ଏସ୍‌ସିବିରେ ହେବ ଟେଲି ମାନସ ସେଲ, ମାନସିକ ରୋଗୀ ହେବେ ଉପକୃତ

କଟକ ଅଫିସ,୧୭।୯: ଏସ୍‌ସିବିରେ ଟେଲି ମାନସ ସେଲ ପ୍ରତିଷ୍ଠା କରାଯିବ। ଜଣେ ଡାକ୍ତର, ନର୍ସ, ମାନସିକ ସ୍ବାସ୍ଥ୍ୟ କ୍ଷେତ୍ରରେ କାର୍ଯ୍ୟ କରୁଥିବା ସାମାଜିକ କର୍ମୀଙ୍କୁ ମିଶାଇ ୨୦ଜଣ କର୍ମଚାରୀ ଏହି ସେଲ୍‌ରେ କାର୍ଯ୍ୟ କରିବେ । ୩ ସିଫ୍ଟରେ କାମ ହେବ । ଜାତୀୟ ସ୍ବାସ୍ଥ୍ୟ ମିଶନ (ଏନ୍‌ଏଚ୍‌ଏମ୍‌) ଅର୍ଥରୁ ୩ବର୍ଷ ପାଇଁ ଏହାର ଭରଣା କରାଯିବ । ଏହାପରେ ରାଜ୍ୟ ସରକାରଙ୍କ ଅଧୀନକୁ ଏହି କାର୍ଯ୍ୟକ୍ରମକୁ ହସ୍ତାନ୍ତର କରାଯିବ । ରାଜ୍ୟ ସରକାରଙ୍କ ପକ୍ଷରୁ ଏ ନେଇ ଏକ ଚିଠି ଏସ୍‌ସିବି ମାନସିକ ସ୍ବାସ୍ଥ୍ୟ ପ୍ରତିଷ୍ଠାନର ନିର୍ଦ୍ଦେଶକଙ୍କ ନିକଟକୁ ଆସିଛି।
ରାଜ୍ୟର ଦୁଇଟି ସ୍ଥାନ, ଏସ୍‌ସିବି ଓ ବ୍ରହ୍ମପୁର ମେଡିକାଲ କଲେଜର ମାନସିକ ରୋଗ ଚିକିତ୍ସା ପ୍ରତିଷ୍ଠାନ ପରିସରରେ ଟେଲି ମାନସ ସେଲ ପ୍ରତିଷ୍ଠା କରାଯିବ । ଏସ୍‌ସିବିକୁ ନୋଡାଲ ସେଣ୍ଟର ଭାବେ ଚୟନ କରାଯାଇଛି । ଆସନ୍ତା ଅକ୍ଟୋବର ୧୦ ତାରିଖରେ ବିଶ୍ୱ ମାନସିକ ସ୍ବାସ୍ଥ୍ୟ ଦିବସ ଅବସରରେ ଏହି କାର୍ଯ୍ୟକ୍ରମର ଶୁଭାରମ୍ଭ କରାଯିବ । ସେପ୍ଟେମ୍ବର ୨୦ ସୁଦ୍ଧା ଏହି ସେଲ ଦାୟିତ୍ୱରେ ରହିବାକୁ ଥିବା କର୍ମଚାରୀମାନେ ତାଲିମ ନେବେ । ଏହି ସେଲ୍‌ରେ ଟେକ୍ନିକାଲ କୋ-ଅର୍ଡିନେଟର, ଡାଟା ଏଣ୍ଟ୍ରି ଅପରେଟର, କମ୍ୟୁନିଟି ନର୍ସ ଆଦି ନିଯୁକ୍ତ ହେବେ। କେନ୍ଦ୍ର ସରକାରଙ୍କ ପକ୍ଷରୁ ଅଗଷ୍ଟ ୧୮ ତାରିଖରେ ଏହି କାର୍ଯ୍ୟକ୍ରମକୁ ନେଇ ଏକ ମାର୍ଗଦର୍ଶିକା ଜାରି କରାଯାଇଛି । ଏହି ସେଲ ଜରିଆରେ ମାନସିକ ରୋଗୀମାନଙ୍କୁ ଟେଲିଫୋନ୍‌ ମାଧ୍ୟମରେ କାଉନ୍‌ସିଲିଂ କରାଯିବ । ଯଦି ଜଣଙ୍କ ଭିତରେ ଆତ୍ମହତ୍ୟା ପ୍ରବଣତା ବୃଦ୍ଧି ପାଉଛି, ସମ୍ପୃକ୍ତ ବ୍ୟକ୍ତି କିମ୍ବା ତାଙ୍କ ପରିବାର ଲୋକେ ଏହି ସେଲ ସହ ଯୋଗାଯୋଗ କଲେ କର୍ମଚାରୀମାନେ ସମ୍ପୃକ୍ତ ବ୍ୟକ୍ତିଙ୍କୁ ଫୋନ ଯୋଗେ କାଉନ୍‌ସିଲିଂ କରିବେ ।


Enter your email to get our daily news in your inbox.

All Right Reserved By Dharitri.Com

ଖୋଲିଲା ପ୍ରୀତିଙ୍କ ଗୁମର: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମୁମ୍ବାଇ,୯।୧୨: ବଲିଉଡ ଅଭିନେତ୍ରୀ ପ୍ରୀତି ଜିଣ୍ଟା ଏବେ ତାଙ୍କ ଆଗାମୀ ଫିଲ୍ମ ‘ଭାଇବ’କୁ ନେଇ ଚର୍ଚ୍ଚାରେ ଅଛନ୍ତି। ଏହି ଫିଲ୍ମର ପ୍ରମୋସନ୍‌ରେ ବ୍ୟସ୍ତ ଥିବା ପ୍ରୀତି ନିକଟରେ…

୮ ଫୌଜଦାରୀ ମାମଲାର ଫଇସଲା: ଋଣ ବାବଦରେ ୧ ଲକ୍ଷ ଟଙ୍କା ଆଦାୟ

ଦିଗପହଣ୍ଡି,୧୨।୯(ଅଶେଷ ନାଥ ମିଶ୍ର): ରାଜ୍ୟ ଆଇନ ସେବା ପ୍ରାଧିକରଣଙ୍କ ଆନୁକୂଲ୍ୟରେ ଦିଗପହଣ୍ଡି ତାଲୁକ ଆଇନ ସେବା କମିଟି ପକ୍ଷରୁ ଶନିବାର ସ୍ଥାନୀୟ କୋର୍ଟ ପରିସରରେ ରାଷ୍ଟ୍ରୀୟ ଲୋକ…

୨ ଦିନ ପରେ ନବପଞ୍ଚମ ଯୋଗ: ମିଥୁନ ସମେତ ୪ ରାଶିଙ୍କ ଭାଗ୍ୟରେ ଲାଗିବ ଚାରିଚାନ୍ଦ! ବୃହସ୍ପତିଙ୍କ କୃପାରୁ ବର୍ଷିିବ ଟଙ୍କା!

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ଗ୍ରହଙ୍କ ଚଳନ ଓ ସେମାନଙ୍କର ପରସ୍ପର ସ୍ଥିତିକୁ ବେଶ ଗୁରୁତ୍ୱ ଦିଆଯାଏ। ଦୁଇଟି ଗ୍ରହ ନିର୍ଦ୍ଦିଷ୍ଟ ସ୍ଥିତିରେ ଆସିଲେ ବିଭିନ୍ନ ଯୋଗ ସୃଷ୍ଟି…

ବିଲରୁ ଫେରୁଥିଲେ: ରାସ୍ତାରେ ଚାଲିଗଲା ଜୀବନ

ଛତ୍ରପୁର, ୧୨।୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଚମାଖଣ୍ଡି ଥାନା ଅନ୍ତର୍ଗତ ରେଗିଡ଼ି ଛକ ନିକଟରେ ଶୁକ୍ରବାର ଘଟିଥିବା ସଡ଼କ ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ମୃତକ…

ବଡ଼ଭାଇଙ୍କୁ ଲୁହା ପାଇପରେ ହତ୍ୟା: ସାନ ଭାଇ ଗିରଫ

ଭେଡେନ, ୧୨/୯ (ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ରୁଷୁଡ଼ା ଫାଣ୍ଡି ଅଧୀନସ୍ଥ ଲୁଇସିରା-ଖଲିଆପାଲି କୁଚିଆ ମଦଭାଟି ନିକଟରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବଡ଼ଭାଇଙ୍କୁ…

ମହମ୍ମଦ ସିରାଜ ଅଧିନାୟକ ଭାବେ ମନୋନୀତ; ଭାରତ-ଆଫଗାନିସ୍ତାନ ସିରିଜ ପୂର୍ବରୁ ମିଳିଲା ଭଲ ଖବର

ନୂଆଦଲ୍ଲୀ,୧୨।୯: ଭାରତୀୟ ଦଳ ଆସନ୍ତାକାଲି, ଅର୍ଥାତ ସେପ୍ଟେମ୍ବର ୧୩ରୁ ଆଫଗାନିସ୍ତାନ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳିବାକୁ ଯାଉଛି। ଏହି ସମୟରେ ଦଳର ଷ୍ଟାର୍‌…

ନନ୍ଦନକାନନରେ ଦେଖାଦେଲେ ୧୪ ପ୍ରଜାତିର ବିଦେଶୀ ପ୍ରାଣୀ

ବାରଙ୍ଗ, ୧୨/୧୦ (ଲିଙ୍ଗରାଜ ରାଉତ): ନନ୍ଦନକାନନ ପ୍ରାଣୀ ଉଦ୍ୟାନକୁ ଶୁକ୍ରବାର ବିଳମ୍ବିତ ରାତିରେ ଗୁଜରାଟର ‘ରାଧା କୃଷ୍ଣ ମନ୍ଦିର ହାତୀ କଲ୍ୟାଣ ଟ୍ରଷ୍ଟ’ (RKTEWT) ପକ୍ଷରୁ ଦାନ…

ମୁଁ ଆତ୍ମହତ୍ୟା କରିଦେବି… ମୋତେ କ୍ଷମା କରିଦିଅ ବାପା: ଭାବପ୍ରବଣ ହୋଇ ଏମିତି କାହିଁକି କହିଲେ ୱୁଶୁ ଖେଳାଳି

ନୂଆଦିଲ୍ଲୀ,୧୨।୯: ଏସୀୟ କ୍ରୀଡ଼ାରେ ଭାରତର ପ୍ରତିନିଧିତ୍ୱ କରିବାର ସ୍ବପ୍ନ ଭାଙ୍ଗିଯିବା ପରେ ଭାରତୀୟ ୱୁଶୁ (Wushu) ଖେଳାଳି ଦିବ୍ୟାଂଶୀ ଚୌଧୁରୀଙ୍କ ଏକ ଅତ୍ୟନ୍ତ ଭାବପ୍ରବଣ ଭିଡିଓ ସାମ୍ନାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?