Posted inରାଜ୍ୟ

ଏସ୍‌ଆଇଏଚ୍‌ଏମ୍‌ରେ ଡିଗ୍ରୀ ପାଠ୍ୟକ୍ରମକୁ ଅନୁମତି

ଭୁବନେଶ୍ୱର, ୨୭ା୫(ବ୍ୟୁରୋ)- ବଲାଙ୍ଗୀରସ୍ଥିତ ଷ୍ଟେଟ୍‌ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ହୋଟେଲ ମ୍ୟାନେଜମେଣ୍ଟ (ଏସ୍‌ଆଇଏଚ୍‌ଏମ୍‌)ରେ ୨୦୧୯-୨୦ ଶିକ୍ଷାବର୍ଷରୁ ଡିଗ୍ରୀ ଶ୍ରେଣୀରେ ପାଠପଢ଼ା ହେବ। ହୋଟେଲ ମ୍ୟାନେଜମେଣ୍ଟରେ ଡିଗ୍ରୀ ପାଠପଢ଼ା ଲାଗି କେନ୍ଦ୍ର ସରକାରଙ୍କ ପକ୍ଷରୁ ଅନୁମତି ମିଳିଛି। ଏନେଇ କେନ୍ଦ୍ର ପକ୍ଷରୁ ରାଜ୍ୟ ସରକାରଙ୍କୁ ଅବଗତ କରାଯାଇଛି। ଏସ୍‌ଆଇଏଚ୍‌ଏମ୍‌ରେ ହସ୍ପିଟାଲିଟି ଆଣ୍ଡ୍‌ ହୋଟେଲ ଆଡ଼ମିନିଷ୍ଟ୍ରେଶନ (ଏଚ୍‌ଏଚ୍‌ଏ) ବିଷୟରେ ତିନି ବର୍ଷିଆ ଡିଗ୍ରୀ ପାଠ୍ୟକ୍ରମ ପ୍ରଚଳନ ଲାଗି ରାଜ୍ୟ ପର୍ଯ୍ୟଟନ ବିଭାଗ ପକ୍ଷରୁ ନ୍ୟାଶନାଲ କାଉନ୍‌ସିଲ ଫର୍‌ ହୋଟେଲ ମ୍ୟାନେଜମେଣ୍ଟ ଆଣ୍ଡ୍‌ କ୍ୟାଟରିଂ ଟେକ୍ନୋଲୋଜି (ଏନ୍‌ସିଏଚ୍‌ଏମ୍‌ସିଟି)କୁ ଅନୁରୋଧ କରାଯାଇଥିଲା। ଏହାକୁ କେନ୍ଦ୍ରର ଅନୁମୋଦନ ପରେ ଆସନ୍ତା ଅଗଷ୍ଟରୁ ନୂତନ ପାଠ୍ୟକ୍ରମ ଆରମ୍ଭ ହେବାକୁ ଯାଉଛି। ଏହି ଶିକ୍ଷା ବର୍ଷରେ ୬୦ଜଣ ଛାତ୍ରୀଛାତ୍ରଙ୍କ ନାମ ଲେଖାଯିବ ଓ ଏଥିପାଇଁ ଆବଶ୍ୟକ ଭିତ୍ତିଭୂମି ପ୍ରସ୍ତୁତ ସରିଛି ବୋଲି ଏନ୍‌ସିଏଚ୍‌ଏମ୍‌ସିଟିର ନିର୍ଦ୍ଦେଶକ ଏଲ୍‌.କେ. ଗାଙ୍ଗୁଲି ସୂଚନା ଦେଇଛନ୍ତି। ସେହିଭଳି ଦ୍ୱିତୀୟ ଓ ତୃତୀୟ ବର୍ଷ ପାଇଁ ଅଧିକ ଭିତ୍ତିଭୂମିର ଆବଶ୍ୟକତା ରହିଥିବାରୁ ଏଥିପାଇଁ ପ୍ରକ୍ରିୟା ଆରମ୍ଭ ହୋଇଥିବା ସେ କହିଛନ୍ତି।
ସୂଚନାଯୋଗ୍ୟ, ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମିଳିତ ସହଯୋଗରେ ଗଠିତ ହୋଇଥିବା ଏସ୍‌ଆଇଏଚ୍‌ଏମ୍‌ ହୋଟେଲ ଓ ପର୍ଯ୍ୟଟନ ଶିଳ୍ପ କ୍ଷେତ୍ରରେ ଦକ୍ଷ ମାନବ ସମ୍ବଳ ସୃଷ୍ଟି କରିଆସୁଛି। ଏହି ଶିକ୍ଷାନୁଷ୍ଠାନରେ ସମଗ୍ର ଦେଶରୁ ଛାତ୍ରୀଛାତ୍ରମାନେ ଶିକ୍ଷାଲାଭ କରୁଛନ୍ତି। ୨୦୦୪ ମସିହାରୁ ଆରମ୍ଭ ହୋଇଥିବା ଏହି ଶିକ୍ଷାନୁଷ୍ଠାନରେ ୪ଟି ବିଭାଗରେ ଶିକ୍ଷାଦାନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

ଜୁନାଗଡ଼ ରୋଡ୍‌ରୁ ହାଓ୍ବଡା ଇସ୍ପାତ ଏକ୍ସପ୍ରେସ୍‌ର ଶୁଭାରମ୍ଭ କଲେ ଏମ୍‌ପି: ୨୨ରୁ ଗଡ଼ିବ ଟ୍ରେନ୍‌…

ଜୁନାଗଡ଼,୧୯।୨(ସୁନୀଲ କୁମାର ସିଂହ/ଅଂଶୁମାନ ଯୋଶୀ)- ପଶ୍ଚିମ ଓଡ଼ିଶାରେ ରେଳ ସଂଯୋଗକୁ ସୁଦୃଢ଼ ​​କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ, ହାଓ୍ବଡା-ଟିଟଲାଗଡ଼-ହାଓଡ଼ା ଇସ୍ପାତ ଏକ୍ସପ୍ରେସ୍ ଜୁନାଗଡ଼ ରୋଡ୍…

ଚୌଦ୍ଵାର ଜେଲର ବିବାଦୀୟ ଜେଲର ସନ୍ତୋଷିନୀ ଦାଶ ସସ୍‌ପେଣ୍ଡ୍‌

କଟକ,୧୯ା୨: କର୍ତ୍ତବ୍ୟରେ ଅବହେଳା ପାଇଁ ଶେଷରେ କାର୍ଯ୍ୟାନୁଷ୍ଠାନର ଶିକାର ହୋଇଛନ୍ତି ବିବାଦୀୟ ଜେଲର ସନ୍ତୋଷିନୀ ଦାଶ। କଣ୍ଟାବାଞ୍ଜି ଉପକାରାଗାରର ଜେଲର-କମ-ସୁପରିଣ୍ଟେଣ୍ଡେଣ୍ଟ ସନ୍ତୋଷିନୀ ଦାଶଙ୍କୁ ନିଲମ୍ବନ କରାଯାଇଛି। ଚୌଦ୍ୱାରରୁ…

ଉତ୍କଳ ବିଶ୍ୱବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ପାଇଁ ଆଇଡି କାର୍ଡ ବାଧ୍ୟତାମୂଳକ; ନ ହେଲେ ବାନ୍ଧିବ ପୋଲିସ

ଭୁବନେଶ୍ୱର,୧୯।୨: ଉତ୍କଳ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ କ୍ୟାମ୍ପସର ସୁରକ୍ଷା ଓ ଶୃଙ୍ଖଳା ରକ୍ଷା ପାଇଁ କଠୋର ନିର୍ଦ୍ଦେଶନାମା ଜାରି କରିଛନ୍ତି। ବର୍ତ୍ତମାନଠାରୁ ବିଶ୍ୱବିଦ୍ୟାଳୟ ପରିସରରେ ସମସ୍ତ ଛାତ୍ରଛାତ୍ରୀଙ୍କ ପାଇଁ…

ଆଦିବାସୀଙ୍କୁ ରୋଜଗାରର ଲୋଭ ଦେଖାଇ ଅଫିମ ଗଛକୁ ଚାଇନା ଶାଗ କହିଥିଲେ ମାଫିଆ, ଏବେ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତିରେ…

କେନ୍ଦୁଝର,୧୯ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ବରଦାପାଳ ପଞ୍ଚାୟତ ତଳକମ୍ପଡିହୀ ଗାଁର ଜହ୍ଲା ସାହିରେ ବ୍ୟାପକ ପରିମାଣର ଅଫିମ ଚାଷକୁ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତରେ ପୋଲିସ, ବନ…

ଭିଜିଲାନ୍ସ ଜାଲରେ ସୋର ତହସିଲଦାର: ୪୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଗିରଫ

ସୋର,୧୯।୨(ଜନ୍ମେଞ୍ଜୟ ମିଶ୍ର): ଓଡ଼ିଶା ଭିଜିଲାନ୍ସ ଏକ ବଡ଼ ଧରଣର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ବାଲେଶ୍ୱର ଜିଲା ସୋର ତହସିଲଦାରଙ୍କୁ ଗିରଫ କରିଛି। ଜବତ ହୋଇଥିବା ପଥର ବୋଝେଇ…

ନୂଆ ଜିଲା ଗଠନ ପାଇଁ ସରକାର ପ୍ରସ୍ତୁତ: ବିଧାନସଭାରେ ରାଜସ୍ୱ ମନ୍ତ୍ରୀଙ୍କ ବଡ଼ ଘୋଷଣା

ଭୁବନେଶ୍ୱର,୧୯ା୨: ଓଡ଼ିଶାରେ ନୂତନ ଜିଲା ଗଠନ ନେଇ ଚାଲିଥିବା ଦୀର୍ଘ ଦିନର ଅପେକ୍ଷା ଶେଷ ହେବାକୁ ଯାଉଛି। ୨୦୨୬-୨୭ ଆର୍ଥିକ ବର୍ଷରେ ରାଜ୍ୟରେ ନୂଆ ଜିଲା ଗଠନ…

ଓଡ଼ିଶା ବିଧାନସଭା ଅଧିବେଶନ, ସୁନା ଖଣି ଚର୍ଚ୍ଚା

ଭୁବନେଶ୍ୱର,୧୯।୨: ଓଡ଼ିଶା ବିଧାନସଭାର ଚଳିତ ବଜେଟ୍ ଅଧିବେଶନରେ ପୁଣିଥରେ ରାଜ୍ୟର ସୁନା ଖଣି ପ୍ରସଙ୍ଗ ଚର୍ଚ୍ଚାର ବିଷୟ ପାଲଟିଛି। ଗୁରୁବାର ଗୃହରେ ବଡମ୍ବା ବିଧାୟକ ବିଜୟ କୁମାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri