ଏଲଓସି ଆକ୍ସନ ପରେ ପାକିସ୍ତାନ ଛାନିଆ: ଇମ୍ରାନ ଡକାଇଲେ ବୈଠକ

ଇସଲମାବାଦ୍‌, ୪।୮: ନିୟନ୍ତ୍ରଣ ରେଖା (ଏଲଓସି)ରେ ପାକିସ୍ତାନ ବର୍ଡର ଆକ୍ସନ ଟିମ (ବିଏଟି)ର ଏକ ଅନୁପ୍ରବେଶ ଯୋଜନାକୁ ଭାରତୀୟ ସେନା ପଣ୍ଡ କରିଛି। ସେନା କହିବା ଅନୁଯାୟୀ ଜୁଲାଇ ୩୧ ତାରିଖ ରାତିରେ ବିଏଟିର ସଦସ୍ୟମାନେ ଜାମ୍ମୁ-କାଶ୍ମୀରର କେରନ ସେକ୍ଟରରେ ଅନୁପ୍ରବେଶ ଉଦ୍ୟମ କରିଥିଲେ। ପାକିସ୍ତାନ ସେନା ସମର୍ଥନରେ ହେଉଥିବା ବିଏଟି କରିଥିବା ଏହି ଅନୁପ୍ରବେଶକୁ ଭାରତୀୟ ସେନା ପ୍ରତିରୋଧ କରିଥିଲା। ଫଳରେ ଉଭୟଙ୍କ ମଧ୍ୟରେ ପ୍ରବଳ ଗୁଳିବିନିମୟ ହୋଇଥିଲା। ଏହି ଗୁଳିବିନିମୟରେ ପାକିସ୍ତାନ ସେନାର ସ୍ପେଶାଲ ସର୍ଭିସ ଗ୍ରୁପ (ଏସଏସଜି)ର ୫ରୁ ୭ଜଣ କମାଣ୍ଡୋ ପ୍ରାଣ ହରାଇଥିବା ଭାରତ ସେନା କହିଛି। ଭାରତର ଏଭଳି ଆକ୍ସନରେ ଛାନିଆ ହୋଇପଡିଛି ପାକିସ୍ତାନ। ଏନେଇ ଅଧିକ ଆଲୋଚନା ପାଇଁ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ ରାଷ୍ଟ୍ରୀୟ ସୁରକ୍ଷା ସମିତି(ଏନଏସି) ସହ ଏକ ଜରୁରୀ ବୈଠକ ଡକାଇଛନ୍ତି। ଏହି ବୈଠକରେ ଏଲଓସି ଆକ୍ସନ ଉପରେ ଆଲୋଚନା ହେବ ବୋଲି ଜଣାପଡିଛି। ଗୁଇନ୍ଦା ରିପୋର୍ଟ ଅନୁଯାୟୀ ଜୈସ-ଇ-ମହମ୍ମଦ ଓ ଅନ୍ୟ ଆତଙ୍କବାଦୀ ସଂଗଠନର ପ୍ରାୟ ୨୦୦ରୁ ୨୫୦ ଆତଙ୍କବାଦୀ ଅନୁପ୍ରବେଶ ଅପେକ୍ଷାରେ ସୀମାରେ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁନିରଙ୍କୁ ଫୋନ କଲେ ଟ୍ରମ୍ପ: ଯୁଦ୍ଧ ସମ୍ପର୍କରେ ହେଲା ଏମିତି ଆଲୋଚନା

ଓ୍ବାଶିଂଟନ୍‌,୨୪।୮: ଆମେରିକା ଏବଂ ଇରାନ ମଧ୍ୟରେ ବଢ଼ୁଥିବା ସାମରିକ ଏବଂ ରାଜନୈତିକ ଉତ୍ତେଜନା ମଧ୍ୟରେ ପାକିସ୍ତାନର ସେନା ମୁଖ୍ୟ ଫିଲ୍ଡ ମାର୍ଶାଲ ଅସୀମ ମୁନିର ସୋମବାର ତେହେରାନ…

ଏୟାର ବ୍ୟାଗରେ ଗଞ୍ଜେଇ: ବଲାଙ୍ଗୀର ରେଲୱେ ଷ୍ଟେଶନରେ ଅପେକ୍ଷା କରିଥିବା ଯୁବକଙ୍କୁ…

ବଲାଙ୍ଗୀର, ୨୪/୭ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ରେଲୱେ ଷ୍ଟେଶନରୁ ୧୦ କେଜି ଗଞ୍ଜେଇ ରେଲୱେ ସୁରକ୍ଷା ବଳ (ଆରପିଏଫ) ଜବତ କରିଛି। ଏହି ଘଟଣାରେ ଜଣେ…

SIM ବ୍ୟବହାରକାରୀଙ୍କ ପାଇଁ ବଡ଼ ଖବର, ବଦଳିଲା ନିୟମ; ପାଖରେ ଏତିକି ସିମ୍‌ ଥିଲେ ମିଳିବନି…

ନୂଆଦିଲ୍ଲୀ,୨୪।୮: ମୋବାଇଲ ସିମ କାର୍ଡ ନେବା, ବଦଳାଇବା, ଟ୍ରାନ୍ସଫର କରିବା କିମ୍ବା ବନ୍ଦ କରିବାର ନିୟମ ଏବେ ଆହୁରି କଡ଼ା ହୋଇଛି। ନକଲି ସିମ କାର୍ଡ ଓ…

ଚନ୍ଦ୍ରିକାଙ୍କ ପଦଚ୍ୟୁତ ପରେ ସରପଞ୍ଚ ଦାୟିତ୍ୱ ନେଲେ ଦୀପକ: ମୌଳିକ ସମସ୍ୟା ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି

ଦାରିଙ୍ଗବାଡି, ୨୪।୮ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ସରପଞ୍ଚ ସୁଶ୍ରୀ ଚନ୍ଦ୍ରିକା ମଲ୍ଲିକଙ୍କ ଅନାସ୍ଥା ପରେ ନିଜ ପଦ ହରାଇ ବସିଥିଲେ। ତାଙ୍କ ସ୍ଥାନରେ ସୋମବାର…

ରାଜନୀତିରେ ହଲଚଲ! ସନ୍ନ୍ୟାସ ନେବେ କି ଗଡ଼କରୀ? ଏଭଳି ବୟାନକୁ ନେଇ ବଢ଼ିଲା ଚର୍ଚ୍ଚା

ନୂଆଦିଲ୍ଲୀ,୨୪।୮: କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନିତିନ ଗଡକରୀଙ୍କ ଏକ ବୟାନକୁ ନେଇ ରାଜନୈତିକ ମହଲରେ ନୂଆ ଚର୍ଚ୍ଚା ଆରମ୍ଭ ହୋଇଛି । ନାଗପୁରର…

କର୍ଲାମୁଣ୍ଡାରେ ଯୁଗ୍ମ ଜନଶୁଣାଣି: ଜିଲାପାଳ ସଚିନ୍ ପାୱାରଙ୍କ ଅଧ୍ୟକ୍ଷତାରେ ୮୨ଟି ଅଭିଯୋଗ

କର୍ଲାମୁଣ୍ଡା, ୨୪।୮ (ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ପରିସରସ୍ଥିତ ରାଜୀବ ଗାନ୍ଧୀ ସେବା ଭବନରେ ସୋମବାର ଏକ ଯୁଗ୍ମ ଜନଶୁଣାଣି ଶିବିର ଅନୁଷ୍ଠିତ…

୨ ମାସ ହେବ ବଲକି ଗାଁ ଅନ୍ଧାର: ବିଦ୍ୟୁତ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ତୁମୁଡ଼ିବନ୍ଧ, ୨୪।୮ (ଦୀପକ କୁମାର ପରାସେଠ): ଦୁଇ ମାସ ହେବ ବଲକି ଗାଁ ଅନ୍ଧାରରେ। ଟ୍ରାନ୍ସଫର୍ମର ଖରାପ ହୋଇଯିବା ପରେ ଆଜି ପର୍ଯ୍ୟନ୍ତ ବିଦ୍ୟୁତ ସେବା ସ୍ୱାଭାବିକ…

ଧୋନୀଙ୍କ ଐତିହାସିକ ରେକର୍ଡ ଭାଙ୍ଗିଲେ ରିଷଭ ପନ୍ତ: ଭାରତର ସବୁଠୁ ସଫଳ…

ନୂଆଦିଲ୍ଲୀ,୨୪।୮: ଭାରତର ଉଇକେଟକିପର-ବ୍ୟାଟସମ୍ୟାନ ରିଷଭ ପନ୍ତ ଏବେ ଚମତ୍କାର ଫର୍ମରେ ଅଛନ୍ତି। ତାଙ୍କର ଶେଷ ଚାରୋଟି ଟେଷ୍ଟ ଇନିଂସରେ ତିନୋଟି ଅର୍ଦ୍ଧଶତକ ମାରିଛନ୍ତି। ସେ କଲମ୍ବୋ ଟେଷ୍ଟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri