Posted inଖେଳ

ଏହି କ୍ରିକେଟ ଖେଳାଳି ପଡିଆକୁ ଆସିବା ପୂର୍ବରୁ ପିଉଥିଲେ ମଦ

କିଛି ଖେଳାଳି ଅଛନ୍ତି ଯେଉଁମାନେ ନିଜ ପରିଶ୍ରମରେ କ୍ରିକେଟରେ ସ୍ବତନ୍ତ୍ର ପରିଚୟ ହାସଲ କରିଛନ୍ତି। ଆଉ କିଛି ଖେଳାଳି ଅଛନ୍ତି ପ୍ରାରମ୍ଭରେ ନିଜ ପ୍ରଦର୍ଶନ ଦ୍ୱାରା ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ ମଧ୍ୟ ନିଜ ଖରାପ ଅଭ୍ୟାସ ଯୋଗୁ ଦର୍ଶକ ତାଙ୍କୁ ନାପସନ୍ଦ କରିଛନ୍ତି। ସେମିତି କିଛି କ୍ରିକେଟରଙ୍କ ବିଷୟରେ ଜାଣନ୍ତୁ…

ହର୍‌ଶେଲ୍‌ ଗିବ୍ସ
ଦକ୍ଷିଣ ଆଫ୍ରିକାର ବିସ୍ଫୋରକ ବ୍ୟାଟ୍ସମ୍ୟାନ୍‌ ହର୍‌ଶେଲ୍‌ ଗିବ୍ସ ଜଣେ ଉଚ୍ଚକୋଟୀର ବ୍ୟାଟ୍ସମ୍ୟାନ୍‌ ଥିଲେ। ନିଜ ଦଳକୁ ସେ ଅନେକଥର ଜିତାଇ ମଧ୍ୟ ଥିଲେ। ନିଜ ଆତ୍ମକଥା ‘ଟୁ ଦ ପଏଣ୍ଟ’ରେ ଗିବ୍ସ ସ୍ବୀକାର କରିଥିଲେ, ଖେଳିବାକୁ ଯିବା ପୂର୍ବରୁ ସେ ମଦ୍ୟପାନ କରି ଯାଉଥିଲେ।

ଜେଶି ରାଇଡର୍‌
ନ୍ୟୁଜିଲାଣ୍ଡର ପୂର୍ବତନ ଓପନର୍‌ ଜେଶି ରାଇଡର୍‌ ମ୍ୟାଚ୍‌ ଦିନ ସକାଳୁ ମଦ ପିଇଥିବାର ଥରେ ଧରାପଡିଥିଲେ। ଏହି କାରଣରୁ ତାଙ୍କୁ ଉକ୍ତ ମ୍ୟାଚ୍‌ରୁ ବାଦ୍‌ ଦିଆଯାଇଥିଲା।

ଆଣ୍ଡ୍ରୁ ସାଇମଣ୍ଡ୍ସ
ଅଷ୍ଟ୍ରେଲିଆର ପୂର୍ବତନ ଅଲରାଉଣ୍ଡର ଆଣ୍ଡ୍ରୁ ସାଇମଣ୍ଡ୍ସ ନିଜ ପ୍ରଭାବୀ ପ୍ରଦର୍ଶନ ଦ୍ୱାରା ଚୟନକର୍ତ୍ତାଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ଅନେକ ମ୍ୟାଚ୍‌ରେ ସେ ଅଷ୍ଟ୍ରେଲିଆ ଦଳକୁ ଜିତାଇଥିଲେ। ବାଂଲାଦେଶ ବିପକ୍ଷ ଏକ ମ୍ୟାଚ୍‌ରେ ସାଇମଣ୍ଡ୍ସ ପ୍ରବଳ ମଦ୍ୟପାନ କରିଥିଲେ। ଏନେଇ ସେତେବେଳେ ଅଷ୍ଟ୍ରେଲିଆର ଅଧିନାୟକ ଥିବା ରିକି ପଣ୍ଟିଂ ତାଙ୍କ ଉପରେ ରାଗିଯାଇଥିଲେ।

ଆଣ୍ଡ୍ରୁ ଫ୍ଲିଣ୍ଟଫ୍‌
ଇଂଲଣ୍ଡର ପୂର୍ବତନ ଖେଳାଳି ଆଣ୍ଡ୍ରୁ ଫ୍ଲିଣ୍ଟଫ୍‌ ୨୦୦୫ ଆଶେସ୍‌ ବିଜୟର ହିରୋ ଥିଲେ। ଏକ ଚାଟ୍‌ ସେ କହିଥିଲେ, ଦକ୍ଷିଣ ଆଫ୍ରିକା ବିପକ୍ଷ ଏକ ମ୍ୟାଚ୍‌ ଖେଳିବା ପୂର୍ବରୁ ସେ ମଦ୍ୟପାନ କରିଥିଲେ। ଉକ୍ତ ମ୍ୟାଚ୍‌ରେ ସେ ଶତକ ଅର୍ଜନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କିଶନଙ୍କ ବିସ୍ଫୋରକ ବ୍ୟାଟିଂ, ସନ୍‌ରାଇଜର୍ସର ଦ୍ୱିତୀୟ ବିଜୟ

ହାଇଦ୍ରାବାଦ, ୧୩।୪: ଅଧିନାୟକ ଇଶାନ କିଶନଙ୍କ ବିସ୍ଫୋରକ ବ୍ୟାଟିଂ ପରେ ପ୍ରଫୁଲ୍ଲ ହିଙ୍ଗେ ଓ ସାକିବ ହୁସେନଙ୍କ ଡ୍ରିମ୍‌ ଡେବ୍ୟୁ ବଳରେ ସନ୍‌ରାଇଜର୍ସ ହାଇଦ୍ରାବାଦ ସୋମବାର ଅନୁଷ୍ଠିତ…

ହଙ୍ଗେରୀ ନିର୍ବାଚନ ଫଳାଫଳ, କିଏ ହେବେ ନୂଆ ପ୍ରଧାନମନ୍ତ୍ରୀ ଜାଣନ୍ତୁ…

ବୁଦାପେଷ୍ଟ,୧୩ା୪: ୧୬ ବର୍ଷ ଧରି କ୍ଷମତାରେ ରହିଥିବା ହଙ୍ଗେରୀ ପ୍ରଧାନମନ୍ତ୍ରୀ ଭିକ୍ଟର ଓର୍ବାନ୍‌ ରବିବାର ଅନୁଷ୍ଠିତ ନିର୍ବାଚନରେ ପରାଜିତ ହୋଇଛନ୍ତି। ହଙ୍ଗେରୀୟ ଭୋଟର ତାଙ୍କ ଏକଚ୍ଛତ୍ରବାଦ ନୀତି…

ଦାଦନ ଖଟିବାକୁ ଯାଇଥିଲେ, ଫେରିଲା ଯୁବତୀଙ୍କ ମୃତଦେହ

ମୋହନା୧୩।୪(ମନ୍ମଥ ମିଶ୍ର): ଚାନ୍ଦା ଆଦାୟ କରି ମୁମ୍ବାଇରୁ ଆସିଲା ମୃତଦେହ। ଏଭଳି ଏକ ହୃଦୟ ବିଦାରକ ଦୃଶ୍ୟ ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ବ୍ଲକ ଦମାଦୁଆ…

ସାଙ୍ଗମାନଙ୍କ ସହିତ ଯାତ୍ରା ଦେଖି ଯାଇଥିଲେ, ଶବ ହୋଇ ଫେରିଲେ… ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ଲୋଇସିଂହା,୧୩।୪(ସୁଶାନ୍ତ ବାରିକ): ସାଙ୍ଗମାନଙ୍କ ସହିତ ଯାତ୍ରା ଦେଖିଯିବା ହେଲା କାଳ। ଶୁକ୍ରବାର ରାତିରେ ବଲାଙ୍ଗୀର ଜିଲା ଲୋଇସିଂହା ଥାନା କୁଟେନପାଲି ନିକଟରେ ଏକ ଅଜଣା ଗାଡି ଧକ୍କାରେ…

ଗୋଡ଼ ମଧ୍ୟରେ ଲୁଚାଇ ନେଇଗଲେ ୭ ଲକ୍ଷ ଟଙ୍କାର ଶାଢ଼ି, ସିସିଟିଭିରେ କଏଦ ଲୁଟ୍‌ର କୌଶଳ…

ଅନୁଗୋଳ,୧୩।୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଅମଲାପଡ଼ା ଅଞ୍ଚଳରେ ଥିବା ବୟନିକା ଶୋ’ରୁମ୍‌ରୁ ଏକ ବଡ଼ ଧରଣର ଚୋରି ହୋଇଛି। ଗ୍ରାହକ ବେଶରେ ଆସିଥିବା ୭ ଜଣ ମହିଳା…

ଅଂଶୁଘାତରେ ଚାଲିଗଲା ବ୍ୟକ୍ତିଙ୍କ ଜୀବନ

ଗୁଣୁପୁର, ୧୩।୪(ସଂକେତ ପାତ୍ର): ଖରାଦିନ ଆରମ୍ଭ ସହିତ ଅଂଶୁଘାତ ଜନିତ ପ୍ରଥମ ମୃତ୍ୟୁ ଘଟଣା ସାମ୍ନାକୁ ଆସିଛି। ରାୟଗଡା ଜିଲା ଗୁଣୁପୁର ଥାନା ଅନ୍ତର୍ଗତ ଜଗନ୍ନାଥପୁର ପଞ୍ଚାୟତର…

ଅନୁସୂଚିତ ଜାତି ମୋର୍ଚ୍ଚା ଜିଲା ସଭାପତି ଭାବେ ନିଯୁକ୍ତ ହେଲେ ବିକ୍ରମ ତାଣ୍ଡି, ରାଜ୍ୟ ସଭାପତିଙ୍କୁ ଜଣାଇଲେ କୃତଜ୍ଞତା

ବଲାଙ୍ଗୀର ,୧୩।୪(ସୁନୀଲ କୁମାର ମହାନ୍ତି): ଅନୁସୂଚିତ ଜାତି ମୋର୍ଚ୍ଚା ବଲାଙ୍ଗୀର ଜିଲା ସଭାପତି ଭାବରେ ଦଳର ବରିଷ୍ଠ କାର୍ଯ୍ୟକର୍ତ୍ତା ବିକ୍ରମ ତାଣ୍ଡିଙ୍କୁ ମନୋନୀତ କରାଯାଇଛି। ଏନେଇ ବିକ୍ରମ…

ମାଟି ତଳେ ଲୁଚାଇ ରଖିଥିଲେ ୨କୋଟି ଟଙ୍କାର ଗଞ୍ଜେଇ, ଧରିଲା ପୋଲିସ

ମୋହନା,୧୩।୪(ମନ୍ମଥ ମିଶ୍ର): ଜଙ୍ଗଲରେ ଲୁଚାଇ ରଖାଯାଇଥିବା ବିପୁଳ ପରିମାଣର ଗଞ୍ଜେଇ ଜବତ କରିଛି ରା.ଉଦୟଗିରି ପୋଲିସ। ବିଶେଷ ସୂତ୍ରରୁ ଖବର ପାଇ ସୋମବାର ରା. ଉଦୟଗିରି ଏସ୍‌ଡ଼ିପିଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri