Posted inଜାତୀୟ

ଏଲ୍‌ଓସିରେ ପାକ୍‌ର ସୈନ୍ୟ ଠୁଳ

ନୂଆଦିଲ୍ଲୀ, ୨୮ା୮(ପି.ଟି.): ନିୟନ୍ତ୍ରଣ ରେଖା ନିକଟରେ ପାକିସ୍ତାନର ଶତାଧିକ ଏସ୍‌ଏସ୍‌ଜି କମାଣ୍ଡୋଙ୍କୁ ମୁତୟନ କରାଯାଇଛି। ଭାରତୀୟ ସେନାର କାର୍ଯ୍ୟାନୁଷ୍ଠାନକୁ ପ୍ରତିହତ କରିବା ଲାଗି ପାକିସ୍ତାନ ପ୍ରସ୍ତୁତି ଚଳାଇଥିବା କୁହାଯାଉଛି। ଭାରତୀୟ ସେନା ଏଥିପ୍ରତି ସତର୍କ ରହିଥିବାବେଳେ ପରିସ୍ଥିତି ଉପରେ ତୀକ୍ଷ୍ଣ ନଜର ରଖିଛି। ଜୈଶ-ଇ ମହମ୍ମଦ ଓ ଅନ୍ୟ ଆତଙ୍କବାଦୀ ଗୋଷ୍ଠୀ ସହ ମିଶି ଏହି ଏସ୍‌ଏସ୍‌ଜି କମାଣ୍ଡୋମାନେ ଗୁପ୍ତ ମନ୍ତ୍ରଣା ଚଳାଇଥିବା କୁହାଯାଉଛି। ନିୟନ୍ତ୍ରଣ ରେଖା ନିକଟରେ ପାକିସ୍ତାନୀ ସେନାର ଏସ୍‌ଏସ୍‌ଜି କମାଣ୍ଡୋମାନେ ଅସ୍ତ୍ରବିରତି ଉଲ୍ଲଂଘନ କରିବା ସହ ବିଭିନ୍ନ ହିଂସାତ୍ମକ କାର୍ଯ୍ୟକଳାପ ଚଳାଇ ଆସୁଥିବା ଅଭିଯୋଗ ହୋଇଛି। ଗୁଜରାଟ ସୀମାନ୍ତ ସାର୍‌ କ୍ରିକ୍‌ ଅଞ୍ଚଳରେ ଏମାନେ ମେଳି ବାନ୍ଧି ଚକ୍ରାନ୍ତ କରୁଥିବା ଜଣାପଡ଼ିଛି।
ରିପୋର୍ଟ ମୁତାବକ ୧୨ ଆଫଗାନ ଜେହାଦୀଙ୍କୁ ଜେଇଏମ୍‌ ଲୀପା ଉପତ୍ୟାକାରେ ମୁତୟନ କରିଛି। ଜେଇଏମ୍‌ ମୁଖ୍ୟ ମାସୁଦ ଆଝାରଙ୍କ ଭାଇ ରୌଫ୍‌ ଆଝାର ଗତ ୬ ଦିନ ତଳେ ବାହାଓ୍ବଲପୁରଠାରେ ଆତଙ୍କବାଦୀ କମାଣ୍ଡରଙ୍କ ସହ ବୈଠକ କରିଥିଲେ। ସୀମାରେ ଆତଙ୍କବାଦୀମାନେ ପ୍ରସ୍ତୁତ ରହିବା ସହ ଭାରତୀୟ ସହରରେ ବିସ୍ଫୋରଣ କରିବା ଲାଗି ପ୍ରସ୍ତୁତି କରାଯାଉଛି। ପାକିସ୍ତାନ ଏଜେନ୍ସିଗୁଡ଼ିକ ଭାରତୀୟ ସୁରକ୍ଷା କର୍ମୀଙ୍କୁ ଟକ୍କର ଦେବା ଲାଗି ଆଫଗାନ୍‌ ଆତଙ୍କବାଦୀଙ୍କୁ ନିଯୁକ୍ତି ଦେଉଥିବା ଜଣାପଡ଼ିଛି। ସମ୍ବିଧାନର ଧାରା ୩୭୦ ଉଚ୍ଛେଦ ସହ ଜମ୍ମୁ-କଶ୍ମୀରକୁ ଦୁଇଟି କେନ୍ଦ୍ରଶାସିତ ଅଞ୍ଚଳରେ ବିଭକ୍ତ କରାଯିବା ପରେ ପାକିସ୍ତାନ ରକ୍ତଚାଉଳ ଚୋବାଉଛି। କଶ୍ମୀରକୁ ନେଇ ବିଶ୍ୱର ବିଭିନ୍ନ ନେତାଙ୍କ ସହଯୋଗ ଲୋଡ଼ି ହତାଶ ହେବା ପରେ ଏବେ ଆତଙ୍କବାଦକୁ ପ୍ରୋତ୍ସାହନ ଦେଇ ଭାରତ ବିରୋଧରେ ଯୁଦ୍ଧଂ ଦେହି ଡାକରା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତା ମଝିରେ ବିପଦସଙ୍କୁଳ ବିଦ୍ୟୁତ୍‌ ଖୁଣ୍ଟ: ଯାତାୟତରେ ବାଧା

ଅତାବିରା, ୧୨।୪(ଯୁଧିଷ୍ଠିର ମହାପାତ୍ର ): ବରଗଡ଼ ଜିଲା ଅତାବିରା ବ୍ଲକ ଚକୁଳିଫାର୍ମ -ଗଡମୁଣ୍ଡା କେନାଲ ରାସ୍ତାର ପ୍ରଶସ୍ତୀକରଣ କରାଯାଉଥିବାବେଳେ ରାସ୍ତା ମଝିରେ ଥିବା ବିଦ୍ୟୁତ୍‌ ଖୁଣ୍ଟ ହଟୁନାହିଁ।…

ସକାଳୁ ସକାଳୁ ବଡ଼ ଧରଣର ଭୂକମ୍ପ: ଭୟରେ ଲୋକେ…

ଶ୍ରୀନଗର,୧୨।୪: ଜମ୍ମୁ ଓ କଶ୍ମୀରର ଡୋଡା ଅଞ୍ଚଳରେ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୬ ମାପ କରାଯାଇଛି। ଭୂକମ୍ପ ଅନୁଭୂତ ହେବାମାତ୍ରେ ଲୋକେ…

ଆମେରିକା ସର୍ତ୍ତ ମାନିଲାନି ଇରାନ: ଇସଲାମାବାଦ୍‌ ଆଲୋଚନା ଫେଲ୍‌

ଓ୍ବାଶିଂଟନ୍‌,୧୨।୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଅସ୍ତ୍ରବିରତି ଘୋଷଣା ପରେ ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଉଭୟ ଦେଶର ପ୍ରତିନିଧିମଣ୍ଡଳୀଙ୍କ ମଧ୍ୟରେ ଅନୁଷ୍ଠିତ ଶାନ୍ତି…

ଧାରଣାକୁ ମାସେ ବିତିଲା, ଶୁଣୁନି ପ୍ରଶାସନ: ଡାଲି, ଚାଉଳ ମାଗି ରୋଷେଇ କରୁଛନ୍ତି ଚାଷୀ

ବରଗଡ଼, ୧୨।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ସରିଯାଇଛି। ଅନ୍ୟପକ୍ଷେ ଆଉ ପ୍ରାୟ ମାସକ ପରେ ଜିଲାରେ ରବି ଧାନ ସଂଗ୍ରହ…

ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ: ନିଯୁକ୍ତି ପାଇବେ ୪୫ ହଜାର ଶିକ୍ଷକ, ଏହାସହ…

କେନ୍ଦୁଝର,୧୨ା୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଦୀପକ ମିଶ୍ର):ଶିକ୍ଷକମାନେ କେବଳ ପାଠ ପଢ଼ାନ୍ତି ତାହା ନୁହେଁ, ସେମାନେ ଛାତ୍ରୀଛାତ୍ରଙ୍କ ଚରିତ୍ର ଗଢ଼ନ୍ତି ଓ ଠିକ୍‌ ଜୀବନମାର୍ଗ ଦେଖାନ୍ତି। କେନ୍ଦୁଝର ଜିଲା ବୋଦାପଳାସାସ୍ଥିତ…

ଇରାନର ନିଦ ହଜିଲାଣି: ହର୍ମୁଜକୁ ନେଇ ବଢୁଛି ଚିନ୍ତା, ଏବେ ହେବ କ’ଣ

ନ୍ୟୁୟର୍କ,୧୨ା୪(ଏନ୍‌ଓ୍ବାଇଟି):ଇରାନ୍‌ ଏବେ ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ୍‌କୁ ନିଜସ୍ବ ସମସ୍ୟା ଯୋଗୁ ସମ୍ପୂର୍ଣ୍ଣ ରୂପେ ଖୋଲିପାରୁ ନାହିଁ। କାରଣ ଆମେରିକା ଓ ଇସ୍ରାଏଲ୍‌ ସହ ଯୁଦ୍ଧବେଳେ ଏହି ସାମୁଦ୍ରିକ…

ସରିଲା ବାହାର ରତ୍ନଭଣ୍ଡାର ଗଣତି: ଜାଣନ୍ତୁ କେତେ କ’ଣ ଅଛି

ପୁରୀ,୧୨ା୪ (ଅଜିତ୍‌ କୁମାର ମହାନ୍ତି):ପୁରୀ ଶ୍ରୀମନ୍ଦିର ବାହାର ରତ୍ନଭଣ୍ଡାର ଅଳଙ୍କାର ଗଣତି ଶନିବାର ଦ୍ୱିତୀୟ ପର୍ଯ୍ୟାୟର ୪ର୍ଥ ଦିନରେ ଶେଷହୋଇଛି । ୧୯୭୮ ମସିହା ତାଲିକା ଅନୁସାରେ…

ଚତୁର୍ଥ ଅମ୍ପାୟାରଙ୍କ ଯୋଗୁ ହାରିଗଲା ଦିଲ୍ଲୀ? ଜିତିଲା ଚେନ୍ନାଇ, ଜୋରଦାର ଯୁକ୍ତିତର୍କ…

ଚେନ୍ନାଇ,୧୨।୪: ଶନିବାର ଚେନ୍ନାଇର ଏମ୍‌.ଏ. ଚିଦାମ୍ବରମ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗସ (CSK) ଘରୋଇ ଗ୍ରାଉଣ୍ଡରେ ଦିଲ୍ଲୀ କ୍ୟାପିଟାଲ୍ସ (DC)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri