ଏସ୍‌ସିବିରେ ପ୍ରଥମଥର ହେମୋଫିଲିଆ ଅସ୍ତ୍ରୋପଚାର ସଫଳ

କଟକ,୩।୧।୧(ଶିଳ୍ପା ପ୍ରିୟଦର୍ଶିନୀ): ଏସ୍‌ସିବି ମେଡିକାଲ ପ୍ଲାଷ୍ଟିକ୍‌ ସର୍ଜରୀ ବିଭାଗରେ ପ୍ରଥମଥର ପାଇଁ ହେମୋଫିଲିଆ ରୋଗର ଅସ୍ତ୍ରୋପଚାର ସଫଳ ହୋଇଛି। ଫଳରେ ରୋଗୀ ଜଣଙ୍କ ସୁସ୍ଥ ହେବାରୁ ମଙ୍ଗଳବାର ଏସ୍‌ସିବିରୁ ତାଙ୍କୁ ଡିସ୍‌ଚାର୍ଜ କରାଯାଇଛି। ବାଲେଶ୍ୱର ଜିଲା ହଳଦିଆପଡା ଅଞ୍ଚଳର ଚନ୍ଦନ ମହାଲିକ ୨୦୨୩ ଜୁଲାଇ ୬ ତାରିଖରେ ଦୁର୍ଘଟଣାର ଶିକାର ହେବାରୁ ଗୋଡ଼ରେ ଆଘାତ ଲାଗିଥିଲା। ଚିକିତ୍ସା ଲାଗି ତାଙ୍କୁ ବାଲେଶ୍ୱର ମେଡିକାଲ ପରେ ଏସ୍‌ସିବିକୁ ସ୍ଥାନାନ୍ତର କରାଯାଇଥିଲା। ହେମାଟୋଲୋଜି ବିଭାଗରେ ଚିକିତ୍ସା ହେବା ପରେ ତାଙ୍କୁ ଡିସ୍‌ଚାର୍ଜ କରାଯାଇଥିଲା। ପରବର୍ତ୍ତୀ ସମୟରେ ତାଙ୍କର ଗୋଡ଼ ଭଲ ହୋଇ ନ ଥିଲା। ପୁନର୍ବାର ସେ ୨୦୨୩ ସେପ୍ଟେମ୍ବର ୧୬ରେ ଏସ୍‌ସିବିର ହେମାଟୋଲୋଜି ବିଭାଗରେ ଚିକିତ୍ସା ପାଇଁ ଭର୍ତ୍ତି ହୋଇଥିଲେ। ତଥାପି ସେ ଭଲ ହୋଇ ନ ଥିଲେ। ୨୦୨୩ ଡିସେମ୍ବର ୩୦ ତାରିଖରେ ମେଡିକାଲକୁ ଆସି ଡାକ୍ତରଙ୍କୁ ଦେଖାଇଥିଲେ। ଡାକ୍ତରଙ୍କ ପରାମର୍ଶ ଅନୁଯାୟୀ ହେମାଟୋଲୋଜି ବିଭାଗରେ ତାଙ୍କର ଚିକିତ୍ସା କରାଯାଇଥିଲା। ପ୍ଲାଷ୍ଟିକ ସର୍ଜରୀ ବିଭାଗ ମୁଖ୍ୟ ଡା. ବିଭୂତି ଭୂଷଣ ନାୟକ ଓ ହେମାଟୋଲୋଜି ବିଭାଗ ମୁଖ୍ୟ ଆର୍‌.କେ. ଜେନାଙ୍କ ନେତୃତ୍ୱରେ ଗତ ୧୧ ତାରିଖରେ ପ୍ଲାଷ୍ଟିକ ସର୍ଜରୀ ବିଭାଗରେ ତାଙ୍କର ଅସ୍ତ୍ରୋପଚାର କରାଯାଇଥିଲା। ତାଙ୍କୁ ଫ୍ୟାକ୍ଟର-୭ର ୩୫ ସିସି ଡୋଜ୍‌ର ମେଡିସିନ ଦିଆଯାଇଛି, ଯାହାର ମୂଲ୍ୟ ପ୍ରାୟ ୭ଲକ୍ଷ ଟଙ୍କା। ୭ ଦିନ ଧରି ଏହି ଡୋଜ୍‌ ଦିଆଯିବା ପରେ ସେ ସମ୍ପୂର୍ଣ୍ଣ ସୁସ୍ଥ ହୋଇଛନ୍ତି। ହେମୋଫିଲିଆ ରୋଗ ରକ୍ତସ୍ରାବର ଲକ୍ଷଣକୁ କୁହାଯାଏ। ରୋଗୀ ଶରୀରର କୌଣସି ସ୍ଥାନ କଟିଗଲେ ରକ୍ତସ୍ରାବ ବନ୍ଦ ହୋଇ ନ ଥାଏ। ଏ ସମ୍ପର୍କରେ ପ୍ଲାଷ୍ଟିକ ସର୍ଜରି ବିଭାଗ ମୁଖ୍ୟ ଡା. ନାୟକ କହିଛନ୍ତି, ବହୁ କମ୍‌ ଲୋକଙ୍କ କ୍ଷେତ୍ରରେ ଏହି ଲକ୍ଷଣ ଦେଖାଦେଇଥାଏ। ଏସ୍‌ସିବି ପ୍ଲାଷ୍ଟିକ୍‌ ସର୍ଜରି ବିଭାଗରେ ପ୍ରଥମଥର ପାଇଁ ଏଭଳି ରୋଗର ଅସ୍ତ୍ରୋପଚାର କରାଯାଇଛି। ରୋଗୀଙ୍କୁ ପ୍ରଥମେ ଫ୍ୟାକ୍ଟର-୮ ଡୋଜ୍‌ ଦିଆଯାଇଥିଲା। ହେଲେ ରକ୍ତସ୍ରାବ ବନ୍ଦ ନ ହେବାରୁ ଫ୍ୟାକ୍ଟର-୭ ଡୋଜ୍‌ ଦେବାକୁ ନିଷ୍ପତ୍ତି ନିଆଯାଇଥିଲା। ଏବେ ରୋଗୀ ଜଣଙ୍କ ସମ୍ପୂର୍ଣ୍ଣ ସୁସ୍ଥ ଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀରରେ ପତାକା ଉତ୍ତୋଳନ କଲେ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, କହିଲେ ଏ ମାଟିର ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ…

ବଲାଙ୍ଗୀର,୧୫ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ମନୋହରପୁର ରିଜର୍ଭ ପୋଲିସ ପଡ଼ିଆରେ ଶନିବାର ୮୦ ତମ ଜିଲା ସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଉଚ୍ଚଶିକ୍ଷା, କ୍ରୀଡ଼ା ଓ…

ତେଲ ବଜାରରେ ବଡ଼ ହଲଚଲ, ଅଗଷ୍ଟ ୧୫ରେ କମିଲା ପେଟ୍ରୋଲ ଦର? ଜାରି ହେଲା ନୂଆ ଦର…

ନୂଆଦିଲ୍ଲୀ,୧୫।୮: ପେଟ୍ରୋଲ-ଡିଜେଲ ଦରକୁ ନେଇ ଶନିବାର ଏକ ନୂଆ ଅପଡେଟ୍ ଆସିଛି। କେନ୍ଦ୍ର ସରକାର ପେଟ୍ରୋଲ ଏବଂ ଡିଜେଲ ସମେତ ପେଟ୍ରୋଲିୟମ୍ ରପ୍ତାନି ଉପରେ ଲାଗୁଥିବା ‘ୱିଣ୍ଡଫଲ୍…

ପ୍ରଧାନମନ୍ତ୍ରୀଙ୍କ ସହିତ ଲାଲକିଲ୍ଲାରେ ତ୍ରିରଙ୍ଗା ଉତ୍ତୋଳନ କରିଥିବା କ୍ୟାପଟେନ ସୋନିଆ ସିଂହ ଚୌହାନ କିଏ? ଜାଣନ୍ତୁ ତାଙ୍କ ବିଷୟରେ

ନୂଆଦିଲ୍ଲୀ,୧୫।୮: ସ୍ବାଧୀନତା ଦିବସରେ, ପ୍ରଧାନମନ୍ତ୍ରୀ ଲାଲକିଲ୍ଲାର ପ୍ରାଚୀରରୁ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି, ଏହି ଐତିହାସିକ ମୁହୂର୍ତ୍ତ ଉପରେ ସମଗ୍ର ଦେଶର ନଜର ରହିଥିଲା। 21 ତୋପ…

ସୁନ୍ଦରଗଡ଼ରେ ଜାତୀୟ ପତାକା ଉତ୍ତୋଳନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

ସୁନ୍ଦରଗଡ଼,୧୫ା୮(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ସଦରମହକୁମାରେ ୮୦ତମ ସ୍ବାଧୀନତା ଦିବସ ସମାରୋହ ପାଳିତ ହୋଇଯାଇଛି। ସୁନ୍ଦରଗଡ଼ ସରକାରୀ ମହାବିଦ୍ୟାଳୟ ସମ୍ମୁଖ ଯାତ୍ରାପଡ଼ିଆଠାରେ ଆୟୋଜିତ ଜିଲାସ୍ତରୀୟ ସମାରୋହରେ ଉପମୁଖ୍ୟମନ୍ତ୍ରୀ…

ଲାଇଭ୍‌ ମ୍ୟାଚ୍‌ରେ ଗର୍ଲଫ୍ରେଣ୍ଡଙ୍କ ସହ ଚାଟିଂ କରୁଥିଲେ କ୍ରିକେଟର୍‌: BCCI ନେଲା ବଡ଼ ଆକ୍ସନ

ଚେନ୍ନାଇ,୧୫।୮: ୨୦୨୬ ତାମିଲନାଡୁ ପ୍ରିମିୟର ଲିଗ (TNPL) ସମୟରେ ଜଣେ କ୍ରିକେଟର ଏକ ବଡ଼ ଭୁଲ କରିଥିଲେ। ପୂର୍ବରୁ ରଣଜୀ ଟ୍ରଫିରେ ତାମିଲନାଡୁର ପ୍ରତିନିଧିତ୍ୱ କରିଥିବା ଖେଳାଳି…

ମୁଖ୍ୟମନ୍ତ୍ରୀ ଭାବେ ପ୍ରଥମ ଥର ପତାକା ଉତ୍ତୋଳନ କଲେ ବିଜୟ, ଆଗ ଧାଡିରେ ନଜର ଆସିଲେ ତ୍ରିଶା

ଚେନ୍ନାଇ,୧୫।୮: ତାମିଲନାଡୁ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ଫୋର୍ଟ ସେଣ୍ଟ ଜର୍ଜ କମ୍ପ୍ଲେକ୍ସରେ ତ୍ରିରଙ୍ଗା ଉତ୍ତୋଳନ କରିଥିଲେ। ଏହି କାର୍ଯ୍ୟକ୍ରମରେ ତାଙ୍କ ମାତାପିତା ଏବଂ ଘନିଷ୍ଠ ବନ୍ଧୁ…

ଜାତୀୟ ପତାକା ଉତ୍ତୋଳନ ପରେ ହଠାତ୍‌ ଅସୁସ୍ଥ ହୋଇପଡ଼ିଲେ ୯ ଛାତ୍ରୀ, ତଳେ ଗଡ଼ି ଦେଖାଇଲେ ଅସ୍ବାଭାବିକ ଆଚରଣ

ଦେବଗଡ଼,୧୫ା୮(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ବ୍ଲକ ପଡିଆନାଲି ୟୁଜିୟୁପି ସ୍କୁଲରେ ସ୍ବାଧୀନତା ଦିବସରେ ଏକ ଅଘଟଣ ଘଟିଛି । ଜାତୀୟ ପତାକା ଉତ୍ତୋଳନ ପରେ…

ପ୍ରତିଷ୍ଠିତ ବ୍ୟବସାୟୀଙ୍କୁ ଅପହରଣ, ଲୋକେସନ୍‌ ଟ୍ରାକ୍‌ କରି ତନାଘନା ଚଳାଇଛି ପୋଲିସ

ବଲାଙ୍ଗୀର,୧୫ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ନରେନ୍ଦ୍ର ସାହୁ (ଗୁଣ୍ଡା)ଙ୍କୁ କିଛି ଲୋକ ଅପହରଣ କରିଥିବା ପରିବାର ଲୋକେ ସନ୍ଦେହ କରି ବଲାଙ୍ଗୀର ଟାଉନ ଥାନାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri