ଏ ତ ଟ୍ରେଲର, ପୂରା ଫିଲ୍ମ ତ ବାକି ଅଛି..

”ଏ ତ ଟ୍ରେଲର, ପୂରା ଫିଲ୍ମ ତ ବାକି ଅଛି। ନା ମୁଁ ତୋତେ କେବେ ମା’ ବନିବାର ସୁଯୋଗ ଦେବି ନା କେବେ ଭଲ ସ୍ତ୍ରୀର ମାନ୍ୟତା ଦେବି। ତୁ ଭଲ ବୋହୂ ହୋଇପାରିବୁନି କି କେବେ କାହାର ଭଲ ଭଉଣୀ ହୋଇପାରିବୁନି। ନାରୀ ଜନ୍ମର ସାର୍ଥକତା ହେବ ତୋ ପାଇଁ ସାତ ସପନ। ପ୍ରତି ମୁହୂର୍ତ୍ତରେ ନିଜ ଭାଗ୍ୟକୁ ଘୃଣା କରିବୁ ଆଉ ଭାବିବୁ ତୁ ଏ ଧରାପୃଷ୍ଠରେ ଭଗବାନଙ୍କର ଗୋଟିଏ ଅଭିଶାପ।“ ଏପରି ଏକ ଛାତିଥରା ଡାଏଲଗ୍‌ ତାଙ୍କୁ ଚର୍ଚ୍ଚାର ପରିସରକୁ ଆଣିଛି। ଅପେରା ଜଗତରେ ସେ ଚଳିତ ସିଜନରେ ପାଦ ଦେଇଛନ୍ତି। ହେଲେ ପ୍ରଥମ ନାଟକରୁ ହିଁ ସେ ନିଜର ଦମ୍‌ ଦେଖାଇ ସାଉଁଟି ଚାଲିଛନ୍ତି ଯାତ୍ରାପ୍ରେମୀଙ୍କ ପ୍ରଶଂସା। ଏହି ଅଭିନେତା ଜଣକ ହେଲେ ସନ୍ଦୀପ କୁମାର ଦାସ ଏବଂ ନାଟକଟି ହେଲା ଅନ୍ୟତମ ଅଗ୍ରଣୀ ଅପେରା ପାର୍ଟି ବାଘାଯତୀନ ଲୋକନାଟ୍ୟ ଦ୍ୱାରା ଚଳିତ ଯାତ୍ରା ସିଜନରେ ପରିବେଷିତ ତଥା ଅରୁଣ ନାୟକଙ୍କ ରଚିତ ଏବଂ ମହେଶ ହାଜରାଙ୍କ ନିର୍ଦ୍ଦେଶିତ ‘ସୀତାର ଜଳୁଛି ଚିତା’। ଏହି ନାଟକରେ ସନ୍ଦୀପ ଏକ ଦମଦାର ନେଗେଟିଭ ଚରିତ୍ର (ମୃଗେଶ ମାନସିଂ)ରେ ଅବତୀର୍ଣ୍ଣ ହୋଇଛନ୍ତି। ଏହି ଅପେରା ପାର୍ଟିରେ ଏଣ୍ଟ୍ରି କରିବା ପଛରେ ନିର୍ଦ୍ଦେଶକ ମହେଶଙ୍କ ଭୂମିକାକୁ ସର୍ବାଗ୍ରେ ସ୍ମରଣ କରନ୍ତି ସେ। ‘ଅପେରା ଜଗତର ଆଗଧାଡିର ସ୍ବରକାର ତାପସ ଦାସ (ଟିଟନ)ଙ୍କ ଆକ୍ଟିଂ ଇନଷ୍ଟିଚ୍ୟୁଟ୍‌ ‘ତପସ୍ୟା’ରୁ ପାସ୍‌ କରିବା ପରେ ମୋତେ ସିଧାସଳଖ ଏହି ସୁଯୋଗ ମିଳିଛି। ଏଥିପାଇଁ ଟିଟନ ସାର୍‌, ମହେଶ ସାର୍‌, ନିର୍ଦ୍ଦେଶକ ଆଶୁତୋଷ ସାର୍‌ (ମହାପାତ୍ର) ଏବଂ ଗୁରୁ ପ୍ରଣୟ ସାହୁଙ୍କ ପ୍ରେରଣାକୁ ମୁଁ କଦାପି ଭୁଲି ପାରିବି ନାହିଁ। ଆଉ ଏକ ସଂଯୋଗ-ମୁଁ ବାଘାଯତୀନ ଲୋକନାଟ୍ୟର ଅନେକ ନାଟକ ଦେଖିଛି। ପୁଣି ସେହି ପାର୍ଟିରୁ ମୁଁ ମୋର ଅପେରା କ୍ୟାରିୟର ଆରମ୍ଭ କରୁଛି। ’ ବାଲେଶ୍ୱର ଜିଲା ଖନ୍ତାପଡା ଅନ୍ତର୍ଗତ ପଦାଗଁା ଗ୍ରାମରେ ଜନ୍ମିତ (ମା-ଗୀତାଞ୍ଜଳି ଦାସ, ବାପା-କ୍ଷିତିଶ କୁମାର ଦାସ) ତଥା ଏମବିଏ ଡିଗ୍ରୀ ହାସଲ କରିଥିବା ସନ୍ଦୀପଙ୍କ ଆଗରେ ଲମ୍ବା ଆକ୍ଟିଂ କ୍ୟାରିୟର। ନିଜ ଫିଗର ଅନୁସାରେ ନେଗେଟିଭ ରୋଲକୁ ପ୍ରାଥମିକତା ଦେବି ବୋଲି କହନ୍ତି ଅପେରା ଜଗତର ଏହି ଲମ୍ବା ରେସ୍‌ର ଘୋଡ଼ା।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri