Posted inଜାତୀୟ

ଏଲ୍‌ଏସିରୁ ପଛଘୁଞ୍ଚା ଦେଲେ ୧୦ ହଜାର ଚାଇନା ସୈନ୍ୟ

ଲେହ,୧୨।୧: ପୂର୍ବ ଲଦାଖର ଏଲ୍‌ଏସିରେ ଭାରତ ଚାଇନା ମଧ୍ୟରେ ମୁହାଁମୁହିଁ ସ୍ଥିତି ସୃଷ୍ଟି ହୋଇଛି। ତେବେ ଏଠାର ପ୍ରବଳ ଥଣ୍ଡା ସହି ନ ପାରି ଚାଇନା ସୈନ୍ୟ ପଛଘୁଞ୍ଚାମାନେ ପଛଘୁଞ୍ଚା ଦେଇଛନ୍ତି। ୧୦ ହଜାର ଚାଇନା ସୈନ୍ୟ ଏଲ୍‌ଏସିଠାରୁ ୨୦୦ କିଲୋମିଟର ଦୂରକୁ ପଳାଇଛନ୍ତି। ପୂର୍ବରୁ ଏହି ଅଞ୍ଚଳରେ ଚାଇନା ସୈନ୍ୟଙ୍କ ତାଲିମ ଜାରି ରହିଥିଲା। ସୀମାରେ ଉତ୍ତେଜନା ସୃଷ୍ଟି ହେବାରୁ ଚାଇନା ୫୦ ହଜାର ସୈନ୍ୟଙ୍କୁ ମୁତୟନ କରିଥିଲା। ମାତ୍ର ତାପମାତ୍ରା ଶୂନ ଡିଗ୍ରୀ ସେଲସିୟସ୍‌ରୁ କମିବାରୁ ଏଭଳି ପଦକ୍ଷେପ ଗ୍ରହଣ କରାଯାଇଥିବା କୁହାଯାଉଛି। କରୋନା ମହାମାରୀ ସମୟରେ ମଧ୍ୟ ଚାଇନା ସୈନ୍ୟ ସୀମାକୁ ଜଗି ରହିଥିଲେ। ତେବେ ପ୍ରବଳ ଥଣ୍ଡା ଆଗରେ ସେମାନେ ହାର ମାନିଛନ୍ତି। ଅପରପକ୍ଷରେ ଭାରତୀୟ ସେନା ପୂର୍ବ ପରି ଏଲ୍‌ଏସିରେ ଥଣ୍ଡାକୁ ଖାତିର ନ କରି ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶୁଖିଯାଉଛି ନଦୀ-ପୋଖରୀ, ମଣିଷଙ୍କ ସହ ଡହଳବିକଳ ହେଉଛନ୍ତି ଗୃହପାଳିତ ପଶୁ

କେସିଙ୍ଗା,୯ା୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ୨୬ଟି ପଞ୍ଚାୟତରେ ଥିବା ୧୧୦ଟି ଗ୍ରାମରେ ପ୍ରଚଣ୍ଡ ଗ୍ରୀଷ୍ମତାପ ଯୋଗୁ ନଦୀନାଳ, ପୋଖରୀ, ଚେକ୍‌ ଡ୍ୟାମ୍‌, ନଳକୂପ ଶୁଖିଯାଉଛି।…

ପୋଖରୀରେ ବୁଡ଼ି ୩ ନାବାଳିକା ମୃତ, ସ୍କୁଲରୁ ଫେରି ଗାଧୋଇବାକୁ ଯାଇଥିଲେ

ଉମରକୋଟ,୯।୪(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଉମରକୋଟ ଥାନା କୁର୍ସୀ ଗ୍ରାମର ଉପରପାରାରେ ଦୁଃଖଦ ଘଟଣା ଦେଖିବାକୁ ମିଳିଛି । ଗୋଟିଏ ଗ୍ରାମର ଦୁଇ ପରିବାରର ତିନି ଜଣଙ୍କ…

୧୦ରେ ରାଜ୍ୟ କ୍ୟାବିନେଟ୍‌: ଆସିବ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ

ଭୁବନେଶ୍ୱର,୯ା୪ (ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଏପ୍ରିଲ ୧୦ରେ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଲୋକସେବା ଭବନର ତୃତୀୟ ମହଲାରେ ପୂର୍ବାହ୍ନ ୧୧ଟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ଶିକ୍ଷାବିଭାଗର ବିକଳ ଚିତ୍ର; ଗୋଟିଏ ଶ୍ରେଣୀ ଗୃହରେ ଚାଲିଛି ୬କ୍ଲାସ, ଫାଟକରେ ତାଲା ପକାଇ ଖରାରେ ଆନ୍ଦୋଳନ…

ଦିଗପହଣ୍ଡି,୯।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତରେ ଶିକ୍ଷା ବିଭାଗର ବିକଳ ଚିତ୍ର ଦେଖିବାକୁ ମିଳିଛି । ପଞ୍ଚାୟତ ଅଧିନ ଶ୍ୟାମସୁନ୍ଦର ପଲ୍ଲୀ…

ପିଏମ୍‌ କିଷାନ ଯୋଜନା ଟଙ୍କା ପାଉଥିଲେ ମିଳିବ ନାହିଁ ଏସବୁ ସୁବିଧା, ସରକାର ଅଯୋଗ୍ୟା ଘୋଷଣା କରି…

ନୂଆଦିଲ୍ଲୀ,୯ା୪: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନା ଆଜି ଲକ୍ଷଲକ୍ଷ ଚାଷୀଙ୍କ ପାଇଁ ଜୀବନରେଖା ପାଲଟିଛି। ବାର୍ଷିକ ମିଳୁଥିବା ୬୦୦୦ ଟଙ୍କା ଚାଷୀଙ୍କ ପାଇଁ ଏକ ବଡ଼…

ଷ୍ଟେଶନରୁ ଶିଶୁପୁତ୍ର ଚୋରି ଘଟଣାର ପର୍ଦ୍ଦାଫାଶ: ବାପା ରଚିଥିଲେ ନାଟକ, ଶାଳୀଙ୍କଠାରୁ ଛୁଆ ଆଣି…

ନିରାକାରପୁର, ୯।୪(ମାନସ ଚନ୍ଦ୍ର ପଟ୍ଟନାୟକ): ନିରାକାରପୁର ରେଳବାଇ ଷ୍ଟେଶନରୁ ୪ ମାସର ଶିଶୁପୁତ୍ର ଚୋରି ଘଟଣାରେ ପର୍ଦ୍ଦାଫାଶ କରିଛି ନିରାକାରପୁର ରେଳବାଇ ଫାଣ୍ଡି ପୋଲିସ। ଯେଉଁ ବାପା…

ପଲିଥିନ୍‌ ବାଣ୍ଟିବାକୁ ନେଉଥିଲେ ଘଟଗାଁ ଅତିରିକ୍ତ ତହସିଲଦାର, ଅଟକାଇଲେ ଲୋକେ

ପାଟଣା,୯ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୂଷାଖରି ପଞ୍ଚାୟତ ମୂଷାଖରି-ମଲ୍ଲୀପୋଷି ରାସ୍ତାର ଆହାର ବନ୍ଧ ନିକଟରେ ପଲିଥିନ୍‌ ବୋଝେଇ ଗାଡ଼ି ଅଟକ ରଖିଛନ୍ତି ଉତ୍ତ୍ୟକ୍ତ ଲୋକେ।…

ଇରାନ-ଆମେରିକା ଯୁଦ୍ଧବିରତି ମଧ୍ୟରେ ଇସ୍ରାଏଲର ବଡ଼ ଦାବି: ହିଜବୁଲ୍ଲା ମୁଖ୍ୟଙ୍କ ଘନିଷ୍ଠ ସହଯୋଗୀ ନିହତ

ନୂଆଦିଲ୍ଲୀ,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ୧୪ ଦିନିଆ ଯୁଦ୍ଧବିରତି ପାଇଁ ସହମତ ହୋଇଥିଲେ ମଧ୍ୟ ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି ପାଇଛି। ଏହି ସମୟରେ, ଇସ୍ରାଏଲ ହିଜବୁଲ୍ଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri