ଏୟାର ଇଣ୍ଡିଆ ବିମାନରେ ନିଆଁ

ଭୁବନେଶ୍ୱର, ୯ା୧୧(ବ୍ୟୁରୋ): ଏକ ବଡ଼ ଦୁର୍ଘଟଣାରୁ ବର୍ତ୍ତିଯାଇଛି ଏୟାର ଇଣ୍ଡିଆ ବିମାନ। ଭୁବନେଶ୍ୱରରୁ ମୁମ୍ବାଇ ଯାଉଥିବା ଏୟାର ଇଣ୍ଡିଆ ବିମାନରେ ଶୁକ୍ରବାର ଅଗ୍ନିକାଣ୍ଡ ଘଟିଛି। ଏହି ଘଟଣା ଜଣାପଡ଼ିବାରୁ ବିମାନକୁ ରାୟପୁର ବିମାନବନ୍ଦରରେ ଜରୁରୀ ଅବତରଣ କରାଯାଇଛି। ଫଳରେ ସମସ୍ତ ୮୯ ଜଣ ଯାତ୍ରୀ ଅଗ୍ନିକାଣ୍ଡରୁ ବର୍ତ୍ତି ଯାଇଛନ୍ତି।
ସୂଚନା ଅନୁଯାୟୀ, ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରୁ ଶୁକ୍ରବାର ଅପରାହ୍ନ ୫.୦୭ରେ ଏଆଇସି ଏୟାର ଇଣ୍ଡିଆ ବିମାନ ଏ ୩୨୧ ମୁମ୍ବାଇ ଅଭିମୁଖେ ଉଡ଼ାଣ କରୁଥିଲା। ଅପରାହ୍ନ ୫.୨୦ରେ ବିଶ୍ୱଜିତ୍‌ ବେହେରା ନାମକ ଯାତ୍ରୀ ଓ୍ବାଶ୍‌ରୁମ୍‌ ଯିବାବେଳେ ବିମାନର ବାମପଟେ ନାଲି ରଙ୍ଗ ବ୍ଲିଙ୍କ୍‌ କରୁଥିବା ଦେଖିଥିଲେ। ଏହି ଖବର ସେ କର୍ମଚାରୀଙ୍କୁ ଦେବା ପରେ ଇଞ୍ଜିନରେ ନିଆଁ ଲାଗିଥିବା ଜଣାପଡ଼ିଥିଲା। କର୍ମଚାରୀ ଓ ବିମାନ ପାଇଲଟ୍‌ ନିଆଁ ଲାଗିଥିବା ଜାଣିବା ପରେ ପ୍ରଥମେ ଯାତ୍ରୀମାନଙ୍କୁ ଭୟଭୀତ ନ ହେବାକୁ ପରାମର୍ଶ ଦେଇଥିଲେ। ତେବେ ବିମାନକୁ କିପରି ସୁରକ୍ଷିତ ଭାବେ କେଉଁଠି ଓ କିପରି ଅବତରଣ କରାଯିବ ସେସବୁ ପାଇଲଟ୍‌ଙ୍କ ହାତରେ ଥିଲା। ଏ ନେଇ ସେ ସଙ୍ଗେ ସଙ୍ଗେ ନିକଟସ୍ଥ ରାୟପୁର ବିମାନବନ୍ଦର କର୍ତ୍ତୃପକ୍ଷଙ୍କ ସହ ଯୋଗାଯୋଗ କରିଥିଲେ। ପ୍ରାୟ ୩୫ମିନିଟ୍‌ ଆକାଶମାର୍ଗରେ ବିମାନଟି ଉଡ଼ାଣ କରିବା ପରେ ପାଇଲଟ୍‌ ସତର୍କତାର ସହ ବିମାନକୁ ରାୟପୁରରେ ଅବତରଣ କରାଇଥିଲେ। ପୂର୍ବରୁ ରାୟପୁର ବିମାନବନ୍ଦରରେ ଆମ୍ବୁଲାନ୍ସ, ଅଗ୍ନିଶମ ଗାଡ଼ି ସବୁ ପ୍ରସ୍ତୁତ ରହିଥିଲା। ବିମାନ ଅବତରଣ କରିବା ମାତ୍ରେ ଜରୁରିକାଳୀନ ଦ୍ୱାର ଦେଇ ଯାତ୍ରୀମାନଙ୍କୁ ସୁରକ୍ଷିତ ଭାବେ ବାହାରକୁ ଅଣାଯାଇଥିଲା। ପରେ ଏୟାର ଇଣ୍ଡିଆର ଆଉ ଏକ ବିମାନ ରାତି ସାଢ଼େ ୧୦ଟାରେ ଯାତ୍ରୀମାନଙ୍କୁ ନେଇ ମୁମ୍ବାଇ ଅଭିମୁଖେ ଯାତ୍ରା କରିଥିଲା। ଅନ୍ୟପକ୍ଷରେ ନିଅଁା ଲାଗିବାର କାରଣ ସ୍ପଷ୍ଟ ହୋଇନାହିଁ। ତେବେ ପକ୍ଷୀ ଆଘାତ କିମ୍ବା ଇନ୍ଧନ ଲିକ୍‌ ଯୋଗୁ ଅଗ୍ନିକାଣ୍ଡ ଘଟିଥିବା ପ୍ରାଥମିକ ପର୍ଯ୍ୟାୟରୁ ସନ୍ଦେହ କରାଯାଉଛି। ଏ ସମ୍ପର୍କରେ ଭୁବନେଶ୍ୱର ବିମାନବନ୍ଦର ନିର୍ଦ୍ଦେଶକ ସୁରେଶ ଚନ୍ଦ୍ର ହୋତା କହିଛନ୍ତି, ବିମାନ ବାମପଟ ଇଞ୍ଜିନରେ ନିଅଁା ଲାଗିଯିବାରୁ ସନ୍ଧ୍ୟା ୫.୫୭ରେ ରାୟପୁର ବିମାନବନ୍ଦରରେ ବିମାନକୁ ଜରୁରୀ ଅବତରଣ କରାଯାଇଥିଲା। ସେଥିରେ ଯାତ୍ରା କରୁଥିବା ସମସ୍ତ ୮୯ଜଣ ଯାତ୍ରୀ ସୁରକ୍ଷିତ ଥିବା ନିର୍ଦ୍ଦେଶକ ସୂଚନା ଦେଇଛନ୍ତି।
ବିମାନରେ ଅଧିକାଂଶ ଯାତ୍ରୀ ଓଡ଼ିଆ ଥିଲେ। ଏହି ବିମାନରେ ଓଡ଼ିଆ ଅଭିନେତା ଦେବାଶିଷ ପାତ୍ର, ରାଜ୍ୟ କ୍ରୀଡ଼ା ଓ ଯୁବ ବ୍ୟାପାର ତଥା ସୂଚନା ଓ ପ୍ରଯୁକ୍ତି ବିଦ୍ୟା ବିଭାଗ ମନ୍ତ୍ରୀ ତୁଷାରକାନ୍ତି ବେହେରା ମଧ୍ୟ ଯାତ୍ରା କରୁଥିଲେ। ମନ୍ତ୍ରୀ କହିଛନ୍ତି, ଉଡ଼ାଣର କିଛି ସମୟ ପରେ ନିଆଁ ଲାଗିଥିଲା। ନିଆଁ ଲାଗିବା ଜାଣିବା ପରେ ସମସ୍ତ ଯାତ୍ରୀ ଆତଙ୍କିତ ହୋଇପଡ଼ିଥିଲେ। ତେବେ ପାଇଲଟ୍‌ ସୁରକ୍ଷିତ ଭାବେ ବିମାନକୁ ରାୟପୁର ବିମାନବନ୍ଦରରେ ଜରୁରୀ ଅବତରଣ କରିଥିଲେ। ରାୟପୁର ବିମାନବନ୍ଦର କର୍ତ୍ତୃପକ୍ଷ ସମସ୍ତ ଯାତ୍ରୀଙ୍କ ପାଇଁ ସବୁ ପ୍ରକାର ବ୍ୟବସ୍ଥା କରିଥିଲେ। ସେହିପରି ଦେବାଶିଷ କହିଛନ୍ତି, ଆମେ ସମସ୍ତେ ଖୁବ୍‌ ଡରିଯାଇଥିଲୁ। ବିମାନ କର୍ମଚାରୀମାନେ ଆମମାନଙ୍କୁ ଧୈର୍ଯ୍ୟ ରଖିବାକୁ ଅନୁରୋଧ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଡବା ପୋଲିସର ଚଢ଼ାଉ, ୧୫୦ ଲିଟର ଦେଶୀ ମଦ…

ମୋହନା,୧୪।୬( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ପୋଲିସର ଚଢ଼ାଉ କରି ୧୫୦ ଲିଟର ଦେଶୀ ମଦ ନଷ୍ଟ କରିଛି । ଏଭଳି ଘଟଣା ଦେଖିବାକୁ…

ଗ୍ୟାରେଜ୍‌ରେ ପଶି ମାଲିକଙ୍କୁ ଗୁଳିକରି ହତ୍ୟା

ନୟାଗଡ଼,୧୪।୬(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଗଣିଆ ଥାନା ଅଧୀନ ପାଣ୍ଡରାସିଂହା ଛକରେ ରବିବାର ସନ୍ଧ୍ୟାରେ ଏକ ଗୁଳିକାଣ୍ଡ ଘଟିଛି। ଦୁର୍ବୃତ୍ତମାନେ ଗ୍ୟାରେଜ୍‌ରେ ପଶି ଅତର୍କିତ ଫାୟାରିଂ କରିଥିଲେ।…

ଇରାନ ସହିତ ଚୁକ୍ତି ପୂର୍ବରୁ ଇସ୍ରାଏଲର ବଡ଼ ଆକ୍ରମଣ, ରାଗିଯାଇ ଟ୍ରମ୍ପ କହିଲେ ଏହା ଉଚିତ…

ଓ୍ବାଶିଂଟନ,୧୪।୬: ରବିବାର ଦିନ ଇସ୍ରାଏଲ ଲେବାନନର ରାଜଧାନୀ ବେରୁଟ ଉପରେ ଆକ୍ରମଣ କରିଛି । ଏହି ଆକ୍ରମଣ ଏପରି ସମୟରେ ଘଟିଛି ଯେତେବେଳେ ଆମେରିକା ଏବଂ ଇରାନ…

ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆଡମିଟ୍‌ କାର୍ଡ ଜାରି, ଜୁନ୍‌ ୨୧ରେ…

ନୂଆଦିଲ୍ଲୀ,୧୪ା୬ : ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆସନ୍ତା ୨୧ରେ ଅନୁଷ୍ଠିତ ହେବାକୁ ଯାଉଥିବାବେଳେ ଏଥିପାଇଁ ପରୀକ୍ଷା ପରିଚାଳନାକାରୀ ସଂସ୍ଥା ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ଆଡମିଟ୍‌ କାର୍ଡ…

ବରଗଡ଼ରେ ଆତଙ୍କ ମଚାଉଛନ୍ତି ଲୁଟେରା, ଦିବା ଆଲୋକରେ ଲୁଟପାଟ୍

ବରଗଡ଼,୧୪।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଲୁଟେରାମାନଙ୍କ ଦୌରାତ୍ମ୍ୟ ବଢ଼ି ଯାଇଛି । ଗତ ୩ଦିନତଳେ କଲାପାଣି ଛକ ନିକଟରେ ବିଚ୍‌ରାସ୍ତା ଉପରୁ ଜଣେ ମହିଳାଙ୍କ ସୁନାଚେନ୍‌ ଲୁଟ୍‌ ହୋଇଥିବାବେଳେ…

ବ୍ରହ୍ମପୁର ଆସୁଥିବା ବେଳେ ବାଟରେ ମର୍ମନ୍ତୁଦ ଦୁର୍ଘଟଣା, ଡିଭାଇଡର ପିଟି ହୋଇ ୨ ବାଇକ ଆରୋହୀ ମୃତ

ଗଞ୍ଜାମ,୧୪।୬(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ନିକଟ ୧୬ ନମ୍ବର ଜାତୀୟ ରାଜପଥରେ ରବିବାର ମର୍ମନ୍ତୁଦ ଦୁର୍ଘଟଣା ହୋଇଛି ।  ଅପରାହ୍ନରେ ଏକ ବାଇକ ଡିଭାଇଡର ପିଟି…

ପୂର୍ବ ଶତ୍ରୁତାରୁ ଅଟୋ ଚାଳକଙ୍କୁ ହତ୍ୟା ଉଦ୍ୟମ! ଗାଁ ମେଡ଼ିକାଲ ଛକରେ ଠିଆ ହୋଇଥିଲେ, କାରରେ ଆସି ହାଣି ଚାଲିଲେ…

ଦିଗପହଣ୍ଡି,୧୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମ ମେଡ଼ିକାଲ ଛକରେ ଜଣେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି । ରବିବାର ସନ୍ଧ୍ୟା ପ୍ରାୟ…

ନଦୀରେ ଗୋଧୋଇବାକୁ ଯିବା ହେଲା କାଳ, ପାଣିରେ ବୁଡ଼ି ଚାଲିଗଲା ୨ଜୀବନ

ଝାରସୁଗୁଡ଼ା,୧୪।୬(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସଦର ଥାନା ଅନ୍ତର୍ଗତ ଇବ ନଦୀକୁ ରବିବାର ଅପରାହ୍ନରେ ଗାଧୋଇ ଯାଇଥିବା ସମୟରେ ପାଣିରେ ବୁଡ଼ି ଦୁଇ ଜଣ ଯୁବକଙ୍କର ଅକାଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri