Posted inଖେଳ

ଏସିଆ କପ୍‌ ନେଇ ନିଷ୍ପତ୍ତି ହେଲାନି, ବୈଠକରେ ଯୋଗଦେଲେ ଗାଙ୍ଗୁଲି, ଶାହା

ନୂଆଦିଲ୍ଲ, ୯।୬(ପି.ଟି.): ଚଳିତ ବର୍ଷ ଆୟୋଜନ ହେବାକୁ ଥିବା ଏସିଆ କପ୍‌ ଟି୨୦ ନେଇ କୌଣସି ନିଷ୍ପତ୍ତି ନିଆଯାଇ ପାରିନାହିଁ। ଏସିଆନ କ୍ରିକେଟ କାଉନସିଲ (ଏସିସି) ବୈଠକରେ ଏହି ଟୁର୍ନାମେଣ୍ଟ ଆୟୋଜନ ନେଇ ସଦସ୍ୟମାନେ ଭିନ୍ନଭିନ୍ନ ମତ ଦେଇଥିଲେ। କୋଭିଡ୍‌-୧୯ ମହାମାରୀକୁ ଦୃଷ୍ଟିରେ ରଖି ନିଷ୍ପତ୍ତି ନିଆଯାଇପାରି ନାହିଁ। ଏହି ଟୁର୍ନାମେଣ୍ଟ ସେପ୍ଟେମ୍ବରରେ ଆୟୋଜନ ହେବାର କାର୍ଯ୍ୟକ୍ରମ ଥିଲା ଓ ଏହାକୁ ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) ଆୟୋଜନ କରିବାର କାର୍ଯ୍ୟକ୍ରମ ଥିଲା। ଭାରତ ପାକିସ୍ତାନ ଯିବା ସମ୍ଭାବନା ନ ଥିବାରୁ ଏସିଆ କପ୍‌ ଅନ୍ୟ ଦେଶକୁ ସ୍ଥାନାନ୍ତର ହେବ। ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ଉପରେ ଏସିସିର ନିଷ୍ପତ୍ତି ନିର୍ଭର କରୁଛି। ଆସନ୍ତା ଅକ୍ଟୋବର- ନଭେମ୍ବରରେ ଅଷ୍ଟ୍ରେଲିଆରେ ଆୟୋଜନ ହେବାକୁ ଥିବା ଟି୨୦ ବିଶ୍ୱକପ୍‌ ନେଇ ଆଇସିସି ନିଷ୍ପତ୍ତି ନେବା ପରେ ଏସିସି ଏସିଆ କପ୍‌ ସଂକ୍ରାନ୍ତରେ ନିଷ୍ପତ୍ତି ନେବ ବୋଲି ଆଶା କରାଯାଉଛି।

ସୋମବାର ଏସିସି ବୈଠକ ବସିଥିଲା। ଏସିସି ବୋର୍ଡ ବୈଠକରେ ବାଂଲାଦେଶ କ୍ରିକେଟ ବୋର୍ଡ (ବିସିବି) ଅଧ୍ୟକ୍ଷ ନାଜମୁଲ ହାସନ ପାପୋନ ଅଧ୍ୟକ୍ଷତା କରିଥିଲେ। ଏଥିରେ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଅଧ୍ୟକ୍ଷ ସୌରଭ ଗାଙ୍ଗୁଲି ଓ ସମ୍ପାଦକ ଜୟ ଶାହା ଯୋଗ ଦେଇଥିଲେ। ଏସିଆ କପ୍‌କୁ ଘୁଞ୍ଚାଇବା ନେଇ ବୈଠକରେ ଆଲୋଚନା ହୋଇଥିଲେ ମଧ୍ୟ ଅନ୍ତିମ ନିଷ୍ପତ୍ତି ନିଆଯାଇପାରି ନ ଥିଲା। ପୁଣି ଚାଇନାରେ ଆୟୋଜନ ହେବାକୁ ଥିବା ୨୦୨୨ ଏସିଆନ ଗେମ୍ସରେ ଏସିସି ସାମିଲ ହେବା ନେଇ ମଧ୍ୟ ବୈଠକରେ ସବିଶେଷ ଆଲୋଚାନା କରାଯାଇଥିଲା ବୋଲି ଏସିସିର ଜଣେ ବରିଷ୍ଠ ଅଧିକାରୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

୨୦୨୬ରେ ୩ ବଡ଼ ମାଇଲଖୁଣ୍ଟ ଅତିକ୍ରମ କରିବେ ବିରାଟ! ନ୍ୟୁଜିଲାଣ୍ଡ ସିରିଜର ପ୍ରଥମ ମ୍ୟାଚରୁ ହେବ ଆରମ୍ଭ!

ନୂଆଦିଲ୍ଲୀ,୨।୧: ୨୦୨୫ ମସିହାରେ ବିରାଟ କୋହଲିଙ୍କ ପାଇଁ ବହୁତ କିଛି ଘଟିଥିଲା। ସେ ଏପରି କିଛି ସଫଳତା ହାସଲ କରିଥିଲେ ଯାହା ସେ ଏପର୍ଯ୍ୟନ୍ତ ପାଇ...

ନିଜ IPL ଟିମ୍‌ KKRରୁ କେତେ ରୋଜଗାର କରନ୍ତି କିଙ୍ଗ୍‌ ଖାନ? ଜାଣିଲେ…

ନୂଆଦିଲ୍ଲୀ,୨।୧: ବଲିଉଡର କିଙ୍ଗ ଖାନ ସବୁବେଳେ ଖବରର ଶିରୋନାମାରେ ରହିଥାନ୍ତି। ସେ ତାଙ୍କ ଫିଲ୍ମ ମାଧ୍ୟମରେ ପ୍ରଶଂସକମାନଙ୍କୁ ମୋହିତ କରନ୍ତି। ବର୍ତ୍ତମାନ, ପ୍ରଶଂସକମାନେ ଶାହରୁଖ ଖାନଙ୍କ...

ହଠାତ୍ ଅବସର ଘୋଷଣା କଲେ ଏହି ବରିଷ୍ଠ କ୍ରିକେଟର, ପୂର୍ବତନ ଖେଳାଳିଙ୍କୁ କଲେ ଟାର୍ଗେଟ୍

ନୂଆଦିଲ୍ଲୀ,୨।୧: ଅଷ୍ଟ୍ରେଲିଆର ଭେଟେରାନ ବ୍ୟାଟ୍ସମ୍ୟାନ୍ ଉସମାନ ଖ୍ୱାଜା ଆସନ୍ତା ସିଡନୀ କ୍ରିକେଟ୍ ଗ୍ରାଉଣ୍ଡ (SCG)ରେ ଇଂଲଣ୍ଡ ବିପକ୍ଷରେ ଖେଳାଯିବାକୁ ଥିବା ପଞ୍ଚମ ତଥା ଅନ୍ତିମ ଆଶେସ୍...

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆ ଦଳରେ ସ୍ପିନରଙ୍କୁ ପ୍ରାଧାନ୍ୟ

ମେଲବୋର୍ନ,୧ା୧: ଶ୍ରୀଲଙ୍କା ଏବଂ ଭାରତରେ ହେବାକୁଥିବା ଟି୨୦ କ୍ରିକେଟ ବିଶ୍ୱକପ୍‌ ପାଇଁ ଅଷ୍ଟ୍ରେଲିଆ ଚୟନକର୍ତ୍ତା ଏକ ୧୫ଜଣିଆ ଦଳ ଘୋଷଣା କରିଛନ୍ତି। ଦଳରେ ସ୍ପିନରଙ୍କୁ ପ୍ରାଧାନ୍ୟ...

ଅବସର ନେବେ ଉସମାନ ଖ୍ବାଜା? ପଞ୍ଚମ ଟେଷ୍ଟ ପୂର୍ବରୁ କରିବେ ପ୍ରେସ କନଫରେନ୍ସ

ସିଡ଼ନୀ,୧।୧: ତାଙ୍କ ଟେଷ୍ଟ ଭବିଷ୍ୟତକୁ ନେଇ କଳ୍ପନାଜଳ୍ପନା ମଧ୍ୟରେ, ଅଷ୍ଟ୍ରେଲିୟ ଓପନର ଉସମାନ ଖ୍ବାଜା ସିଡନୀ କ୍ରିକେଟ ଗ୍ରାଉଣ୍ଡରେ ପଞ୍ଚମ ଆଶେସ ଟେଷ୍ଟ ପୂର୍ବରୁ ଏକ...

ଏହିଦିନ ଫେରିବେ Shubman Gill, T-20 ବିଶ୍ୱକପରୁ ବାହାର ହେବା ପରେ ଏହି ଦଳ ବିପକ୍ଷରେ ଖେଳିବେ…

ନୂଆଦିଲ୍ଲୀ,୧।୧: ୨୦୨୬ ଟି୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ନିକଟରେ ଘୋଷଣା କରାଯାଇଥିଲା। ଖରାପ ଫର୍ମ ଏବଂ ଆଘାତ ସହିତ ସଂଘର୍ଷ କରୁଥିବା ଶୁବମନ ଗିଲଙ୍କୁ...

ନୂଆବର୍ଷରେ ଭାଇରାଲ ହେଲା ସ୍ମୃତି ମନ୍ଧାନାଙ୍କ ପୋଷ୍ଟ, ଗୋଟିଏ ଧାଡିରେ ଲେଖିଦେଲେ ମନର କଥା

ନୂଆଦିଲ୍ଲୀ,୧।୧: ଭାରତୀୟ ମହିଳା କ୍ରିକେଟ ଦଳର ତାରକା ସ୍ମୃତି ମନ୍ଧାନାଙ୍କ ପାଇଁ ୨୦୨୫ ବର୍ଷ ଏକ ରୋଲରକୋଷ୍ଟର ଯାତ୍ରାଠାରୁ କମ ନଥିଲା। କ୍ରିକେଟ କ୍ଷେତ୍ରରେ ମନ୍ଧାନା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri