ଏହି ଯୁବକଙ୍କ ଯୋଗୁ ରାତାରାତି ବଦଳିଗଲା ରାନୁଙ୍କ ଭାଗ୍ୟ

ସୋସିଆଲ ମିଡିଆ ରାତାରାତି କାହାର ନା କାହାର ଭାଗ୍ୟ ବଦଳାଇ ଦେଉଛି। ସଦ୍ୟ ଉଦାହରଣ ହେଉଛନ୍ତି ରାନୁ ମଣ୍ଡଳ। ନିଜର କଣ୍ଠସ୍ବରରେ ରାନୁ ଇଣ୍ଟରନେଟ୍‌ରେ ଫ୍ୟାନ୍‌ଙ୍କ ସଂଖ୍ୟା ବଢ଼ାଇ ଚାଲିଥିବାବେଳେ ତାଙ୍କ ଗୀତ ବଲିଉଡ୍‌ରେ ପହଞ୍ଚିଛି। ହିମେଶ ରେଶମିୟା ମଧ୍ୟ ରାନୁଙ୍କୁ ଗୀତ ଗାଇବାର ସୁଯୋଗ ଦେଇଛନ୍ତି। କିନ୍ତୁ ରାନୁ ଯାହା ଯୋଗୁ ଆଜି ଏତେ ବାଟରେ ପହଞ୍ଚିଛନ୍ତି ହୁଏତ ତାଙ୍କୁ କେହି ଜାଣି ନ ଥିବେ। ସେ ହେଉଛନ୍ତି, ରାଣାଘାଟରେ ରହୁଥିବା ଯୁବ ସଫ୍ଟଓ୍ବେୟାର ଇଞ୍ଜିନିୟର ଅତିନ୍ଦ୍ର ଚକ୍ରବର୍ତ୍ତୀ।

ରାନୁ ପଶ୍ଚିମବଙ୍ଗର ରାଣାଘାଟ ଷ୍ଟେଶନରେ ଗୀତ ଗାଇ ଗୁଜୁରାଣ ମେଣ୍ଟାଉଥିଲେ। କିଛି ଲୋକ ଗୀତ ଶୁଣିବା ପାଇଁ ଠିଆ ହୋଇଯାଉଥିଲେ ତ ଆଉ କିଛି ଅଣଦେଖା କରି ଚାଲିଯାଉଥିଲେ। ରାନୁ କେବଳ ପୁରୁଣା ଗୀତ ଗାଉଥିଲେ। ବିଶେଷକରି ରାନୁ ଲତା ମଙ୍ଗେସକରଙ୍କ ଗୀତ ‘ଏକ୍‌ ପ୍ୟାର୍‌ କା ନଗ୍‌ମା’ ଗାଇ ରାତାରାତି ଷ୍ଟାର ହୋଇଗଲେ। ରାନୁ ଷ୍ଟେଶନରେ ଏହି ଗୀତଟିକୁ ଗାଉଥିବା ସମୟରେ ଅତିନ୍ଦ୍ର ସେଠାରେ ଉପସ୍ଥିତ ଥିଲେ। ସେହି ସମୟରେ ମୋବାଇଲରେ ଗୀତଟିକୁ ରେକର୍ଡିଂ କରି ନିଜର ଫେସ୍‌ବୁକ୍‌ ଆକାଉଣ୍ଟରେ ପୋଷ୍ଟ କରିଦେଇଥିଲେ, ଯେଉଁଥିପାଇଁ ରାନୁ ଆଜି ଏହି ଜାଗାରେ ପହଞ୍ଚିଛନ୍ତି।

ନିକଟରେ ରାନୁ ହିମେଶଙ୍କ ଗୀତ ଷ୍ଟୁଡିଓରେ ଗାଉଥିବା ବେଳେ ଅତିନ୍ଦ୍ର ସେଠାରେ ଉପସ୍ଥିତ ଥିଲେ। ତାଙ୍କର ଏହି ଭିଡିଓଟି ଜଣେ ମହିଳାଙ୍କ ଜୀବନ ବଦଳାଇଦେବ ବୋଲି ସେ ଏବେବି ବିଶ୍ୱାସ କରିପାରୁନାହାନ୍ତି। ରାନୁଙ୍କୁ ସୁଯୋଗ ଦେଇଥିବାରୁ ହିମେଶଙ୍କୁ ଧନ୍ୟବାଦ ଦେଇଛନ୍ତି ଅତିନ୍ଦ୍ର। ଭିଡିଓ ପରେ ଅତିନ୍ଦ୍ର ସବୁବେଳେ ରାନୁଙ୍କ ସହ ଯୋଗାଯୋଗରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖୁବ୍‌ଶୀଘ୍ର ଆସୁଛି ‘କୌନ୍‌ ବନେଗା କରୋଡ଼ପତି’, ଜାଣନ୍ତୁ କେମିତି କରିବେ ରେଜିଷ୍ଟ୍ରେଶନ

ମୁମ୍ବାଇ: ବିଗ୍‌ ବି’ ଅମିତାଭ ବଚ୍ଚନଙ୍କ କୁଇଜ୍‌ ଶୋ’ କୌନ୍‌ ବନେଗା କରୋଡ଼ପତି’ (କେବିସି) ସବୁବେଳେ ଚର୍ଚ୍ଚାରେ ରହିଥାଏ। ବର୍ତ୍ତମାନ ଏହି ଶୋ’ର ପରବର୍ତ୍ତୀ ସିଜନ୍‌ ...

ଅଲଗା ହେଲା ବାଟ, ପ୍ରେମିକଙ୍କଠାରୁ ଅଲଗା ହେଲେ ଶ୍ରୁତି ହାସନ!

ବମ୍ବେ: ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ସାଉଥ୍‌ ସୁପରଷ୍ଟାର କମଲ ହାସନଙ୍କ ଝିଅ ତଥା ଅଭିନେତ୍ରୀ ଶ୍ରୁତି ହାସନ। ଦୀର୍ଘଦିନ ଧରି ସେ ଶାନ୍ତନୁ ହଜାରିକାଙ୍କୁ...

ପୁଣି ପ୍ରେମରେ ପଡ଼ିଛନ୍ତି କୋଙ୍କଣା? ପୂର୍ବ ସ୍ବାମୀ କରିଦେଲେ ବଡ଼ ଖୁଲାସା

ବମ୍ବେ: ପୁଣି ପ୍ରେମରେ ପଡ଼ିଛନ୍ତି ଅଭିନେତ୍ରୀ କୋଙ୍କଣା ସେନ୍‌ ଶର୍ମା। କିଛି ଦିନ ଧରି ତାଙ୍କର ଲଭ୍‌ ଲାଇଫକୁ ନେଇ ଚର୍ଚ୍ଚା ହେଉଥିଲା। ହେଲେ ସେ...

ଅଭିନେତ୍ରୀ ତମନ୍ନା ଭାଟିଆଙ୍କୁ ସମନ

ବମ୍ବେ,୨୫।୪: ଅଡ଼ୁଆରେ ଫସିଛନ୍ତି ବଲିଉଡ ଅଭିନେତ୍ରୀ ତମନ୍ନା ଭାଟିଆ। ଅଭିନେତା ସଞ୍ଜୟ ଦତ୍ତଙ୍କ ପରେ ବର୍ତ୍ତମାନ ତମନ୍ନା ଭାଟିଆଙ୍କ ନାମ ମଧ୍ୟ ବେଆଇନ ଆଇପିଏଲ୍‌ ମ୍ୟାଚ୍‌...

ହେମାମାଳିନୀଙ୍କୁ ନିର୍ବାଚନ ଲଢ଼ିବାକୁ ମନା କରିଥିଲେ ଧର୍ମେନ୍ଦ୍ର

ମୁମ୍ବାଇ: ଅଭିନେତ୍ରୀ ହେମାମାଳିନୀ ବର୍ତ୍ତମାନ ରାଜନୀତିରେ ସକ୍ରିୟ ରହିଛନ୍ତି। ମଥୁରାରୁ ୨ ଥର ଲୋକ ସଭା ସଦସ୍ୟ ଭାବେ ନିର୍ବାଚିତ ହୋଇଥିବା ହେମାମାଳିନୀ ଚଳିତ ଥର...

ସେଲ୍ସ ଗର୍ଲ ହେଲେ ଶ୍ରଦ୍ଧା

ମୁମ୍ବାଇ: ବଲିଉଡ୍‌ର ପ୍ରତିଭାବାନ୍‌ ଅଭିନେତ୍ରୀ ଶ୍ରଦ୍ଧା କପୁର ସୋସିଆଲ ମିଡିଆରେ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସେ ନିଜ ଇନ୍‌ଷ୍ଟାଗ୍ରାମରେ ଏକ ଭିଡିଓ ପୋଷ୍ଟ କରିଛନ୍ତି, ଯାହାକୁ...

କ୍ୟାନ୍‌ସରରେ ଆଖି ବୁଜିଲେ ଫେଶନ ଇନ୍‌ଫ୍ଲୁଏନ୍ସର ସୁରଭି ଜୈନ

ନୂଆଦିଲ୍ଲୀ,୨୧ା୪: ଲୋକପ୍ରିୟ ଫେଶନ ଇନ୍‌ଫ୍ଲୁଏନ୍ସର ସୁରଭି ଜୈନଙ୍କର ୩୦ ବର୍ଷ ବୟସରେ ମୃତ୍ୟୁ ଘଟିଛି। ସେ ଦୀର୍ଘଦିନ ହେଲା କ୍ୟାନ୍‌ସରରେ ପୀଡ଼ିତ ଥିଲେ। ଇନ୍‌ଷ୍ଟାଗ୍ରାମରେ ତାଙ୍କର...

ହିନ୍ଦୀ ନ କହିବାରୁ କନ୍ନଡ଼ ଅଭିନେତ୍ରୀଙ୍କୁ ଆକ୍ରମଣ

ବେଙ୍ଗାଲୁରୁ, ୨୦।୪: କନ୍ନଡ଼ ଅଭିନେତ୍ରୀ ହର୍ଷିକା ପୁନାଚାଙ୍କୁ ୨ ଦିନ ତଳେ କେତେଜଣ ଦୁର୍ବୃତ୍ତ ଆକ୍ରମଣ କରିଥିବା ଶୁକ୍ରବାର ସେ ନିଜ ଫେସବୁକରେ ପୋଷ୍ଟ କରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri