ଏସ୍‌ପ୍ଲାନେଡ୍‌ ଓ୍ବାନ୍‌ର କିଡ୍‌ସ ସୁପର ମଡେଲ ଖୋଜା ଅଭିଯାନ

ଭୁବନେଶ୍ୱର,୨୩।୫(ବ୍ୟୁରୋ): ଓ୍ବିମେନ୍ସ ଡେ’ ସେଲିବ୍ରେଶନ ପରେ କୁନି କୁନି ପିଲାଙ୍କ ପାଇଁ ଏକ ନୂଆ କ୍ୟାମ୍ପେନ୍‌ ଆରମ୍ଭ କରିଛି ରସୁଲଗଡ଼ସ୍ଥିତ ଏସ୍‌ପ୍ଲାନେଡ୍‌ ଓ୍ବାନ୍‌ ମଲ୍‌। ପିଲାଙ୍କ ଲାଗି ଉଦ୍ଦିଷ୍ଟ ପୋଷାକ ବ୍ରାଣ୍ଡ୍‌ର ପ୍ରମୋଟ କରିବା ସହ ସୁପର ମଡେଲ ହେବା ପାଇଁ ଏକ ଉତ୍କୃଷ୍ଟ ପ୍ଲାଟଫର୍ମ ଯୋଗାଇଦେବା ଏହି କ୍ୟାମ୍ପେନ୍‌ର ମୁଖ୍ୟ ଉଦ୍ଦେଶ୍ୟ। ଏହି ଅବସରରେ ୧୯ ଓ ୨୦ତାରିଖରେ ଏସ୍‌ପ୍ଲାନେଡ୍‌ ତରଫରୁ ଛୋଟ ଛୋଟ ପିଲାଙ୍କୁ ନେଇ ଏକ ଫଟୋସୁଟ୍‌ କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା।
ଏଥିରେ ଭୁବନେଶ୍ୱରର ବିଭିନ୍ନ ଅଞ୍ଚଳରୁ ଆସିଥିବା ପିଲାମାନେ ଜାତୀୟସ୍ତରୀୟ ପୋଷାକ ବ୍ରାଣ୍ଡ୍‌ ପାଇଁ ମଡେଲ ଭାବେ ଫଟୋସୁଟ୍‌ କରିଥିଲେ। ପିଲାମାନେ ନିଜ ପସନ୍ଦ ମୁତାବକ ପୋଷାକ ବାଛି ତାହାକୁ ପିନ୍ଧି ସୁଟ୍‌ କରିବାର ସୁଯୋଗ ପାଇଥିଲେ। ଫଟୋସୁଟ୍‌ କାର୍ଯ୍ୟକ୍ରମରେ ଭାଗ ନେଇଥିବା ପ୍ରତ୍ୟେକ ପିଲାଙ୍କ ଫଟୋକୁ ଏସ୍‌ପ୍ଲାନେଡ୍‌ର ସୋସିଆଲ ତଥା ଡିଜିଟାଲ ସାଇଟ୍‌ରେ ଛଡ଼ାଯିବ। ଏହାବ୍ୟତୀତ ବଛା ବଛା ଫଟୋକୁ ବ୍ରାଣ୍ଡ୍‌ ପ୍ରମୋଶନ କ୍ୟାମ୍ପେନ୍‌ ପାଇଁ ବ୍ୟବହାର କରାଯିବ। ଆଇକନିକ୍‌ କିଡ୍‌ସ, ରିଲିଆନ୍ସ ଟ୍ରେଣ୍ଡ୍‌ସ, ଏଫ୍‌ବିବି, ଇଣ୍ଡିଆନ୍‌ ଟେରିଆନ୍‌, ଲାଇଫଷ୍ଟାଇଲ, ୟୁସିବି ଏବଂ ମ୍ୟାକ୍ସ ଭଳି ବ୍ରାଣ୍ଡ୍‌ ପାଇଁ ଏହି ପିଲାମାନେ ମଡେଲ ହୋଇପାରିବେ। କେବଳ ଏତିକି ନୁହେଁ, ସୁଟ୍‌ କରିଥିବା ପ୍ରତ୍ୟେକ ପିଲାଙ୍କୁ ଆକର୍ଷଣୀୟ ଉପହାର ପ୍ରଦାନ କରାଯାଇଥିଲା। ସେହିଭଳି ଆଗାମୀ ରଜ ମହୋତ୍ସବ ପାଇଁ ମଲ୍‌ ପକ୍ଷରୁ ଆହୁରି ଆକର୍ଷଣୀୟ କାର୍ଯ୍ୟକ୍ରମ ଆୟୋଜନ କରାଯିବ ବୋଲି କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିପଦରେ ଲଣ୍ଡନ, ପ୍ୟାରିସ, ବର୍ଲିନ: ଚେତାଇଲା IDF, ଘନ ଘନ ମିସାଇଲ ମାଡ଼ରେ… 

ଜେରୁଜେଲାମ,୨୨।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଥିବା ବେଳେ ଇସ୍ରାଏଲ ପ୍ରତିରକ୍ଷା ବାହିନୀ (IDF) ଇରାନର ବଢୁଥିବା ସାମରିକ ଶକ୍ତିକୁ ନେଇ ଏକ ଚାଞ୍ଚଲ୍ୟକର ତଥ୍ୟ ପ୍ରକାଶ…

ଭୁଶୁଡୁଛି ବିଜେଡି ଗଡ଼: ଇସ୍ତଫା ଦେଲେ ଆଉ ୨….

ଭୁବନେଶ୍ୱର,୨୨।୩: ବିଜେଡିକୁ ବଡ଼ ଝଟ୍‌କା। ବାଲିଆପାଳ ବ୍ଲକ ବିଜେଡି ଯୁବ ଓ ଛାତ୍ର ସଭାପତି ଇସ୍ତଫା ରବିବାର ଇସ୍ତଫା ଦେଇଛନ୍ତି। ବ୍ଲକ ଯୁବ ସଭାପତି ସଂଗ୍ରାମ ପରିଡ଼ା,…

ସକାଳୁଆ ସ୍କୁଲକୁ ନେଇ ଆସିଲା ବଡ଼ ଖବର, ଏହିଦିନ ଠୁ…

ଭୁବନେଶ୍ୱର,୨୨ା୩(ସୁଚିସ୍ମିତା ସାହୁ): ଖୁବ୍‌ଶୀଘ୍ର ସକାଳୁଆ ହେବ ସ୍କୁଲ। ରାଜ୍ୟରେ ତାପମାତ୍ରା ସହ ଖରା ପ୍ରକୋପ ଅଧିକ ରହୁଛି। ମାର୍ଚ୍ଚରେ ବିଭିନ୍ନ ସ୍ଥାନରେ ଅସହ୍ୟ ଗରମ ଅନୁଭବ ହେଉଛି।…

ଆଗକୁ ଶିକ୍ଷକଙ୍କୁ ନିୟମିତ ନିଯୁକ୍ତି ଦିଆଯିବ,ସରକାରଙ୍କ ବଡ଼ ଘୋଷଣା

ଭୁବନେଶ୍ୱର,୨୨ା୩(ସୁଚିସ୍ମିତା ସାହୁ): ରାଜ୍ୟରେ ଶିକ୍ଷାକ୍ଷେତ୍ରରେ ପରିବର୍ତ୍ତନ ଆଣିବା ପାଇଁ ରାଜ୍ୟ ସରକାର ପ୍ରୟାସ କରୁଛନ୍ତି। ଶିକ୍ଷକମାନେ ଯେପରି ରାଜରାସ୍ତାରେ ନ ବସିବେ, ପିଲାଙ୍କ ପାଠପଢ଼ାକୁ ଯେପରି ଗୁରୁତ୍ୱ…

ବିି.ଏଡ୍‌. ପ୍ରବେଶିକା ପରୀକ୍ଷା ପାଇଁ ୨୩ରୁ ଆବେଦନ

ଭୁବନେଶ୍ୱର,୨୨ା୩(ସୁଚିସ୍ମିତା ସାହୁ): ୨ବର୍ଷିଆ ବି.ଏଡ୍‌, ବିଏଚ୍‌.ଏଡ୍‌. ଓ ଏମ୍‌.ଏଡ୍‌. ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ପ୍ରବେଶିକା ପରୀକ୍ଷା ଲାଗି ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।…

ସ୍ତ୍ରୀଙ୍କୁ ତଣ୍ଟିଚିପି ହତ୍ୟା କରିବା ପରେ ଆତ୍ମହତ୍ୟାର ରୂପ ଦେଇଥିଲେ ସ୍ବାମୀ, ଅଦାଲତ ଶୁଣାଇଲେ ଏମିତି ରାୟ

ଥୁଆମୂଳ ରାମପୁର,୨୧ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଓ ଦୌରା ଜଜ୍‌ ଅଦାଲତ ଏକ ସମ୍ବେଦନଶୀଳ ହତ୍ୟା ମାମଲାର ବିଚାର କରି ଅଭିଯୁକ୍ତ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡାଦେଶ ଶୁଣାଇଛନ୍ତି।…

ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ୍‌ କରି ଜଙ୍ଗଲରେ ବିସ୍ଫୋରକ ଖଞ୍ଜିଥିଲେ ମାଓବାଦୀ, ବଡ଼ ଅଘଟଣ ଘଟିବା ପୂର୍ବରୁ…

ବାଲିଗୁଡ଼ା,୨୧ା୩(ସଞ୍ଜୟ କୁମାର ପାଣିଗ୍ରାହୀ): ସମଗ୍ର କନ୍ଧମାଳ ଜିଲାରେ କୋମ୍ବିଂ ଅପରେଶନକୁ ଜୋରଦାର କରାଯାଉଥିବା ବେଳେ ଏକ ବଡ଼ଧରଣର ଅଘଟଣରୁ ବର୍ତ୍ତିଯାଇଛନ୍ତି ସୁରକ୍ଷାକର୍ମୀ। ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ କରି ଜଙ୍ଗଲରେ…

ସାକ୍ଷୀଗୋପାଳଙ୍କୁ ଦର୍ଶନ କରି ଟଳି ପଡ଼ିଲେ ବୃଦ୍ଧା

ସାକ୍ଷୀଗୋପାଳ,୨୧ା୩(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଶନିବାର ସନ୍ଧ୍ୟାରେ ଶ୍ରୀ ସାକ୍ଷୀଗୋପାଳଙ୍କୁ ଦର୍ଶନ କରିବା ପରେ ଜଣେ ବୃଦ୍ଧା ତୀର୍ଥଯାତ୍ରୀ ହଠାତ୍‌ ଟଳି ପଡ଼ିଥିଲେ। ତାଙ୍କ ସହିତ ରହିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri