ଏସ୍‌ସିବି: ଡାକ୍ତର ଶୂନ୍ୟ ଟ୍ରମା ଆଇସିୟୁ

କଟକ ଅଫିସ,୧ା୬: ଏସ୍‌ସିବି ଟ୍ରମା ଆଇସିୟୁ ଏବେ ଡାକ୍ତର ଶୂନ୍ୟ। ଟ୍ରମା ଆଇସିୟୁ ପାଇଁ ନିଯୁକ୍ତ ୪ ଜଣ ଠିକା ଡାକ୍ତର ଚାକିିରିରୁ ଇସ୍ତଫା ଦେଇ ପଳାଇଛନ୍ତି। ଫଳରେ ଟ୍ରମା ଆଇସିୟୁକୁ ନେଇ ଅଡୁଆ ପରିସ୍ଥିତି ଉପୁଜିଛି। ମେଡିକାଲର ଅନ୍ୟ ଡାକ୍ତରଙ୍କ ଦ୍ୱାରା ଏହାକୁ ପରିଚାଳନା କରାଯାଉଛି। ଖୁବ୍‌ଶୀଘ୍ର ଟ୍ରମା ଆଇସିୟୁ ପାଇଁ ଡାକ୍ତର ନିଯୁକ୍ତି ହେବେ ବୋଲି ଏସ୍‌ସିବି ଅଧୀକ୍ଷକ ପ୍ରଫେସର ଡା. ସିବିକେ ମହାନ୍ତି କହିଛନ୍ତି। ସୂଚନାଥାଉ କି, ୨୦୧୧ରେ କେନ୍ଦ୍ରୀୟ ଅନୁଦାନରେ ଏସ୍‌ସିବିରେ ଟ୍ରମା କେୟାର ସେଣ୍ଟର ଖୋଲିଥିଲା। ଦୁର୍ଘଟଣାର ଶିକାର ହୋଇଆସୁଥିବା ରୋଗୀମାନଙ୍କୁ ଚିକିତ୍ସା ଯୋଗାଇବା ନିମନ୍ତେ କେନ୍ଦ୍ର ସରକାର ଏହି ୟୁନିଟ୍‌ ଖୋଲିଥିଲେ। ପ୍ରଥମ ୫ ବର୍ଷ କେନ୍ଦ୍ର ସରକାରଙ୍କ ଅନୁଦାନରେ ଏହି ୟୁନିଟ୍‌ ଚାଲିଥିବା ବେଳେ ପରବର୍ତ୍ତୀ ଅବସ୍ଥାରେ ଏହା ରାଜ୍ୟ ସରକାରଙ୍କ ଅନୁଦାନରେ ଚାଲିବ ବୋଲି ବ୍ୟବସ୍ଥା ହୋଇଥିଲା। ସମ୍ପ୍ରତି ୪୪ଟି ସାଧାରଣ ବେଡ୍‌ ଓ ୧୪ଟି ଆଇସିୟୁ ବେଡ୍‌କୁ ନେଇ ଟ୍ରମା କେୟାର ୟୁନିଟ୍‌ କାର୍ଯ୍ୟ କରୁଛି। ଗତବର୍ଷ ଟ୍ରମା କେୟାର ୟୁନିଟ୍‌ ପାଇଁ ୮ ଜଣ ଡାକ୍ତରଙ୍କୁ ଠିକା ଭିତ୍ତିରେ ନିଯୁକ୍ତି ଦିଆଯାଇଥିବା ବେଳେ ସେଥିରୁ ୪ ଜଣ କାର୍ଯ୍ୟରେ ଯୋଗଦେଇଥିଲେ। ମାତ୍ର ସମ୍ପ୍ରତି ପବ୍ଲିକ ସର୍ଭିସ କମିଶନ ବିଜ୍ଞପ୍ତି ପ୍ରକାଶ ପାଇବା ପରେ ୪ ଜଣ ଯାକ ଡାକ୍ତର ଚାକିରି ଛାଡ଼ି ଚାଲି ଯାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦଣ୍ଡନାଚ ଦେଖିବା ବେଳେ ଠେଲାପେଲାକୁ ନେଇ ମାରପିଟ; ୫ ଆହାତ, ମାମଲା ରୁଜୁ କଲା ପୋଲିସ

ଦିଗପହଣ୍ଡି,୧୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ରାମଚନ୍ଦ୍ରପୁର ପଞ୍ଚାୟତ ଭାଲିଆଝୋଳା ଗ୍ରାମରେ ଦଣ୍ଡନାଚ ଚାଲିଥିବା ବେଳେ ଠେଲାପେଲା । ମଙ୍ଗଳବାର ବିଳମ୍ବିତ ରାତି ପ୍ରାୟ…

ଚା’ ପିଇବାକୁ ଯାଉଥିବା ବେଳେ ବୃଦ୍ଧଙ୍କୁ ଧକ୍କା ଦେଲା ବାଇକ୍, ତାପରେ…

ଦିଗପହଣ୍ଡି,୧୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ପଞ୍ଚାୟତ ଗୁଣସାଗର ଗ୍ରାମରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଚାହା ପିଇବାକୁ ଘର ନିକଟ ଦୋକାନକୁ…

କାର୍ ଭିତରୁ ୮.୪୭ଲକ୍ଷର ଜାଲ ନୋଟ ଜବତ, ବରଗଡ-ଛତିଶଗଡକୁ ଲମ୍ବିଛି ଚେର

ସୋନପୁର,୧୫।୪(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ସହର ସ୍ଥିତ ଏସ୍‌ବିଆଇ ମୁଖ୍ୟ ଶାଖା ସମ୍ମୁଖରେ ପୋଲିସ ଚଢାଉ କରି ବିପୁଳ ପରିମାଣର ଜାଲ ନୋଟ ଜବତ କରିଛି । ଏଥିରେ…

ଟ୍ରେନ୍‌ରେ ଯାତ୍ରା କରିବା ହେଲା ଶସ୍ତା! ଟିକେଟ ବୁକ୍‌ କଲେ ମିଳିବ ରିହାତି, ଏମିତି ଉଠାନ୍ତୁ… 

ନୂଆଦିଲ୍ଲୀ,୧୫।୪: ଭାରତୀୟ ରେଳବାଇ ଯାତ୍ରୀମାନଙ୍କ ପାଇଁ ଏକ ଖୁସି ଖବର ଆଣିଛି। ଏବେ ଟ୍ରେନ ଟିକେଟ ବୁକ୍‌ କଲେ ଆପଣଙ୍କୁ ମିଳିବ ସ୍ବତନ୍ତ୍ର ରିହାତି। ରେଳବାଇର ନୂଆ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ, ସ୍ବତନ୍ତ୍ର ଅଧିବେଶନ ଡାକିବାକୁ କଲେ ଦାବି

ଭୁବନେଶ୍ବର,୧୫।୪: ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଚିଠି ଲେଖିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଡିଲିମିଟେସନ ପ୍ରସଙ୍ଗ ଉଠାଇ ବିଧାନସଭା ସ୍ବତନ୍ତ୍ର ଅଧିବେଶନ ଡାକିବାକୁ ଚିଠିରେ…

ସାମ୍ବାଦିକତା କ୍ଷେତ୍ରରେ ବଢୁଛି ନିଯୁକ୍ତି ସୁଯୋଗ, ଜଣେ ଭଲ ସାମ୍ବାଦିକ….

ଭଞ୍ଜନଗର,୧୫।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ସାମ୍ବାଦିକତା ଓ ଗଣଯୋଗାଯୋଗ ବିଭାଗର ଶେଷ ବର୍ଷ ଛାତ୍ରୀଛାତ୍ରଙ୍କୁ ବୁଧବାର ବିଦାୟ ସମ୍ବର୍ଦ୍ଧନା…

କ୍ଳଚ ତାରରେ ସ୍ତ୍ରୀର ତଣ୍ଟି ଚିପି ହତ୍ୟା ମାମଲା, ଆଜୀବନ କାରାଦଣ୍ଡ ଶୁଣାଇଲେ କୋର୍ଟ

ପାରଳାଖେମୁଣ୍ଡି,୧୫।୪(ଗିରିଧାରୀ ପରିଛା): ବିବାହର ମାତ୍ର ବର୍ଷେ ପରେ ଅଧିକ ଯୌତୁକ ଦାବି କରି ଥରକୁ ଥର ମାନସିକ ଓ ଶାରୀରିକ ନିର୍ଯ୍ୟାତନା ଦେଇ ଶେଷରେ କ୍ଳଚ ତାରରେ…

ଅଭିଷେକ ଶର୍ମା- ଅକ୍ଷର ପଟେଲଙ୍କର ହେବ ଡୋପ୍‌ ଟେଷ୍ଟ, RTP ତାଲିକାରେ ସାମିଲ କଲା… 

ନୂଆଦିଲ୍ଲୀ,୧୫।୪: ଚଳିତ ବର୍ଷର ଦ୍ୱିତୀୟ ତ୍ରୈମାସିକ ପାଇଁ ଜାତୀୟ ଡୋପିଂ ବିରୋଧୀ ସଂସ୍ଥା (NADA) ପକ୍ଷରୁ ପଞ୍ଜିକୃତ ପରୀକ୍ଷଣ ପୁଲ (RTP)ର ନୂଆ ତାଲିକା ଜାରି କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri