ଏସେଲ ଖଣି ସମ୍ମୁଖରେ ଶ୍ରମିକ ସଙ୍ଗଠନର ବିକ୍ଷୋଭ: ବିଭିନ୍ନ ସମସ୍ୟା ନେଇ କର୍ତ୍ତୃପକ୍ଷଙ୍କୁ ଦାବିପତ୍ର ପ୍ରଦାନ

ଯୋଡ଼ା, ୧।୮(ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡା ଖଣି ମଣ୍ଡଳରେ ଅବସ୍ଥିତ ଏସେଲ ଜିଲିଂ ଖଣିରେ ବିଭିନ୍ନ ଦାବି ନେଇ କେନ୍ଦୁଝର ମାଇନ୍ସ ଆଣ୍ଡ ଫରେଷ୍ଟ ଓ୍ବାର୍କର୍ସ ୟୁନିୟନ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ବୁଧବାର ପ୍ରାୟ ୧୧ ଘଟିକା ସମୟରେ ପ୍ରାୟ ୩ ହଜାରରୁ ଊର୍ଦ୍ଧ୍ୱ ମହିଳା ଓ ପୁରୁଷ ଶ୍ରମିକ ଖଣି କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ କରି କମ୍ପାନୀ କର୍ତ୍ତୃପକ୍ଷଙ୍କୁ ଦାବିପତ୍ର ପ୍ରଦାନ କରିଛନ୍ତି। ଖଣିରେ କାର୍ଯ୍ୟ କରୁଥିବା ସମସ୍ତ ଶ୍ରମିକ, କର୍ମଚାରୀ ଓ ସେମାନଙ୍କର ପରିବାର ଲୋକଙ୍କୁ ମାଗଣାରେ ସମସ୍ତ ଚିକିତ୍ସା ଖର୍ଚ୍ଚ ପ୍ରଦାନ କରିବା, ଦୀର୍ଘ ଦିନ ଧରି ଠିକାଦାରଙ୍କ ଅଧୀନରେ କାର୍ଯ୍ୟ କରୁଥିବା ଶ୍ରମିକମାନଙ୍କୁ କମ୍ପାନୀରେ ସ୍ଥାୟୀ ନିଯୁକ୍ତି କରାଇବା, ଗତ ବର୍ଷ ଠାରୁ ଚଳିତ ବର୍ଷ ଅଧିକ ବୋନସ ଦେବା, ଠିକା ଶ୍ରମିକଙ୍କର ଇନ୍‌କ୍ରିମେଣ୍ଟ ବ୍ୟବସ୍ଥା ଲାଗୁ କରିବା ଦାବି ଶ୍ରମିକ ସଂଗଠନ ପକ୍ଷରୁ ହୋଇଆସୁଥିଲେ ହେଁ ପୂରଣ ନ ହେବାରୁ ଏହି ବିକ୍ଷୋଭ କରାଯାଇଥିଲା। ଏତଦବ୍ୟତୀତ ସମସ୍ତ ଶ୍ରମିକ କଲୋନୀରେ ପିଇବା ପାଣି ବ୍ୟବସ୍ଥା କରିବା, ବିଜୁଳି ବ୍ୟବସ୍ଥା କରାଇବା ଇତ୍ୟାଦି ଦାବି ମଧ୍ୟ କରାଯାଇଥିଲା ା ୧୫ ଦିନ ମଧ୍ୟରେ ଏହି ଦାବିର ସମାଧାନ ନ ହେଲେ ଶ୍ରମିକ ସଂଗଠନ ପୁନର୍ବାର ଆନ୍ଦୋଳନକୁ ଓହ୍ଲାଇବ ବୋଲି ଘୋଷଣା କରାଯାଇଛି। ଏହି ଆନ୍ଦୋଳନରେ ଶ୍ରମିକ ସଙ୍ଗଠନ ପକ୍ଷରୁ ଶ୍ରମିକ ନେତା ରାମକୃଷ୍ଣ ପଣ୍ଡା, ମହେଶ୍ୱର ରାଉତ, ବିଦ୍ୟାଧର ମହାନ୍ତ, କପିଳ ମହାନ୍ତି, ବଦ୍ରୁ ଜାମା, କାହ୍ନୁ ସାମଲ ଓ ସନ୍ତୋଷ ମହାନ୍ତ ପ୍ରମୁଖ ଉପସ୍ଥିତ ଥିଲେ ା ଏନେଇ ଶ୍ରମିକ ନେତା ମହେଶ୍ୱର ରାଉତ ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି ଯେ, ବାରମ୍ବାର ଖଣି କମ୍ପାନୀକୁ ଶ୍ରମିକ ସଂଗଠନ ପକ୍ଷରୁ ଦାବି କରାଯାଉଥିଲେ ହେଁ, ଶ୍ରମିକଙ୍କର ସମୂହ ସ୍ବାର୍ଥକୁ ଏସେଲ୍‌ କମ୍ପାନୀ ଦୃଷ୍ଟି ଦେଉନାହାନ୍ତି। ଦାବି ନ ମାନିଲେ ଶ୍ରମିକ ସଂଘ ଅନିର୍ଦ୍ଦିଷ୍ଟ କାଳ ଆନ୍ଦୋଳନକୁ ଓହ୍ଲାଇବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଭାଜପା ରାଜ୍ୟ କାର୍ଯ୍ୟକାରିଣୀ କମିଟି ସଦସ୍ୟ ଭାବେ ମନୋନୀତ ହେଲେ ବିପିନ,ସମର୍ଥକଙ୍କ ମଧ୍ୟରେ…

ଦିଗପହଣ୍ଡି,୧୦|୪(ଅଶେଷ ନାଥ ମିଶ୍ର): ଭାରତୀୟ ଜନତା ପାର୍ଟିର ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ଶୁକ୍ରବାର  ଦିଗପହଣ୍ଡି ବ୍ଳକର ପୂର୍ବତନ ଅଧ୍ୟକ୍ଷ ତଥା  ୨୬ ନଂ…

ଥୁଆମୂଳ ରାମପୁର ବ୍ଲକରେ ବିକାଶ କାର୍ଯ୍ୟର ସମୀକ୍ଷା; ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିବାକୁ ଚେତାବନୀ ଦେଲେ ପ୍ରଦୀପ ଦିଶାରୀ

ଥୁଆମୂଳ ରାମପୁର, ୧୦/୦୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଭାଗୃହରେ ଶୁକ୍ରବାର ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା ବୈଠକରେ ପ୍ରଶାସନିକ ଅବହେଳାର ଏକ ନଗ୍ନ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ପୁରୀ ରଥଯାତ୍ରା: ଘୋଗଡରୁ ଟ୍ରକ ଯୋଗେ ପୁରୀ ଗଲା ରଥକାଠ

ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ)-ପୁରୀ ରଥଯାତ୍ରାରେ ରଥ ନିର୍ମାଣ ପାଇଁ ଆବଶ୍ୟକ ହେଉଥିବା ରଥ କାଠ ରାଜ୍ୟର ବିଭିନ୍ନ ଜଙ୍ଗଲରୁ ଯାଉଛି। ବିଗତ କିଛି ବର୍ଷ ହେବ ଗଞ୍ଜାମ ଜିଲା…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri