Posted inଜାତୀୟ

ଏମ୍‌ପିଙ୍କୁ ୧୫୦ କିଲୋମିଟର ଚାଲିବାକୁ କହିଲେ ମୋଦି

ନୂଆଦିଲ୍ଲୀ,୯।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବେ ଭାଜପା ଏମ୍‌ପିମାନଙ୍କୁ ନୂଆ ନୂଆ କାମ ଦେଉଛନ୍ତି। ମୋଦି କହିଛନ୍ତି ଗାନ୍ଧୀ ଜୟନ୍ତୀ ଅର୍ଥାତ୍‌ ଅକ୍ଟୋବର ୨ରୁ ପଟେଲ ଜୟନ୍ତୀ ମାନେ ଅକ୍ଟୋବର ୩୧ ପର୍ଯ୍ୟନ୍ତ ନିଜ ନିଜ ନିର୍ବାଚନ ମଣ୍ଡଳୀରେ ୧୫୦ କିଲୋମିଟର ପଦଯାତ୍ରା କରିବେ। ଏଥିଲାଗି ଅଲଗା ଅଲଗା ଗ୍ରୁପ ଗଠନ କରାଯିବ ଓ ଏମ୍‌ପିମାନେ ପ୍ରତିଦିନ ଏହି ଗ୍ରୁପ ସହ ପଦଯାତ୍ରାରେ ବାହାରିବେ। ଏଥିରେ ଭାଜପା ବିଧାୟକ ଓ କର୍ମୀ ମଧ୍ୟ ସାମିଲ ହେବେ। ପ୍ରତିଦିନ ଅତିକମ୍‌ରେ ୧୫ କିଲୋମିଟର ଅଞ୍ଚଳ ବୁଲିବାକୁ ପଡିବ ବୋଲି ମୋଦି କହିଛନ୍ତି। ଏହାଦ୍ୱାରା ଏମ୍‌ପିମାନେ ବ୍ଲକ ସ୍ତରରେ ପହଞ୍ଚିବା ସହ ଲୋକଙ୍କ ନିକଟତର ହେବେ। ତା’ସହ ଗାନ୍ଧିଜି ଓ ପଟେଲଙ୍କ ବଚାରଧାରାକୁ ନେଇ ଲୋକମାନଙ୍କ ସହ ଖୋଲା ଖୋଲି ଭାବେ କଥା ହେବେ। ଏହାସହ ଶିକ୍ଷାର ପ୍ରଚାର ପ୍ରସାର ଓ ସରକାରଙ୍କ ବିଭିନ୍ନ ଯୋଜନା ବିଷୟରେ ମଧ୍ୟ କଥା ହେବେ। ଏହାଦ୍ୱାରା ଏମ୍‌ପିଙ୍କ ଉପରେ ଲୋକଙ୍କର ଭରସା ବଢିବ ବୋଲି ମୋଦି କହିଛନ୍ତି। ସୂଚନାଯୋଗ୍ୟ, ଭାଜପାର ସଂସଦୀୟ ବୋର୍ଡ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ବିଧାୟକଙ୍କ ଘରବାହୁଡା: ଆଜି କଂଗ୍ରେସରେ ସାମିଲ ହେବେ ସାଧୁ ନେପାକ

ବରଗଡ଼,୧୧।୪( ପ୍ରେମାନନ୍ଦ ଖମାରୀ) : ବରଗଡ଼ର ପୂର୍ବତନ ବିଧାୟକ ସାଧୁ ନେପାକ ଶନିବାର କଂଗ୍ରେସକୁ ଫେରୁଥିବା ସୂଚନା ମିଳିଛି। ସୂଚନା ଅନୁଯାୟୀ, ପୂର୍ବାହ୍ନ ୧୧ଟାରେ ସେ ଭୁବନେଶ୍ବରସ୍ଥିତ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri