Posted inଖେଳ

ଏସିଆନ୍‌ ବକ୍ସିଂ: ଫାଇନାଲରେ ୬ ଭାରତୀୟ

ବ୍ୟାଙ୍କକ୍‌, ୨୬।୪(ପି.ଟି.)- ଏଠାରେ ଚାଲିଥିବା ଏସିଆନ୍‌ ବକ୍ସଂ ଚାମ୍ପିୟନଶିପ୍‌ରେ ଗୁରୁବାର ୬ଜଣ ଭାରତୀୟ ବକ୍ସର ଫାଇନାଲରେ ପ୍ରବେଶ କରିଛନ୍ତି। ଫଳରେ ଏହି ଚାମ୍ପିୟନଶିପ୍‌ରେ ଭାରତ ପାଇଁ ଏହା ସର୍ବକାଳୀନ ଶ୍ରେଷ୍ଠ ପ୍ରଦର୍ଶନ ସାବ୍ୟସ୍ତ ହୋଇଛି। ୫୨ କେ.ଜି.ରେ ଅମିତ ପଙ୍ଘାଲ ଓ ୫୬ କେ.ଜି.ରେ କବିନ୍ଦର ସିଂ ବିଷ୍ଟ ଫାଇନାଲରେ ପ୍ରବେଶ କରି ଚଳିତ ବର୍ଷ କ୍ରମାଗତ ଦ୍ୱିତୀୟ ଆନ୍ତର୍ଜାତିକ ସ୍ବର୍ଣ୍ଣପଦକ ହାସଲ କରିବାର ସମ୍ଭାବନା ସୃଷ୍ଟି କରିଛନ୍ତି। ତେବେ ୬୦ କେ.ଜି.ରେ ଶିବ ଥାପ୍ପା କ୍ରମାଗତ ଚତୁର୍ଥଥର ପାଇଁ ସେମିଫାଇନାଲରେ ପ୍ରବେଶ କରିଥିଲେ ମଧ୍ୟ ପରାସ୍ତ ହୋଇ ବ୍ରୋଞ୍ଜ୍‌ ପଦକରେ ସନ୍ତୁଷ୍ଟ ହୋଇଛନ୍ତି। ଦୀପକ ସିଂ ୪୯ କେ.ଜି. ଓ ଆଶିଷ କୁମାର ୭୫ କେ.ଜି.ରେ ଫାଇନାଲକୁ ଉଠିଛନ୍ତି। ସେହିପରି ପୂଜାରାନୀ ୮୧ କେ.ଜି. ବର୍ଗରେ ଓ ସିମରନଜିତ୍‌ କୌର ୬୪ କେ.ଜି. ମହିଳା ଡ୍ର’ର ଫାଇନାଲରେ ପ୍ରବେଶ କରି ଅତିକମ୍‌ରେ ରୌପ୍ୟପଦକ ନିଶ୍ଚିତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

IND vs SL: ବଦଳିଲେ ଟିମ ଇଣ୍ଡିଆର ଅଧିନାୟକ, ଶୁବମନ ଗିଲଙ୍କ ସ୍ଥାନ ନେଲେ ଏହି କ୍ରିକେଟର

ନୂଆଦିଲ୍ଲୀ,୭।୮: ଶ୍ରୀଲଙ୍କା ଏକାଦଶ ଟସ ଜିତି ଅଭ୍ୟାସ ମ୍ୟାଚରେ ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା; ଫଳରେ, କଲମ୍ବୋରେ ଖେଳାଯାଉଥିବା ଏହି ମ୍ୟାଚରେ ଭାରତୀୟ ଦଳ ପ୍ରଥମେ…

ହାର୍ଦ୍ଦିକ ପାଣ୍ଡ୍ୟାକୁ ନେଇ ଆସିଲା ଚମକାଇଦେଲା ଭଳି ଖବର: କ୍ରିକେଟ ଜଗତରେ ହଇଚଇ

ନୂଆଦିଲ୍ଲୀ, ୭।୮: IPL ୨୦୨୬ ସିଜନ ଶେଷ ହେବା ପରଠାରୁ ହାର୍ଦ୍ଦିକ ପାଣ୍ଡ୍ୟା ମୁମ୍ବାଇ ଇଣ୍ଡିଆନ୍ସରୁ ଅଲଗା ହେବା ନେଇ ଚର୍ଚ୍ଚା ଆରମ୍ଭ ହୋଇଯାଇଛି। IPL ୨୦୨୪ରେ…

ଗିଲଙ୍କୁ ନେଇ ବଢିଲା ଟିମ ଇଣ୍ଡିଆର ଟେନସନ! ଶ୍ରୀଲଙ୍କା ଟେଷ୍ଟ ସିରିଜ ପୂର୍ବରୁ…

ନୂଆଦିଲ୍ଲୀ,୬।୮: ଶୁବମନ ଗିଲଙ୍କ ନେତୃତ୍ୱରେ ଟିମ ଇଣ୍ଡିଆ ଅଗଷ୍ଟ ୧୫ରୁ ଶ୍ରୀଲଙ୍କାରେ ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଖେଳିବାକୁ ଯାଉଛି। ଏହା ପୂର୍ବରୁ, ‘ମେନ ଇନ…

ମୁଖ୍ୟମନ୍ତ୍ରୀଙ୍କ ପତ୍ନୀଙ୍କ ସହ କ୍ରିକେଟରଙ୍କ କଥାବାର୍ତ୍ତକୁ ନେଇ ହେଉଛି ଆଲୋଚନା, ଭାଇରାଲ ହେଲାଣି ଭିଡ଼ିଓ

ନୂଆଦିଲ୍ଲୀ,୬।୮: ଭାରତୀୟ କ୍ରିକେଟର ତିଲକ ବର୍ମା ଏବେ ଏବେ ଜିମ୍ବାୱେରୁ ଫେରିଛନ୍ତି, ଯେଉଁଠାରେ ଭାରତ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ 3-0ରେ ଜିତିଥିଲା। ଯଦିଓ ତିଲକ…

ବୁମ୍‌ରାଙ୍କୁ ବର୍ଷେ ଯାଏ ବିଦା କରିଦିଅ….ପୂର୍ବତନ କ୍ରିକେଟର୍‌ଙ୍କ ଆଶ୍ଚର୍ଯ୍ୟଜନକ ମନ୍ତବ୍ୟ

ନୂଆଦିଲ୍ଲୀ,୬।୮: ଭାରତୀୟ ପେସ୍‌ ବୋଲର୍‌ ଜସପ୍ରିତ ବୁମରା ନିଜ ବୋଲିଂ ଆକ୍ସନକୁ ନେଇ ପ୍ରାୟତଃ ଚର୍ଚ୍ଚାରେ ଥାନ୍ତି। ବୁମରା ଆଣ୍ଠୁ ଆଘାତ ସହିତ ସଂଘର୍ଷ କରୁଛନ୍ତି। ଫଳରେ…

ଅବସର ପରେ ରାହାଣେଙ୍କ ବଡ଼ ବୟାନ, ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ କହିଦେଲେ ବଡ଼ କଥା

ନୂଆଦିଲ୍ଲୀ,୬।୮: ବୈଭବ ସୂର୍ଯ୍ୟବଂଶୀ ମାତ୍ର ୧୫ ବର୍ଷ ବୟସରେ ଭାରତ ପାଇଁ ଅନ୍ତର୍ଜାତୀୟ କ୍ରିକେଟ ଖେଳିଥିବା ସବୁଠାରୁ କନିଷ୍ଠ ଖେଳାଳି। ସେ ସେହି ଚୟନିତ କ୍ରିକେଟରଙ୍କ ମଧ୍ୟରୁ…

ଏହି କ୍ରିକେଟର୍‌ଙ୍କ ଘର ଉପରକୁ ପେଟ୍ରୋଲ ବୋମା ମାଡ଼: କାରଣ ଜାଣିଲେ…

ନୂଆଦିଲ୍ଲୀ,୬।୮: କିମ୍ବଦନ୍ତୀ ବାଂଲାଦେଶୀ କ୍ରିକେଟର ଏବଂ ପୂର୍ବତନ ଅଧିନାୟକ ସାକିବ ଅଲ ହାସନଙ୍କ ଘର ଉପରେ ପେଟ୍ରୋଲ ବୋମା ମାଡ଼ କରାଯାଇଛି। ବାଂଲାଦେଶର ସବୁଠାରୁ ସଫଳ କ୍ରିକେଟରମାନଙ୍କ…

୧୧୦୫ ଦିନ ପରେ ପାକିସ୍ତାନର ବଡ଼ ବିଜୟ: ଶେଷରେ…

ନୂଆଦିଲ୍ଲୀ,୫।୮: ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ରେ ପାକିସ୍ତାନ ୱେଷ୍ଟଇଣ୍ଡିଜକୁ ୮ ଉଇକେଟ୍‌ରେ ପରାସ୍ତ କରିଛି। ଚତୁର୍ଥ ଇନିଂସ୍‌ରେ ମାତ୍ର ୭୪ ରନ୍‌ରେ ଲକ୍ଷ୍ୟ ପିଛା କରି ପାକିସ୍ତାନ ସହଜରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri