Posted inଫୁରସତ

ଏହି ଦେଶରେ ମାର୍ଚ୍ଚ ୧ରୁ ବସ୍‌, ଟ୍ରେନ୍‌ ଯାତ୍ରା ମାଗଣା

ମହିଳାଙ୍କ ପାଇଁ ଦିଲ୍ଲୀରେ ବସଯାତ୍ରା ମାଗଣା ବୋଲି ସମସ୍ତଙ୍କୁ ଜଣା। ମାତ୍ର ବିଶ୍ୱରେ ଏମିତି ଏକ ଦେଶ ରହିଛି, ଯେଉଁଠି ମାର୍ଚ୍ଚ ୧ରୁ ଟ୍ରେନ୍‌ ଏବଂ ବସ୍‌ରେ ସମସ୍ତେ ମାଗଣାରେ ଯିବାଆସିବା କରିପାରିବେ। ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ ସତ। ଏହି ଦେଶ ବିଶ୍ୱରେ ପ୍ରଥମ ଥର ପାଇଁ ଏପରି ସୁବିଧା କରିବାକୁ ଯାଉଛି। ଏପରି ଦେଶ ହେଉଛି ୟୁରୋପର ଲଗ୍‌ଜମବର୍ଗ। ଏହା ଏକ ଛୋଟ ଦେଶ। ମାତ୍ର ସବୁଠୁ ଧନୀ ଦେଶ ଭାବରେ ପରିଗଣିତ। ୧ ମାର୍ଚ୍ଚ ୨୦୨୦ରୁ ଟ୍ରେନ୍‌, ଟ୍ରାମ୍‌ ଏବଂ ବସ୍‌ରେ ଯିବାଆସିବା କରିବା ପାଇଁ କୌଣସି ଅର୍ଥ ଦେବାକୁ ପଡ଼ିବ ନାହିଁ। ଦେଶର ସମସ୍ତ ନାଗରିକଙ୍କ ପାଇଁ ପରିବହନ ମନ୍ତ୍ରୀ ଏପରି ମାଗଣା ସୁବିଧା କରିଛନ୍ତି। ଖାଲି ଦେଶର ନାଗରିକଙ୍କ ପାଇଁ ନୁହେଁ, ଏଠାକୁ ଆସୁଥିବା ଯାତ୍ରୀମାନଙ୍କ ପାଇଁ ମଧ୍ୟ ଏପରି ସୁବିଧା ରଖାଯାଇଛି। ୨୦୧୮ ବର୍ଷ ଶେଷରେ ଜେବିୟର ବେଟଲର ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବା ସମୟରେ ଏହି କଥା କହିଥିଲେ।


ଏକ ରିପୋର୍ଟ ଅନୁଯାୟୀ, ଏହି ନିଷ୍ପତ୍ତି ଲଗ୍‌ଜମବର୍ଗର ପ୍ରାୟ ୬ ଲକ୍ଷ ଲୋକ ଉପକୃତ ହେବା ସହ ଏଠାକୁ ବର୍ଷକୁ ଆସୁଥିବା ୧୨ ଲକ୍ଷ ଲୋକ ମଧ୍ୟ ଉପକୃତ ହେବେ। ଏପରି ମାଗଣା ସେବା ଯୋଗାଇବାର ମୁଖ୍ୟ ଉଦ୍ଦେଶ୍ୟ ହେଲା ଭିଡ଼ କମାଇବା ସହ ପରିବେଶ ପ୍ରଦୂଷଣକୁ ରୋକାଯାଇପାରିବ।

ଏଠକାର ପ୍ରାୟ ୬୦ ପ୍ରତିଶତ ଲୋକ ନିଜ ଗାଡ଼ିମୋଟରରେ ଯିବା ଆସିବା କରିଥାନ୍ତି। ୧୯ ପ୍ରତିଶତ ଲୋକ ସାର୍ବଜନୀନ ଗାଡ଼ିମୋଟରରେ ଯିବା ଆସିବା କରନ୍ତି। ଦୁଇ ଘଣ୍ଟାରେ ପ୍ରାୟ ୧୫୫ ଟଙ୍କା ଖର୍ଚ୍ଚ ହୋଇଥାଏ। ଏସବୁକୁ ଦୃଷ୍ଟିରେ ରଖି ଏଠାକାର ପରିବହନ ବିଭାଗ ଏପରି ସୁଚିନ୍ତିତ ପଦକ୍ଷେପ ଗ୍ରହଣ କରିଛନ୍ତି। ଯାହା ସ୍ବାଗତଯୋଗ୍ୟ।


Enter your email to get our daily news in your inbox.

All Right Reserved By Dharitri.Com

ଗୋ-ହତ୍ୟା ଅଭିଯୋଗକୁ ନେଇ ବିଷମ କଟକ ଥାନାରେ ଉତ୍ତେଜନା, ମାଂସ ଧରି ଥାନା ସମ୍ମୁଖରେ ଧାରଣା…

ବିଷମକଟକ,୨୦।୨(ପ୍ରସନ୍ନ କୁମାର ପଣ୍ଡା):ରାୟଗଡ଼ା ଜିଲା ବିଷମ କଟକ ଥାନା ଅଞ୍ଚଳରେ ଗୋ-ହତ୍ୟା ଅଭିଯୋଗକୁ କେନ୍ଦ୍ର କରି ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଦୁର୍ଗୀ ଅଞ୍ଚଳରେ ଗୋ-ମାଂସ ଚାଲାଣ…

ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି ଅମିତ

ମୋରଡ଼ା,୨୦ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚଢ଼େଇଗଁା ଗ୍ରାମର ଅମିତ କୁମାର ଦାସ(୧୭) ସମାଜ ପରିବର୍ତ୍ତନର ସଂକଳ୍ପ ନେଇ ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି।…

ଡୋନାଲ୍ଡ ଟ୍ରମ୍ପଙ୍କୁ ଶକ୍ତ ଝଟ୍‌କା: ଟାରିଫ୍‌କୁ ବେଆଇନ୍‌ କହିଲେ ଆମେରିକା ସୁପ୍ରିମକୋର୍ଟ, ଏବେ…

ଓ୍ବାଶିଂଟନ,୨୦।୨: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଆମେରିକା ସୁପ୍ରିମକୋର୍ଟରୁ ବଡ଼ ଝଟ୍‌କା ଲାଗିଛି। ଶୁକ୍ରବାର କୋର୍ଟ ଟ୍ରମ୍ପଙ୍କ ଦ୍ୱାରା ଲାଗୁ କରାଯାଇଥିବା ବ୍ୟାପକ ‘ଟାରିଫ’ (Tariff) ବା ଆମଦାନୀ…

ଘୋଡାହାଡ଼ ନଦୀ ଗଣ୍ଡରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ 

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମ ଦେଇ ପ୍ରବାହିତ ଘୋଡ଼ାହାଡ଼ ନଦୀର ଗଣ୍ଡରେ ବୁଡ଼ିଯାଇ ଜଣେ ବୃଦ୍ଧା ମୃତ୍ୟୁବରଣ କରିଛନ୍ତି। ବୃଦ୍ଧା…

ତପ୍ତପାଣି ଘାଟିରେ ଓଲଟିଲା ମକା ବୋଝେଇ ଟ୍ରକ

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ – ଗଜପତି ସୀମାନ୍ତ ତପ୍ତପାଣି ଘାଟି ରାସ୍ତାର ପାଳୁଖଳା ଗ୍ରାମ ନିକଟ ଘାଟି ରାସ୍ତାରେ ଏକ ମକା ବୋଝେଇ ଟ୍ରକ୍ (ନଂ.…

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

ସୁଦୃଢ଼ ହେବ ସ୍ବାସ୍ଥ୍ୟସେବା, ରାଜ୍ୟରେ ୫ ନୂଆ ମେଡିକାଲ କଲେଜ ନେଇ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ୱର,୨୦।୨: ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଅଧିକ ସୁଦୃଢ଼ କରିବା ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ୫ ନୂଆ ମେଡିକାଲ…

କିଡ୍‌ନୀ, ହାର୍ଟ ଦାନକରି ଅମର ହେଲେ ଶୁଭମ୍‌

ବଞ୍ଚୋ/ବଉଳା/ଛେନାପଦି,୨୦ା୨(ପ୍ରଦୋଷ କୁମାର ବିଶ୍ୱାଳ/ଦୁର୍ଗା ପ୍ରସାଦ ଆୟଚ/ ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଜମ୍ଭିରା ଗ୍ରାମର ଉପେନ୍ଦ୍ର ଆୟଚଙ୍କ ପୁତ୍ର ଶୁଭମ୍‌ ଆୟଚ(୧୨) ଦୁର୍ଘଟଣାରେ ମୃତ୍ୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri