ଏସୀୟ ରାଷ୍ଟ୍ରରେ ହେବ ଓଡ଼ିଶା ପର୍ଯ୍ୟଟନର ପ୍ରଚାର

ଭୁବନେଶ୍ୱର,୨୧। ୧(ବ୍ୟୁରୋ): ୨୦୨୨ ସୁଦ୍ଧା ୨କୋଟି ୫୦ଲକ୍ଷ ପର୍ଯ୍ୟଟକଙ୍କୁ ଓଡ଼ିଶା ଆଣିବାକୁ ଲକ୍ଷ୍ୟ ରଖିଛନ୍ତି ରାଜ୍ୟ ସରକାର। ପର୍ଯ୍ୟଟନ ଶିଳ୍ପରେ ହେଉଥିବା ପୁଞ୍ଜି ବିନିଯୋଗକୁ ଦୃଷ୍ଟିରେ ରଖି ସେହି ଅନୁଯାୟୀ ଉଭୟ ଦେଶୀୟ ଓ ବିଦେଶୀ ପର୍ଯ୍ୟଟକଙ୍କ ଆଗମନ ବୃଦ୍ଧି କରିବାକୁ ପର୍ଯ୍ୟଟନ ବିଭାଗ ପକ୍ଷରୁ ଲକ୍ଷ୍ୟ ରଖାଯାଇଛି। ୨୦୧୬-୧୭ରେ ଓଡ଼ିଶାକୁ ୧,୩୧,୯୦,୨୨୪ ପର୍ଯ୍ୟଟକ ଆସିଥିବା ବେଳେ ୨୦୧୭-୧୮ରେ ୧,୪୩,୬୪,୫୪୧ ଏବଂ ୨୦୧୮-୧୯ରେ ୧,୫୬,୨୩,୨୫୦ ପର୍ଯ୍ୟଟକ ଆସିଥିଲେ। ଏହି ସଂଖ୍ୟାକୁ ବୃଦ୍ଧିକରି ୨୦୨୨ ସୁଦ୍ଧା ୨କୋଟି ୫୦ଲକ୍ଷରେ ପହଞ୍ଚାଇବା ସହ ଓଡ଼ିଶାକୁ ଦେଶର ଶ୍ରେଷ୍ଠ ୩ ଟୁରିଷ୍ଟ୍‌ ଡେଷ୍ଟିନେଶନରେ ପରିଣତ କରିବାକୁ ଟାର୍ଗେଟ ରଖାଯାଇଥିବା ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ କହିଛନ୍ତି। ସେହିଭଳି ଆଗାମୀ ୨ ବର୍ଷରେ ଓଡ଼ିଶାକୁ ବିଦେଶୀ ପର୍ଯ୍ୟଟକଙ୍କ ଆଗମନକୁ ୫ ଲକ୍ଷରେ ପହଞ୍ଚାଇବାକୁ ଲକ୍ଷ୍ୟ ରଖାଯାଇଛି। ଏଥିପାଇଁ ମଧ୍ୟ ପୂର୍ବ ଏବଂ ଦକ୍ଷିଣ ପୂର୍ବ ଏସିଆରେ ଓଡ଼ିଶା ପର୍ଯ୍ୟଟନର ପ୍ରଚାର ପ୍ରସାର ପାଇଁ ଲକ୍ଷ୍ୟ ରଖାଯାଇଛି। ଏହାସହ ଓଡ଼ିଶାର ୧୦ଟି ପ୍ରମୁଖ ସୋର୍ସ ମାର୍କେଟ ତଥା ଯୁକ୍ତରାଷ୍ଟ୍ର ଆମେରିକା, ବ୍ରିଟେନ୍‌, ଜାପାନ, ଚାଇନା, ଫ୍ରାନ୍ସ, ଜର୍ମାନୀ, ନେଦରଲାଣ୍ଡ, ଇଟାଲୀ, ମାଲେସିଆ ଏବଂ ରାଜ୍ୟଗୋଷ୍ଠୀ ରାଷ୍ଟ୍ରଗୁଡ଼ିକୁ ଟାର୍ଗେଟରେ ରଖାଯାଇଥିବା ପର୍ଯ୍ୟଟନ ବିଭାଗ ସଚିବ ବିଶାଳ ଦେବ କହିଛନ୍ତି।
କେବଳ ପର୍ଯ୍ୟଟକ ଆଗମନ ନୁହେଁ, ପର୍ଯ୍ୟଟନ ଶିଳ୍ପରେ ବ୍ୟାପକ ନିଯୁକ୍ତି ସୁଯୋଗ ସୃଷ୍ଟି କରିବାକୁ ଲକ୍ଷ୍ୟ ରଖିଛି ରାଜ୍ୟ ପର୍ଯ୍ୟଟନ ବିଭାଗ। ଆତିଥ୍ୟ, ପର୍ଯ୍ୟଟନ ଓ ପରିଭ୍ରମଣ ଭଳି ବିଭିନ୍ନ କ୍ଷେତ୍ରରେ ବିପୁଳ ମାନବସମ୍ବଳ ନିଯୁକ୍ତ ହେବାର ସମ୍ଭାବନା ରହିଛି। ୨୦୧୬ରୁ ୨୦୧୯ ଆର୍ଥିକବର୍ଷ ମଧ୍ୟରେ ପର୍ଯ୍ୟଟନ ବିଭାଗ ଏବଂ ଓଡ଼ିଶା ଦକ୍ଷତା ବିକାଶ କର୍ତ୍ତୃପକ୍ଷଙ୍କ ମିଳିତ ପ୍ରୟାସରେ ୪୪୧୨ଜଣଙ୍କୁ ନିଯୁକ୍ତି ଦିଆଯାଇଛି। କେପିଏମ୍‌ଜି ଦ୍ୱାରା ପ୍ରସ୍ତୁତ କରାଯାଇଥିବା ଓଡ଼ିଶା ଇଣ୍ଡଷ୍ଟ୍ରିଆଲ ଡେଭଲପ୍‌ମେଣ୍ଟ ପ୍ଲାନ୍‌ ୨୦୨୫ରେ ପର୍ଯ୍ୟଟନ କ୍ଷେତ୍ରରେ ପ୍ରତ୍ୟକ୍ଷଭାବେ ୯୨,୦୦୦ ଏବଂ ପରୋକ୍ଷଭାବେ ୨,୭୭,୦୦୦ ନିଯୁକ୍ତି ସୁଯୋଗ ସୃଷ୍ଟି କରିବାକୁ ଲକ୍ଷ୍ୟ ରଖାଯାଇଛି।

ଇକୋ-ରିଟ୍ରିଟ୍‌ ଢାଞ୍ଚାରେ ହେବ ଅଧିକ ଗ୍ଲାମିଂ ଇଭେଣ୍ଟ

କେବଳ ପୁରୀ-କୋଣାର୍କ ମେରାଇନ୍‌ ଡ୍ରାଇଭ୍‌ ନୁହେଁ, ରାଜ୍ୟର ବିଭିନ୍ନ ସ୍ଥାନରେ ବିଭିନ୍ନ ସମୟରେ ଆୟୋଜିତ ହେବ ମେଗା ଗ୍ଲାମିଂ ଇଭେଣ୍ଟ। ରାମଚଣ୍ଡୀ ବେଳାଭୂମିରେ ଆୟୋଜିତ ଇକୋ ରିଟ୍ରିଟ୍‌ର ଲୋକପ୍ରିୟତାକୁ ଦୃଷ୍ଟିରେ ରଖି ଏଭଳି ପଦକ୍ଷେପ ନିଆଯିବ। ଓଡ଼ିଶାରେ ୪୮୨ କି.ମି. ସୁଦୀର୍ଘ ବେଳାଭୂମି ରହିଥିବାବେଳେ ବର୍ଷର ବିଭିନ୍ନ ସମୟରେ ଭିନ୍ନ ଭିନ୍ନ ସ୍ଥାନର ଉପଯୋଗୀ ତଥା ଅନୁକୂଳ ପରିବେଶକୁ ଦୃଷ୍ଟିରେ ରଖି ଏଭଳି ଗ୍ଲାମରସ୍‌ କ୍ୟାମ୍ପିଂର ଆୟୋଜନ କରାଯିବ। ସେହିଭଳି ପ୍ରତ୍ୟେକ ଇଭେଣ୍ଟ ଯେପରି ପରସ୍ପରଠାରୁ ଭିନ୍ନ ହେବ ତାହାକୁ ଗୁରୁତ୍ୱ ଦିଆଯିବ। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଲା, ମେରାଇନ୍‌ ଡ୍ରାଇଭ୍‌ ଇକୋ ରିଟ୍ରିଟ୍‌ ଭଳି ପରିବେଶ ଉପଯୋଗୀ ମଡେଲକୁ ଗୁରୁତ୍ୱ ଦିଆଯିବ। ନିକଟରେ ପର୍ଯ୍ୟଟକଙ୍କ ଚାହିଦାକୁ ଦୃଷ୍ଟିରେ ରଖି ଇକୋ-ରିଟ୍ରିଟ୍‌କୁ ଜାନୁୟାରୀ ୩୧ରୁ ଫେବୃୟାରୀ ୧୫ ପର୍ଯ୍ୟନ୍ତ ଘୁଞ୍ଚାଯାଇଥିବା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଭାଜପା ରାଜ୍ୟ କାର୍ଯ୍ୟକାରିଣୀ କମିଟି ସଦସ୍ୟ ଭାବେ ମନୋନୀତ ହେଲେ ବିପିନ,ସମର୍ଥକଙ୍କ ମଧ୍ୟରେ…

ଦିଗପହଣ୍ଡି,୧୦|୪(ଅଶେଷ ନାଥ ମିଶ୍ର): ଭାରତୀୟ ଜନତା ପାର୍ଟିର ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ଶୁକ୍ରବାର  ଦିଗପହଣ୍ଡି ବ୍ଳକର ପୂର୍ବତନ ଅଧ୍ୟକ୍ଷ ତଥା  ୨୬ ନଂ…

ଥୁଆମୂଳ ରାମପୁର ବ୍ଲକରେ ବିକାଶ କାର୍ଯ୍ୟର ସମୀକ୍ଷା; ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିବାକୁ ଚେତାବନୀ ଦେଲେ ପ୍ରଦୀପ ଦିଶାରୀ

ଥୁଆମୂଳ ରାମପୁର, ୧୦/୦୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଭାଗୃହରେ ଶୁକ୍ରବାର ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା ବୈଠକରେ ପ୍ରଶାସନିକ ଅବହେଳାର ଏକ ନଗ୍ନ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ପୁରୀ ରଥଯାତ୍ରା: ଘୋଗଡରୁ ଟ୍ରକ ଯୋଗେ ପୁରୀ ଗଲା ରଥକାଠ

ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ)-ପୁରୀ ରଥଯାତ୍ରାରେ ରଥ ନିର୍ମାଣ ପାଇଁ ଆବଶ୍ୟକ ହେଉଥିବା ରଥ କାଠ ରାଜ୍ୟର ବିଭିନ୍ନ ଜଙ୍ଗଲରୁ ଯାଉଛି। ବିଗତ କିଛି ବର୍ଷ ହେବ ଗଞ୍ଜାମ ଜିଲା…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri