ଏସ୍‌ଡିସି କପ୍‌ ଲାଗି ଖେଳାଳି ଚୟନ ସରିଲା

ଫୁଲବାଣୀ ଅଫିସ, ୧୯ା୨ – ଆଦିବାସୀ ଫୁଟବଲ ଚାମ୍ପିୟନଶିପ୍‌ ଏସ୍‌ଡିସି (ସ୍ବତନ୍ତ୍ର ଉନ୍ନୟନ ପରିଷଦ) କପ୍‌-୨୦୨୦ ପାଇଁ କନ୍ଧମାଳ ଜିଲାରେ ଚାଲିଥିବା ଖେଳାଳି ଚୟନ ପ୍ରକ୍ରିୟା ଶେଷ ହୋଇଛି ା କନ୍ଧମାଳ ଷ୍ଟାଡିୟମରେ ଚାଲିଥିବା ଏହି ଚୟନ ଶିବିରରେ ୨୫ ଜଣିଆ ମହିଳା ଓ ପୁରୁଷ ଟିମ୍‌ ବଚ୍ଛାଯାଇ ଖେଳ ଅଭ୍ୟାସ ପରେ ଚୂଡାନ୍ତ ୧୮ ଜଣିଆ ଟିମ୍‌ ଗଠନ କରାଯାଇଛି ା ଏହି ଟିମ୍‌ ଜିଲାସ୍ତରୀୟ ଲିଗ୍‌ରେ ଖେଳିବା ଖେଳାଳିମାନେ ଏବେ ଶିବରରେ ଅଭ୍ୟାସ ଜାରି ରଖିଛନ୍ତି। ଓଡିଶା ଫୁଟ୍‌ବଲ ଆସୋସିଏଶନର ସେକ୍‌ ଫୟାଜ ଖେଳାଳିଙ୍କୁ ଉତ୍ତମ କୌଶଳ ଶିଖାଉଛନ୍ତି।
ଜିଲାସ୍ତରୀୟ ଲିଗ୍‌ ଆସନ୍ତା ୨୪ରୁ ୨୮ ତାରିଖ ପର୍ଯ୍ୟନ୍ତ ବାରିପଦା ଏବଂ ଫୁଲବାଣୀରେ ଅନୁଷ୍ଠିତ ହେବ। କନ୍ଧମାଳ ଷ୍ଟାଡିୟମରେ କନ୍ଧମାଳ, କୋରାପୁଟ, କେନ୍ଦୁଝର, ମାଲକାନଗିରି, ମୟୂରଭଞ୍ଜ (ବି) ଟିମ୍‌ ଖେଳିବ ା ଖେଳ ପାଇଁ ଫୁଲବାଣୀ ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥା(ଆଇଟିଡିଏ) ପକ୍ଷରୁ ସମସ୍ତ ପ୍ରକାର ଆୟୋଜନ କରାଯାଇଥିବା ଆଇଟିଡିଏ ପ୍ରକଳ୍ପ ପ୍ରଶାସକ ବୀରେନ୍ଦ୍ର କୁମାର ଦାସ ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ, ଏହି ଫୁଟବଲ ଲିଗରେ ଭାଗ ନେବା ପାଇଁ ଜିଲାର ୧୨ଟି ବ୍ଲକରୁ ପ୍ରାୟ ୮୩୦ ଖେଳାଳି ନାମ ପଞ୍ଜୀକରଣ କରିଥିଲେ ା ସରୋଜ ମୁନି, ପଦ୍ମନାଭ କହଁର କୋଚ ଏବଂ ସହକାରୀ କୋଚ ଦାୟିତ୍ୱରେ ରହିଛନ୍ତି। ଜିଲା କ୍ରୀଡ଼ା ଅଧିକାରୀ ଜିତେନ୍ଦ୍ର ମହାକୁଡ, ଖେଳ ଶିକ୍ଷକ ସତ୍ୟନାରାୟଣ ମୁଖୀ, ବୈଦ୍ୟନାଥ ଖଟୁଆ ପ୍ରମୁଖଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଏହି ଚୟନ ପ୍ରକ୍ରିୟା ଚାଲିଥିଲା ା ମାର୍ଚ୍ଚ ୨ରେ ସେମିଫାଇନାଲ କେନ୍ଦୁଝର ଏବଂ ସୁନ୍ଦରଗଡ, ୫ ମାର୍ଚ୍ଚରେ ଫାଇନାଲ ଭୁବନେଶ୍ୱରରେ ଅନୁଷ୍ଠିତ ହେବ ା


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶାସନିକ ଅଣଦେଖା ପ୍ରତିବାଦରେ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଚିକିଟିର ଜନପ୍ରତିନିଧି, ୨ ବର୍ଷ ହେଲା ଉଦ୍ଦେଶ୍ୟମୂଳକ ଭାବେ…

ଛତ୍ରପୁର,୯।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଏବଂ ଏନ୍‌ଏସି (NAC) ପ୍ରଶାସନ ପକ୍ଷରୁ ନିର୍ବାଚିତ ଜନପ୍ରତିନିଧିମାନଙ୍କୁ କ୍ରମାଗତ ଭାବେ ଅଣଦେଖା କରାଯାଉଥିବା ନେଇ ସ୍ୱର…

ପାଟିତୁଣ୍ଡ ଭିତରେ ପଶି କରିଥିଲେ ହତ୍ୟା: ଅଭିଯୁକ୍ତ ଉପେନ୍ଦ୍ରଙ୍କୁ ଆଜୀବନ ଜେଲ୍

ଛତ୍ରପୁର,୯।୪(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ବାଳକୃଷ୍ଣପୁର ଗ୍ରାମର ୨୦୧୩ ମସିହାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ଆଜି ପ୍ରକାଶ ପାଇଛି ।…

ଖବରଦାତାଙ୍କ ପତ୍ନୀଙ୍କ ଅକାଳ ବିୟୋଗ: ଶୋକସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଇଲେ ଛତ୍ରପୁର ବିଧାୟକ

ଗଞ୍ଜାମ,୯।୪(ବିଦ୍ୟାଧର ସାହୁ), ୯/୪: ଗଞ୍ଜାମ ବ୍ଲକ ଅଞ୍ଚଳର ବରିଷ୍ଠ ଖବରଦାତା ରାମଚନ୍ଦ୍ର ବେହେରାଙ୍କ ଧର୍ମପତ୍ନୀ ସୁନିତା ବେହେରାଙ୍କର (୪୫) ଅକାଳ ବିୟୋଗ ଘଟିଛି। ଏହି ଖବର ପ୍ରସାରିତ…

ଅବସରପ୍ରାପ୍ତ କର୍ମଚାରୀଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ,ପ୍ରତ୍ୟାହର ନ କଲେ ଆନ୍ଦୋଳନ: ବିଧାୟକ

ଭବାନୀପାଟଣା/ଧର୍ମଗଡ଼,୯।୪(ଉତ୍ତମ କୁମାର ଦାଶ/ଘାସିରାମ ଜଗତ)-ରାଜ୍ୟ ସରକାରଙ୍କ ଅବସର ପ୍ରାପ୍ତ କର୍ମଚାରୀ ଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ କରିଛନ୍ତି ଜୁନାଗଡ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର।ରାଜ୍ୟ…

ଘୋଡ଼ାହାଡ଼ ନଦୀରେ ଗାଧୋଇବା ବେଳେ ବୃଦ୍ଧ ନିଖୋଜ: କୂଳରେ ପଡ଼ିଛି ଆଶାବାଡ଼ି, କୁମ୍ଭୀର ଭୟରେ…

ଦିଗପହଣ୍ଡି,୯|୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ଗ୍ରାମ ସାଉଁଟିଆ ସାହିର ହରି ସାହୁ(୮୧) ନାମକ ଜଣେ ବୃଦ୍ଧ ଗାଁ ନିକଟ ଘୋଡାହାଡ ନଦୀକୁ…

ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ

ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍…

ଓଡ଼ିଆ ପକ୍ଷ: ପାଠକଙ୍କ ମନମୋହିଲା ମହାପୁରୁଷଙ୍କ ଜୀବନିକାହାଣୀ

ପୁରୁଷୋତ୍ତମପୁର,୯ା୪(ସବିତା ମିଶ୍ର): ଓଡ଼ିଆ ପକ୍ଷ ପାଳନ ଅବସରରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସି ପକ୍ଷରୁ ନିର୍ବାହୀଅଧିକାରୀ ସଙ୍ଗିତା ସେଠୀଙ୍କ ତତ୍ତ୍ବାବଧନରେ ଆସ ବହିଟିଏ କିଣିବା କାର୍ଯ୍ଯକ୍ରମ ଅନୁଷ୍ଠିତ…

ଭିନ୍ନକ୍ଷମ ନାବାଳିକାଙ୍କୁ ଗର୍ଭବତୀ କରି ଯୁବକ ଫେରାର ଘଟଣା, ବାହାର ରାଜ୍ୟରୁ ଅଭିଯୁକ୍ତ ଗିରଫ

ଆନନ୍ଦପୁର/ହାଟଡିହୀ,୯ା୪(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧିନ ଜଣେ ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର ଘଟଣା । ମୁର୍ଗାଗୋଠ ଗ୍ରାମର ସଂଖ୍ଯାଲଘୁ ସମ୍ପ୍ରଦାର ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri