ୟ ହୋଇଥିଲା। କିନ୍ତୁ ଶୁକ୍ରବାର ଭଦ୍ରକ ଜିଲାର ଦୁଇଟି କଲେଜରେ…

କୋହଲିଙ୍କ ଏହି ସ୍କିଲ୍‌ ଚୋରାଇବାକୁ ଚାହୁଁଛନ୍ତି ଅଭିଷେକ: କହୁ କହୁ କହିଦେଲେ ମନର କଥା

ନୂଆଦିଲ୍ଲୀ,୯।୧୦: ଭାରତୀୟ କ୍ରିକେଟ୍‌ର ଯୁବ ତାରକା ଅଭିଷେକ ଶର୍ମା ନିଜ ବିସ୍ଫୋରକ ବ୍ୟାଟିଂ ପାଇଁ ବେଶ ପରିଚିତ। ଛକା ଓ ଚୌକା ବର୍ଷା କରିବାରେ ମାହିର ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?