ଏହି ରୋଗ ସହ ୪ ବର୍ଷ ସଂଘର୍ଷ କରିଥିଲେ ସୁସ୍ମିତା

ମୁମ୍ବାଇ: ବଲିଉଡ୍‌ ନାୟିକା ସୁସ୍ମିତା ସେନ୍‌ ଏବେ ସୋସିଆଲ ମିଡିଆରେ ଖୁବ୍‌ ଆକ୍ଟିଭ ରହୁଛନ୍ତି। ଏବେ ଲକ୍‌ଡାଉନ ସମୟରେ ସେ ତାଙ୍କ ପରିବାର ସହ ସମୟ କାଟୁଥିବା ବେଳେ ଅଧିକାଂଶ ଖବରକୁ ସେ ତାଙ୍କ ଫ୍ୟାନଙ୍କ ସହ ଶେୟାର ମଧ୍ୟ କରୁଛନ୍ତି। ନିକଟରେ ସେ ସୋସିଆଲ ମିଡିଆରେ ଏକ ପୋଷ୍ଟ କରି ସ୍ପଷ୍ଟ କରିଛନ୍ତି କି ୬ ବର୍ଷ ପୂର୍ବେ ସେ ଏଡିଶନ ନାମକ ଏକ ରୋଗରେ ପୀଡ଼ିତ ହୋଇଥିଲେ। ହେଲେ ତାଙ୍କର ଦୃଢ ଇଚ୍ଛା ଶକ୍ତି ଓ ନନ ଚାକ ଓ୍ବାର୍କ ଆଉଟ ତାଙ୍କୁ ଏହି ରୋଗ କବଳରୁ ରକ୍ଷା କରିଛି ବୋଲି ସେ କହିଛନ୍ତି। ହେଲେ ଏଥିପାଇଁ ତାଙ୍କୁ ଦୀର୍ଘ ୪ ବର୍ଷ ସଂଘର୍ଷ କରିବାକୁ ପଡିଛି। ସୁସ୍ମିତା ତାଙ୍କ ୟୁଟ୍ୟୁବ ଚ୍ୟାନେଲରେ ଏକ ଭିଡିଓ ଶେୟାର କରିଛନ୍ତି। ଯେଉଁଥିରେ ସେ ନନ ଚାକ ସହ ଓ୍ବାର୍କ ଆଉଟ କରୁଥିବା ଦେଖାଯାଉଛି। ଏହି ଭିଡିଓ ସହ ସୁସ୍ମିତା ଏକ ଲମ୍ବା ଚଉଡା ପୋଷ୍ଟ ମଧ୍ୟ ଲେଖିଛନ୍ତି। ଏଥିରେ ସେ ତାଙ୍କୁ ହୋଇଥିବା ଏଡିଶନ ରୋଗ ସମ୍ପର୍କରେ ଉଲ୍ଲେଖ କରିଛନ୍ତି। ସେ ଲେଖିଛନ୍ତି ଏହି ରୋଗ ହେବା ପରେ ତାଙ୍କ ରୋଗପ୍ରତିରୋଧକ ଶକ୍ତି ସମ୍ପୂର୍ଣ୍ଣ ଦୁର୍ବଳ ହୋଇଯାଇଥିଲା। ୨୦୧୪ରେ ତାଙ୍କୁ ଏକ ଅଟୋ ଇମ୍ୟୁନୋ ସମ୍ପର୍କିତ ରୋଗ ହୋଇଥିଲା ଯାହାର ନାଁ ଥିଲା ଏଡିଶନ ବୋଲି ସେ ଲେଖିଛନ୍ତି। ଏହାପରେ ସେ ଅନୁଭବ କରିଥିଲେ ଯେମିତି ତାଙ୍କ ଶରୀରରେ ଆଦୌ ପ୍ରତିରୋଧକ ଶକ୍ତି ନାହିଁ। ସବୁବେଳେ ଥକ୍କା ଲାଗିବା ସହ ଆଖି ତଳ କଳାପଡିବା ଆରମ୍ଭ ହୋଇଯାଇଥିଲା। ଏହାକୁ ନେଇ ବହୁତ ଚିନ୍ତିତ ହୋଇପଡିବା ପରେ ସେ ନିଜ ମନକୁ ଦୃଢ କରିଥିଲେ ବୋଲି କହିଛନ୍ତି। ଏହି ରୋଗ ସହ ସଂଘର୍ଷ କରି ୨୦୧୯ରେ ତାଙ୍କର ଏଡ୍ରିନାଲ ଗ୍ଲାଣ୍ଡ ଆକ୍ଟିଭ ହୋଇଯାଇଥିବା ସେ ପ୍ରକାଶ କରିଛନ୍ତି। ଏହାପରେ ସେ ଲେଖିଛନ୍ତି ଆମ ସମସ୍ତଙ୍କ ଭିତରେ ଜଣେ ଯୋଦ୍ଧା ରହିଛି। ତେଣୁ ଦୃଢ ମନୋବଳ ହିଁ ଆମକୁ ସବୁ ପରିସ୍ଥିତିକୁ ସାମ୍ନା କରିବାକୁ ସାହସ ଦେବା ସହ ବଡ ବଡ ରୋଗକୁ ମଧ୍ୟ ଦୂରେଇ ଦେବ ବୋଲି ସେ କହିଛନ୍ତି। ଏବେ ସାରା ବିଶ୍ୱ କରୋନା ଭଳି ମହାମାରୀ ସହ ଲଢୁଥିବା ବେଳେ ସୁସ୍ମିତାଙ୍କ ଏହି କଥା କରୋନା ସଂକ୍ରମିତଙ୍କୁ ସାହସ ଯୋଗାଇବ ନିଶ୍ଚୟ।


Enter your email to get our daily news in your inbox.

All Right Reserved By Dharitri.Com

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

ସାଧାରଣ ଲୋକଙ୍କ ପାଇଁ ଜରୁରୀ ଖବର, ୧୦ହଜାରରୁ ଅଧିକ ପେମେଣ୍ଟ କଲେ ହୋଇଯିବ ହୋଲ୍ଡ…

ନୂଆଦିଲ୍ଲୀ,୧୦।୪: ଡିଜିଟାଲ୍ ଯୁଗରେ ପେମେଣ୍ଟ ସହଜ ହୋଇଥିବା ହେତୁ, ଅନଲାଇନ୍ ଠକେଇ ମାମଲା ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଇଛି। ଠକମାନଙ୍କଠାରୁ ଆପଣଙ୍କ କଠିନ ଅର୍ଜିତ ଟଙ୍କାକୁ…

ଆନନ୍ଦପୁରରେ ବଡ଼ ରାଜନୈତିକ ହଲଚଲ: ବିଜେଡିରୁ ଇସ୍ତଫା ଦେଲେ ଏହି କାଉନସିଲର

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ନଗରପାଳିକାର ଓ୍ବାର୍ଡ-୭ କାଉନସିଲର କୃଷ୍ଣ ରଣା ଶୁକ୍ରବାର ବିଜୁ ଜନତା ଦଳରୁ ପଦତ୍ୟାଗ କରିଥିବା ସୂଚନା ମିଳିଛି। ଏହି ପଦକ୍ଷେପ ପରେ…

ପଶ୍ଚିମବଙ୍ଗ ପାଇଁ ଭାଜପାର ସଂକଳ୍ପପତ୍ର: ଯୁବତୀଯୁବକ, ମହିଳା, ସରକାରୀ ପେନସନଭୋଗୀଙ୍କ ପାଇଁ ବଡ଼ ଘୋଷଣା

ନୂଆଦିଲ୍ଲୀ,୧୦।୪: ଭାରତୀୟ ଜନତା ପାର୍ଟି (ଭାଜପା) ଶୁକ୍ରବାର ଏହାର ଇସ୍ତାହାର ପ୍ରକାଶ କରିଛି। ସ୍ବରାଷ୍ଟ୍ର ମନ୍ତ୍ରୀ ଏବଂ ଭାଜପା ନେତା ଅମିତ ଶାହା ଇସ୍ତାହାର ବା ଘୋଷଣାପତ୍ର…

ଭାରସାମ୍ୟ ହରାଇ ଓଲଟିଲା ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ, ଦଶରୁ ଉର୍ଦ୍ଧ୍ଵ…

ନୟାଗଡ଼/ଭାପୁର,୧୦।୪ (ଲୋକନାଥ ମିଶ୍ର/ପ୍ରଭାତ ବରାଡ): ଭାରସାମ୍ୟ ହରାଇ ଓଲଟିଲା ଅଟୋ । ଫତେଗଡ ଥାନା ବଡସହରା ପଞ୍ଚାୟତର ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ ଗାଡି ଓଲଟି ପଡିବାରୁ ଦଶରୁ…

ଭାଜପାର ରାଜ୍ୟ କାର୍ଯ୍ୟକାରିଣୀ ତାଲିକା ଘୋଷଣା: ମହେଶ୍ୱର ସାହୁଙ୍କୁ ମିଳିଲା ଗୁୁରୁଦାୟିତ୍ୱ

ବଞ୍ଚୋ,୧୦।୪(ପ୍ରଦୋଷ ବିଶ୍ୱାଳ ): ଭାରତୀୟ ଜନତା ପାର୍ଟି (ଭାଜପା) ଓଡ଼ିଶା ରାଜ୍ୟ ସଭାପତି ମନମୋହନ ସାମଲ ଶୁକ୍ରବାର ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ସ୍ବତନ୍ତ୍ର ନିମନ୍ତ୍ରିତ ସଦସ୍ୟ ଓ…

ଟିଲୋ ସରକାରୀ ଉଚ୍ଚ ବିଦ୍ୟାଳୟର ସୁବର୍ଣ୍ଣଜୟନ୍ତୀ: ଯୋଗଦେଲେ ବାଚସ୍ପତି

ବନ୍ତ,୧୦।୪(କିଶୋର କୁମାର ସେଠୀ):ଭଦ୍ରକ ଜିଲା ବନ୍ତ ବ୍ଲକ ଟିଲୋ ସରକାରୀ ଉଚ୍ଚ ବିଦ୍ୟାଳୟ ପ୍ରତିଷ୍ଠାର ୫୦ ବର୍ଷ ପୂର୍ତ୍ତି ଅବସରରେ‘ସୁବର୍ଣ୍ଣ ଜୟନ୍ତୀ’ ମହାସମାରୋହରେ ଶୁକ୍ରବାର ପାଳିତ ହୋଇଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri