Posted inଜାତୀୟ

ଏସ୍‌ସି/ଏସ୍‌ଟି ସଂରକ୍ଷଣ ସଂଶୋଧନ ବିଲ୍‌କୁ ଲୋକ ସଭାର ମଞ୍ଜୁରୀ

ନୂଆଦିଲ୍ଲୀ,୧୧ା୧୨(ପି.ଟି.): ଲୋକ ସଭାରେ ମଙ୍ଗଳବାର ଅନୁସୂଚିତ ଜାତି (ଏସ୍‌ସି) ଅନୁସୂଚିତ ଜନଜାତି, (ଏସ୍‌ଟି) ବର୍ଗର ଲୋକଙ୍କ ଲାଗି ୧୦ ବର୍ଷ ପାଇଁ ସଂରକ୍ଷଣ ବୃଦ୍ଧି ସଂକ୍ରାନ୍ତ ସମ୍ବିଧାନ ସଂଶୋଧନ ବିଲ୍‌ ସର୍ବସମ୍ମତିକ୍ରମେ ଗୃହୀତ ହୋଇଛି। ଦଳ ନିର୍ବିଶେଷରେ ଉକ୍ତ ବିଲ୍‌କୁ ମଞ୍ଜୁର କରାଯାଇଛି।
ରବିଶଙ୍କର ପ୍ରସାଦ ସମ୍ବିଧାନ (୧୨୬ତମ) ସଂଶୋଧନ ବିଲ୍‌ ଆଗତ କରି କହିଥିଲେ, ଏସ୍‌ସି ଏବଂ ଏସ୍‌ଟି ବର୍ଗରେ ନୂଆ ରାଜନୈତିକ ନେତୃତ୍ୱ ନିର୍ମାଣ ଲାଗି ପାର୍ଲାମେଣ୍ଟ ଓ ରାଜ୍ୟ ବିଧାନସଭାଗୁଡ଼ିକରେ ଦୁଇ ସମୁଦାୟକୁ ସଂରକ୍ଷଣ ଦେବା ଜରୁରୀ। ସରକାର ଏହି ଦୁଇ ସମୁଦାୟ ସକାଶେ ‘କ୍ରିମି ଲେୟର’ ବ୍ୟବସ୍ଥାକୁ ବିରୋଧ କରୁଛନ୍ତି। ଉକ୍ତ ବିଲ୍‌ ସପକ୍ଷରେ ୩୫୨ ଭୋଟ ପଡ଼ିଥିବାବେଳେ ଏହାକୁ କେହି ସଦସ୍ୟ ବିରୋଧ କରି ନ ଥିଲେ। ଏସ୍‌ସି, ଏସ୍‌ଟି ଏବଂ ଆଙ୍ଗ୍ଲୋ-ଇଣ୍ଡିଆନ୍‌ମାନଙ୍କୁ ଗତ ୭୦ ବର୍ଷ ଧରି ଲୋକ ସଭା ଓ ରାଜ୍ୟ ବିଧାନସଭାଗୁଡ଼ିକରେ ସଂରକ୍ଷଣ ଦିଆଯାଇ ଆସୁଛି। ଏହି ଅବଧି ୨୦୨୦ ଜାନୁୟାରୀ ୨୫ରେ ଶେଷ ହେବାକୁ ଥିବାବେଳେ ସରକାର ଏଥିରେ ଆଉ ୧୦ ବର୍ଷ ବୃଦ୍ଧି କରିଛନ୍ତି। ତେବେ ଆଙ୍ଗ୍ଲୋ-ଇଣ୍ଡିଆନ୍‌ମାନଙ୍କୁ ସଂରକ୍ଷଣ ସୁବିଧା ଦିଆ ନ ଯିବା ନେଇ ସରକାରଙ୍କୁ ବିରୋଧୀ ସଦସ୍ୟମାନେ ସମାଲୋଚନା କରିଥିଲେ। ଆଙ୍ଗ୍ଲୋ-ଇଣ୍ଡିଆନ୍‌ମାନଙ୍କ ପାଇଁ ବାଟ ବନ୍ଦ ହୋଇନାହିଁ। ସେମାନଙ୍କ ସମ୍ପର୍କରେ ବିଚାର କରାଯିବ ବୋଲି ରବିଶଙ୍କର କହିଥିଲେ। ବିଲ୍‌ ଗୃହୀତ ହେବାବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉପସ୍ଥିତ ଥିବାବେଳେ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଓ ନେତା ରାହୁଲ ଗାନ୍ଧୀଙ୍କ ଅନୁପସ୍ଥିତିକୁ ନେଇ ଭାଜପା ସଦସ୍ୟମାନେ ବିରୋଧୀ ବେଞ୍ଚ୍‌କୁ ସମାଲୋଚନା କରିଥିଲେ। ସେହିପରି ଘରୋଇ କ୍ଷେତ୍ରରେ ଚାକିରି ପାଇଁ ସଂରକ୍ଷଣ ସୁବିଧା ଦେବାକୁ ସରକାରଙ୍କ ଯୋଜନା ନାହିଁ ବୋଲି ସାମାଜିକ ନ୍ୟାୟ ଓ ସଶକ୍ତୀକରଣ ମନ୍ତ୍ରୀ ରତନଲାଲ କଟାରିଆ ଲୋକ ସଭାରେ ସୂଚନା ଦେଇଛନ୍ତି। ଅନ୍ୟପକ୍ଷରେ ବେଆଇନ ଭାବେ ଅସ୍ତ୍ରଶସ୍ତ୍ର ନିର୍ମାଣ କରିବା ଓ ରଖିଲେ ଦଣ୍ଡବିଧାନ ସମ୍ପର୍କିତ ଆର୍ମସ୍‌ (ଆମେଣ୍ଡମେଣ୍ଟ) ବିଲ୍‌, ୨୦୧୯ ମଧ୍ୟ ଲୋକ ସଭାରେ ଗୃହୀତ ହୋଇଛି। ବେଆଇନ ଭାବେ ଅସ୍ତ୍ରଶସ୍ତ୍ର ରଖିଲେ ଦୁଇବର୍ଷ ଜେଲ୍‌ ବା ୧ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଜରିମାନା ଦିଆଯିବା ନିୟମ ରହିଥିବା ବିଲ୍‌ ରାଜ୍ୟ ସଭାରେ ଧ୍ୱନିମତରେ ଗୃହୀତ ହୋଇସାରିଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ୱୟଂ ସହାୟକ ଗୋଷ୍ଠୀର ବ୍ୟାଙ୍କ ଖାତା ନୂତନ ଭାବେ ଖୋଲିବା ପାଇଁ ଯାଇଥିଲେ: ମୁକୁଳା ବିଏସଏନଏଲ୍ ତାର ନେଲା ଜୀବନ

ମୋହନା,୧।୬ (ମନ୍ମଥ ମିଶ୍ର): ମୁକୁଳା ଭାବେ ପଡ଼ିଥିବା ବିଏସଏନଏଲ୍ ତାର ନେଲା ଜଣେ ମହିଳାଙ୍କ ଜୀବନ। ଏଭଳି   ଅଭାବନୀୟ ଘଟଣା ଘଟିଛି ଗଜପତି ଜିଲା ଆର.ଉଦୟଗିରି ଥାନା…

ଜୋର ଧରିଲା ‘ମାଳି ସୁରକ୍ଷା ଆନ୍ଦୋଳନ’: ଖଣି ଖନନ ବିରୋଧରେ ଏକଜୁଟ ହେଲେ ଆଦିବାସୀ, କହିଲେ ଆମକୁ ଭତ୍ତା ନୁହଁ…

ଥୁଆମୂଳ ରାମପୁର, ୧।୬ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଅଞ୍ଚଳରେ ‘ମାଆ, ମାଟି ଓ ମାଳି’ର ସୁରକ୍ଷା ପାଇଁ ଚାଲିଥିବା ଗଣ-ଆନ୍ଦୋଳନ ଏବେ ତୀବ୍ର…

ଟେଲିଫୋନ ଏକ୍ସଚେଞ୍ଜରୁ ବ୍ୟାଟେରୀ ଚୋରି: ବିଜୁଳି ଚାଲିଗଲେ ଉପଭୋକ୍ତା ସେବାରୁ ବଞ୍ଚିତ

ଭଞ୍ଜନଗର, ୧।୬(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୁଲାଡ ଟେଲିଫୋନ ଏକ୍ସଚେଞ୍ଜରୁ ଗତ ଶୁକ୍ରବାର ମୂଲ୍ୟବାନ ସବୁ ବ୍ୟାଟେରୀ ଚୋରି ହୋଇଯାଇଛି । ଏହାପୂର୍ବରୁ…

ପାଣି ପାଇଁ ବ୍ଲକ ସମ୍ମୁଖରେ ଅନଶନ କଲେ ସମିତି ସଭ୍ୟ, ବାଲଟି ଧରି ମହିଳାମାନେ

ବଲାଙ୍ଗୀର,୧।୬(ସୁନିଲ କୁମାର ମହାନ୍ତି): ପାଣି ପାଇଁ ସମିତି ସଭ୍ୟ ବ୍ଲକ ସମ୍ମୁଖରେ ଅନଶନ କରିଥିବା ବେଳେ ମହିଳାମାନେ ରାସ୍ତା ଅବରୋଧ କରିଛନ୍ତି । ଏଭଳି ଦୃଶ୍ୟ ଦେଖିବାକୁ…

Featured Video Play Icon

ପୋଲିସ ଟିମ୍‌ ନେଇ ଶାଶୂ ଘରେ ପହଞ୍ଚିଲେ ତ୍ରିଷ୍ଣା, ତା’ପରେ…

ଭୁବନେଶ୍ୱର, ୧।୬: ୟ୍ୟୁଟବର ତ୍ରିଷ୍ଣା ପୋଲିସ ଉପସ୍ଥିତରେ ଶାଶୂ ଘରେ ପହଞ୍ଚି ସମସ୍ତ ଯୌତୁକ ଜିନିଷ…

RCB ଜିତିବା ପରେ ରୋମାଣ୍ଟିକ ହେଲେ ଅନୁଷ୍କା: ଶେୟାର କଲେ ଏମିତି ଫଟୋ

ନୂଆଦିଲ୍ଲୀ,୧।୬: ଲଗାତାର ଦ୍ୱିତୀୟ ବର୍ଷ ପାଇଁ ଇଣ୍ଡିଆନ ପ୍ରିମିୟର ଲିଗର ଫାଇନାଲ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିଜୟୀ ହୋଇଛି। ବିରାଟ କୋହଲିଙ୍କ ସ୍ତ୍ରୀ ତଥା ଅଭିନେତ୍ରୀ…

ପୁଣି ଜଗନ୍ନାଥ ପ୍ରେମୀଙ୍କ ଭାବାବେଗ ସହ ଖେଳ: ଅନଲାଇନରେ ମହାପ୍ରସାଦ, ଖଜା ବିକ୍ରି ନେଇ…

ପୁରୀ, ୧।୬ (ଅଜିତ କୁମାର ମହାନ୍ତି): ପୁଣିଥରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପ୍ରତି ଅପମାନ ହେଉଥିବା ସହ ଭକ୍ତମାନଙ୍କ ଭାବାବେଗ ସହିତ ଖେଳାଯାଉଥିବା ଘଟଣା ସାମ୍ନାକୁ ଆସିଛି। ଅନଲାଇନ…

OMC ଗେଟ୍‌ରେ ତାଲା ପକାଇଲେ ସୁରକ୍ଷାକର୍ମୀ

ବଣାଇଁ,୧।୬(ପ୍ରଦୀପ ତ୍ରିପାଠୀ): ଖରା, ବର୍ଷା ଶୀତ କାକରକୁ ଖାତିର ନ କରି ଖଣିକୁ ସୁରକ୍ଷା ଦେଲେ। ଅପ୍ରୀତିକର ପରିସ୍ଥିତିର ମୁକାବିଲା କରି ନିଜ ଜୀବନକୁ ବାଜି ଲଗାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri