ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ପ୍ରାପ୍ୟ ଦାବିରେ ବ୍ଲକ ଘେରାଉ

ବାରିପଦା ଅଫିସ,୧୭ା୬- ମହାତ୍ମାଗାନ୍ଧୀ ଜାତୀୟ ଗ୍ରାମୀଣ କର୍ମନିଶ୍ଚିତ ନିଯୁକ୍ତି ଯୋଜନା (ଏମ୍‌ଜିଏନ୍‌ଆର୍‌ଇଜିଏସ୍‌)ରେ କାର୍ଯ୍ୟ କରିଥିବା ବେଳେ ମାସରୁ ଉର୍ଦ୍ଧ୍ୱ ଦିନ ହେଲାଣି ଶ୍ରମିକମାନଙ୍କୁ ଟଙ୍କା ମିଳିନାହିଁ। ସେମାନଙ୍କ ପ୍ରାପ୍ୟ ପାଇଁ ଶ୍ରମିକମାନେ ପଞ୍ଚାୟତ ନିର୍ବାହୀ ଅଧିକାରୀ (ପିଇଓ)ଙ୍କଠାରୁ ଆରମ୍ଭ କରି ସରପଞ୍ଚଙ୍କୁ ଜଣାଇଥିଲେ ମଧ୍ୟ କେହି ଶୁଣିଲେ ନାହିଁ ବୋଲି ଅଭିଯୋଗ ହୋଇଛି। ଏହାର ପ୍ରତିବାଦରେ ମଙ୍ଗଳବାର ଶ୍ରମିକମାନେ ଶ୍ୟାମାଖୁଣ୍ଟା ବ୍ଲକ କାର୍ଯ୍ୟାଳୟ ଘେରାଉ କରିଥିଲେ। ପରେ ବିଡିଓ କିଛି ଦିନ ଭିତରେ ସେମାନଙ୍କ ଟଙ୍କା ଦିଆଯିବ ବୋଲି ପ୍ରତିଶ୍ରୁତି ଦେବା ପରେ ଆନ୍ଦୋଳନ ପ୍ରତ୍ୟାହୃତ ହୋଇଥିଲା।
ସୂଚନା ଅନୁଯାୟୀ, ଶ୍ୟାମାଖୁଣ୍ଟା ବ୍ଲକ ଭାଲୁକି ପଞ୍ଚାୟତର ଭାଲୁକି ଗ୍ରାମରେ ଜବକାର୍ଡ଼ଧାରୀ ପୋଖରୀ ଖୋଳା ଓ ଜମି ସମତଳ କାମ କରିଥିଲେ। ନିୟମ ଅନୁସାରେ ପ୍ରତି ସପ୍ତାହରେ ଟଙ୍କା ମିଳିବା କଥା ହେଲେ ୫ ସପ୍ତାହ କାମ କରିଥିଲେ ମଧ୍ୟ ସେମାନଙ୍କୁ ଟଙ୍କା ମିଳିନାହିଁ। ଏନେଇ ବିଡିଓ ଜୟକୃଷ୍ଣ ପାତ୍ରଙ୍କୁ ପଚାରିବାରୁ ଶ୍ରମିକମାନେ କିଛି ଦିନ ଭିତରେ ସେମାନଙ୍କ ଟଙ୍କା ପାଇବେ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

ଜୁନାଗଡ଼ ରୋଡ୍‌ରୁ ହାଓ୍ବଡା ଇସ୍ପାତ ଏକ୍ସପ୍ରେସ୍‌ର ଶୁଭାରମ୍ଭ କଲେ ଏମ୍‌ପି: ୨୨ରୁ ଗଡ଼ିବ ଟ୍ରେନ୍‌…

ଜୁନାଗଡ଼,୧୯।୨(ସୁନୀଲ କୁମାର ସିଂହ/ଅଂଶୁମାନ ଯୋଶୀ)- ପଶ୍ଚିମ ଓଡ଼ିଶାରେ ରେଳ ସଂଯୋଗକୁ ସୁଦୃଢ଼ ​​କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ, ହାଓ୍ବଡା-ଟିଟଲାଗଡ଼-ହାଓଡ଼ା ଇସ୍ପାତ ଏକ୍ସପ୍ରେସ୍ ଜୁନାଗଡ଼ ରୋଡ୍…

ଚୌଦ୍ଵାର ଜେଲର ବିବାଦୀୟ ଜେଲର ସନ୍ତୋଷିନୀ ଦାଶ ସସ୍‌ପେଣ୍ଡ୍‌

କଟକ,୧୯ା୨: କର୍ତ୍ତବ୍ୟରେ ଅବହେଳା ପାଇଁ ଶେଷରେ କାର୍ଯ୍ୟାନୁଷ୍ଠାନର ଶିକାର ହୋଇଛନ୍ତି ବିବାଦୀୟ ଜେଲର ସନ୍ତୋଷିନୀ ଦାଶ। କଣ୍ଟାବାଞ୍ଜି ଉପକାରାଗାରର ଜେଲର-କମ-ସୁପରିଣ୍ଟେଣ୍ଡେଣ୍ଟ ସନ୍ତୋଷିନୀ ଦାଶଙ୍କୁ ନିଲମ୍ବନ କରାଯାଇଛି। ଚୌଦ୍ୱାରରୁ…

ଜଙ୍ଗଲରୁ ମିଳିଲା ହାତୀ ଶାବକର ମୃତଦେହ

ମୋରଡା,୧୯।୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ରେଞ୍ଜ ଅଞ୍ଚଳରୁ ବନବିଭାଗ ଗୁରୁବାର ଏକ ଶାବକ ହାତୀର ଗଳିତ ମୃତଦେହ ଜବତ କରିଛି। ହେଲେ ଶାବକ ମୃତ୍ୟୁର କାରଣ…

ଉତ୍କଳ ବିଶ୍ୱବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ପାଇଁ ଆଇଡି କାର୍ଡ ବାଧ୍ୟତାମୂଳକ; ନ ହେଲେ ବାନ୍ଧିବ ପୋଲିସ

ଭୁବନେଶ୍ୱର,୧୯।୨: ଉତ୍କଳ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ କ୍ୟାମ୍ପସର ସୁରକ୍ଷା ଓ ଶୃଙ୍ଖଳା ରକ୍ଷା ପାଇଁ କଠୋର ନିର୍ଦ୍ଦେଶନାମା ଜାରି କରିଛନ୍ତି। ବର୍ତ୍ତମାନଠାରୁ ବିଶ୍ୱବିଦ୍ୟାଳୟ ପରିସରରେ ସମସ୍ତ ଛାତ୍ରଛାତ୍ରୀଙ୍କ ପାଇଁ…

ଆଦିବାସୀଙ୍କୁ ରୋଜଗାରର ଲୋଭ ଦେଖାଇ ଅଫିମ ଗଛକୁ ଚାଇନା ଶାଗ କହିଥିଲେ ମାଫିଆ, ଏବେ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତିରେ…

କେନ୍ଦୁଝର,୧୯ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ବରଦାପାଳ ପଞ୍ଚାୟତ ତଳକମ୍ପଡିହୀ ଗାଁର ଜହ୍ଲା ସାହିରେ ବ୍ୟାପକ ପରିମାଣର ଅଫିମ ଚାଷକୁ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତରେ ପୋଲିସ, ବନ…

ଭିଜିଲାନ୍ସ ଜାଲରେ ସୋର ତହସିଲଦାର: ୪୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଗିରଫ

ସୋର,୧୯।୨(ଜନ୍ମେଞ୍ଜୟ ମିଶ୍ର): ଓଡ଼ିଶା ଭିଜିଲାନ୍ସ ଏକ ବଡ଼ ଧରଣର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ବାଲେଶ୍ୱର ଜିଲା ସୋର ତହସିଲଦାରଙ୍କୁ ଗିରଫ କରିଛି। ଜବତ ହୋଇଥିବା ପଥର ବୋଝେଇ…

ଓଡ଼ିଶାର ଏହି ଜିଲାରେ ମିଳିଲା ଦେଢ଼ ଟନ୍ ସୁନା; ବିଧାନସଭାରେ ସୂଚନା ଦେଲେ ଖଣି ମନ୍ତ୍ରୀ

ଭୁବନେଶ୍ୱର,୧୯।୨: ଓଡ଼ିଶା ପାଇଁ ଖୁସି ଖବର। ବିଶ୍ୱରେ ସୁନା ଦର ଆକାଶଛୁଆଁ ହେଉଥିବା ବେଳେ ମୟୂରଭଞ୍ଜ ଜିଲାରେ ବିପୁଳ ପରିମାଣର ସୁନା ଗଚ୍ଛିତ ଥିବା ନେଇ ସରକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri