ଏମ୍‌କେସିଜି ମେଡିକାଲ ବିକାଶ ପାଇଁ ହେଉ ସ୍ବତନ୍ତ୍ର ଯୋଜନା

ବ୍ରହ୍ମପୁର ଅଫିସ,୧୨ା୩: ଗଞ୍ଜାମ ସାଙ୍ଗଠନିକ ଜିଲା ଭାଜପା ପକ୍ଷରୁ ବୁଧବାର ବ୍ରହ୍ମପୁରସ୍ଥ ଦକ୍ଷିଣାଞ୍ଚଳ ଆରଡିସିଙ୍କ ଅଫିସ ଆଗରେ ବିକ୍ଷୋଭ କରାଯାଇଥିଲା। ଜିଲାର ପ୍ରମୁଖ ସହର ରେଶମ ନଗରୀ ପ୍ରତି ସରକାରୀ ଅବହେଳାର ପ୍ରତିବାଦ ଏବଂ କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ଓ ହସ୍‌ପିଟାଲକୁ ବିଶ୍ୱସ୍ତରୀୟ ଚିକିତ୍ସାଳୟରେ ପରିଣତ କରିବା ପାଇଁ ମୁଖ୍ୟମନ୍ତ୍ରୀ ବହୁ କୋଟି ଟଙ୍କା ବିନିଯୋଗରେ ଯୋଜନା କରିଛନ୍ତି। ତେବେ ଦକ୍ଷିଣ ଓଡ଼ିଶାର ଏକମାତ୍ର ରେଫରାଲ ହସ୍‌ପିଟାଲ ଏମ୍‌କେସିଜି ପ୍ରତି ଅଣଦେଖା କରିଥିବାର ପ୍ରତିବାଦ ଏବଂ କଟକ ଭଳି ବ୍ରହ୍ମପୁର ବଡ଼ ଡ଼ାକ୍ତରଖାନାର ବହୁମୁଖୀ ବିକାଶ ନେଇ ଏହି ଆନ୍ଦୋଳନ ସୂତ୍ରପାତ ହୋଇଥିଲା।
ଭାଜପାର ବରିଷ୍ଠ ନେତା ତଥା ପୂର୍ବତନ ଜିଲା ସଭାପତି କାହ୍ନୁ ଚରଣ ପତିଙ୍କ ନେତୃତ୍ୱରେ ଶତାଧିକ ଦଳୀୟ କର୍ମୀ ଆରଡିସିଙ୍କ ଅଫିସ ଆଗରେ ଏକାଠି ହୋଇଥିଲେ। ବିଭିନ୍ନ କ୍ଷେତ୍ରରେ ଗଞ୍ଜାମ ଜିଲା ପ୍ରତି ସରକାରୀ ଅବହେଳା ବିରୋଧରେ ନାରାବାଜି କରିଥିଲେ। ବ୍ରହ୍ମପୁର ମହାନଗର ନିଗମ (ବିଏମ୍‌ସି)ର ପ୍ରସ୍ତାବିତ ଲଗାମଛଡ଼ା ହୋଲଡିଂ ଟିକସ ବୃଦ୍ଧି କାର୍ଯ୍ୟକାରୀ ନ କରିବା ଏବଂ ଷ୍ଟାଣ୍ଡପୋଷ୍ଟ ପାଇପ ପାଣି ପାଇଁ ନିଗମ ହୋଲଡିଂ ଟିକସ ସହ ଆଦାୟ କରୁଥିବା ଜଳକର ବନ୍ଦ ପାଇଁ ଦାବି କରାଯାଇଥିଲା। ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ବିଭିନ୍ନ ଦାବି ସମ୍ବଳିତ ସ୍ମାରକପତ୍ର ଆରଡିସିଙ୍କୁ ପ୍ରଦାନ କରାଯାଇଥିଲା।
ରାଜ୍ୟର ଅନ୍ୟ ମହାନଗର ନିଗମ ଅପେକ୍ଷା ବ୍ରହ୍ମପୁରରେ କେବଳ ହୋଲଡିଂ ନୁହେଁ ସମସ୍ତ ଟିକସ ମାତ୍ରାଧିକ ବୃଦ୍ଧି ପାଇଥିବା ଦର୍ଶାଯାଇଛି। ଜମି କିଣା ବିକାରେ ମଧ୍ୟ ବେଞ୍ଚ ମାର୍କ ଭାଲ୍ୟୁଏସନ ବଢ଼ାଇ ଲୋକଙ୍କୁ ଶୋଷଣ କରାଯାଉଛି। ସେହିପରି ନିର୍ବାଚନ ବେଳେ ବ୍ରହ୍ମପୁର ବିକାଶ ମୋର ଦାୟିତ୍ୱ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରୁଛନ୍ତି। କିନ୍ତୁ ଭୋଟ ସରିବା ପରେ ପ୍ରତିଶ୍ରୁତି ଭୂଲି ମହାନଗରବାସୀଙ୍କୁ ପ୍ରତାରଣା କରୁଥିବା ଭାଜପା ସମାଲୋଚନା କରିଛି। ବିଏମ୍‌ସି ସଫେଇ ଟିକସ ବନ୍ଦ ପାଇଁ ମଧ୍ୟ ଦାବି କରାଯାଇଛି। ଉପରୋକ୍ତ ସମସ୍ୟାର ତୁରନ୍ତ ସମାଧାନ କରା ନ ଗଲେ ଆନ୍ଦୋଳନ ଚେତାବନୀ ଦିଆଯାଇଥିଲା।
ବିକ୍ଷୋଭ ସମାବେଶରେ ଜିଲା ସଂଗଠନ କାର୍ଯ୍ୟକର୍ତ୍ତା ସୁନୀଲ କୁମାର ସାହୁ, ଗୋପୀନାଥ ପଣ୍ଡା, ପ୍ରଭାତ ଷଡ଼ଙ୍ଗୀ, ରାଜେଶ ସାହୁ, ଶରତ ସାହୁ, ପ୍ରଶାନ୍ତ କର, ଜିଲା ପରିଷଦ ସଭ୍ୟ ଏଲ. ମୋହନ ଦାସଙ୍କ ସମେତ ରାମ କୁମାର ପାତ୍ର, ମହିଳା ମୋର୍ଚ୍ଚା ନେତ୍ରୀ ଏସ୍‌. ରାଣୀ, ସୁବାସିନୀ ପଟ୍ଟନାୟକ, ନମିତାରାଣୀ ପଣ୍ଡା, ସୁନିଲ ପାତ୍ର, ସିଦ୍ଧାନ୍ତ ଗଂଗଦେବ, ଶିବ ଶଙ୍କର ନାୟକ ଓ ମଦନ ପାତ୍ର ପ୍ରମୁଖ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ମଶାନରେ ଗୁଣିଆଙ୍କ ତନ୍ତ୍ର ସାଧନା: ପ୍ରେମିକାଙ୍କ ନାଁରେ ଭୁବନେଶ୍ୱରରେ ଯୁବକ କିଣିଥିଲେ ପ୍ଲଟ ଓ ଆଉ ଗାଡ଼ି, ଧରାଛୁଆଁ ନ ଦେବାରୁ…

ବାଲିକୁଦା,୨୨।୧୨(ତାପସ ସ୍ବାଇଁ): ବାଲିକୁଦା ବ୍ଲକ ମରିଚପୁର ଗ୍ରାମ୍ୟ ଶ୍ମଶାନରେ ଶନିବାର ବିଳମ୍ବିତ ରାତିରେ କୌଣସି ଗୁଣିଆ ତନ୍ତ୍ର ସାଧନା କରିଥିବା ସ୍ଥାନୀୟ ଲୋକେ ସନ୍ଦେହ କରିଛନ୍ତି।...

୨୫ରୁ ଧର୍ମଶାଳା ମହୋତ୍ସବ: ବ୍ୟବସାୟ ପାଇଁ ରସିଦ୍‌ ଆଣିବାକୁ ବ୍ୟବସାୟୀଙ୍କ ଅସମ୍ଭାଳ ଭିଡ଼

ଧର୍ମଶାଳା,୨୨ା୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲାର ଐତିହ୍ୟ ପରମ୍ପରା, ଧର୍ମଶାଳା ମହୋତ୍ସବ ଆସନ୍ତା ୨୫ ତାରିଖରେ ଧର୍ମଶାଳା ମହୋତ୍ସବର ପଡ଼ିଆରେ ଆରମ୍ଭ ହୋଇ ଜାନୁଆରୀ ୭ରେ...

ଘର ଆଗରେ ପଡ଼ିଛି ଅବସରପ୍ରାପ୍ତ ମହିଳା ଏଏନ୍‌ଏମ୍‌ଙ୍କ ମୃତଦେହ, ଏକାକୀର ସୁଯୋଗ ନେଇ…

ଭବାନୀପାଟଣା,୨୨ା୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଧର୍ମଗଡ଼ ଥାନା ଅନ୍ତର୍ଗତ ଗଡ଼ିଆଜୋର ଗ୍ରାମରୁ ସୋମବାର ସକାଳୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଘରେ ଏକାକୀ...

ବଡ଼ଦିନ ପାଇଁ ସଜେଇ ହେଉଛି ଦାରିଙ୍ଗବାଡ଼ି, ପର୍ଯ୍ୟଟକଙ୍କ ଆଗମନକୁ ଦୃଷ୍ଟିରେ ରଖି…

ଦାରିଙ୍ଗବାଡ଼ି,୨୨ା୧୨(ଅରୁଣ ସାହୁ): ଆଉ ମାତ୍ର ୨ ଦିନର ଅପେକ୍ଷା ସାରା ବିଶ୍ୱରେ ଦେଖାଦେବ ଖୁସି ଓ ଆନନ୍ଦ। ପ୍ରଭୁ ଯୀଶୁଖ୍ରୀଷ୍ଟ ଜନ୍ମ ନେବେ ଏଥିପାଇଁ ଚାରିଆଡ଼େ...

ସ୍ଥାନୀୟ ପ୍ରଶାସନକୁ କଥା ଦେଇ କଥା ରଖିଲାନି ଠିକାସଂସ୍ଥା: ମରାମତି ନୋହିଲା ଷ୍ଟ୍ରିଟ୍‌ ଲାଇଟ୍‌, ବଢୁଛି ଜନ ଅସନ୍ତୋଷ

ଦାରିଙ୍ଗବାଡ଼ି,୨୨ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର ଭାବେ ପରିଚିତ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଆଉ କିଛି ଦିନ ପରେ ପାଳିବ ଶୀତ ମହୋତ୍ସବ। ଏଥିପାଇଁ ପ୍ରଶାସନ ପକ୍ଷରୁ...

ଧାନକିଣା: ଟୋକନ ଅପେକ୍ଷାରେ ଚାଷୀ

ପଦ୍ମପୁର,୨୨।୧୨(ପ୍ରଦୀପ୍ତ ଦାଶ):ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡରେ ମଣ୍ଡି ଖୋଲିବାର ୨୫ ଦିନ ବିତିଯାଇଛି। ମାତ୍ର ଅଧିକାଂଶ ଚାଷୀଙ୍କ ପାଖରେ ଏଯାଏ ଟୋକନ ପହଞ୍ଚି ପାରିନାହିଁ। ଯେଉଁ...

ବରଗଡ଼ ଧନୁଯାତ୍ରା ମହୋତ୍ସବ: ସାଜସଜ୍ଜାରେ ଆଗୁଆ, ପ୍ରଚାରରେ ପଛୁଆ

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ। ଏହି ମହୋତ୍ସବର ଭିନ୍ନ ଏକ ପରିଚୟ ରହିଛି। ଅନେକ ସ୍ଥାନରେ ଏବେ ଧନୁଯାତ୍ରା ଚାଲିଛି। ହେଲେ...

ଭିତ୍ତିଭୂମି ଅଛି, ଚାଷୀଙ୍କ ଆଗ୍ରହ ନାହିଁ

ଭଣ୍ଡାରିପୋଖରୀ,୨୨।୧୨ (ରାଜେନ୍ଦ୍ର ଶତପଥୀ): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକରେ ଆଳୁଚାଷ ପାଇଁ ଉପଯୋଗୀ ୮ଶହ ହେକ୍ଟର ଉର୍ବର ପଟୁ ମାଟି ମିଶା ଦୋରସା ଚାଷଜମି ରହିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri