ଏସ୍‌ସିବିକୁ ବିଶ୍ୱସ୍ତରୀୟ ଚିକିତ୍ସାଳୟ କରିବା ଲାଗି ପ୍ରକ୍ରିୟା ଆରମ୍ଭ, ଗୁରୁବାର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୨।୧(ବ୍ୟୁରୋ): କଟକ ସ୍ଥିତ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ଓ ହସ୍ପିଟାଲକୁ ବିଶ୍ୱସ୍ତରୀୟ କରିବା କାର୍ଯ୍ୟ ତ୍ୱରାନ୍ବିତ ହୋଇଛି। ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାର ସମୀକ୍ଷା କରିବା ପରେ ଜମି ଅଧିଗ୍ରହଣ ପ୍ରକ୍ରିୟା ଆରମ୍ଭ ହେବ। ମାର୍ଚ୍ଚ ପହିଲାରୁ ନିର୍ମାଣ କାର୍ଯ୍ୟ ଆରମ୍ଭ ଲାଗି ସରକାର ଲକ୍ଷ୍ୟ ରଖିଛନ୍ତି। ବୁଧବାର ସକାଳେ ୫-ଟି ସଚିବ ଭି.କେ.ପାଣ୍ଡିଆନ ଏସ୍‌ସିବି ଗସ୍ତ କରିବା ପରେ ବିଶ୍ୱସ୍ତରୀୟ କାର୍ଯ୍ୟ ତ୍ୱରାନ୍ବିତ ହୋଇଛି। ତେବେ ସନ୍ଧ୍ୟା ସୁଦ୍ଧା ଜିଲାପାଳ ଓ ଆରଡିସି ଜମି ଅଧିଗ୍ରହଣ ନେଇ ପ୍ରସ୍ତାବ ଦେବେ। ଏହାପରେ ମୁଖ୍ୟମନ୍ତ୍ରୀ କଟକ ଗସ୍ତ କରିବା ସହିତ ଏହାର ସମୀକ୍ଷା କରିବାର କାଯ୍ୟକ୍ରମ ରହିଛି।

ସୂଚନା ଅନୁଯାୟୀ, ବିଶ୍ୱସ୍ତରୀୟ ଚିକିତ୍ସାଳୟ ପାଇଁ ଆବଶ୍ୟକ ପଡୁଥିବା ଜମି ଲାଗି ଡାକ୍ତରଖାନା ନିକଟରେ ଥିବା ଜଳସମ୍ପଦ, ଉଚ୍ଚଶିକ୍ଷା, ବୈଷୟିକ ଶିକ୍ଷା ଓ ଦକ୍ଷତା ବିକାଶ ବିଭାଗର କିଛି ସ୍ଥାନ ସମେତ ଚତୁର୍ଥଶ୍ରେଣୀ କର୍ମଚାରୀଙ୍କ କ୍ୱାର୍ଟର ଆଦିର ଉଚ୍ଛେଦ ହେବ। ଏହି ପ୍ରକ୍ରିୟାରେ ୧୩ଜଣ ଡାକ୍ତରଙ୍କ ସରକାରୀ ଘର ହଟାଇବାକୁ ପଡିବ। ତେବେ ଉଚ୍ଛେଦ ହେଉଥିବା କର୍ମଚାରୀମାନଙ୍କୁ ସରକାର ଅନ୍ୟ ସ୍ଥାନରେ ରଖିବାର ବ୍ୟବସ୍ଥା କରୁଥିବାବେଳେ ଅନ୍ୟ କ୍ଷତିଗ୍ରସ୍ତମାନଙ୍କ ପାଇଁ ସ୍ବତନ୍ତ୍ର ପ୍ୟାକେଜ ବ୍ୟବସ୍ଥା କରାଯିବ। ଏହି ଅଧିଗ୍ରହଣରୁ ୨୫ ଏକର ଜମି ସରକାରଙ୍କ ହାତକୁ ଆସିବ। ଫେବୃୟାରୀ ୨୮ ସୁଦ୍ଧା ଅଧିଗ୍ରହଣ କାର୍ଯ୍ୟ ସରିବ ଏବଂ ମାର୍ଚ୍ଚ ପହିଲାରୁ ନୂତନ ନିର୍ମାଣ କାର୍ଯ୍ୟ ଆରମ୍ଭ ଲାଗି ଲକ୍ଷ୍ୟ ରହିଛି। ସେହିଭଳି ତାଳଦଣ୍ଡା କେନାଲ ବନ୍ଧରୁ ଡାକ୍ତରଖାନାକୁ ସଂଯୋଗ କରୁଥିବା ରାସ୍ତାକୁ ତିନି ଲେନ୍‌ ବିଶିଷ୍ଟ କରାଯିବା ସହିତ ଯାତାୟତ ସୁବିଧା ପାଇଁ ଦୁଇଟି ଓଭରବ୍ରିଜ ନିର୍ମାଣ କରାଯିବ। ପାଣ୍ଡିଆନଙ୍କ ସହିତ ପୂର୍ତ୍ତ ବିଭାଗ ସଚିବ ଡକ୍ଟର କ୍ରିଷନ କୁମାର, ଜଳସମ୍ପଦ ସଚିବ ସୁରେନ୍ଦ୍ର କୁମାର ଓ ଗୃହ ଏବଂ ନଗର ଉନ୍ନୟନ ସଚିବ ଜି.ମାଥିଭାଥନନ୍‌ ଏସ୍‌ସିବି ପରିଦର୍ଶନରେ ଯାଇ କାର୍ଯ୍ୟର ସମୀକ୍ଷା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri