Posted inଜାତୀୟ

ଏସ୍‌-୪୦୦ ଚୁକ୍ତିନାମାକୁ ନେଇ ଆମେରିକାକୁ କହିଲେ ଜୟଶଙ୍କର: ରାଷ୍ଟ୍ର ହିତକୁ ଦିଆଯିବ ଗୁରୁତ୍ୱ

ନୂଆଦିଲ୍ଲୀ,୨୬।୬: ରୁଷ ସମେତ ଅନ୍ୟ କେତେକ ଦେଶ ଉପରେ ଆମେରିକା ପ୍ରତିବନ୍ଧକ ଜାରି କରିଥିଲେ ମଧ୍ୟ ଭାରତ ସେହି ଦେଶଗୁଡିକ ସହ ସମ୍ବନ୍ଧ ସ୍ଥାପନ କରିବା କ୍ଷେତ୍ରରେ ରାଷ୍ଟ୍ର ହିତକୁ ପ୍ରାଧାନ୍ୟ ଦିଆଯିବ ବୋଲି ବୈଦେଶିକ ମନ୍ତ୍ରୀ ଏସ୍‌ ଜୟଶଙ୍କର କହିଛନ୍ତି। ବୁଧବାର ଆମେରିକା ବୈଦେଶିକ ମନ୍ତ୍ରୀ ମାଇକ ପାମ୍ପିଓଙ୍କ ସହ ଭାରତ ବୈଦେଶିକ ମନ୍ତ୍ରୀ ଏସ୍‌ ଜୟଶଙ୍କର ଦ୍ୱିପାକ୍ଷିକ ଆଲୋଚନା କରିଥିଲେ। ଭାରତ ରୁଷଠାରୁ ଏସ-୪୦୦ କ୍ଷେପଣାସ୍ତ୍ର ସୁରକ୍ଷା ବ୍ୟବସ୍ଥା ଲାଗି କ୍ରୟ କରୁଥିବା ଜଣାପଡ଼ିଛି। ଏହି ଅବସରରେ ଜୟଶଙ୍କର ଆମେରିକାକୁ ସ୍ପଷ୍ଟ କରିଛନ୍ତି ଯେ ରାଷ୍ଟ୍ର ହିତରେ ଯାହା ଜରୁରୀ ଆମେ ସବୁ କରିବୁ। ଏଥିସହ ସେ କହିଛନ୍ତି, ଭାରତ ଆମେରିକାର ସହଯୋଗୀ ରାଷ୍ଟ୍ର ଏବଂ ଦ୍ୱିପାକ୍ଷିକ ସମ୍ପର୍କ ଏବେ ଏକ ନୂଆ ସୋପାନରେ ପହଞ୍ଚିଛି। ଭାରତର ବିଭିନ୍ନ ରାଷ୍ଟ୍ର ସହ ସୁସମ୍ପର୍କ ରହିଛି। ଆମେ ଆମ ଜାତୀୟ ସ୍ବାର୍ଥକୁ ଗୁରୁତ୍ୱ ଦେବା ସହ ଅନ୍ୟ ରାଷ୍ଟ୍ରର ଜାତୀୟ ସ୍ବାର୍ଥକୁ ସମ୍ମାନ ଜଣାଉଛୁ। ସେହିପରି ଆତଙ୍କବାଦୀ ଦମନରେ ଟ୍ରମ୍ପ ପ୍ରଶାସନ ଭାରତକୁ ଯେଉଁଭଳି ସହଯୋଗ କରିଆସୁଛନ୍ତି ସେଥିପାଇଁ ଜୟଶଙ୍କର ଆମେରିକାକୁ ଧନ୍ୟବାଦ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri