ଏସ୍‌ସିବି ପୁନର୍ବିନ୍ୟାସ: କ୍ଷତିଗ୍ରସ୍ତଙ୍କ ଥଇଥାନ ପାଇଁ ପ୍ୟାକେଜ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୫।୧(ବ୍ୟୁରୋ): କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ଓ ହସ୍‌ପିଟାଲ(ଏସ୍‌ସିବି) ପୁନର୍ବିନ୍ୟାସ କାର୍ଯ୍ୟକ୍ରମରେ କ୍ଷତିଗ୍ରସ୍ତଙ୍କ ପାଇଁ ଥଇଥାନ ଏବଂ ସହାୟତା ପ୍ୟାକେଜକୁ ଶନିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି। ଏହି ପ୍ୟାକେଜରେ ସ୍ଥାୟୀ ବାସଗୃହ, ଅନଧିକୃତ ଭାବେ ନିର୍ମିତ ବାସଗୃହ, ମାଛ ମାର୍କେଟ କମ୍ଲେକ୍ସ, ସ୍ଥାୟୀ ଦୋକାନ ଘର, ଅନଧିକୃତ ଭାବେ ନିର୍ମିତ ଦୋକାନଗୃହ, ଉଠାଦୋକାନୀ, ଧାର୍ମିକ ଅନୁଷ୍ଠାନ, କ୍ଲବ ଏବଂ ଗୁହାଳ ଆଦିକୁ ଅନ୍ତର୍ଭୁକ୍ତ କରାଯାଇଛି।

ସ୍ଥିତିବାନ ସତ୍ତ୍ୱ ଥିବା ଜମି ମାଲିକଙ୍କର ଘର ଓ ଜମି ଓଡ଼ିଶା ସରକାରଙ୍କ ଦ୍ୱାରା ଅନୁମୋଦିତ ପ୍ରକ୍ରିୟାରେ ସିଧାସଳଖ କ୍ରୟ ଜରିଆରେ ଅଧିଗ୍ରହଣ କରାଯିବ। ରାଇଟ୍‌ ଟୁ ଫେୟାର କମ୍ପେନ୍‌ସେଶନ ଆଣ୍ଡ ଟ୍ରାନ୍ସପାରେନ୍ସି ଇନ୍‌ ଲ୍ୟାଣ୍ଡ ଆକ୍ୟୁଇଜିସନ୍‌, ରିହାବିଲିଟେଶନ୍‌ ଆଣ୍ଡ ରିସେଟେଲ୍‌ମେଣ୍ଟ ଆକ୍ଟ-୨୦୧୩ ଅନୁଯାୟୀ କ୍ଷତିପୂରଣ ଦିଆଯିବ। ପ୍ରତି ପରିବାରକୁ ପରିବହନ ଖର୍ଚ୍ଚ ଏବଂ ଜରୁରୀ ବ୍ୟବସ୍ଥା ନିମନ୍ତେ ଏକ ଲକ୍ଷ ଟଙ୍କା ସହାୟତା ଯୋଗାଇ ଦିଆଯିବ। ଅନଧିକୃତ ବାସଗୃହ କ୍ଷେତ୍ରରେ ପ୍ରତି ପରିବାରକୁ ଏକକାଳୀନ ସହାୟତା ଭାବେ ୫୦ହଜାର ଟଙ୍କା ଦିଆଯିବ। ସେହିଭଳି କଟକ ମହାନଗର ନିଗମ ଓ ଜିଲା ପ୍ରଶାସନ ଦ୍ୱାରା ସ୍ଥିରିକୃତ ଅଞ୍ଚଳରେ ପ୍ରତି ପରିବାର ପାଇଁ ୧୫*୧୫ ପ୍ଲଟରେ ଅସ୍ଥାୟୀ ଭାବେ ନିଜ ଖର୍ଚ୍ଚରେ ଗୃହ ନିର୍ମାଣ ପାଇଁ ଲାଇସେନ୍ସ ଦିଆଯିବ। ମହାନଗର ନିଗମ ଦ୍ୱାରା ସେହି ଅଞ୍ଚଳରେ ମୌଳିକ ସୁବିଧା ସୁଯୋଗ ଯୋଗାଇ ଦିଆଯିବ। ଅସ୍ଥାୟୀ ଆବାସସ୍ଥଳୀରେ ଆଶ୍ରୟ ନେଇଥିବା ଲୋକମାନଙ୍କୁ ୮ ଦିନ ପର୍ଯ୍ୟନ୍ତ ଖାଦ୍ୟ ଯୋଗାଇ ଦିଆଯିବ। ସ୍ଥାନାନ୍ତରିତ ଲୋକମାନଙ୍କ ପାଇଁ ମହାନଗର ନିଗମ ପକ୍ଷରୁ ପରିବହନ ବ୍ୟବସ୍ଥା କରାଯିବ। ଏଥିସହ ତୁରନ୍ତ ବ୍ୟବସ୍ଥା ନିମନ୍ତେ ୧ ଲକ୍ଷ ଟଙ୍କା ଲେଖାଏ ସହାୟତା ରାଶି ଦୁଇଟି କିସ୍ତିରେ ଦିଆଯିବ। ପ୍ରଥମ କିସ୍ତି ଆରମ୍ଭରେ ଦିଆଯିବ ଏବଂ ଜମି ଖାଲି କରିବା ପରେ ଦ୍ୱିତୀୟ କିସ୍ତି ମିଳିବ।

କ୍ଷତିଗ୍ରସ୍ତ ହେବାକୁ ଥିବା ଉଠାଦୋକାନୀମାନଙ୍କୁ ମହାନଗର ନିଗମ ଭେଣ୍ଡିଂ ଜୋନରେ ଅଗ୍ରାଧିକାର ଭିତ୍ତିରେ ସ୍ଥାନ ଯୋଗାଇ ଦିଆଯିବ। ରେଜିଷ୍ଟ୍ରିଭୁକ୍ତ ହୋଇଥିବା ଦୋକାନୀ/ମାଛ ବିକ୍ରେତାମାନଙ୍କୁ ଏକକାଳୀନ ୧ ଲକ୍ଷ ଟଙ୍କା ସହାୟତା ରାଶି ଯୋଗାଇ ଦିଆଯିବ। ସ୍ଥିତିବାନ ସତ୍ତ୍ୱ ଥିବା ଜମିରେ ନିର୍ମିତ ସମସ୍ତ ଦୋକାନଗୁଡ଼ିକୁ ରାଜ୍ୟ ସରକାରଙ୍କ ଅନୁମୋଦିତ ପ୍ରକ୍ରିୟାରେ ସିଧାସଳଖ କ୍ରୟ କରାଯାଇ ଅଧିଗ୍ରହଣ କରାଯିବ।

ଅନଧିକୃତ ଦୋକାନଘର ପାଇଁ ଏକକାଳୀନ ୩୦ହଜାର ସହାୟତା, ଉଠାଦୋକାନୀଙ୍କୁ ୨୦ହଜାର, ସ୍ଥାନାନ୍ତରିତ ଧାର୍ମିକ ଅନୁଷ୍ଠାନ/କ୍ଲବ ପାଇଁ ୧ ଲକ୍ଷ ଟଙ୍କା, ଗାଈଗୁହାଳ ପିଛା ୨୦ହଜାର ଟଙ୍କା, ସରକାରୀ କ୍ୱାଟର୍ସ ଖାଲି କରୁଥିବା ଅଧିକାରୀ ଓ କର୍ମଚାରୀମାନଙ୍କୁ ଘରଭଡ଼ା ସହ ଏକ ବର୍ଷ ଅଥବା ନୂଆ କ୍ୱାଟର୍ସ ମିଳିବା ପର୍ଯ୍ୟନ୍ତ ବ୍ୟବସ୍ଥା କରାଯିବ। ଚତୁର୍ଥ ଶ୍ରେଣୀ କର୍ମଚାରୀଙ୍କୁ ୫ହଜାର ଟଙ୍କା, ତୃତୀୟ ଶ୍ରେଣୀ କର୍ମଚାରଙ୍କୁ ୭,୫୦୦ ଟଙ୍କା, ଦ୍ୱିତୀୟ ଶ୍ରେଣୀ କର୍ମଚାରୀଙ୍କୁ ୧୦ ହଜାର ଟଙ୍କା, ପ୍ରଥମ ଶ୍ରେଣୀ କର୍ମଚାରୀଙ୍କୁ ୧୨,୫୦୦ ଟଙ୍କା ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଭାଜପା ରାଜ୍ୟ କାର୍ଯ୍ୟକାରିଣୀ କମିଟି ସଦସ୍ୟ ଭାବେ ମନୋନୀତ ହେଲେ ବିପିନ,ସମର୍ଥକଙ୍କ ମଧ୍ୟରେ…

ଦିଗପହଣ୍ଡି,୧୦|୪(ଅଶେଷ ନାଥ ମିଶ୍ର): ଭାରତୀୟ ଜନତା ପାର୍ଟିର ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ଶୁକ୍ରବାର  ଦିଗପହଣ୍ଡି ବ୍ଳକର ପୂର୍ବତନ ଅଧ୍ୟକ୍ଷ ତଥା  ୨୬ ନଂ…

ଥୁଆମୂଳ ରାମପୁର ବ୍ଲକରେ ବିକାଶ କାର୍ଯ୍ୟର ସମୀକ୍ଷା; ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିବାକୁ ଚେତାବନୀ ଦେଲେ ପ୍ରଦୀପ ଦିଶାରୀ

ଥୁଆମୂଳ ରାମପୁର, ୧୦/୦୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଭାଗୃହରେ ଶୁକ୍ରବାର ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା ବୈଠକରେ ପ୍ରଶାସନିକ ଅବହେଳାର ଏକ ନଗ୍ନ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ପୁରୀ ରଥଯାତ୍ରା: ଘୋଗଡରୁ ଟ୍ରକ ଯୋଗେ ପୁରୀ ଗଲା ରଥକାଠ

ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ)-ପୁରୀ ରଥଯାତ୍ରାରେ ରଥ ନିର୍ମାଣ ପାଇଁ ଆବଶ୍ୟକ ହେଉଥିବା ରଥ କାଠ ରାଜ୍ୟର ବିଭିନ୍ନ ଜଙ୍ଗଲରୁ ଯାଉଛି। ବିଗତ କିଛି ବର୍ଷ ହେବ ଗଞ୍ଜାମ ଜିଲା…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri