ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ କାର୍ଯ୍ୟ ତଦାରଖ କଲେ ଜିଲାପାଳ

ରାଜକନିକା, ୨୨।୪ (ଡି.ଏନ୍‌.ଏ.)-କେନ୍ଦ୍ରାପଡା ଜିଲାପାଳ ସମର୍ଥ ବର୍ମା ରାଜକନିକା ବ୍ଲକ ଗସ୍ତ କରିଛନ୍ତି। ଏହି ସମୟରେ ସେ ସିହୋପଡ଼ା ପଞ୍ଚାୟତରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ରେ ଆରମ୍ଭ ହେଇଥିବା କାର୍ଯ୍ୟର ତଦାରଖ କରିଛନ୍ତି। ସେ ପ୍ରଥମେ ମଡେଲ ପୋଖରୀ କାର୍ଯ୍ୟ ଦେଖିବା ସହିତ ସ୍ଥାନୀୟ ଲୋକଙ୍କ ସହ ଆଲୋଚନା କରିଥିଲେ। ଏହାପରେ ସେ ବିଭିନ୍ନ ସ୍ବୟଂ ସହାୟକ ଗୋଷ୍ଠୀ(ଏସ୍‌ଏଚ୍‌ଜି)ର ମିଳିତ ସହଯୋଗରେ ପ୍ରସ୍ତୁତ ହେଉଥିବା ରନ୍ଧାଖାଦ୍ୟର ମାନ ଯାଞ୍ଚ କରିଥିଲେ। ସ୍ଥାନୀୟ ସରପଞ୍ଚ ମୀନକେତନ ମହାପାତ୍ର, କାର୍ଯ୍ୟ ନିର୍ବାହୀ ଅଧିକାରୀ ଅଶୋକ କୁମାର ପ୍ରଧାନ, ଜି.ଆର. ଏସ୍‌ ଅଶୋକ କୁମାର ବରଜଙ୍କ ତତ୍ତ୍ୱାବଧାନରେ ଏସ୍‌ଏଚ୍‌ଜି ସଦସ୍ୟମାନେ ରନ୍ଧା ଖାଦ୍ୟ ପ୍ରସ୍ତୁତ କରି ଅସହାୟ ଓ ନିରାଶ୍ରୟଙ୍କୁ ବଣ୍ଟନ କରୁଛନ୍ତି। ଏହାପରେ ଜିଲାପାଳ କଣ୍ଟାପଡ଼ା ବଜାରରେ ଲକ୍‌ଡାଉନ୍‌ ସ୍ଥିତ ସମୀକ୍ଷା କରିବା ପରେ ଓଳାଭର ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କରିଥିଲେ। ତେବେ ବ୍ଲକ ଅଞ୍ଚଳରେ ଲକ୍‌ଡାଉନ ନିୟମ କଡ଼ାକଡ଼ି କରିବାକୁ ଜିଲାପାଳ ବର୍ମା ରାଜକନିକା ଆଇଆଇସିଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଜିଲାପାଳଙ୍କ ଗସ୍ତ ସମୟରେ ସ୍ଥାନୀୟ ବିଡିଓ ଡି.ଏସ୍‌. ଶୁଭଦର୍ଶୀ ଯୋଶୀ, ଅତିରିକ୍ତ ତହସିଲଦାର ପ୍ରେମାନନ୍ଦ ବେହେରା, ବ୍ଲକ ଉପ ନିର୍ବାହିଯନ୍ତ୍ରୀ ଶରତ ଚନ୍ଦ୍ର ଦାସ ଓ କନିଷ୍ଠ ଯନ୍ତ୍ରୀ ବିପିନି ଦାସ ପ୍ରମୁଖ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରିଜ୍‌ ଉପରେ ହଠାତ୍‌ ଫାଟିଲା ପାନୀଳ ଜଳ ପାଇପ୍‌, ଆଉ ତା’ ପରେ…

ଗୁଣପୁର,୨୬ା୩(ସଂକେତ ପାତ୍ର): ସ୍ଥାନୀୟ ଗୁଣପୁର-ବିକ୍ରମପୁରକୁ ସଂଯୋଗ କରୁଥିବା ବ୍ରିଜ୍‌ ଉପରେ ଥିବା ପାନୀୟଜଳ ପାଇପ୍‌ ଫାଟିଯାଇ ଅଧିକ ସମୟ ଧରି ପାଣି ବହୁଥିବା ଦେଖାଯାଇଛି। ସୂଚନାନୁସାରେ, କେନ୍ଦ୍ର…

ହୋଟେଲ, ରେଷ୍ଟୁରାଣ୍ଟରେ ବଡ଼ ଧରଣର ଚଢ଼ାଉ

ନୂଆପଡ଼ା,୨୬ା୩ (ମକାରୁ ବେମାଲ): ନୂଆପଡ଼ା ଜିଲାରେ ଘରୋଇ ଏଲ୍‌ପିଜି ସିଲିଣ୍ଡରର କୃତ୍ରିମ ଅଭାବ ଦେଖାଦେଇଥିବା ବେଳେ ବିଭିନ୍ନ ହୋଟେଲ ଓ ରେଷ୍ଟୁରାଣ୍ଟରେ ଅବୈଧ ବ୍ୟବହାର କରାଯାଉଥିବା ଅଭିଯୋଗ…

ନିଜର ସୁରକ୍ଷା ନେଇ ଆଗେଇ ଆସିଲେ ଛାତ୍ରୀ, ଆତ୍ମରକ୍ଷା ପାଇଁ କଲେ…

ଦିଗପହଣ୍ଡି,୨୬ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମସ୍ଥିତ ରାମଜୀ ଡିଗ୍ରୀ କଲେଜରେ ଗୁରୁବାର ଅଧ୍ୟକ୍ଷ ନିହାର ରଞ୍ଜନ କରଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ‘ଛାତ୍ରୀ…

ଆସନ୍ତାକାଲି ଭକ୍ତଙ୍କୁ ଦର୍ଶନ ଦେବେ ନାହିଁ ମହାପ୍ରଭୁ, ୫ ଘଣ୍ଟା ବନ୍ଦ ରହିବ ଶ୍ରୀମନ୍ଦିର

ପୁରୀ,୨୬ା୩(ଅଜିତ କୁମାର ମହାନ୍ତି):  ଆସନ୍ତାକାଲି ଅର୍ଥାତ୍‌ ଶୁକ୍ରବାର ଭଗବାନ ଆଉ ଭକ୍ତଙ୍କ ମଧ୍ୟରେ ବଢ଼ିବ ଦୂରତା। ୫ ଘଣ୍ଟା ଭକ୍ତଙ୍କୁ ଦର୍ଶନ ଦେବେ ନାହିଁ ମହାପ୍ରଭୁ। ଚୈତ୍ର…

ଭତ୍ତା କାର୍ଡରେ ମୃତ, ରାଶନକାର୍ଡରେ ଜୀବିତ

କେନ୍ଦୁଝର,୨୬ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ସଦର ବ୍ଲକ ବୋଦାପଳଶା ପଞ୍ଚାୟତର ଶଙ୍କରପୁର ଗ୍ରାମରେ ଗୀତାଞ୍ଜଳି ମୁଣ୍ଡା ସ୍ବାମୀଙ୍କ ମୃତ୍ୟୁ ପରେ ୨୦୧୭ରୁ ବିଧବା ଭତ୍ତା ପାଇ ଆସୁଥିଲେ। କିନ୍ତୁ…

ବହୁଚର୍ଚ୍ଚିତ ପ୍ରକାଶ ପ୍ରଧାନ ହତ୍ୟା ମାମଲା; ୫ବର୍ଷ ପରେ ମିଳିଲା ନ୍ୟାୟ, ଏକକାଳୀନ ୭ ଅଭିଯୁକ୍ତଙ୍କୁ…..

ସମ୍ବଲପୁର,୨୬।୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା କତରବଗା ଥାନା ଅନ୍ତର୍ଗତ ଗୁଲାମାଲ ଗ୍ରାମରେ ଗତ ୨୦୨୧ ମସିହାରେ ସଂଘଟିତ ବହୁ ଚର୍ଚ୍ଚିତ ପ୍ରକାଶ ପ୍ରଧାନ ହତ୍ୟା ମାମଲାରେ ଜିଲା…

ଯୁବକଙ୍କ ଗୀତରେ ହଠାତ୍‌ ମୁଣ୍ଡ ହଲାଇ ନାଚି ଉଠିଲା ଦନ୍ତା ହାତୀ, Video ଦେଖିଲେ…..

କେନ୍ଦୁଝର,୨୬ା୩ (ନରେଶ ଚନ୍ଦ୍ର ପଟ୍ଟନାୟକ): ଦନ୍ତା ହାତୀର ଜଳ କ୍ରୀଡ଼ା ଏବଂ ଉଗ୍ରରୂପ ସମସ୍ତେ ଦେଖିଛନ୍ତି । ତେବେ ହାତୀର ମଜାଳିଆ ଢଙ୍ଗ ବହୁତ୍ କମ ଦେଖିବାକୁ…

ପଞ୍ଚାୟତ ନିର୍ବାଚିତ ପ୍ରତିନିଧିଙ୍କୁ ଅଣଦେଖାର ପ୍ରତିବାଦ, ମୁଖ୍ୟ ଫାଟକ ସାମ୍ନାରେ ଧାରଣା ଦେଇ…

ପଟ୍ଟାଙ୍ଗି,୨୬ା୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ପଞ୍ଚାୟତ ନିର୍ବାଚିତ ଜନପ୍ରତିନିଧିଙ୍କୁ ଅଣଦେଖା ପ୍ରତିବାଦ କରି ବ୍ଲକ ମୁଖ୍ୟ ଫାଟକ ସମ୍ମୁଖରେ ଜିଲାପରିଷଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri