ଏସ୍‌ପ୍ଲାନେଡ୍‌ ଓ୍ବାନ୍‌ରେ ଆତଙ୍କବାଦୀ ମୁକାବିଲା: ସମ୍ଭାବ୍ୟ ଆକ୍ରମଣ ନେଇ ମକ୍‌ ଡ୍ରିଲ

ଭୁବନେଶ୍ୱର, ୩୧ା୮(ବ୍ୟୁରୋ): ରସୁଲଗଡ଼ସ୍ଥିତ ଏସ୍‌ପ୍ଲାନେଡ୍‌ ଓ୍ବାନ୍‌ ମଲ୍‌ ପରିସରରେ ଶୁକ୍ରବାର ସକାଳର ଦୃଶ୍ୟ ଥିଲା ସମ୍ପୂର୍ଣ୍ଣ ଭିନ୍ନ। ଏହି ବ୍ୟବସାୟିକ କେନ୍ଦ୍ରରେ ଗ୍ରାହକଙ୍କ ଗହଳି ପରିବର୍ତ୍ତେ ଆତଙ୍କବାଦୀଙ୍କ ସହ ପୋଲିସ ଏବଂ ଆଣ୍ଟି ଟେରରିଷ୍ଟ ସ୍କ୍ବାଡ୍‌ର ମୁକାବିଲା ଚାଲିଥିଲା।
ପୂର୍ବାହ୍ନ ପ୍ରାୟ ୯ଟାରେ ଏହି ମଲ୍‌ରେ ଏକ ବୋମା ବିସ୍ଫୋରଣ ହୋଇଥିଲା। ଆତଙ୍କବାଦୀମାନେ ମଲ୍‌ରେ ପଶିଥିବା ପୋଲିସକୁ ଖବର ମିଳିଥିଲା। ସଙ୍ଗେସଙ୍ଗେ ଟାସ୍କଫୋର୍ସ ସହ ଆଣ୍ଟି ଟେରରିଷ୍ଟ ସ୍କ୍ବାଡ୍‌, ପୋଲିସ, ଏନ୍‌ଡିଆରଏଫ୍‌, ଓଡ୍ରାଫ୍‌ ଏବଂ ଅଗ୍ନିଶମ ବିଭାଗର ବହୁ ଅଧିକାରୀ ମଲ୍‌ରେ ପହଞ୍ଚତ୍ଥିଲେ। ଏହାପରେ ଆରମ୍ଭ ହୋଇଥିଲା ମିଶନ। ସତର୍କତାମୂଳକ ଭାବେ ଆଣ୍ଟି ଟେରରିଷ୍ଟ ଫୋର୍ସ ମଲ୍‌ ଭିତରକୁ ପ୍ରବେଶ କରି ଦୁଇଜଣ ଆତଙ୍କବାଦୀଙ୍କୁ କାବୁ କରିଥିଲେ। ପରେ ବୋମା ନିଷ୍କ୍ରିୟ ଟିମ୍‌ ଆସି ଗୋଟିଏ ବୋମା ଥିବା ପେଟିକୁ ଜବତ କରିବା ସହ ବୋମା ନିଷ୍କ୍ରିୟ କରିଥିଲେ। ଅନ୍ୟପକ୍ଷରେ ଆତଙ୍କବାଦୀ ଆକ୍ରମଣ ସମୟରେ ଗୁରୁତର ଆହତ ହୋଇଥିବା ବ୍ୟକ୍ତିଙ୍କୁ ଅଗ୍ନିଶମ କର୍ମଚାରୀମାନେ ଉଦ୍ଧାର କରିଥିଲେ। ଏଥିସହ ଡ୍ରୋନ୍‌ ସାହାଯ୍ୟରେ ମଲ୍‌ର ପୂରା ଅଞ୍ଚଳକୁ ଛାନ୍‌ଭିନ୍‌ କରାଯାଇଥିଲା।
ସକାଳୁ ସକାଳୁ ଏସ୍‌ପ୍ଲାନେଡ୍‌ ଓ୍ବାନ୍‌ ମଲ୍‌ ପରିସରରେ ଏଭଳି ଦୃଶ୍ୟ ଦେଖି ଲୋକେ ଡରି ଯାଇଥିଲେ। ମାତ୍ର ପରେ ଜାଣିବାକୁ ପାଇଥିଲେ ଯେ ଏହା ମକ୍‌ ଡ୍ରିଲ ଥିଲା। ଦେଶରେ ବର୍ତ୍ତମାନର ସ୍ଥିତିକୁ ଦୃଷ୍ଟିରେ ରଖି କୌଣସି ଶପିଂ ମଲ୍‌ରେ ଆତଙ୍କବାଦୀ ଆକ୍ରମଣ ହେଲେ କିଭଳି ତା’ର ମୁକାବିଲା କରାଯିବ, ମଲ୍‌ ଓ ଧନଜୀବନ ସୁରକ୍ଷା ସହ ଏଥିଲାଗି କିପରି ପ୍ରସ୍ତୁତ ହେବାକୁ ପଡ଼ିବ ସେଥିପାଇଁ ଏହି ମକ୍‌ ଡ୍ରିଲ ହୋଇଥିଲା। ବିଶେଷକରି ଆତଙ୍କବାଦୀମାନେ ବଡ ବଡ ଶପିଂମଲଗୁଡିକୁ ଟାର୍ଗେଟ କରିବା ଆଶଙ୍କା ରହିଥିବାରୁ ଏଭଳି ପଦକ୍ଷେପ ନିଆଯାଇଥିବା ଏନ୍‌ଡିଆର୍‌ଏଫ୍‌ ଏବଂ ଫାୟାର ଅଫିସରମାନେ କହିଛନ୍ତି। ସୂଚନାଯୋଗ୍ୟ, ଏସ୍‌ପ୍ଲାନେଡ୍‌ ମଲ୍‌ରେ ଏଭଳି ମକ୍‌ ଡ୍ରିଲ ଦ୍ୱିତୀୟ ଥର ପାଇଁ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri