Posted inଖେଳ

ଏସିଆନ ଅଲିମ୍ପିକ କ୍ୱାଲିଫାୟର୍ସ: ଫଙ୍ଗାଲ କ୍ୱାର୍ଟର ଫାଇନାଲରେ

ଅମାନ (ଜୋର୍ଡାନ),୭ା୩ (ପି.ଟି.): ଭାରତର ଷ୍ଟାର ବକ୍ସର ଅମିତ ଫଙ୍ଗାଲ (୫୨କେଜି) ଏଠାରେ ଚାଲିଥିବା ଏସିଆନ କ୍ୱାଲିଫାୟର୍ସରେ କ୍ୱାର୍ଟର ଫାଇନାଲକୁ ଉନ୍ନୀତ ହୋଇଛନ୍ତି। ଶନିବାର ସେ ମଙ୍ଗୋଲିଆର ଏଙ୍ଖମାନାଦାଖ ଖାର୍‌ଖୁଙ୍କୁ ହରାଇ ଦେଇଛନ୍ତି। ଅଲିମ୍ପିକ ଟିକେଟ ହାସଲ କରିବା ଲାଗି ତାଙ୍କୁ ଆଉ କେବଳ ଗୋଟିଏ ବିଜୟ ଆବଶ୍ୟକ। ଗତବର୍ଷ ପ୍ରଥମ ଭାରତୀୟ ଭାବେ ବିଶ୍ୱ ଚାମ୍ପିୟନଶିପ୍‌ରେ ରୌପ୍ୟ ଜିତିଥିବା ଫଙ୍ଗାଲ ଏଠାରେ ଟପ୍‌ ସିଡ୍‌ ମାନ୍ୟତା ପାଇଛନ୍ତି। ଖାର୍‌ଖୁଙ୍କ ବିପକ୍ଷରେ ସେ ୩-୨ ବିଭାଜିତ ନିଷ୍ପତ୍ତିରେ ବିଜୟୀ ହୋଇଥିଲେ। ଫଙ୍ଗାଲ ବର୍ତ୍ତମାନ ଫିଲିପାଇନ୍ସର କାର୍ଲୋ ପାଲାମଙ୍କୁ ଭେଟିବେ। ଏହି ବକ୍ସରଙ୍କୁ ଫଙ୍ଗାଲ ୨୦୧୮ ଏସିଆନ ଗେମ୍ସ ସେମିଫାଇନାଲ ଏବଂ ୨୦୧୯ ବିଶ୍ୱ ଚାମ୍ପିୟନଶିପ୍‌ରେ ପରାସ୍ତ କରିଥିଲେ। ବର୍ତ୍ତମାନ ଏସିଆନ ଗେମ୍ସ ଓ ଏସିଆନ ଚାମ୍ପିୟନ ଫଙ୍ଗାଲ ଶନିବାର ପ୍ରଥମ ଦୁଇ ରାଉଣ୍ଡ ଲଢେଇରେ ଆକ୍ରମଣାତ୍ମକ ପ୍ରଦର୍ଶନ ସହ ପ୍ରଧାନ୍ୟ ବିସ୍ତାର କରିଥିଲେ। ମାତ୍ର ଅନ୍ତିମ ୩ ମିନିଟ୍‌ ଲଢେଇରେ ମଙ୍ଗୋଲିଆନ ବକ୍ସର ପ୍ରତ୍ୟାବର୍ତ୍ତନ କରି ଚାପ ସୃଷ୍ଟି କରିଥିଲେ। ଏହି ବିଜୟ ଦ୍ୱାରା ଭାରତୀୟ ବକ୍ସର ଗତ ବର୍ଷ ବିଶ୍ୱ ମିଲିଟାରୀ ଗେମ୍ସ ପରାଜୟର ପ୍ରତିଶୋଧ ନେଇଛନ୍ତି। ଶନିବାର ଅନୁଷ୍ଠିତ ଅନ୍ୟ ଏକ ସଂଘର୍ଷପୂର୍ଣ୍ଣ ପ୍ରି-କ୍ୱାର୍ଟରଫାଇନାଲ ବାଉଟ୍‌ରେ ରାଜ୍ୟଗୋଷ୍ଠୀ କ୍ରୀଡ଼ା ରୌପ୍ୟ ବିଜେତା ଗୌରବ ସୋଲାଙ୍କି (୫୭କେଜି) ଟପ୍‌ ସିଡ୍‌ ଉଜ୍‌ବେକିସ୍ତାନର ମିରାଜିଜ୍‌ବେକ୍‌ ମିର୍ଜାଖାଲିଲୋଭଙ୍କଠାରୁ ୧-୪ରେ ହାରିଯାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହ ଅଭିଯାନ ଶେଷ କଲା ଆଫଗାନିସ୍ତାନ

ଚେନ୍ନାଇ,୧୯ା୨- ଇବ୍ରାହିମ ଜଦ୍ରାନଙ୍କ ଅପରାଜିତ ୯୫ ରନ୍‌ ଏବଂ ମହମ୍ମଦ ନବିଙ୍କ ଯାଦୁଗରୀ ବୋଲିଂ ବଳରେ ଗୁରୁବାର ସନ୍ଧ୍ୟାରେ ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ର ଏକ ଲିଗ୍‌ ମ୍ୟାଚ୍‌ରେ…

ବିଷାକ୍ତ ଗ୍ୟାସ୍‌ ଲିକ୍‌: ଚାଲିଗଲା ୩୭ ଜୀବନ

ଆବୁଜା,୧୯ା୨: ନାଇଜେରିଆର ଉତ୍ତର କେନ୍ଦ୍ରୀୟ ଅଞ୍ଚଳସ୍ଥିତ ଏକ ଖଣିରୁ ବିଷାକ୍ତ ଗ୍ୟାସ୍‌ ଲିକ୍‌ ହେବା ଯୋଗୁ ସେଠାରେ କାର୍ଯ୍ୟ କରୁଥିବା ଲୋକଙ୍କ ମଧ୍ୟରୁ ୩୭ଜଣଙ୍କ ମୃତ୍ୟୁ ହୋଇଛି।…

ଇଟାଲିକୁ ପରାସ୍ତ କରି ସୁପର-୮ରେ ପହଞ୍ଚିଲା ଓ୍ବେଷ୍ଟଇଣ୍ଡିଜ

କୋଲକାତା,୧୯ା୨: ଅଧିନାୟକ ଶାଇ ହୋପ୍‌ଙ୍କ ଅପରାଜିତ ଅର୍ଦ୍ଧଶତକ ଏବଂ ବୋଲରଙ୍କ ଶୃଙ୍ଖଳିତ ବୋଲିଂ ସହାୟତାରେ ଓ୍ବେଷ୍ଟଇଣ୍ଡିଜ ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଇଟାଲିକୁ ୪୨ ରନରେ ପରାସ୍ତ…

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Watch: ଏମିତି ସିକ୍ସ ମାରିଲେ ବୈଭବ ସୂର୍ଯ୍ୟବଂଶୀ ଫାଟିଗଲା ପାଣି ପାଇପଲାଇନ, ଦେଖନ୍ତୁ ଭାଇରାଲ ଭିଡିଓ

ନୂଆଦିଲ୍ଲୀ,୧୯।୨: ଯେତେ ପ୍ରତିଭାବାନ ବୋଲରଙ୍କ ସାମ୍ନା କରନ୍ତୁ ନା କାହିଁକି, ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟ ସମସ୍ତଙ୍କୁ ସହଜରେ ପରାସ୍ତ କରିପାରିବ। 2026 ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ…

ସାରା ଦେଶରେ ହେବ SIR, ନିର୍ବାଚନ କମିଶନ କହିଲେ କେବେ ଆରମ୍ଭ ହେବ ପ୍ରକ୍ରିୟା, ଜାଣନ୍ତୁ ତାଲିକାରେ ପ୍ରଥମେ ରହିଛି କେଉଁ ରାଜ୍ୟ

ନୂଆଦିଲ୍ଲୀ,୧୯।୨: ଭୋଟର ତାଲିକାକୁ ଅଧିକ ସ୍ବଚ୍ଛ ଏବଂ ତ୍ରୁଟିମୁକ୍ତ କରିବା ପାଇଁ ଭାରତୀୟ ନିର୍ବାଚନ କମିଶନ (ECI) ଏକ ଦେଶବ୍ୟାପୀ SIR (ବିଶେଷ ସଘନ ସଂଶୋଧନ) ପ୍ରକ୍ରିୟା…

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

ଓପନର ଅଭିଷେକଙ୍କୁ ଏଭଳି ପରାମର୍ଶ ଦେଲେ ଗାଭାସ୍କର, ଜାଣନ୍ତୁ…

ଅହମଦାବାଦ,୧୯ା୨: ଟି୨୦ ବିଶ୍ୱକପ୍‌ରେ ସଂଘର୍ଷ କରୁଥିବା ଭାରତୀୟ ଓପନର ଅଭିଷେକ ଶର୍ମାଙ୍କୁ ବ୍ୟାଟିଂ କିମ୍ବଦନ୍ତୀ ସୁନୀଲ ଗାଭାସ୍କର ଏକ ପରାମର୍ଶ ଦେଇଛନ୍ତି। ଅଭିଷେକଙ୍କୁ ଇନିଂସ ଆରମ୍ଭରୁ ଆକ୍ରସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri