Posted inଜାତୀୟ

ଏସ୍‌ସି,ଏସ୍‌ଟି ଆଇନ ନେଇ ରାୟ ଆଜି

ନୂଆଦିଲ୍ଲୀ,୧୩-୯:ଅନୁସୂଚିତ ଜାତି/ଜନଜାତି (ଏସ୍‌ସି/ଏସ୍‌ଟି) ଆଇନ ସମ୍ପର୍କିତ କେନ୍ଦ୍ର ସରକାରଙ୍କ ରିଭ୍ୟୁ ପିଟିଶନ ଉପରେ ଶୁକ୍ରବାର ସୁପ୍ରିମକୋର୍ଟ ରାୟ ପ୍ରଦାନ କରିପାରନ୍ତି। ୨୦୧୮ ମାର୍ଚ୍ଚ ୨୦ରେ ସୁପ୍ରିମକୋର୍ଟ ଉକ୍ତ ଆଇନରେ ଗିରଫଦାରି ବ୍ୟବସ୍ଥାକୁ କୋହଳ କରିଥିଲେ। ରାୟର ପୁନର୍ବିଚାର ଲାଗି କେନ୍ଦ୍ର ସରକାର ସର୍ବୋଚ୍ଚ ଅଦାଲତରେ ରିଭ୍ୟୁ ପିଟିଶନ ଦାଏର କରିଥିଲେ। ଶୁକ୍ରବାର ଜଷ୍ଟିସ୍‌ ଅରୁଣ ମିଶ୍ରଙ୍କ ଅଧ୍ୟକ୍ଷତାରେ ଗଠିତ ଖଣ୍ଡପୀଠ ଗତ ମେ ୧ରେ ମାମଲାର ଶୁଣାଣି ଶେଷ କରି ରାୟକୁ ସଂରକ୍ଷିତ ରଖିଥିଲେ। ଦେଶର ଆଇନ ଜାତି ନିର୍ବିଶେଷରେ ସମସ୍ତଙ୍କ ପାଇଁ ସମାନ ହେବା ଉଚିତ ବୋଲି ଖଣ୍ଡପୀଠ ମତ ଦେଇଥିଲେ।
ଏସ୍‌ସି/ଏସ୍‌ଟି ଆଇନକୁ ସରକାରୀ କର୍ମଚାରୀ ଓ ଅନ୍ୟମାନଙ୍କ ବିରୋଧରେ ଅପବ୍ୟବହାର କରାଯାଉଥିବା ଅନୁଭବ କରି ଏହି ଆଇନରେ ଅଭିଯୋଗ ଆସିଲେ ତୁରନ୍ତ ଗିରଫ କରାଯାଇପାରିବ ନାହିଁ ବୋଲି ୨୦୧୮ ମାର୍ଚ୍ଚରେ ସୁପ୍ରିମକୋର୍ଟ କହିଥିଲେ। ଅନେକ କ୍ଷେତ୍ରରେ ନିରୀହ ନାଗରିକଙ୍କୁ ଅଭିଯୁକ୍ତ କରାଯାଉଛି। ସରକାରୀ କର୍ମଚାରୀଙ୍କୁ ଚାକିରି ହରାଇବାକୁ ପଡୁଛି। ଏହା ଆଇନର ଉଦ୍ଦେଶ୍ୟ ନ ଥିଲା । ଯଥେଷ୍ଟ ପ୍ରମାଣ ନ ଥିଲେ ଆଗୁଆ ଜାମିନ ପ୍ରଦାନରେ ପ୍ରତିବନ୍ଧକ ରହିବା ଉଚିତ ନୁହେଁ ବୋଲି ଅଦାଲତ ମତ ଦେଇଥିଲେ। ସର୍ବୋଚ୍ଚ ଅଦାଲତଙ୍କ ଏହି ରାୟକୁ ନେଇ ଅନୁସୂଚିତ ଜାତି ଓ ଜନଜାତିଙ୍କ ମଧ୍ୟରେ ଉତ୍ତେଜନା ପ୍ରକାଶ ପାଇବା ସହ ବିଭିନ୍ନ ସ୍ଥାନରେ ବିକ୍ଷୋଭ ହିଂସାତ୍ମକ ରୂପ ନେଇଥିଲା। ଏହି ହିଂସାରେ ଅନେକ ଲୋକ ମୃତାହତ ହୋଇଥିଲେ। ଏଭଳି ରାୟ ସମସ୍ୟା ସୃଷ୍ଟି କରୁଥିବାରୁ କୋର୍ଟ ଏହାର ସମୀକ୍ଷା କରିବା ଆବଶ୍ୟକ ବୋଲି କେନ୍ଦ୍ର ସରକାର ଯୁକ୍ତି ଦର୍ଶାଇଥିଲେ। ଉକ୍ତ ରାୟକୁ ଅକାମୀ କରିବା ପାଇଁ ଗତବର୍ଷ ଅଗଷ୍ଟ ୯ରେ ପାର୍ଲାମେଣ୍ଟରେ ବିଲ୍‌ ଗୃହୀତ ହୋଇଥିଲା। ଆଗୁଆ ଜାମିନ ବ୍ୟବସ୍ଥା ହଟାଇ ଦିଆଯାଇଥିବା ଉକ୍ତ ସଂଶୋଧିତ ଆଇନ ଉପରେ ରହିତାଦେଶ ଦେବାକୁ ଜାନୁୟାରୀ ୩୦ରେ ସୁପ୍ରିମକୋର୍ଟ ମନା କରିଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ମହାରାଷ୍ଟ୍ର ପୌର ନିର୍ବାଚନ: ମହାମେଣ୍ଟର ବଡ଼ ବିଜୟ

ମୁମ୍ବାଇ,୨୧ା୧୨: ମହାରାଷ୍ଟ୍ର ନଗର ପରିଷଦ ଓ ପଞ୍ଚାୟତ ନିର୍ବାଚନରେ ଶାସକ ମହାମେଣ୍ଟ ବିପୁଳ ବିଜୟ ଲାଭ କରିଥିବା ବେଳେ ଭାଜପା ଏକକ ସଂଖ୍ୟାଗରିଷ୍ଠ ଦଳ ହୋଇଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri