Posted inଖେଳ

ଏସିଆନ ଆଥଲେଟିକ୍ସ ଚାମ୍ପିୟନଶିପ୍‌:୨୦୦ ମିଟର ଫାଇନାଲରେ ଦୂତୀ

ଭୁବନେଶ୍ୱର, ୨୪।୪(କ୍ରୀଡ଼ା ପ୍ରତିନିଧି)- ଭାରତୀୟ ସ୍ପ୍ରିଣ୍ଟ କୁଇନ୍‌ ଓଡ଼ିଶାର ଦୂତୀ ଚାନ୍ଦ ଦୋହାଠାରେ ଚାଲିଥିବା ୨୩ତମ ଏସିଆନ ଆଥଲେଟିକ୍ସ ଚାମ୍ପିୟନଶିପ୍‌ର ମହିଳା ୨୦୦ ମିଟର ରେସ୍‌ ଫାଇନାଲରେ ପ୍ରବେଶ କରିଛନ୍ତି। ମଙ୍ଗଳବାର ଅନୁଷ୍ଠିତ ହିଟ୍‌ରେ ଦୂତୀ ୨୩.୩୩ ସେକେଣ୍ଡ ସମୟ ନେଇ ଏହି ସଫଳତା ପାଇଛନ୍ତି। ହିଟ୍‌-୩ରେ ଦୌଡ଼ିଥିଲେ ଦୂତୀ। ଏଥିରେ ସେ ଅନ୍ୟ ୭ ପ୍ରତିଯୋଗୀଙ୍କୁ ପଛରେ ପକାଇ ପ୍ରଥମସ୍ଥାନ ଅଧିକାର କରିଥିଲେ। ଚାଇନାର କୋଙ୍ଗ ଲିଙ୍ଗଓ୍ବେଇ ୨୩.୫୧ ସେକେଣ୍ଡ ସମୟ ନେଇ  ଦ୍ୱିତୀୟ ସ୍ଥାନରେ ରହିବା ସହ ଏହି ହିଟ୍‌ରୁ ଫାଇନାଲ ଯୋଗ୍ୟତା ପାଇଛନ୍ତି।  ହିଟ୍‌-୧ରୁ ଚାଇନାର ଜି ମାନ୍‌ଗି ୨୩.୪୬ ଓ ବାହାରିନର ଇଡିଡଙ୍ଗ ଓଡିଅଙ୍ଗ ୨୩.୫୩ ସେକେଣ୍ଡ ସମୟ ନେଇ ଏବଂ ହିଟ-୨ରୁ ବାହାରିନର ସାଲ୍‌ଓ୍ବା ନାସେର ୨୨.୮୪ ଓ କାଜାଖସ୍ତାନର ଓଲ୍‌ଗା ସାଫ୍ରାନୋଭା ୨୨.୯୮ ସେକେଣ୍ଡ ସମୟ ନେଇ ଫାଇନାଲକୁ ଯୋଗ୍ୟତା ଅର୍ଜନ କରିଛନ୍ତି। ପ୍ରକାଶ ଯୋଗ୍ୟ ଯେ ପ୍ରତିଯୋଗିତାର ୧୦୦ ମିଟର ରେସ୍‌ରେ ଦୂତୀ ହିଟ୍‌ରେ ୧୧.୨୮ ଓ ସେମିଫାଇନାଲରେ ୧୧.୨୬ ସେକେଣ୍ଡ ସମୟ ନେଇ ଦୁଇଥର ଜାତୀୟ ରେକର୍ଡ ଭାଙ୍ଗିଥିଲେ ହେଁ ଫାଇନାଲରେ ନୈରାଶ୍ୟଜନକଭାବେ ୧୧.୪୪ ସେକେଣ୍ଡ ସମୟ ନେଇ ୫ମ ସ୍ଥାନରେ ସନ୍ତୁଷ୍ଟ ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଇଶାନ କିଷାନଙ୍କୁ ବଡ ଦାୟିତ୍ୱ ଦେଲା ସନରାଇଜର୍ସ ହାଇଦ୍ରାବାଦ, କମିନ୍ସଙ୍କ ଅନୁପସ୍ଥିତିରେ…

ହାଇଦ୍ରାବାଦ,୧୮।୩: ଇଣ୍ଡିଆନ ପ୍ରିମିୟର ଲିଗ୍ (IPL) ୨୦୨୬ ସିଜନ ଆରମ୍ଭ ପୂର୍ବରୁ ସନରାଇଜର୍ସ ହାଇଦ୍ରାବାଦ (SRH) ଏକ ବଡ଼ ଘୋଷଣା କରିଛି। ଦଳର ନିୟମିତ ଅଧିନାୟକ ପ୍ୟାଟ୍…

Video: କ୍ରିକେଟରରୁ ପାଇଲଟ ହେଲେ ଗ୍ଲେନ୍ ଫିଲିପ୍ସ, ଯଦି ଟଙ୍କା ଥା’ନ୍ତା….

ନୂଆଦିଲ୍ଲୀ,୧୮।୩: ନ୍ୟୁଜିଲାଣ୍ଡର ଷ୍ଟାର କ୍ରିକେଟର ଗ୍ଲେନ୍ ଫିଲିପ୍ସ କେବଳ କ୍ରିକେଟ୍ ପଡ଼ିଆରେ ଜଣେ ଅଲରାଉଣ୍ଡର ନୁହଁନ୍ତି, ବରଂ ଅନ୍ୟାନ୍ୟ କାର୍ଯ୍ୟରେ ମଧ୍ୟ ତାଙ୍କର ଅଲରାଉଣ୍ଡର କ୍ଷମତା ରହିଛି…

ଜସପ୍ରିତ ବୁମରା ଏବଂ ଅକ୍ଷର ପଟେଲଙ୍କ ଦରମା ବଢ଼ାଇବ BCCI, ମିଳିବ ଏତେ କୋଟି

ନୂଆଦିଲ୍ଲୀ,୧୮।୩: ଜସପ୍ରିତ ବୁମରାହ ଏବଂ ଅକ୍ଷର ପଟେଲ ନିରନ୍ତର ଭଲ ପ୍ରଦର୍ଶନ କରିଆସୁଛନ୍ତି । ଏହା ସତ୍ତ୍ୱେ, କେନ୍ଦ୍ରୀୟ ଚୁକ୍ତିନାମା ଅନୁଯାୟୀ ସେମାନଙ୍କର ଦରମା ହ୍ରାସ କରାଯାଇଥିଲା।…

PSL 2026: ହାଇଦ୍ରାବାଦ ଅଧିନାୟକ ହେଲେ ମାର୍ନସ ଲାବୁସେନ, ଚମକାଇଲା ନିଷ୍ପତ୍ତି

କରାଚୀ,୧୭।୩: ଅଷ୍ଟ୍ରେଲିଆର ଷ୍ଟାର୍‌ ବ୍ୟାଟର ମାର୍ନସ ଲାବୁସେନ ପ୍ରଥମ ଥର ପାଇଁ ପାକିସ୍ତାନ ସୁପର ଲିଗ (PSL) ଖେଳିବାକୁ ଯାଉଛନ୍ତି। ତେବେ ଆଶ୍ଚର୍ଯ୍ୟର କଥା ହେଉଛି, ପଦାର୍ପଣ…

ସିରିଜ୍‌କୁ ୧-୧ରେ ବରାବର କଲା ନ୍ୟୁଜିଲାଣ୍ଡ

ହାମିଲଟନ,୧୭ା୩: ଡେଭନ କନଓ୍ବେଙ୍କ ଅର୍ଦ୍ଧଶତକୀୟ ପାଳି ବଳରେ ନ୍ୟୁଜିଲାଣ୍ଡ ଦ୍ୱିତୀୟ ଟି୨୦ ମ୍ୟାଚ୍‌ରେ ଦକ୍ଷିଣ ଆଫ୍ରିକାକୁ ୬୮ ରନରେ ପରାସ୍ତ କରିଛି। ଏହି ବିଜୟ ସହିତ ନ୍ୟୁଜିଲାଣ୍ଡ…

ରୋହିତଙ୍କ ପାଇଁ ମୁମ୍ବାଇ ଇଣ୍ଡିଆନ୍ସର ସ୍ବତନ୍ତ୍ର ପ୍ଲାନ! କେମିତି ଖେଳିବେ ସେ ନେଇ ସ୍ପଷ୍ଟ କଲେ ହେଡ୍‌ କୋଚ୍‌

ମୁମ୍ବାଇ,୧୭।୩: ଇଣ୍ଡିଆନ ପ୍ରିମିୟର ଲିଗ (IPL) ୨୦୨୬ ପାଇଁ ପ୍ରସ୍ତୁତି ଏବେ ଜୋରଦାର ଚାଲିଛି। ମୁମ୍ବାଇ ଇଣ୍ଡିଆନ୍ସର ପୂର୍ବତନ ଅଧିନାୟକ ତଥା ଷ୍ଟାର୍‌ ବ୍ୟାଟର ରୋହିତ ଶର୍ମା…

ସନରାଇଜର୍ସ ହାଇଦ୍ରାବାଦର ନେତୃତ୍ୱ ନେଇପାରନ୍ତି ଇଶାନ କିଶନ

ନୂଆଦିଲ୍ଲୀ,୧୭ା୩: ଭାରତର ବାମହାତୀ ବିସ୍ଫୋରକ ବ୍ୟାଟର ଇଶାନ କିଶନ ଆଇପିଏଲ୍‌ର ପ୍ରାରମ୍ଭିକ କିଛି ମ୍ୟାଚ୍‌ରେ ସନରାଇଜର୍ସ ହାଇଦ୍ରାବାଦ ଦଳର ନେତୃତ୍ୱ ନେଇପାରନ୍ତି। ନିୟମିତ ଅଧିନାୟକ ପ୍ୟାଟ କୁମିନ୍ସ…

ନ୍ୟୁଜିଲ୍ୟାଣ୍ଡ ପରେ ଦକ୍ଷିଣ ଆଫ୍ରିକାକୁ ବଡ଼ ଝଟକା, T20 ସିରିଜରୁ ବାଦ ପଡ଼ିଲେ ଷ୍ଟାର ଖେଳାଳି

ନୂଆଦିଲ୍ଲୀ,୧୭।୩: ଦକ୍ଷିଣ ଆଫ୍ରିକା ଟିମ୍ ବର୍ତ୍ତମାନ ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟି-୨୦ ସିରିଜ ପାଇଁ ନ୍ୟୁଜିଲ୍ୟାଣ୍ଡ ଗସ୍ତ କରୁଛି। ଦୁଇ ଦଳ ମଧ୍ୟରେ ସିରିଜର ଦ୍ୱିତୀୟ ଟି-୨୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri