Posted inଜାତୀୟ

ଏଲଓସି ନିକଟରେ ପାକ୍‌ ସେନା

ଶ୍ରୀନଗର,୫।୯: ଜମ୍ମୁ-କଶ୍ମୀରରେ ଅନୁଚ୍ଛେଦ ୩୭୦ ହଟାଯିବା ପରେ ବିଚଳିତ ହୋଇପଡ଼ିଥିବା ପାକିସ୍ତାନ ଭାରତ ବିରୋଧରେ ପ୍ରତ୍ୟକ୍ଷ ଭାବେ କିଛି କରି ପାରୁ ନ ଥିବା ବେଳେ ଏବେ ଆତଙ୍କବାଦୀଙ୍କ ସାହାରା ନେଇଛି। ଗୋଇନ୍ଦା ବିଭାଗରୁ ମିଳିଥିବା ତଥ୍ୟ ଅନୁସାରେ ପାକିସ୍ତାନୀ ସେନା ଓ ତା’ର ଗୋଇନ୍ଦା ବିଭାଗ କଶ୍ମୀର ଘାଟିରେ ଆତଙ୍କବାଦୀଙ୍କ ଅନୁପ୍ରବେଶ ନେଇ ଉଦ୍ୟମ କରୁଛି। ଲାଇନ୍‌ ଅଫ୍‌ କଣ୍ଟ୍ରୋଲ୍‌(ଏଲଓସି)ରେ ପାକିସ୍ତାନ ଆତଙ୍କବାଦୀଙ୍କ ୧୮ଟି କ୍ୟାମ୍ପ ଓ ଲଞ୍ଚ ପ୍ୟାଡକୁ ଚିହ୍ନଟ କରାଯିବା ସହ ୨ହଜାର ସୈନ୍ୟଙ୍କୁ ମୁତୟନ କରାଯାଇଛି ବୋଲି ଭାରତୀୟ ଗୋଇନ୍ଦା ବିଭାଗ କହିଛି। ସେଠାରେ ଆତଙ୍କବାଦୀଙ୍କୁ ଟ୍ରେନିଂ ଦିଆଯାଉଛି ନଚେତ୍‌ ଭାରତରେ ଅନୁପ୍ରବେଶ କରାଇବାକୁ ଉଦ୍ୟମ କରାଯାଉଛି ବୋଲି ଗୋଇନ୍ଦା ବିଭାଗ କହିଛି। ଏଥିସହ ପାକ୍‌ ଅଧିକୃତ କଶ୍ମୀର (ପିଓକେ)ରେ ଆତଙ୍କବାଦୀଙ୍କ ୩ଟି କ୍ୟାମ୍ପ ଲାଗିଥିବା ଦେଖିବାକୁ ମିଳିଛି। ସୂଚନାଯୋଗ୍ୟ, ପାକିସ୍ତାନ ବାଲାକୋଟରେ ଭାରତୀୟ ବାୟୁସେନାର ଏୟାର ଷ୍ଟ୍ରାଇକ୍‌ ପରେ ଏଲ୍‌ଓସି ନିକଟରେ ବଡ଼ ସଂଖ୍ୟାରେ ଆତଙ୍କବାଦୀ ସକ୍ରିୟ ଥିବା ପୁଣି ଥରେ ଦେଖିବାକୁ ମିଳିଛି। ସେମାନେ ଭାରତରେ ଏକ ବଡ଼ ଧରଣର ଆକ୍ରମଣ ଷଡ଼ଯନ୍ତ୍ର ରଚୁଥିବା ନେଇ ସନ୍ଦେହ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

କେଶରୀପଙ୍କାଳ ନାଳ ନିକଟରେ ପଡ଼ିଛି ଅଜଣା ବ୍ୟକ୍ତିଙ୍କ ମୃତଦେହ, ପରିଚୟ ଖୋଜୁଛି ମୋହନା ପୋଲିସ

ମୋହନା୧୧।୪(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଲୁହାଗୁଡ଼ି ଗ୍ରାମ ନିକଟସ୍ଥ କେଶରୀପଙ୍କାଳ ନାଳ ନିକଟରୁ ଅଜଣା ମୃତଦେହ ଉଦ୍ଧାର କରିଛି ପୋଲିସ। ଗ୍ରାମର କିଛି…

ପ୍ରେମିକା ଗର୍ଭବତୀ ହେବା ପରେ ବିବାହ ପୂର୍ବରୁ ଛୁଆ ମନା କହି କଲେ ଗର୍ଭପାତ, ଏବେ  ବଳାତ୍କାର ଅଭିଯୋଗରେ ବନ୍ଧାହେଲେ…

ରିଆମାଳ,୧୧।୪(ବଦ୍ରିନାରାୟଣ ଅଗ୍ରୱାଲା): ଯୁବତୀକୁ ବଳାତ୍କାର ମାମଲାରେ ଜଣେ ଯୁବକଙ୍କୁ ଶନିବାର ଗିରଫ କରିଛି ରିଆମାଳ ପୋଲିସ। ସେ ହେଲେ ଭେଙ୍କଟେଶ ସୁନାନୀ(୨୮)। ସୂଚନାନୁଯାୟୀ, ରିଆମାଳ ଥାନା ଅଞ୍ଚଳର…

ଲଜ୍ଜା: ୫ ବର୍ଷର ବାଳିକାଙ୍କୁ ବଳାତ୍କାର କରି ଅଖାରେ ବାନ୍ଧି ଫିଙ୍ଗିଦେଲେ

ଦୁର୍ଗ,୧୧ା୪: ଛତିଶଗଡ଼ ଦୁର୍ଗ ଜିଲାରେ ଏକ ଲଜ୍ଜାକର ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ବାଳିକାଙ୍କୁ ଅପହରଣ କରି ବଳାତ୍କାର କରାଯାଇଥିବା ଅଭିଯାଗ ହୋଇଛି। ଏପରିକି…

ଘରେ କେହି ନ ଥିବାବେଳେ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା କଲେ ଯୁବତୀ, ପଡ଼ୋଶୀ ଆସିବାବେଳକୁ…

ପାରଳାଖେମୁଣ୍ଡି,୧୧ା୪(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡିର ଖଞ୍ଜା ସାହିରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଖଞ୍ଜା ସାହିରେ ଶୁଭ୍ର ସାମଲ ନାମକ ଜଣେ…

ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ +୨ ଅନ୍‌ଲାଇନ୍‌-ଅଫ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର

ବାଲିଗୁଡ଼ା,୧୧ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ାସ୍ଥିତ ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ +୨ ବିଜ୍ଞାନ, ବାଣିଜ୍ୟ ବିଭାଗର ଅନ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର ହୋଇଥିବାବେଳେ ଗତ…

‘ନିଜ ମାତୃଭାଷା ଯେତେ ଆଗକୁ ଯିବ ସେ ଅଞ୍ଚଳ ସେତେ ଆଗକୁ ବଢ଼ିବ’

ଭଞ୍ଜନଗର,୧୧ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଓଡ଼ିଆ ପକ୍ଷ ଅବସରରେ ଶନିବାର ଭଞ୍ଜ ସାହିତ୍ୟ ଉପରେ ଏକ ଆଲୋଚନାଚକ୍ର ଅନୁଷ୍ଠିତ…

ସରକାରୀ ଯୋଜନାରେ ଲକ୍ଷପତି ହେଲେ ୨ ଭାଇ: ସମାଜ ପାଇଁ ଉଦାହରଣ

ଲଖନପୁର,୧୧ା୪(ଗୌତମ ସାହୁ):ବର୍ତ୍ତମାନ ସମୟରେ ଯୁବପିଢ଼ି ଉଚ୍ଚଶିକ୍ଷା ଗ୍ରହଣ କରି ସରକାରୀ ଚାକିରି ପାଇବା ଆଶାରେ ନିଜ ବୟସ ଗଡ଼ାଇ ଚାଲିଛନ୍ତି। ସେହିପରି ଆଉକିଛି ଯୁବପିଢ଼ି ସ୍ବଳ୍ପ ସମୟରେ…

ଅଫିସରେ କାମ କରୁଥିବାବେଳେ ଟଳିପଡ଼ିଲେ DFO, ଆହୁରି ବର୍ଷେ ଥିଲା ଚାକିରି

ଚାନ୍ଦବାଲି,୧୧ା୪(ଅଶୋକ ପଣ୍ଡା): ଚାନ୍ଦବାଲିରେ କର୍ତ୍ତବ୍ୟରତ ଭଦ୍ରକ ବନ୍ୟପ୍ରାଣୀ ବନଖଣ୍ଡ ଅଧିକାରୀ(DFO) ସୌଭାଗ୍ୟ କୁମାର ସାହୁଙ୍କ ମୃତ୍ୟୁ ଘଟିଛି। ଶନିବାର ପୂର୍ବାହ୍ନ ୧୧ ଟାରେ ସେ ଛାତିରେ ଯନ୍ତ୍ରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri