Posted inଖେଳ

ଏସିଆ ଏକାଦଶ ଟି୨୦: କାର୍ଯ୍ୟଭାର ମୂଲ୍ୟାଙ୍କନ ପରେ ଖେଳାଳିଙ୍କ ନାମ ସ୍ପଷ୍ଟ ହେବ

ଖ୍ରୀଷ୍ଟଚର୍ଚ୍ଚ,୨୯।୨(ପି.ଟି.)- ମାର୍ଚ୍ଚ ୨୧ ଓ ୨୨ ତାରିଖରେ ଢାକାରେ ଖେଳାଯିବାକୁ ଥିବା ବିଶ୍ୱ ଏକାଦଶ ବିପକ୍ଷ ଦୁଇ ମ୍ୟାଚ୍‌ବିଶିଷ୍ଟ ଟି୨୦ ସିରିଜ ପାଇଁ ଏସିଆ ଏକାଦଶ ଦଳ ଘୋଷଣା ହେବ। ତେବେ ଏସିଆ ଏକାଦଶ ପାଇଁ ନାମ ଦେବା ପୂର୍ବରୁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଖେଳାଳିଙ୍କ କାର୍ଯ୍ୟଭାର ନେଇ ମୂଲ୍ୟାଙ୍କନ କରିବ। ଭାରତୀୟ ଅଧିନାୟକ ବିରାଟ କୋହଲି ଅତିକମ୍‌ରେ ଗୋଟିଏ ମ୍ୟାଚ୍‌ ଖେଳିବେ ବୋଲି ବାଂଲାଦେଶ କ୍ରିକେଟ ବୋର୍ଡ (ବିସିବି) ଘୋଷଣା କରିବା ପରେ ବିସିସିଆଇ ଏହି କଥା କହିଛି।
ନ୍ୟୁଜିଲାଣ୍ଡ ଗସ୍ତ ସାରି ଭାରତୀୟ ଦଳ ମାର୍ଚ୍ଚ ୬ ତାରିଖରେ ସ୍ବଦେଶ ଫେରିବ। ଏହାପରେ ମାର୍ଚ୍ଚ ୧୨ ତାରିଖରେ ଦକ୍ଷିଣ ଆଫିକା ବିପକ୍ଷ ପ୍ରଥମ ଦିନିକିଆ ଖେଳିବା ପୂର୍ବରୁ ଖେଳାଳିମାନେ ଧର୍ମଶାଳାରେ ୧୦ ତାରିଖରେ ଏକାଠି ହେବେ। ୧୫ ତାରିଖରେ ଲକ୍ଷ୍ନୌରେ ଦ୍ୱିତୀୟ ଦିନିକିଆ ଓ ୧୮ରେ କୋଲକାତାରେ ତୃତୀୟ ତଥା ଅନ୍ତିମ ଦିନିକିଆ ମ୍ୟାଚ୍‌ ଆୟୋଜନ ହେବ। ପ୍ରଥମ ଦିନିକିଆ ପୂର୍ବରୁ ଦଳର ସବୁ ଖେଳାଳି ବାଧ୍ୟତାମୂଳକ ଭାବେ ମେଡିକାଲ ଟେଷ୍ଟର ସମ୍ମୁଖୀନ ହେବେ। ୨୯ରେ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ) ଆରମ୍ଭ ହେବାର କାର୍ଯ୍ୟକ୍ରମ ରହିଛି। ୧୦ଜଣ ଖେଳାଳିଙ୍କ ନାମ ବିସିବି ସୁପାରିସ କରିଛି। ସେଥିମଧ୍ୟରୁ ୫ଜଣ ଖେଳାଳିଙ୍କୁ ଆମେ ପଠାଇବୁ। ଅତ୍ୟଧିକ କାର୍ଯ୍ୟଭାର ଥିବାରୁ ଆମେ ଏବେ କୌଣସି ଖେଳାଳିଙ୍କ ନାମ ଘୋଷଣା କରିବୁ ନାହିଁ ବୋଲି ବିସିସିଆଇ ତରଫରୁ କୁହାଯାଇଛି। ଉଲ୍ଲେଖଥାଉ କି, ବାଂଲାଦେଶ ପ୍ରତିଷ୍ଠାତା ଶେଖ ମୁଜିବୁର ରହମାନଙ୍କ ଜନ୍ମ ଶତବାର୍ଷିକୀ ପାଳନ ଅବସରରେ ବିସିବି ଏହି ଟି୨୦ ସିରିଜ ଆୟୋଜନ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

୧୦ ବର୍ଷ ଅପେକ୍ଷାର ଅନ୍ତ, ଅଷ୍ଟ୍ରେଲିଆ ମାଟିରେ ଟି-୨୦ ସିରିଜ ଜିତି ଇତିହାସ ରଚିଲା ଭାରତ

ଆଡିଲେଡ,୨୧।୨: ଅଷ୍ଟ୍ରେଲିଆ ଗସ୍ତରେ ଥିବା ଭାରତୀୟ ମହିଳା କ୍ରିକେଟ ଦଳ ଜବରଦସ୍ତ ପ୍ରଦର୍ଶନ କରି ଟି-୨୦ ସିରିଜକୁ ୨-୧ରେ ନିଜ ନାମରେ କରିଛି। ଶନିବାର ୨୧ ଫେବୃଆରୀରେ…

ଅଭିଷେକଙ୍କ ଫର୍ମକୁ ନେଇ ମୁହଁ ଖୋଲିଲେ ଅଧିନାୟକ ସୂର୍ଯ୍ୟକୁମାର

ଅହମଦାବାଦ,୨୧ା୨: ଭାରତୀୟ ଓପନର ଅଭିଷେକ ଶର୍ମା ୩ ମ୍ୟାଚ୍‌ରେ ୩ ଥର ଖାତା ଖୋଲିବାରେ ବିଫଳ ହେବା ସତ୍ତ୍ୱେ ତାଙ୍କ ଫର୍ମ ଦଳ ପାଇଁ ଚିନ୍ତାର କାରଣ…

ଧାଓ୍ବନଙ୍କ ନୂଆ ଇନିଂସ: ପ୍ରେମିକାଙ୍କ ସହ ଧୁମ୍‌ଧାମରେ ବିବାହ ଶେଷ; ବରଯାତ୍ରୀରେ ସାମିଲ ହେଲେ ଏହି କ୍ରିକେଟର; ଦେଖନ୍ତୁ Photos 

ନୂଆଦିଲ୍ଲୀ,୨୧।୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ବିସ୍ଫୋରକ ଓପନର୍‌ ଶିଖର ଧାଓ୍ବନ ନିଜ ଜୀବନର ଏକ ନୂଆ ଇନିଂସ ଆରମ୍ଭ କରିଛନ୍ତି। ଶନିବାର ୨୧ ଫେବୃଆରୀରେ ସେ…

ଖରାପ ଫର୍ମ ପାଇଁ ଭାରତ-ଦକ୍ଷିଣ ଆଫ୍ରିକା ମ୍ୟାଚରୁ ବାଦ ପଡିବେ ଅଭିଷେକ? କ୍ୟାପଟେନ ଦେଲେ ବଡ଼ ବୟାନ

ନୂଆଦିଲ୍ଲୀ,୨୧।୨: ୨୦୨୬ ଟି୨୦ ବିଶ୍ୱକପ ସୁପର ୮ରେ ଭାରତର ପ୍ରଥମ ମ୍ୟାଚ ରବିବାର, ଫେବୃଆରୀ ୨୨ରେ ଦକ୍ଷିଣ ଆଫ୍ରିକା ବିପକ୍ଷରେ। ଏହା ପୂର୍ବରୁ, ଶନିବାର ଏକ ସାମ୍ବାଦିକ…

ଭାରତ ନା ଦକ୍ଷିଣ ଆଫ୍ରିକା T20ରେ କେଉଁ ଟିମ ଅଧିକ ମଜଭୁତ? ସୁପର ୮ ମୁକାବିଲା ପୂର୍ବରୁ ଜାଣନ୍ତୁ…

ନୂଆଦିଲ୍ଲୀ,୨୧।୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ଉଭୟ ଲିଗ ପର୍ଯ୍ୟାୟରେ ସେମାନଙ୍କର ଚାରୋଟି ମ୍ୟାଚ ଜିତିବା ପରେ ସୁପର ୮ ପର୍ଯ୍ୟାୟରେ ପହଞ୍ଚିଛନ୍ତି। ୨୦୨୬ ଟି୨୦ ବିଶ୍ୱକପର…

IND vs SA ମ୍ୟାଚ ପୂର୍ବରୁ ଭାରତୀୟ ଟିମକୁ ଲାଗିଲା ବଡ଼ ଝଟକା, ଆହତ ହେଲେ ଏହି ଖେଳାଳି

ନୂଆଦିଲ୍ଲୀ,୨୧।୨: ଲିଗ ପର୍ଯ୍ୟାୟରେ ସମସ୍ତ ଚାରୋଟି ମ୍ୟାଚ ଜିତି T20 World Cup 2026 ର ସୁପର ୮ପର୍ଯ୍ୟାୟରେ ପହଞ୍ଚିଥିବା ଟିମ ଇଣ୍ଡିଆ, ରବିବାର, ଫେବୃଆରୀ ୨୨ରେ…

ଭାରତ-ବ୍ରାଜିଲ ସମ୍ପର୍କରେ ନୂଆ ଅଧ୍ୟାୟ: ବାଣିଜ୍ୟ ଚୁକ୍ତି ସ୍ବାକ୍ଷରିତ

ବ୍ରାସିଲିଆ,୨୧।୨: ଭାରତ-ବ୍ରାଜିଲ ସମ୍ପର୍କରେ ଏକ ନୂତନ ଅଧ୍ୟାୟ ଯୋଡି ହୋଇଛି। ଉଭୟ ଦେଶ ମଧ୍ୟରେ ଏକ ବାଣିଜ୍ୟ ଚୁକ୍ତି ସ୍ବାକ୍ଷରିତ ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ…

ପାକିସ୍ତାନ କୋଚ ମଧ୍ୟ ବାବର ଆଜମଙ୍କୁ ଅପମାନିତ କଲେ? ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୧।୨: ଶନିବାର ପାକିସ୍ତାନ କ୍ରିକେଟ ଦଳ ସୁପର ୮ରେ ନ୍ୟୁଜିଲାଣ୍ଡ ସହିତ ଖେଳୁଛି। ଦଳ ଗ୍ରୁପ ପର୍ଯ୍ୟାୟରେ ଚାରୋଟି ମ୍ୟାଚ ମଧ୍ୟରୁ ତିନୋଟିରେ ବିଜୟୀ ହୋଇଥିଲା, ତଥାପି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri