ଏମ୍‌ପି ଜୁଏଲ ଓରାମଙ୍କ ଝିଅ ବାହାଘରରେ ଯୋଗଦେଲେ ଦୁଇ ରାଜ୍ୟପାଳ

ଲହୁଣୀପଡ଼ା,୪।୨(ଡି.ଏନ.ଏ.): ସୁନ୍ଦରଗଡ଼ ଏମ୍‌ପି ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମଙ୍କ ଜ୍ୟେଷ୍ଠା କନ୍ୟା ଇନ୍ଦୁମତୀଙ୍କ ସହ ବନ୍ଧମୁଣ୍ଡା ନିବାସୀ ସନ୍ତୋଷ ବାରୁୱାଙ୍କ ସୋମବାର ପାରମ୍ପାରିକ ରୀତିନୀତିରେ ବିବାହ ସମ୍ପନ୍ନ ହୋଇଯାଇଛି। ଏନେଇ ଜୁଏଲଙ୍କ ପୈତୃକ ଗ୍ରାମ କେନ୍ଦୁଡିହି ଚଳଚଞ୍ଚଳ ହୋଇଉଠିଥିଲା। ଏହି ବିବାହ ଉତ୍ସବକୁ ବହୁ ନେତାଙ୍କ ଆଗମନ ହୋଇଥିଲା। ବିଶେଷକରି ୨ ରାଜ୍ୟପାଳଙ୍କ ଆଗମନ ନେଇ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଥିଲା। ଏପରି କି ୪ଟି ସ୍ବତନ୍ତ୍ର ହେଲିପ୍ୟାଡ ନିର୍ମାଣ କରାଯାଇଥିଲା। ପ୍ରଶାସନ ଅଧିକାରୀଙ୍କ ସହିତ କେଉଁ ନେତା ରାଜ୍ୟପାଳଙ୍କୁ ସ୍ବାଗତ କରିବେ ସେ ନେଇ ପୂର୍ବରୁ ନିଷ୍ପତ୍ତି ହୋଇଥିଲା। ନିଷ୍ପତ୍ତି ଅନୁଯାୟୀ ଅତିଥିମାନଙ୍କୁ ସ୍ବାଗତ କରାଯାଇଥିଲା। ଓଡ଼ିଶାର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଏବଂ ଛତିଶଗଡ଼ ରାଜ୍ୟପାଳ ଅନସୂୟା ଉଇକେ ହେଲିକପ୍ଟର ଯୋଗେ ଆସି କେନ୍ଦୁଡିହି ଗ୍ରାମରେ ନିର୍ମାଣ ହୋଇଥିବା ଅସ୍ଥାୟୀ ହେଲିପ୍ୟାଡରେ ଓହ୍ଲାଇ ଥିଲେ। ତାଙ୍କୁ ପୁଷ୍ପଗୁଚ୍ଛ ଦେଇ ସ୍ବାଗତ ସମ୍ବର୍ଦ୍ଧନା ଜ୍ଞାପନ ସହ ଶୋଭାଯାତ୍ରାରେ ବିବାହ ସ୍ଥଳକୁ ପାଛୋଟି ନିଆଯାଇଥିଲା। ସେହିପରି ପୃଥ୍ବୀରାଜ ହରିଚନ୍ଦନ, ଭ୍ରୁଗୁବକ୍ସି ପାତ୍ର ମଧ୍ୟ ହେଲିକପ୍ଟର ଯୋଗେ କେନ୍ଦୁଡିହି ଗ୍ରାମରେ ପହଞ୍ଚତ୍ଥିଲେ । ରାଜ୍ୟ ଭାଜପା ସଭାପତି ସମୀର ମହାନ୍ତି, କେନ୍ଦ୍ରୀୟ ସଂଗଠନ ସମ୍ପାଦକ ରାମଲାଲ ଜୀ, ଏମ୍‌ପି ନୀତେଶ ଗଙ୍ଗଦେବ, ସୁରେଶ ପୂଜାରୀ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସ୍ତ୍ରୀ ମୃଦଳା ଠାକୁର ପ୍ରଧାନ, ଏମ୍‌ପି ମହେଶ ସାହୁ, କଂଗ୍ରେସ ରାଜ୍ୟ ସଭାପତି ନିରଞ୍ଜନ ପଟ୍ଟନାୟକ, ବଣେଇ ବିଧାୟକ ଲକ୍ଷ୍ମଣ ମୁଣ୍ଡା, ସୁନ୍ଦରଗଡ଼ ବିଧାୟିକା କୁସୁମ ଟେଟେ, ତଲସରା ବିଧାୟକ ଭବାନୀ ଭୋଇ, ବୀରମିତ୍ରପୁର ବିଧାୟକ ଶଙ୍କର ଓରାମ, ପୂର୍ବତନ ଏମ୍‌ପି ରୁଦ୍ର ପାଣି, ପୂର୍ବତନ ଜିଲାପାଳ ସୁରେନ୍ଦ୍ର କୁମାର ମିର୍ଦ୍ଧା, ପୂର୍ବତନ ମୁଖ୍ୟମନ୍ତ୍ରୀ ଗିରିଧର ଗମାଙ୍ଗ, ପୂର୍ବତନ ମନ୍ତ୍ରୀ ମଙ୍ଗଳା କିଷାନ, ସାରଦା ପ୍ରସାଦ ନାଏକ, ବିରୋଧୀ ଦଳ ନେତା ପ୍ରଦୀପ ନାୟକ ପ୍ରମୁଖ ଯୋଗଦେଇ ନବଦମ୍ପତିଙ୍କୁ ଆଶୀର୍ବାଦ ପ୍ରଦାନ କରିଥିଲେ। ସୁନ୍ଦରଗଡ଼ ଜିଲାପାଳ ନିଖିଲ ପଓ୍ବନ କଲ୍ୟାଣ, ରାଉରକେଲା ଏସ୍‌ପି କେ.ଶିବା ସୁବ୍ରମଣୀଙ୍କ ସହ ଅନ୍ୟ ଅଧିକାରୀମାନେ ଉପସ୍ଥିତ ରହି ସୁରକ୍ଷା ବ୍ୟବସ୍ଥାର ସ୍ଥିତି ଅନୁଧ୍ୟାନ କରିଥିଲେ। ସୁରକ୍ଷା ବ୍ୟବସ୍ଥାକୁ ଦୃଷ୍ଟିରେ ରଖି ୨ଜଣ ଆଡିସିନାଲ ଏସ୍‌ପି, ୨ଜଣ ଡିଏସ୍‌ପି, ୬ଜଣ ଇନ୍ସପେକ୍ଟର, ୧୦ଜଣ ସବ୍‌ଇନ୍ସପେକ୍ଟର, ରିଜର୍ଭ ପୋଲିସ ବାହିନୀର ୫ ପ୍ଲାଟୁନ ଫୋର୍ସ, ୮୦ଜଣ ଗୃହରକ୍ଷୀଙ୍କୁ ମୁତୟନ କରାଯାଇଥିଲା। ବିବାହ ଉତ୍ସବ ପୂର୍ବଦିନ ନବୀନ ଜିନ୍ଦଲ ଯୋଗ ଦେଇଥିଲେ। ପ୍ରାୟ ୨୦ ହଜାରରୁ ଊର୍ଦ୍ଧ୍ୱ ଲୋକ ବିବାହ ଉତ୍ସବରେ ଯୋଗଦେଇଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri