‘ଏସ୍‌ଏଚ୍‌ଜିଙ୍କୁ ଅଧିକ ଋଣ ଦିଅନ୍ତୁ ବ୍ୟାଙ୍କ’

ଭୁବନେଶ୍ୱର,୫ା୧୦(ବ୍ୟୁରୋ): ସ୍ବଂୟ ସହାୟକ ଗୋଷ୍ଠୀ (ଏସ୍‌ଏଚ୍‌ଜି)ଗୁଡିକ ବ୍ୟାଙ୍କରୁ ନେଉଥିବା ଋଣକୁ ଠିକ୍‌ ଭାବେ ପୈଠ କରୁଥିବା ବେଳେ ସେମାନଙ୍କ ଉପରେ ଅନାଦାୟ ଋଣ (ଏନ୍‌ପିଏ) ରହୁନାହିଁ। ବ୍ୟାଙ୍କଗୁଡ଼ିକ ରାଜ୍ୟରେ ମୋଟ୍‌ ୨ ଲକ୍ଷ କୋଟି ଟଙ୍କାର ଋଣ ପ୍ରଦାନ କରିଛନ୍ତି। ଏସ୍‌ଏଚ୍‌ଜିଗୁଡିକୁ ଏହାର ଅଂଶ ୧୨ରୁ ୧୩% ରହିଛି। ଏହାକୁ ବଢାଇବା ଦିଗରେ ବ୍ୟାଙ୍କ ଗୁଡ଼ିକ କାର୍ଯ୍ୟ କରିବା ଉଚିତ ବୋଲି କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି।
ସ୍ଥାନୀୟ ଚନ୍ଦ୍ରଶେଖରପୁରଠାରେ ଏସ୍‌ବିଆଇ ଆନୁକୁଲ୍ୟରେ ରାଷ୍ଟ୍ରାୟତ୍ତ ବ୍ୟାଙ୍କ ଗ୍ରାହକ ମେଳା କ୍ୟାମ୍ପର ଶୁଭାରମ୍ଭ କରି ସେ କହିଛନ୍ତି, ରାଜ୍ୟର ଅଧିକାଂଶ ଲୋକଙ୍କ ନିକଟରେ ବ୍ୟାଙ୍କ ଖାତା ରହିଛି। ଆଗାମୀ ଗୋଟିଏ ବର୍ଷ ବର୍ଷରେ ସବୁ ପରିବାରକୁ ବ୍ୟାଙ୍କ ଖାତା ଯୋଗାଣ ଦିଗରେ କାର୍ଯ୍ୟକ୍ରମ ଜାରି କରିବା ଦିଗରେ ବ୍ୟାଙ୍କ ଯୋଗଦାନ ରଖନ୍ତୁ। ରାଜ୍ୟରେ ଏବେ ମଧ୍ୟ ୪୦ ଲକ୍ଷ ଲୋକଙ୍କ ନିକଟରେ ଭଲ ବାସଗୃହ ନାହିଁ। ବ୍ୟାଙ୍କଗୁଡିକ ଏକ୍ଷେତ୍ରରେ କାର୍ଯ୍ୟ କରିବାର ସୁଯୋଗ ରହିଛି। ଓଡ଼ିଶାରେ ଅଧିକ ସଂଖ୍ୟକ ବ୍ୟାଙ୍କ ଖୋଲିବା ଲାଗି ଅର୍ଥମନ୍ତ୍ରଣାଳୟକୁ ସେ ଚିଠି ଲେଖିଥିବା କହିଛନ୍ତି। ଡିଜିଟାଲ ପ୍ଲାଟଫର୍ମରେ ୩୦ ସେକେଣ୍ଡରରେ ୫୦ ହଜାର ଟଙ୍କାର ଋଣ ମିଳି ପାରୁଛି ବୋଲି ସେ ସ୍ପଷ୍ଟ କରିଛନ୍ତି। ଏହି ଅବସରରେ ସେ ୨୬୦୬ ଜଣଙ୍କୁ ମୋଟ ୧୬୬.୧୧ କୋଟି ଟଙ୍କାର ଋଣ ମଞ୍ଜୁରୀ ପତ୍ର ପ୍ରଦାନ କରିଛନ୍ତି।
ସାଧାରଣ ଲୋକଙ୍କ ନିକଟରେ ବ୍ୟାଙ୍କ ସେବା ପହଞ୍ଚାଇ ଆର୍ଥତ୍କ ଗତିବିଧିକୁ ମଜଭୁତ କରିବା ସରକାରଙ୍କ ଲକ୍ଷ୍ୟ ରହିଛି। ସେହିଭଳି ଦେଶର ବିକାଶ ଦିଗରେ ବ୍ୟାଙ୍କଗୁଡିକ ସାଧାଣର ଲୋକଙ୍କୁ ସାମିଲ କରିବା ଉପରେ ସେ ଗୁରୁତ୍ୱାରୋପ କରିଥିଲେ। ସୂଚନା ଯୋଗ୍ୟ ଦେଶର ୪୦୦ ଜିଲାରେ ଋଣ ମେଳା ଆୟୋଜନ କାର୍ଯ୍ୟକ୍ରମ ଅନ୍ତର୍ଗତ ଓଡ଼ିଶାରେ ୬ ଜିଲାରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଛି। ଭୁବନେଶ୍ୱର ରେଳ ଅଡିଟୋରିମଠାରେ ଅନୁଷ୍ଠିତ ମେଳାରେ ୧୮ ବ୍ୟାଙ୍କ ଏବଂ ୪ ଘରୋଇ ବ୍ୟାଙ୍କ ପ୍ରତିଷ୍ଠାନ ନିଜର ଷ୍ଟଲ ସ୍ଥାପନ କରି ଲୋକଙ୍କୁ ଋଣ ଯୋଗାଇ ଦେଉଛନ୍ତି। କାର୍ଯ୍ୟକ୍ରମ ଅବସରରେ ଏସ୍‌ବିଆଇ ସିଜିଏମ୍‌ ପ୍ରବୀଣା କାଲା, ନାବାର୍ଡ ସିଜିଏମ୍‌ ଏ.ଚନ୍ଦ୍ରଶେଖର , ଆଇଓସିଏଲ୍‌ ସିଜିଏମ୍‌ ଶୁଭଜିତ ଘୋଷ, ଏସ୍‌ବିଆଇ ଜିଏମ୍‌ ସିଏଲ୍‌ଏନ୍‌ ଚାରୟୁଲୁ, ଏସ୍‌ଏଲ୍‌ବିସି କନଭେନର ଟି.ଆର୍‌.ଚୋକଲିଙ୍ଗମ, ଏସ୍‌ବିଆଇ ଡିଜିଏମ୍‌ ଡି.ସି.ବଳ, ଡିଜିଏମ୍‌ ଆନନ୍ଦ ବିକ୍ରମ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆହୁରି ବଢ଼ିବ ତାତି: ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୧୫।୪ (ବନ୍ଦନା ସେଠୀ): ରାଜ୍ୟରେ ଆହୁରି ବଢିବ ତାତି। ଗରମ ତାୱାରେ ଜଳିବ ଓଡ଼ିଶା। ସେହିପରି ଆସନ୍ତା ୬ଦିନ ପର୍ଯ୍ୟନ୍ତ ଗ୍ରୀଷ୍ମର ପ୍ରକୋପ ଲାଗିରହିବ। ଦିନର…

ଆମେରିକାକୁ ଚେତାବନୀ ଦେଲା ଚାଇନା: ହର୍ମୁଜକୁ ନେଇ ହଲଚଲ

ବେଜିଂ,୧୫ା୪(ଏଜେନ୍ସି):ପାକିସ୍ତାନ ମଧ୍ୟସ୍ଥତାରେ ଇସ୍‌ଲାମାବାଦରେ ୨୧ ଘଣ୍ଟିଆ ଶାନ୍ତି ଆଲୋଚନାରୁ ନିଷ୍କର୍ଷ ନ ବାହାରିବାରୁ ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ୍‌ରେ ଆମେରିକା ଓ ଇରାନ୍‌ ପୁଣି ମୁହଁାମୁହଁି ହୋଇଛନ୍ତି। ଆମେରିକୀୟ…

ବିବାହ ପ୍ରତିଶ୍ରୁତି ଦେଇ ଛାତ୍ରୀଙ୍କ ସହ ଶାରୀରୀକ ସମ୍ପର୍କ ରଖୁଥିଲେ କଲେଜର ଅଧ୍ୟାପକ, ବିବାହ ପାଇଁ କହିବାରୁ…

ଦେବଗଡ,୧୫।୪(ଶଶାଙ୍କ ଶେଖର ଝାଙ୍କର): ବିବାହ ପ୍ରଲୋଭନ ଦେଖାଇ ଜଣେ ଛାତ୍ରୀଙ୍କ ସହିତ ଶାରୀରୀକ ସମ୍ପର୍କ ସ୍ଥାପନ କରିବା ପରେ ପ୍ରତାରଣା ଅଭିଯୋଗରେ ଏକ କଲେଜର ଜଣେ ଅଧ୍ୟାପକ…

ବୈଭବ ସୂର୍ଯ୍ୟବଂଶୀଙ୍କ ବଦଳରେ ଏହି ଖେଳାଳିଙ୍କୁ ସୁଯୋଗ; ରାଜସ୍ଥାନ ନିଷ୍ପତ୍ତିରେ ଅସନ୍ତୁଷ୍ଟ ଯୁବ ଓପନର!

ନୂଆଦିଲ୍ଲୀ,୧୪।୪: ଆଇପିଏଲ୍‌ ୨୦୨୬ରେ ନିଜର ବିସ୍ଫୋରକ ବ୍ୟାଟିଂ ଜରିଆରେ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିବା ୧୫ ବର୍ଷୀୟ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ ଟିମ୍‌ ମ୍ୟାନେଜମେଣ୍ଟ…

ଏଲପିଜିକୁ ନେଇ ରାଜ୍ୟ ସରକାରଙ୍କୁ ମୋଦିଙ୍କ ବଡ଼ ନିର୍ଦ୍ଦେଶ, ଏପ୍ରିଲ ୧୩…

ନୂଆଦିଲ୍ଲୀ,୧୪।୪: ମଧ୍ୟପ୍ରାଚ୍ୟର ବର୍ତ୍ତମାନର ପରିସ୍ଥିତିକୁ ଦୃଷ୍ଟିରେ ରଖି, ଭାରତ ସରକାର ସ୍ପଷ୍ଟ କରିଛନ୍ତି ଯେ ଦେଶରେ ପେଟ୍ରୋଲ, ଡିଜେଲ କିମ୍ୱା ଅନ୍ୟାନ୍ୟ ପେଟ୍ରୋଲିୟମ ଉତ୍ପାଦର କୌଣସି ଅଭାବ…

ନୂଆ ପାଞ୍ଜିରେ ବଡ ଭବିଷ୍ୟବାଣୀ, ୨୦୨୬ରେ ସବୁ ହୋଇଯିବ ଛାରଖାର୍!

ପଣା ସଂକ୍ରାନ୍ତିରୁ ପ୍ରଚଳିତ ହେଲା ନୂଆ ପଂଜିକା । ମୀନ ରାଶିରେ ଚର୍ତୁଗ୍ରହୀ ଯୋଗ ଥିବାରୁ ବର୍ଷ ଆରମ୍ଭରେ ଶୁଭ ଯୋଗ ନାହିଁ । ଅତି ବୃଷ୍ଟି,…

ବାଇକ୍‌ରେ ଆସୁଥିବା ବେଳେ ଧକ୍କା ଦେଲା ପିକ୍‌ଅପ୍‌: ଚାଲିଗଲା ମା’-ବାପା,ଦେଢ଼ ବର୍ଷର ପୁଅର ଜୀବନ; ଉତ୍ତ୍ୟକ୍ତ ଲୋକେ…

ବଲାଙ୍ଗୀର,୧୪।୪(ସୁନିଲ କୁମାର ମହାନ୍ତି):  ପିକ୍‌ଅପ୍‌ ଧକ୍କାରେ ବାପା ପୁଅ ମୃତ। ମା’ ଗୁରୁତର। ଏପରି ଏକ ଦୁଖଦ ଘଟଣା ଘଟିଛି ବଲାଙ୍ଗୀର-ସୋନପୁର ଏନ୍‌.ଏଚ୍‌ ୫୭ ର ଟୋଲଗେଟ…

କାମ ସାରି ବାଇକ୍‌ରେ ଫେରୁଥିଲେ, ମାମୁ-ଭଣଜାଙ୍କୁ ପଛରୁ ଧକ୍କା ଦେଲା କାର୍‌, କଚାଡ଼ି ହୋଇ…

ଦିଗପହଣ୍ଡି,୧୪।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମୁଖ୍ୟରାସ୍ତା ପୁଞ୍ଜିକଂୟା ଛକ ନିକଟରେ ମଙ୍ଗଳବାର ଅପରାହ୍ନରେ ଏକ କାର (ନଂ. ଓଡ଼ି୦୭ବିସି -୧୬୯୦) ଧକ୍କାରେ ସାନଖେମୁଣ୍ଡି ବ୍ଲକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri