ଏମ୍‌କେସିଜିରେ ପୁଣି ଜଣେ କରୋନା ସନ୍ଦିଗ୍ଧ

ବ୍ରହ୍ମପୁର ଅଫିସ,୧୬।୩: କରୋନାକୁ ନେଇ ସାରା ବିଶ୍ୱ ଚିନ୍ତିତ। ରାଜ୍ୟ ସରକାର ଏ ଦିଗରେ ବିଭିନ୍ନ ପଦକ୍ଷେପ ନେଇ ସଚେତନତା ଜାରି ରଖିଛନ୍ତି। ସମସ୍ତ ସ୍କୁଲ ଓ କଲେଜର ପରୀକ୍ଷା ସ୍ଥଗିତ ରଖାଯାଇଛି। ତେବେ ଗଞ୍ଜାମ ଜିଲା ଏମ୍‌କେସିଜି ମେଡିକାଲରେ ଗତ ୧୪ ତାରିଖରେ ୩ ଜଣ କରୋନା ସନ୍ଦିଗ୍ଧ ସ୍ବତନ୍ତ୍ର କରୋନା ୱାର୍ଡରେ ଭର୍ତ୍ତି ହୋଇଥିବା ବେଳେ ସୋମବାର ପୁଣି ଜଣେ ୭୦ ବର୍ଷୀୟା ବୃଦ୍ଧା ଏହି ୱାର୍ଡରେ ଭର୍ତ୍ତି ହୋଇଛନ୍ତି। ବୃଦ୍ଧା ଜଣଙ୍କ ଦିଗପହଣ୍ଡି ଅଞ୍ଚଳର ହୋଇଥିବା ବେଳେ ସେ ଗତ ଫେବୃୟାରୀ ମାସରେ ମାଉଣ୍ଟଆବୁ ଯାଇଥିଲେ। ଗତ ୫ ଦିନ ତଳେ ସେ ଗାଁକୁ ଫେରିଥିଲେ। ପରେ ତାଙ୍କ ସ୍ବାସ୍ଥ୍ୟ ଖରାପ ହେବାରୁ ତାଙ୍କୁ ଏମ୍‌କେସିଜି ମେଡିକାଲରେ ଭର୍ତ୍ତି କରାଯାଇଥିଲା। ତେବେ ବୃଦ୍ଧାଙ୍କ ଥଣ୍ଡା, କାଶ ନ କମିବାରୁ କରୋନା ୱାର୍ଡରେ ଭର୍ତ୍ତି କରାଯାଇଛି ବୋଲି ମେଡିକାଲ ଅଧୀକ୍ଷକ ସନ୍ତୋଷ କୁମାର ମିଶ୍ର ସୂଚନା ଦେଇଛନ୍ତି।
ଅନ୍ୟପଟେ ତାଙ୍କ ସ୍ବାବ୍‌ ସଂଗ୍ରହ କରାଯାଇ ଭୁବନେଶ୍ୱର ଆର୍‌ଏମ୍‌ଆର୍‌ସିକୁ ପଠାଯାଇଥିବା ସେ କହିଛନ୍ତି । ସେହିପରି ପୂର୍ବରୁ ଚିକିଟି ଅଞ୍ଚଳର ଦମ୍ପତ୍ତି ଦୁବାଇର ଆବୁଧାବିରେ ଶ୍ରମିକ ଭାବେ କାମ କରୁଥିବା ବେଳେ ନିକଟରେ ସେମାନେ ଗ୍ରାମକୁ ଫେରିଥିଲେ। ତାଙ୍କ ରିପୋର୍ଟ ସେଠାରେ ନେଗେଟିଭି ଥିବା ବେଳେ ଗ୍ରାମବାସୀଙ୍କ ପକ୍ଷରୁ ତାଙ୍କର ପୁଣିଥରେ ପରୀକ୍ଷା ପାଇଁ ଏମ୍‌କେସିଜି ମେଡିକାଲରେ ଭର୍ତ୍ତି କରିଥିଲେ। ସେହିପରି ପୁରୀ ଜିଲା କୃଷ୍ଣପ୍ରସାଦ ଅଞ୍ଚଳର ଜଣେ ସନ୍ଦିଗ୍ଧ ମଧ୍ୟ ଏମ୍‌କେସିଜି ମେଡିକାଲରେ ଭର୍ତ୍ତି ହୋଇଥିଲେ। ସେମାନଙ୍କ ତଣ୍ଟିର ନାଳ (ସ୍ବାବ୍‌) ପରୀକ୍ଷା ପାଇଁ ଆରଏମ୍‌ଆରସିକୁ ପଠାଯାଇଛି। ବର୍ତ୍ତମାନ ସୁଦ୍ଧା ସେମାନଙ୍କ ରିପୋର୍ଟ ମିଳିନାହିଁ ବୋଲି ଅଧୀକ୍ଷକ ମିଶ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାତିଅଧରେ ଏଟିଏମ୍‌ ତାଡ଼ି ଥାର୍‌ ଗାଡ଼ିରେ ବାନ୍ଧି ନେଉଥିଲେ ଦୁର୍ବୃତ୍ତ, ଭୁକିଲା କୁକୁର, ଆଉ ତା’ ପରେ…

ଖଇରା,୧୧ା୭(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅନ୍ତର୍ଗତ ତୁଡ଼ିଗଡିଆ ବଜାରରେ ଥିବା ଇଣ୍ଡିଆ -୧ ଏଟିଏମ୍‌ ମେଶିନ ତାଡ଼ି ଦୃବୁର୍ତ୍ତମାନେ ଥାର୍‌ ଗାଡ଼ି ପଛରେ ବାନ୍ଧି…

ହଜାରେ କ୍ଷେପଣାସ୍ତ୍ର ଆକ୍ରମଣ କରିବାକୁ ଧମକ ଦେଇଥିଲେ ଡୋନାଲ୍ଡ ଟ୍ରମ୍ପ; ବର୍ତ୍ତମାନ ଇରାନରେ ବଡ଼ ବିସ୍ଫୋରଣ, ପ୍ରତିକ୍ରିୟା ରଖିଲା ତେହରାନ

ତେରାନ,୧୧।୭: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ‘୧,୦୦୦ କ୍ଷେପଣାସ୍ତ୍ର’ ସମ୍ପର୍କରେ ଇରାନକୁ ଚେତାବନୀ ଦେବା ପରେ ଇରାନର ରାଜଧାନୀ ତେହରାନର ପୂର୍ବ ଭାଗରେ ବିସ୍ଫୋରଣର ଶବ୍ଦ ଶୁଣିବା…

ଗାଧୋଇବାକୁ ଯାଇ ଫେରିଲେନି ଯୁବକ, ପାଣିରୁ ମୃତଦେହ କାଢ଼ି…

ଖଲ୍ଲିକୋଟ,୧୧ା୭(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଭେଜିପୁଟ ଗ୍ରାମ ୧୬ ନଂ ଜାତୀୟ ରାଜପଥ କଡ଼ରେ ଥିବା ଦୋଳା ପୋଖରୀରେ ବୁଡ଼ି ଜଣେ…

ବିଦେଶୀ ମଦ ଦୋକାନ ଉପରେ ବୋମାମାଡ଼ କରି ଫେରାର ହୋଇଗଲେ ଦୁର୍ବୃତ୍ତ, ପୁରୁଣା କର୍ମଚାରୀଙ୍କ…

କୋଣାର୍କ,୧୧ା୭(ଜ୍ୟୋତିରାଜ ମହାନ୍ତି): କୋଣାର୍କ ବସ୍‌ଷ୍ଟାଣ୍ଡ ନିକଟରେ ନୂତନ କରି ଖୋଲିଥିବା ବିଦେଶୀ ମଦ ଦୋକାନକୁ ଜଣେ ଦୁର୍ବୃତ୍ତ ଶନିବାର ପୂର୍ବାହ୍ନରେ ତିନୋଟି ବୋମାମାଡ଼ କରି ଫେରାର ହୋଇଯାଇଥିବାବେଳେ…

ଗୋଟିଏ ମଫଲର ନେଇ ନ୍ୟୁଜିଲାଣ୍ଡ ଯାଇଛନ୍ତି ମୋଦି: ପଛରେ ରହିଛି ରୋଚକ କାହାଣୀ

ନୂଆଦିଲ୍ଲୀ,୧୧।୭: ପ୍ରଧାନମନ୍ତ୍ରୀ ମୋଦି ନ୍ୟୁଜିଲାଣ୍ଡରେ ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରିଛନ୍ତି। ସେ କହିଛନ୍ତି, ଆଜି ୪୦ ବର୍ଷ ପରେ ଜଣେ ଭାରତୀୟ ପ୍ରଧାନମନ୍ତ୍ରୀ ନ୍ୟୁଜିଲାଣ୍ଡ ଗସ୍ତ କରିଛନ୍ତି।…

ପାଠ୍ୟପୁସ୍ତକ ତ୍ରୁଟି: କଡ଼ା ପଦକ୍ଷେପ ନେଲେ ମୁଖ୍ୟମନ୍ତ୍ରୀ, SCERT ନିର୍ଦ୍ଦେଶକଙ୍କୁ ଏଫ୍‌ଆଇଆର୍‌ ଦାୟର କରିବାକୁ କହି…

ଭୁବନେଶ୍ୱର,୧୧ା୭(ସୁନିତ୍‌ ମିଶ୍ର): ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠ୍ୟ ପୁସ୍ତକରେ ତ୍ରୁଟି ଘଟଣାକୁ ଗମ୍ଭୀରତାର ସହ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର ଏ ସମ୍ପର୍କରେ…

E-20 ସହିତ ସାଧାରଣ ପେଟ୍ରୋଲ୍ ମଧ୍ୟ… ଏବେ ଗ୍ରାହକଙ୍କୁ ପେଟ୍ରୋଲ ପମ୍ପରେ ମିଳିବ ପେଟ୍ରୋଲର ବିକଳ୍ପ?

ନୂଆଦିଲ୍ଲୀ,୧୧ା୭: E-20 ଇନ୍ଧନ (ଫ୍ୟୁଏଲ୍‌)କୁ ନେଇ ଏବେ ସାରା ଦେଶରେ ହଙ୍ଗାମା ମାତିଛି। ଏଥାନଲ୍ ବ୍ଲେଣ୍ଡେଡ୍ ପେଟ୍ରୋଲ୍ (ଏଥାନଲ୍ ମିଶ୍ରିତ ପେଟ୍ରୋଲ୍‌)କୁ ନେଇ ଆଲୋଚନା ଓ ବିବାଦର…

ଅଷ୍ଟ୍ରେଲିଆରେ ଏକ ହୋଟେଲ ରୁମ୍‌ର ମୂଲ୍ୟ କେତେ? ଗୋଟିଏ ସପ୍ତାହ ରହିଲେ କେତେ ଖର୍ଚ୍ଚ ହୁଏ ଜାଣନ୍ତୁ…

ନୂଆଦିଲ୍ଲୀ/କାନ୍‌ବେରା,୧୧ା୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କର ତିନି-ରାଷ୍ଟ୍ରୀୟ ଗସ୍ତରେ ଅଷ୍ଟ୍ରେଲିଆରେ ପହଞ୍ଚିଥିଲେ। ଯାହା ଦେଶ ବିଷୟରେ ଅଧିକ ଜାଣିବା ପାଇଁ ଇଚ୍ଛାକୁ ବୃଦ୍ଧି କରିଥିଲା। ଅନେକ ଲୋକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri