ଏସ୍‌ୟୁସିଆଇର ଟ୍ରମ୍ପଙ୍କ କୁଶପୁତ୍ତଳିକା ଦାହ, ବିକ୍ଷୋଭ

ବ୍ରହ୍ମପୁର ଅଫିସ,୨୫ା୨-ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଭାରତ ଗସ୍ତକୁ ବିରୋଧ କରିଛି ଏସ୍‌ୟୁସିଆଇ (କମ୍ୟୁନିଷ୍ଟ) ା ସୋମବାର ଏନେଇ ବ୍ରହ୍ମପୁର କମାପଲ୍ଲୀ ଛକରେ ଏସ୍‌ୟୁସିଆଇ(କମ୍ୟୁନିଷ୍ଟ) ଗଞ୍ଜାମ ଜିଲା କମିଟି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରଯାଇଥିଲା ା ଏସୟୁସିଆଇ ପକ୍ଷରୁ ଟ୍ରମ୍ପଙ୍କ କୁଶପୁତ୍ତଳିକା ଦାହ କରାଯାଇଥିଲା ା ଟ୍ରମ୍ପଙ୍କ ଭାରତ ଆଗମନ ଦ୍ୱାରା ଦେଶର ସାଧାରଣ ଜନତା କୌଣସି ଉପକୃତ ହେବେ ନାହିଁ ା ଏହାସତ୍ତ୍ୱେ ଟ୍ରମ୍ପଙ୍କ ଗସ୍ତ ଅବସରରେ ଭାରତ ସରକାର ଗୋଟିଏ ଦିନ ପାଇଁ ଶହେ କୋଟି ଟଙ୍କା ବ୍ୟୟ ଅଟକଳ କରିଛନ୍ତି ା ଅଥଚ ଦେଶରେ ବିପର୍ଯ୍ୟସ୍ତ ଶିକ୍ଷା, ସ୍ବାସ୍ଥ୍ୟ ବ୍ୟବସ୍ଥାକୁ ସଜାଡିବା ଦିଗରେ ଅର୍ଥ ବ୍ୟୟବରାଦ ପାଇଁ ସରକାର କୁଣ୍ଠାବୋଧ କରୁଛନ୍ତି ା
ସରକାର ଦେଶବାସୀଙ୍କ ଜରୁରୀ ସମସ୍ୟାଗୁଡିକର ସମାଧାନ ଓ ଭିତ୍ତିଭୂମି ସଜାଡିବା ଦିଗରେ ଧ୍ୟାନ ନ ଦେଇ ଟ୍ରମ୍ପଙ୍କ ନିମନ୍ତ୍ରଣ ପାଇଁ ସରକାରୀ ରାଜକୋଷରେ ସଞ୍ଚିତ ଜନସାଧାରଣଙ୍କ ଶହ ଶହ କୋଟି ଟଙ୍କା ଖର୍ଚ୍ଚ କରିବା ଅତ୍ୟନ୍ତ ଦୁର୍ଭାଗ୍ୟର ବିଷୟ ା ଏଭଳି କରି ସରକାର ଭାରତର ନାଗରିକ ଓ ଜନସାଧାରଣଙ୍କ ପ୍ରତି ବିଶ୍ୱାସଘାତକତା କରିଛନ୍ତି ବୋଲି ଏସ୍‌ୟୁସିଆଇ ବିକ୍ଷୋଭ ସମାବେଶରେ କହିଛି। ବିକ୍ଷୋଭ ସମାବେଶରେ ଏସ୍‌ୟୁସିଆଇ(କମ୍ୟୁନିଷ୍ଟ) ଜିଲା ସାଂଗଠନିକ କମିଟି ସମ୍ପାଦକ ସୋମନାଥ ବେହେରାଙ୍କ ସମେତ ଶିବାନୀ ଶଙ୍କର ମିଶ୍ର, ନିମାଇଁ ଚରଣ ସାହୁ, କାର୍ତ୍ତିକ ମହାନ୍ତି, ପପୁନ ସାହୁ, ନାରାୟଣ ସାହୁ ଓ ବିଭୂତି ଭୂଷଣ ସାହୁ ପ୍ରମୁଖ ସାମିଲ ହୋଇଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ସମ୍ଭାଗ ସ୍ତରୀୟ ସଂସ୍କୃତି ମହୋତ୍ସବ, ଭଞ୍ଜନଗର ବିଧାୟକ….

ଭଞ୍ଜନଗର,୨୩।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ଡିହପଢାଳ ଠାରେ ସମ୍ଭାଗ ସ୍ତରୀୟ ସଂସ୍କୃତି ମହୋତ୍ସବ ଶନିବାର ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ…

ଅଗଷ୍ଟ ୩୦ରେ ମନ କି ବାତ୍ କାର୍ଯ୍ୟକ୍ରମ, ବୁଥ୍‌ସ୍ତରରେ କାର୍ଯ୍ୟକ୍ରମକୁ ସୁଦୃଢ଼ କରିବାକୁ ଗୁରୁତ୍ୱ

ଭଞ୍ଜନଗର,୨୩।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭାଜପା ଭଞ୍ଜନଗର ସାଂଗଠନିକ ଜିଲା ପକ୍ଷରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଲୋକପ୍ରିୟ ‘ମନ କି ବାତ’ କାର୍ଯ୍ୟକ୍ରମକୁ ନେଇ ଏକ କର୍ମଶାଳା…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

ମହିଳା ବିଜେଡି ଜିଲା ଉପସଭାପତି ହେଲେ କର୍ଲାମୁଣ୍ଡାର ମନ୍ଦିରା ନାଏକ, ଛୁଟିଲା ଶୁଭେଚ୍ଛା

କର୍ଲାମୁଣ୍ଡା,୨୩।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା ବିଜୁ ମହିଳା ଜନତା ଦଳର କର୍ମକର୍ତ୍ତାଙ୍କ ନାମ ଘୋଷଣା କରାଯାଇଛି । ଏଥିରେ କର୍ଲାମୁଣ୍ଡା ବ୍ଲକ ପୂର୍ବତନ ଜିଲା ପରିଷଦ…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ…

ଛତ୍ରପୁର,୨୩ା୮(ଦିଲ୍ଲୀପ ସାମଲ): ବଢୁଥିବା ସାଇବର ଅପରାଧ ଓ ବିଶେଷକରି ଡିଜିଟାଲ ଆରେଷ୍ଟ ନାମରେ ହେଉଥିବା ଠକେଇରୁ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଛତ୍ରପୁର ଥାନା ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri