Posted inରାଜ୍ୟ

ଏୟାର ଇଣ୍ଡିଆ ବିମାନରେ ନିଅଁ।

ଭୁବନେଶ୍ୱର, ୮।୧୧(ବ୍ୟୁରୋ): ଭୁବନେଶ୍ୱରରୁ ମୁମ୍ବାଇକୁ ଯାଉଥିବା ଏୟାର ଇଣ୍ଡିଆ ବିମାନରେ ଶୁକ୍ରବାର ଅଗ୍ନିକାଣ୍ଡ ଘଟିଛି। ଏହି ଘଟଣା ଜଣାପଡ଼ିବାରୁ ବିମାନକୁ ରାୟପୁର ବିମାନବନ୍ଦରରେ ଜରୁରୀ ଅବତରଣ କରାଯାଇଛି। ଫଳରେ ସମସ୍ତ ୮୯ ଜଣ ଯାତ୍ରୀ ଅଗ୍ନିକାଣ୍ଡରୁ ବର୍ତ୍ତି ଯାଇଛନ୍ତି।
ସୂଚନା ଅନୁଯାୟୀ, ଭୁବନେଶ୍ୱରସ୍ଥ ବିଜୁ ପଟ୍ଟନାୟକ ବିମାନବନ୍ଦରରୁ ଅପରାହ୍ନ ୫.୦୭ ମିନିଟରେ ଏଆଇସି ଏୟାର ଇଣ୍ଡିଆ ବିମାନ ଏ ୩୨୧ ମୁମ୍ବାଇ ଅଭିମୁଖେ ଉଡ଼ାଣ କରୁଥିଲା। ଅପରାହ୍ନ ୫.୨୦ରେ ବିଶ୍ୱଜିତ୍‌ ବେହେରା ନାମକ ଯାତ୍ରୀ ଓ୍ବାଶ୍‌ରୁମ୍‌ ଯିବାବେଳେ ବିମାନର ବାମପଟେ ନାଲି ରଙ୍ଗ ବ୍ଲିଙ୍କ୍‌ କରୁଥିବା ଦେଖିଥିଲେ। ଏହି ଖବର ସେ କର୍ମଚାରୀଙ୍କୁ ଦେବା ପରେ ଇଞ୍ଜିନରେ ନିଅଁ। ଲାଗିଥିବା ଜଣାପଡ଼ିଥିଲା। ସଙ୍ଗେସଙ୍ଗେ ବିମାନକୁ ରାୟପୁର ଏୟାରପୋର୍ଟରେ ଜରୁରୀ ଅବତରଣ କରାଯିବା ସହ ଯାତ୍ରୀମାନଙ୍କୁ ବାହାରକୁ ଅଣାଯାଇଥିଲା। ବିମାନରେ ଅଧିକାଂଶ ଯାତ୍ରୀ ଓଡ଼ିଆ ଥିଲେ ବୋଲି ଜଣାପଡ଼ିଛି। ନିଅଁ। ଲାଗିବାର କାରଣ ସ୍ପଷ୍ଟ ହୋଇନାହିଁ। ତେବେ ପକ୍ଷୀ ଆଘାତ କିମ୍ବା ଇନ୍ଧନ ଲିକ୍‌ ଯୋଗୁ ଅଗ୍ନିକାଣ୍ଡ ଘଟିଥିବା ସନ୍ଦେହ କରାଯାଉଛି। ଭୁବନେଶ୍ୱର ବିମାନ ବନ୍ଦର ନିର୍ଦ୍ଦେଶକ ସୁରେଶ ଚନ୍ଦ୍ର ହୋତା କହିଛନ୍ତି, ବିମାନ ବାମପଟ ଇଞ୍ଜିନରେ ନିଅଁ। ଲାଗିଯିବାରୁ ସନ୍ଧ୍ୟା ୫.୫୭ରେ ରାୟପୁର ଏୟାରପୋର୍ଟରେ ବିମାନକୁ ଜରୁରୀ ଅବତରଣ କରାଯାଇଥିଲା। ସେଥିରେ ଯାତ୍ରା କରୁଥିବା ସମସ୍ତ ୮୯ଜଣ ଯାତ୍ରୀ ସୁରକ୍ଷିତ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମାଓବାଦୀ ଆକ୍ରମଣରେ ୩ ସିଆର୍‌ପିଏଫ୍‌ ଯବାନ ଶହୀଦ

ନୂଆପଡ଼ା ଅଫିସ,୨୧।୬: ନୂଆପଡ଼ା ଜିଲା ବୋଡେନ୍‌ ବ୍ଲକ ପାଟଧରା ସଂରକ୍ଷିତ ଜଙ୍ଗଲରେ ମଙ୍ଗଳବାର ମାଓବାଦୀଙ୍କ ଆକ୍ରମଣରେ ୩ ସିଆର୍‌ପିଏଫ୍‌ ଯବାନ ଶହୀଦ ହୋଇଛନ୍ତି। ଶହୀଦ ଯବାନମାନେ...

ବରଗଡ଼ରେ ଶିଶୁଙ୍କ ସମେତ ୪କରୋନା ପଜିଟିଭ ଚିହ୍ନଟ: ଆକ୍ରାନ୍ତଙ୍କ ସଂଖ୍ୟା ୫୦ରେ ପହଞ୍ଚିଲା

ବରଗଡ଼ ଅଫିସ,୧୮।୬: ବରଗଡ଼ ଜିଲାରେ ଗୁରୁବାର ପୁଣି ୪ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫୦ରେ ପହଞ୍ଚିଛି।...

ପ୍ରକୃତିର ଉପାସନା ଚୁରାଖାଇ ଯାତ୍‌ରା

ଗୁଡ଼ଭେଲିପଦର, ୩।୧୨(ଡି.ଏନ୍‌.ଏ.)- ବୌଦ୍ଧ ଜିଲା କଣ୍ଟାମାଳ ବ୍ଲକର ଦହ୍ୟା, କାଦୋପଦର, ମନୁପାଲି, ମହେଶ୍ୱରପିଣ୍ଡା, ଋଷିବନ୍ଧ, ତାଳପଦର ଲେଖେଁ ପାଖାପାଖି ୧୦ ଖଁଡ଼ ଗଁାକେ ନେଇ ପଁଚ୍‌ରା...

୭୯ ବର୍ଷରେ ବିଧାୟକ ସୁର ରାଉତରାୟ

ଭୁବନେଶ୍ୱର,୧୦।୮(ବ୍ୟୁରୋ): ୭୯ ବର୍ଷରେ ଜଟଣୀ ବିଧାୟକ ତଥା କଂଗ୍ରେସର ବରିଷ୍ଠ ନେତା ସୁରେଶ ରାଉତରାୟ। ବୁଧବାର ରାଜନେତାଙ୍କ ପ୍ରଶଂସକ ଓ କଂଗ୍ରେସ କର୍ମୀ ତାଙ୍କ ବାସଭବନ...

ଜଳ ପରିଚାଳନାରେ ପ୍ରମୁଖ ଭୂମିକା ନେବେ ମହିଳା

ଭୁବନେଶ୍ୱର,୨୫ା୧୧(ବ୍ୟୁରୋ): ରାଜ୍ୟ ଜଳ ସମ୍ପଦ ବିଭାଗ ଏବଂ ୟୁନିସେଫ ମଧ୍ୟରେ ବୁଧବାର ଅପରାହ୍ନରେ ଏକ ବୁଝାମଣାପତ୍ର (ଏମ୍‌ୟୁ) ସ୍ବାକ୍ଷରିତ ହୋଇଛି। ଜଳ ପରିଚାଳନାରେ ବିଭିନ୍ନ ଗୋଷ୍ଠୀଙ୍କୁ...

ବଦଳିଲେ ରାଜ୍ୟପାଳଙ୍କ ସଚିବ, ପ୍ରମୋଦ ମେହେର୍ଦ୍ଦାଙ୍କୁ ଦାୟିତ୍ୱ

ଭୁବନେଶ୍ୱର,୨୯।୨(ବ୍ୟୁରୋ): ରାଜ୍ୟ ସରକାର ଶନିବାର ବରିଷ୍ଠ ଆଇଏଏସ୍‌ ଅଫିସରସ୍ତରରେ ଅଦଳବଦଳ କରିଛନ୍ତି। ପରିବହନ ସଚିବ ଥିବା ପ୍ରମୋଦ ମେହେର୍ଦ୍ଦାଙ୍କୁ ରାଜ୍ୟପାଳଙ୍କ ସଚିବ ଭାବେ ନିଯୁକ୍ତ କରାଯାଇଛି।...

ଲୋକ ସଭା ଉପବାଚସ୍ପତି ପଦ ବିଜେଡିକୁ ମିଳିବା ନେଇ ଚର୍ଚ୍ଚା

ଭୁବନେଶ୍ୱର,୬।୩(ବ୍ୟୁରୋ): ପାର୍ଲାମେଣ୍ଟର ଗୁରୁତ୍ୱପୂର୍ଣ୍ଣ ବଜେଟ ଅଧିବେଶନ ଜାରି ରହିଛି। ଓମ୍‌ ବିର୍ଲା ବାଚସ୍ପତି ଭାବେ ନିଜ ଦାୟିତ୍ୱ ତୁଲାଉଛନ୍ତି। ତାଙ୍କୁ ସହାୟତା କରିବା ପାଇଁ ଉଦ୍ଦିଷ୍ଟ...

ଟିକା ଅଭାବରୁ ସ୍ବତନ୍ତ୍ର ଟିକାକରଣ ବନ୍ଦ

ଭୁବନେଶ୍ୱର, ୩୧ା୫ (ବ୍ୟୁରୋ):ସ୍ବାସ୍ଥ୍ୟ ବିଭାଗ ଯେଉଁ ଆଶଙ୍କା କରୁଥିଲା ଶେଷରେ ସେୟା ହିଁ ହେବାକୁ ଯାଉଛି। ଟିକା ଅଭାବରୁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ...

Advertisement
Archives

Model This Week