ଏସ୍‌ସିବିରେ କରୋନା ଭୁତାଣୁ ପରୀକ୍ଷା ସୁବିଧା କରିବାକୁ ଦାବି

ଭୁବନେଶ୍ୱର,୫।୩(ବ୍ୟୁରୋ)- ରାଜ୍ୟରେ ସମ୍ଭାବ୍ୟ କରୋନା ଭୂତାଣୁ ସଂକ୍ରମଣ ପ୍ରତିରୋଧ ଦିଗରେ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ବିଭିନ୍ନ ସତର୍କତାମୂଳକ ପଦକ୍ଷେପ ଓ ପ୍ରସ୍ତୁତିକୁ ତ୍ୱରାନ୍ବିତ କରାଯାଉଥିବାବେଳେ ଏବେ ସନ୍ଦିଗ୍ଧ କରୋନା ରୋଗୀଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି ା କରୋନା ଭୁତାଣୁ ପରୀକ୍ଷା ପାଇଁ ରାଜ୍ୟରେ କୌଣସି ସୁବିଧା ନଥିବାବେଳେ ଏବେ କେନ୍ଦ୍ର ସରକାରଙ୍କ ପକ୍ଷରୁ ଭୁବନେଶ୍ୱର ଆର୍‌ଏମ୍‌ଆର୍‌ସି ଠାରେ ଏଭଳି ସୁବିଧା ବ୍ୟବସ୍ଥା କରିବାକୁ ପ୍ରତିଶ୍ରୁତି ମିଳିଛି ା
ପୂର୍ବରୁ ରକ୍ତ ପରୀକ୍ଷା କରିବା ପାଇଁ ପୁନାସ୍ଥିତ ଜାତୀୟ ଭାଇରୋଲୋଜି ପ୍ରତିଷ୍ଠାନକୁ ପଠାଯାଉଥିଲା ା ଅନ୍ୟପକ୍ଷରେ ଆଗାମୀ ଦିନରେ ସନ୍ଦିଗ୍ଧ କରୋନା ରୋଗୀଙ୍କ ସଂଖ୍ୟା ବୃଦ୍ଧି ସମ୍ଭାବନା ରହିଥିବାରୁ ରକ୍ତ ନମୁନା ପରୀକ୍ଷା ପାଇଁ ଭିଡ଼ ବଢ଼ିପାରେ ା ଏହି ସମସ୍ୟା ଏଡାଇବା ପାଇଁ ଆଜି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବକିଶୋର ଦାସ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଡା. ହର୍ଷ ବର୍ଦ୍ଧନଙ୍କୁ ଏକ ଚିଠି ଲେଖି ଏସ୍‌ସିବି ମେଡିକାଲ୍‌ କଲେଜ୍‌ ଓ ହସ୍‌ପିଟାଲ୍‌ଠାରେ କରୋନା ଭୁତାଣୁ ପରୀକ୍ଷଣ ପାଇଁ ଆବଶ୍ୟକ ଟେଷ୍ଟିଂ ଲ୍ୟାବ୍‌ ପ୍ରତିଷ୍ଠା କରିବା ପାଇଁ ଅନୁରୋଧ କରିଛନ୍ତି ା ଫଳରେ ଆଗାମୀ ଦିନରେ କରୋନା ସଂକ୍ରମଣ ମୁକାବିଲା ଦିଗରେ ଏହା ସହାୟକ ହୋଇପାରିବ ା


Enter your email to get our daily news in your inbox.

All Right Reserved By Dharitri.Com

ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି ଅମିତ

ମୋରଡ଼ା,୨୦ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚଢ଼େଇଗଁା ଗ୍ରାମର ଅମିତ କୁମାର ଦାସ(୧୭) ସମାଜ ପରିବର୍ତ୍ତନର ସଂକଳ୍ପ ନେଇ ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି।…

ଡୋନାଲ୍ଡ ଟ୍ରମ୍ପଙ୍କୁ ଶକ୍ତ ଝଟ୍‌କା: ଟାରିଫ୍‌କୁ ବେଆଇନ୍‌ କହିଲେ ଆମେରିକା ସୁପ୍ରିମକୋର୍ଟ, ଏବେ…

ଓ୍ବାଶିଂଟନ,୨୦।୨: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଆମେରିକା ସୁପ୍ରିମକୋର୍ଟରୁ ବଡ଼ ଝଟ୍‌କା ଲାଗିଛି। ଶୁକ୍ରବାର କୋର୍ଟ ଟ୍ରମ୍ପଙ୍କ ଦ୍ୱାରା ଲାଗୁ କରାଯାଇଥିବା ବ୍ୟାପକ ‘ଟାରିଫ’ (Tariff) ବା ଆମଦାନୀ…

ଘୋଡାହାଡ଼ ନଦୀ ଗଣ୍ଡରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ 

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମ ଦେଇ ପ୍ରବାହିତ ଘୋଡ଼ାହାଡ଼ ନଦୀର ଗଣ୍ଡରେ ବୁଡ଼ିଯାଇ ଜଣେ ବୃଦ୍ଧା ମୃତ୍ୟୁବରଣ କରିଛନ୍ତି। ବୃଦ୍ଧା…

ତପ୍ତପାଣି ଘାଟିରେ ଓଲଟିଲା ମକା ବୋଝେଇ ଟ୍ରକ

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ – ଗଜପତି ସୀମାନ୍ତ ତପ୍ତପାଣି ଘାଟି ରାସ୍ତାର ପାଳୁଖଳା ଗ୍ରାମ ନିକଟ ଘାଟି ରାସ୍ତାରେ ଏକ ମକା ବୋଝେଇ ଟ୍ରକ୍ (ନଂ.…

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

ସୁଦୃଢ଼ ହେବ ସ୍ବାସ୍ଥ୍ୟସେବା, ରାଜ୍ୟରେ ୫ ନୂଆ ମେଡିକାଲ କଲେଜ ନେଇ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ୱର,୨୦।୨: ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଅଧିକ ସୁଦୃଢ଼ କରିବା ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ୫ ନୂଆ ମେଡିକାଲ…

କିଡ୍‌ନୀ, ହାର୍ଟ ଦାନକରି ଅମର ହେଲେ ଶୁଭମ୍‌

ବଞ୍ଚୋ/ବଉଳା/ଛେନାପଦି,୨୦ା୨(ପ୍ରଦୋଷ କୁମାର ବିଶ୍ୱାଳ/ଦୁର୍ଗା ପ୍ରସାଦ ଆୟଚ/ ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଜମ୍ଭିରା ଗ୍ରାମର ଉପେନ୍ଦ୍ର ଆୟଚଙ୍କ ପୁତ୍ର ଶୁଭମ୍‌ ଆୟଚ(୧୨) ଦୁର୍ଘଟଣାରେ ମୃତ୍ୟୁ…

୨୧୮ ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା

ଦିଗପହଣ୍ଡି/ପାଟପୁର,୨୦ା୨(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସମଗ୍ର ଶିକ୍ଷା ଅଭିଯାନ ଓ ଜିଲା ଦୃଷ୍ଟି ବାଧିତ ନିୟନ୍ତ୍ରଣ କାର୍ଯ୍ୟାଳୟ ଆନୁକୂଲ୍ୟରେ ରାଜ୍ୟ ସରକାରଙ୍କ ସୁରେନ୍ଦ୍ର ସାଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri