Posted inଖେଳ

ଏସିଆ ଏକାଦଶ ଟି୨୦: କାର୍ଯ୍ୟଭାର ମୂଲ୍ୟାଙ୍କନ ପରେ ଖେଳାଳିଙ୍କ ନାମ ସ୍ପଷ୍ଟ ହେବ

ଖ୍ରୀଷ୍ଟଚର୍ଚ୍ଚ,୨୯।୨(ପି.ଟି.)- ମାର୍ଚ୍ଚ ୨୧ ଓ ୨୨ ତାରିଖରେ ଢାକାରେ ଖେଳାଯିବାକୁ ଥିବା ବିଶ୍ୱ ଏକାଦଶ ବିପକ୍ଷ ଦୁଇ ମ୍ୟାଚ୍‌ବିଶିଷ୍ଟ ଟି୨୦ ସିରିଜ ପାଇଁ ଏସିଆ ଏକାଦଶ ଦଳ ଘୋଷଣା ହେବ। ତେବେ ଏସିଆ ଏକାଦଶ ପାଇଁ ନାମ ଦେବା ପୂର୍ବରୁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଖେଳାଳିଙ୍କ କାର୍ଯ୍ୟଭାର ନେଇ ମୂଲ୍ୟାଙ୍କନ କରିବ। ଭାରତୀୟ ଅଧିନାୟକ ବିରାଟ କୋହଲି ଅତିକମ୍‌ରେ ଗୋଟିଏ ମ୍ୟାଚ୍‌ ଖେଳିବେ ବୋଲି ବାଂଲାଦେଶ କ୍ରିକେଟ ବୋର୍ଡ (ବିସିବି) ଘୋଷଣା କରିବା ପରେ ବିସିସିଆଇ ଏହି କଥା କହିଛି।
ନ୍ୟୁଜିଲାଣ୍ଡ ଗସ୍ତ ସାରି ଭାରତୀୟ ଦଳ ମାର୍ଚ୍ଚ ୬ ତାରିଖରେ ସ୍ବଦେଶ ଫେରିବ। ଏହାପରେ ମାର୍ଚ୍ଚ ୧୨ ତାରିଖରେ ଦକ୍ଷିଣ ଆଫିକା ବିପକ୍ଷ ପ୍ରଥମ ଦିନିକିଆ ଖେଳିବା ପୂର୍ବରୁ ଖେଳାଳିମାନେ ଧର୍ମଶାଳାରେ ୧୦ ତାରିଖରେ ଏକାଠି ହେବେ। ୧୫ ତାରିଖରେ ଲକ୍ଷ୍ନୌରେ ଦ୍ୱିତୀୟ ଦିନିକିଆ ଓ ୧୮ରେ କୋଲକାତାରେ ତୃତୀୟ ତଥା ଅନ୍ତିମ ଦିନିକିଆ ମ୍ୟାଚ୍‌ ଆୟୋଜନ ହେବ। ପ୍ରଥମ ଦିନିକିଆ ପୂର୍ବରୁ ଦଳର ସବୁ ଖେଳାଳି ବାଧ୍ୟତାମୂଳକ ଭାବେ ମେଡିକାଲ ଟେଷ୍ଟର ସମ୍ମୁଖୀନ ହେବେ। ୨୯ରେ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ) ଆରମ୍ଭ ହେବାର କାର୍ଯ୍ୟକ୍ରମ ରହିଛି। ୧୦ଜଣ ଖେଳାଳିଙ୍କ ନାମ ବିସିବି ସୁପାରିସ କରିଛି। ସେଥିମଧ୍ୟରୁ ୫ଜଣ ଖେଳାଳିଙ୍କୁ ଆମେ ପଠାଇବୁ। ଅତ୍ୟଧିକ କାର୍ଯ୍ୟଭାର ଥିବାରୁ ଆମେ ଏବେ କୌଣସି ଖେଳାଳିଙ୍କ ନାମ ଘୋଷଣା କରିବୁ ନାହିଁ ବୋଲି ବିସିସିଆଇ ତରଫରୁ କୁହାଯାଇଛି। ଉଲ୍ଲେଖଥାଉ କି, ବାଂଲାଦେଶ ପ୍ରତିଷ୍ଠାତା ଶେଖ ମୁଜିବୁର ରହମାନଙ୍କ ଜନ୍ମ ଶତବାର୍ଷିକୀ ପାଳନ ଅବସରରେ ବିସିବି ଏହି ଟି୨୦ ସିରିଜ ଆୟୋଜନ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଟିନଙ୍କ ଘର ଉପରେ ଏମିତି ‘ଡ୍ରୋନ୍ ଆକ୍ରମଣ’ର କରିଥିଲା ୟୁକ୍ରେନ, ଭୟଙ୍କର ଭିଡିଓ ଜାରି କଲା ରୁଷ

ନୂଆଦିଲ୍ଲୀ,୩୧।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବାସଭବନକୁ ଲକ୍ଷ୍ୟ କରି ଡ୍ରୋନ୍ ମାଡ଼ କରିଛି ୟୁକ୍ରେନ। ଏହି ଖବର ପରେ ଦୁଇ ଦେଶ ମଧ୍ୟରେ ଯୁଦ୍ଧ...

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ବିଗିଡିଲା ଭୁବନେଶ୍ୱର ବାୟୁ ଗୁଣବତ୍ତା, ଓଡ଼ିଶାର ୪ ସହରର ସ୍ଥିତି ସଙ୍ଗିନ

ଭୁବନେଶ୍ବର,୩୧ା୧୨: ଓଡ଼ିଶାର ବାୟୁ ପ୍ରଦୂଷଣ ସ୍ତର ଏବେ ଚିନ୍ତାଜନକ ସ୍ଥିତିରେ ପହଞ୍ଚିଛି। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (CPCB) ପକ୍ଷରୁ ଜାରି ସଦ୍ୟତମ ତଥ୍ୟ ଅନୁଯାୟୀ,...

ରାସନ୍ କାର୍ଡ E-KYC ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଏତିକି ଦିନ ବଢ଼ିଲା ଅବଧି

ଭୁବନେଶ୍ବର,,୩୧/୧୨: ରାସନକାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ ଖବର । ଆହୁରି ୨ ମାସ ବଢିଲା ରାସନ୍ କାର୍ଡ E-KYC ଅବଧି । ଆଜି  E-KYC ଅବଧି...

ପୁରୀ ହେଲା ମହାନଗର ନିଗମ: ଚଣ୍ଡିଖୋଲ ସମେତ ଏସବୁ ସହର ହେଲା NAC

ଭୁବନେଶ୍ବର,୩୧ା୧୨: ନୂଆ ବର୍ଷ ପୂର୍ବରୁ ରାଜ୍ୟର ପୌର ପ୍ରଶାସନ କ୍ଷେତ୍ରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି। ପବିତ୍ର ପୁରୀ ସହରକୁ ସରକାର ମହାନଗର ନିଗମର...

ହାତରେ ମଦ ବୋତଲ ଧରି ବୁଲୁଛନ୍ତି ତେନ୍ଦୁଲକରଙ୍କ ଝିଅ ସାରା, ଭିଡିଓ ଭାଇରାଲ୍

ଗୋଆ,୩୧ା୧୨: କ୍ରିକେଟ୍ ଦୁନିଆର ମହାନ ଖେଳାଳି ସଚିନ ତେନ୍ଦୁଲକରଙ୍କ ଝିଅ ସାରା ତେନ୍ଦୁଲକର ଏବେ ଚର୍ଚ୍ଚାରେ। ନିକଟରେ ସାରାଙ୍କର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ୍...

ଶକ୍ତିଶାଳୀ ଦିଲ୍ଲୀକୁ ହରାଇଲା ଓଡ଼ିଶା, ବିରାଟ ଅନୁପସ୍ଥିତିରେ ମାଟି କାମୁଡ଼ିଲା ରିଷଭଙ୍କ ଟିମ୍

ବେଙ୍ଗାଲୁରୁ,୩୧ା୧୨: ବିଜୟ ହଜାରେ ଟ୍ରଫିର ଏଲିଟ୍ ଗ୍ରୁପ୍-ଡି ମୁକାବିଲାରେ ଓଡ଼ିଶା କ୍ରିକେଟ୍ ଦଳ ଶକ୍ତିଶାଳୀ ଦିଲ୍ଲୀକୁ ୭୯ ରନ୍‌ରେ ପରାସ୍ତ କରିଛି। ଷ୍ଟାର୍ ବ୍ୟାଟର ବିରାଟ...

ନୂଆବର୍ଷ ଗୋଟିଏ ଦିନ ପୂର୍ୱରୁ ସରକାରୀ କର୍ମଚାରୀଙ୍କୁ ଝଟ୍‌କା! ଏମାନଙ୍କୁ ମିଳିବନି ଗ୍ରାଚ୍ୟୁଇଟି

ନୂଆଦିଲ୍ଲୀ,୩୧।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର ଆସିଛି। ପେନସନ ଏବଂ ପେନସନଭୋଗୀ କଲ୍ୟାଣ ବିଭାଗ (DoPPW) ଗ୍ରାଚ୍ୟୁଇଟି ସମ୍ୱନ୍ଧୀୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri