Posted inଜାତୀୟ

ଏସ୍‌ପିଙ୍କ ଭାଇରାଲ ଭିଡିଓକୁ ନେଇ ପ୍ରତିକ୍ରିୟା ଦେଲେ କେନ୍ଦ୍ରମନ୍ତ୍ରୀ

ନୂଆଦିଲ୍ଲୀ,୨୯।୧୨: ମିରଟ ଏସ୍‌ପିଙ୍କ ଭାଇରାଲ ଭିଡିଓକୁ ନେଇ ନିଜର ପ୍ରତିକ୍ରିୟା ରଖିଛନ୍ତି କେନ୍ଦ୍ରମନ୍ତ୍ରୀ ମୁଖତାର ଅବ୍ବାସ ନକ୍‌ଭି। ସେ କହିଛନ୍ତି ଭାଇରାଲ ଭିଡିଓର ଘଟଣା ଯଦି ସତ ତେବେ ତୁରନ୍ତ ଉକ୍ତ ଏସ୍‌ପିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ। ରିବିବାର ନକ୍‌ଭି ଟୁଇଟ୍‌ କରି କହିଛନ୍ତି ଏହି ଘଟଣା ଯଦି ସତ୍ୟ ତେବେ ଏହା ନିନ୍ଦନୀୟ ଆଉ ଏହା ବିରୋଧରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ନିଆଯିବ ଉଚିତ୍‌। ସେ କହିଛନ୍ତି ଗଣତନ୍ତ୍ର ଦେଶରେ କୌଣସି ପ୍ରକାର ହିଂସା ଗ୍ରହଣୀୟ ନୁହେଁ। ସୂଚନାଯୋଗ୍ୟ, ଉକ୍ତ ଭିଡ଼ିଓରେ ମିରଟ ସିଟି ଏସ୍‌ପି ଅଖିଳେଶ ନାରାୟଣ ପ୍ରଦର୍ଶନକାରୀଙ୍କୁ ପାକିସ୍ତାନ ପଳାଇବାକୁ କହୁଥିବାର ଦେଖିବାକୁ ମିଳିଥିଲା। ଏହି ଭିଡ଼ିଓ ଭାଇରାଲ ହେବାପରେ ଏସ୍‌ପି କହିଥିଲେ ପ୍ରଦର୍ଶନକାରୀ ହାତରେ କଳାକନା ବାନ୍ଧି ପାକିସ୍ତାନ ଜିନ୍ଦାବାଦ କହୁଥିଲେ। ତେଣୁ ସେମାନଙ୍କୁ ଶିକ୍ଷା ଦେବା ପାଇଁ ସେ ପ୍ରଦର୍ଶନକାରୀଙ୍କୁ ପାକିସ୍ତାନ ପଳାଇଯିବାକୁ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାମେଶ୍ୱର ଦର୍ଶନ ସାରି ଫେରୁଥିବା ବେଳେ ଦୁର୍ଘଟଣା, ସୁନାମଧନ୍ୟ ନୃତ୍ୟଶିଳ୍ପୀଙ୍କ ସମେତ ୨ ମୃତ

ଗୁଣପୁର,୨୫।୭(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ସହର ଶେଫାଳୀ ପାହାଡ଼ ରାସ୍ତାରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ଏଥିରେ ଦୁଇଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ମୃତକଙ୍କ…

CJP ହିଂସାକୁ ନେଇ ବଡ଼ ଖୁଲାସା, ଜନ୍ତର-ମନ୍ତରରେ ୨୫୦୦ରୁ ଅଧିକ…

ନୂଆଦିଲ୍ଲୀ,୨୫।୭: ଦିଲ୍ଲୀର ଜନ୍ତର ମନ୍ତରରେ ପ୍ରତିବାଦ ଜାରି ରହିଛି । ଏହି ସମୟରେ Facial Recognition System ଦ୍ବାରା ହିଂସା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ଖୁଲାସା ହୋଇଛି…

ବଙ୍ଗୋପସାଗରରେ ପୁଣି ଲଘୁଚାପ: ଅତି ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୫।୭: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ପୁଣି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ପଶ୍ଚିମବଙ୍ଗ- ଓଡ଼ିଶା ଉପକୂଳରେ ଲଘୁଚାପ ସୃଷ୍ଟି ହୋଇଥିବା ଜଣାପଡ଼ିଛି। ଏହା ପ୍ରଭାବରେ…

ନୂଆ ଡିଜିପିଙ୍କୁ ନେଇ ଅଙ୍କକଷା: ଚର୍ଚ୍ଚାରେ ୩, ଜାଣନ୍ତୁ କିଏ କିଏ

ଭୁବନେଶ୍ୱର,୨୫ା୭(ତ୍ରିନାଥ ମହାନ୍ତି):୧୯୯୦ ବ୍ୟାଚ୍‌ ଆଇପିଏସ୍‌ ଅଧିକାରୀ ପୋଲିସ ଡିଜି ଓ୍ବାଇ.ବି. ଖୁରାନିଆ ଅଗଷ୍ଟ ୧୬ରେ ଅବସର ଗ୍ରହଣ କରିବେ। ତାଙ୍କ କାର୍ଯ୍ୟକାଳ ସରି ଆସୁଥିବାବେଳେ ରାଜ୍ୟର କିଏ…

ଧର୍ମେନ୍ଦ୍ର ପ୍ରଧାନ ଇସ୍ତଫା ନ ଦେଲେ କଣ କରିବ CJP? ଆଶୁତୋଷ ରାଙ୍କା କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୨୫।୭: କେନ୍ଦ୍ର ସରକାରଙ୍କ ସହିତ ଏକ ବୈଠକ ପରେ, କକ୍ରୋଚ୍ ଜନତା ପାର୍ଟି ସ୍ପଷ୍ଟ କରିଛି ଯେ ପ୍ରାଥମିକ ଦାବି ହେଉଛି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର…

ନିଶା କାରବାରରେ ପୋଲିସର ହାତ: ମୁହଁ ଖୋଲିଲେ ଇନ୍‌ଫର୍ମର

ବରଗଡ଼,୨୫।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ନିଶା କାରବାର ଥମିବା ନାଁ ନେଉନାହିଁ। ତେବେ କିଛି ପୋଲିସ କର୍ମଚାରୀ ନିଶା ବେପାରୀଙ୍କ ସହିତ ସମ୍ପର୍କ ରଖିଥିବା ଯୋଗୁ ଏଭଳି କାରବାରକୁ…

ରେକର୍ଡ କଲା PM ମୋଦିଙ୍କ ଭିଡିଓ, ୨୪ ଘଣ୍ଟାରେ ସବୁଠୁ ଅଧିକ…

ନୂଆଦିଲ୍ଲୀ,୨୫।୭: CJP ବିକ୍ଷୋଭକାରୀ ଏବଂ ସରକାରଙ୍କ ମଧ୍ୟରେ ଶନିବାର ଆଉ ଏକ ବୈଠକ ହେବାର କାର୍ଯ୍ୟକ୍ରମ ରହିଛି। ଏହି ବୈଠକ ଶିକ୍ଷାମନ୍ତ୍ରୀଙ୍କ ଇସ୍ତଫା ଦାବି ଉପରେ କେନ୍ଦ୍ରିତ…

ସରକାରଙ୍କ ଉପରେ ବଢୁଛି ଚାପ: ଏବେ କ’ଣ କରିବେ ମୋଦି

ନୂଆଦିଲ୍ଲୀ,୨୫ା୭(ପି.ଟି./ଏଜେନ୍ସି): କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିରେ ସିଜେପି ପକ୍ଷରୁ ଚାଲିଥିବା ଆନ୍ଦୋଳନ ସରକାରଙ୍କ ଉପରେ ବଡ଼ ଚାପ ସୃଷ୍ଟି କରିଛି। ଶୁକ୍ରବାର ସରକାର ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri