ଏମ୍‌ଜିଏନ୍‌ଆରଇଜିଏସ୍‌ରେ କାମ କରି ପ୍ରାପ୍ୟ ମିଳିନି

ଲୋଇସିଂହା, ୧୬।୧୨(ଡି.ଏନ.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଯୋଗୀସର୍ଡା ଗ୍ରାମର କେତେକ ଜବକାର୍ଡଧାରୀ ଶ୍ରମିକ ଏମ୍‌ଜିଏନ୍‌ଆରଇଜିଏସ୍‌ରେ କାମ କରି ସେମାନଙ୍କ ପ୍ରାପ୍ୟ ପାଇନାହାନ୍ତି। ଉକ୍ତ ଶ୍ରମିକ ପରିବାର ପ୍ରାପ୍ୟ ନ ପାଇ ପରିବାର ଚଳଣିରେ ଅସୁବିଧାର ସମ୍ମୁଖୀନ ହେଉଥିବା ଅଭିଯୋଗ କରିଛନ୍ତି। ସୋମବାର ସେମାନେ ପ୍ର୍ରାପ୍ୟ ଦାବିରେ ଲୋଇସିଂହା ବ୍ଲକ ପ୍ରଶାସନର ଦ୍ୱାରସ୍ଥ ହୋଇଥିଲେ ।ଏବିଡିଓ ବିଜୟ କୁମାର ହୋତାଙ୍କୁ ଭେଟି ସମସ୍ୟା ଜଣାଇଥିଲେ । ହେଲେ ଅନୁଦାନ ଆସି ନ ଥିବାରୁ ପ୍ରପ୍ୟ ପୈଠରେ ଅସୁବିଧା ହୋଇଥିବା ଏବିଡିଓ କହିଥିଲେ । ଶ୍ରମିକଙ୍କ ଦାବି ସମ୍ପର୍କରେ ଉପରିସ୍ଥ ଅଧିକାରୀଙ୍କୁ ଜଣାଇବାକୁ ସେ ପ୍ରତିଶ୍ରୁତି ଦେଇଥିଲେ ।
ଲୋଇସିଂହା ବ୍ଲକ ଯୋଗୀସର୍ଡା ପଞ୍ଚାୟତ ପକ୍ଷରୁ ୨୦୧୯-୨୦ ଆର୍ଥିକ ବର୍ଷରେ ଏମ୍‌ଜିଏନଆରଇଜିଏସ୍‌ ଯୋଜାନରେ ୫ ଲକ୍ଷ୍ୟ ବ୍ୟୟ ଅଟକଳରେ ବେହେରାତଲଠାରୁ ଆରଡି ରୋଡ ସଲତରପାଲିକୁ ସଂଯୋଗୀକରଣ ପାଇଁ ନୂତନ ମାଟି ରାସ୍ତା ହାତକୁ ନିଆଯାଇଛି । ପଞ୍ଚାୟତ ପକ୍ଷରୁ ମଷ୍ଟରରୋଲ ବାହାରିବା ପରେ ରଷିକ ଦୀପ, ଅମର ଦୀପ, ଝରିଆ ଦୀପ, ଶିବ ଦୀପ, ଜୟଦେବ ଦୀପ, ରଷିକ ଦୀପ, ବିଭୀଷଣ ଦୀପ ଓ ହରିହର ଭାଇନା ଏପରି ୯ ଟି ପରିବାରର ୧୮ ଜଣ ଶ୍ରମିକ ଗତ ୪ନଭେମ୍ବରରୁ କାମ ଆରମ୍ଭ କରିଥିଲେ । ଦେଢମାସ ହେଲା ଉକ୍ତ ପ୍ରକଳ୍ପରେ ଶ୍ରମିକଭାବେ ନିୟୋଜିତ ହୋଇ କାମ କରୁଛନ୍ତି। ଆରମ୍ଭରୁ ଟଙ୍କା ପାଇ ନ ଥିବାରୁ ଶ୍ରମିକ ପରିବାର ଆର୍ଥିକ ପରିସ୍ଥିତିର ସମ୍ମୁଖୀନ ହେଉଥିବା ଅଭିଯୋଗ କରିଛନ୍ତି। ସରକାରୀଭାବେ କାମର ୧୫ଦିନ ମଧ୍ୟରେ ପ୍ରାପ୍ୟ ପୈଠ କରିବାର ବିଧି ରହଛି ା ହେଲେ ଦେଢମାସ ବିତି ଯାଇଥିବାରୁ ସରକାରୀ ନିୟମ ମୁତାବକ ୫ ପ୍ରତିଶତ ସୁଧରେ ପ୍ରାପ୍ୟ ଦେବାକୁ ଏବିଡିଓଙ୍କ ନିକଟରେ ଶ୍ରମିକମାନେ ଦାବି କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

ସରକାରୀ ନିୟମକୁ ଫୁ’: କେବୁଲ ବିଛାପାଇଁ ଚାଲିଛି ରାସ୍ତାଖୋଳା, ଯାତାୟାତରେ ବାଧା

ତୁମୁଡିବନ୍ଧ,୧୦।୪(ଦୀପକ କୁମାର ପରାସେଠ): ବିଏସଏନଏଲ କେବୁଲ ବିଛା ପାଇଁ ରାସ୍ତା ଖୋଳାଯିବା ଫଳରେ ଯାତାୟାତରେ ବାଧା। ଜାଣିନାହାନ୍ତି ବିଭାଗୀୟ ଅଧିକାରୀ। ଗ୍ରାମବାସୀଙ୍କ ବିରୋଧ। ଧମକ ଦେଉଛି ଠିକାଦାର।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri