Posted inଖେଳ

ଐଶ୍ୱର୍ଯ୍ୟା ଜିତିଲେ ଏଫ୍‌ଆଇଏମ୍‌ ବିଶ୍ୱକପ୍‌

ଭାର୍ପାଲୋଟା (ହଙ୍ଗେରୀ), ୧୨ା୮ (ପି.ଟି.)- ଐଶ୍ୱର୍ଯ୍ୟା ପିସା ପ୍ରଥମ ଭାରତୀୟ ମହିଳା ଭାବେ ମୋଟର ସ୍ପୋଟର୍‌ସରେ ଏକ ବିଶ୍ୱ ଟାଇଟଲ ହାସଲ କରିଛନ୍ତି। ଏଠାରେ ଅନୁଷ୍ଠିତ ଏଫ୍‌ଆଇଏମ୍‌ ଓ୍ବାଲର୍‌ଡ କପ୍‌ ମହିଳା କାଟେଗୋରିରେ ସେ ଚାମ୍ପିୟନ ହୋଇଛନ୍ତି। ବେଙ୍ଗାଲୁରୁର ଏହି ୨୪ ବର୍ଷୀୟା ରାଇଡର ରବିବାର ଏଫ୍‌ଆଇଏମ୍‌ ଜୁନିୟର କାଟେଗୋରିରେ ଦ୍ୱିତୀୟ ସ୍ଥାନ ଅଧିକାର କରିଥିଲେ। ଐଶ୍ୱର୍ଯ୍ୟା ଦୁବାଇରେ ଅନୁଷ୍ଠିତ ଚାମ୍ପିୟନଶିପ୍‌ର ପ୍ରଥମ ରାଉଣ୍ଡ ଜିତିଥିଲେ। ସେ ପରେ ପର୍ତ୍ତୁଗାଲ, ସ୍ପେନ୍‌ ଓ ହଙ୍ଗୋରୀରେ ଯଥାକ୍ରମେ ଅନୁଷ୍ଠିତ ପରବର୍ତ୍ତୀ ରେସ୍‌ ଗୁଡ଼ିକରେ ୩ୟ, ୫ମ ଓ ୪ର୍ଥ ହୋଇଥିଲେ। ମହିଳା ବିଭାଗରେ ଫାଇନାଲ ଓଭରାଲ ଷ୍ଟାଣ୍ଡିଂରେ ସେ ପର୍ତ୍ତୁଗାଲର ରିଟା ଭିଏରାଙ୍କୁ ପଛରେ ପକାଇ ଶୀର୍ଷ ସ୍ଥାନ ଅଧିକାର କରିଥିଲେ। ଜୁନିୟର କାଟେଗୋରିରେ ସେ ବିଜେତା ଚିଲିର ଟୋମାସ ଡି’ ଗାଭାର୍ଡୋ (୬୦ପଏଣ୍ଟ)ଙ୍କ ପଛକୁ ୪୬ ପଏଣ୍ଟ ସହ ଦ୍ୱିତୀୟ ସ୍ଥାନ ଅଧିକାର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

କିଡ୍‌ନୀ, ହାର୍ଟ ଦାନକରି ଅମର ହେଲେ ଶୁଭମ୍‌

ବଞ୍ଚୋ/ବଉଳା/ଛେନାପଦି,୨୦ା୨(ପ୍ରଦୋଷ କୁମାର ବିଶ୍ୱାଳ/ଦୁର୍ଗା ପ୍ରସାଦ ଆୟଚ/ ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଜମ୍ଭିରା ଗ୍ରାମର ଉପେନ୍ଦ୍ର ଆୟଚଙ୍କ ପୁତ୍ର ଶୁଭମ୍‌ ଆୟଚ(୧୨) ଦୁର୍ଘଟଣାରେ ମୃତ୍ୟୁ…

୨୧୮ ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା

ଦିଗପହଣ୍ଡି/ପାଟପୁର,୨୦ା୨(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସମଗ୍ର ଶିକ୍ଷା ଅଭିଯାନ ଓ ଜିଲା ଦୃଷ୍ଟି ବାଧିତ ନିୟନ୍ତ୍ରଣ କାର୍ଯ୍ୟାଳୟ ଆନୁକୂଲ୍ୟରେ ରାଜ୍ୟ ସରକାରଙ୍କ ସୁରେନ୍ଦ୍ର ସାଏ…

ଏଣିକି ନିଜ ଲଢ଼େଇ ନିଜର

ଦିଗପହଣ୍ଡି,୨୦ା୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜରେ ଛାତ୍ରୀ ଆତ୍ମ ସୁରକ୍ଷା ପ୍ରଶିକ୍ଷଣ ଶିବିର ଉଦଘାଟିତ ହୋଇଛି। ଅଧ୍ୟାପିକା ଅଞ୍ଜଳୀ ମଣ୍ଡଳଙ୍କ ସଂଯୋଜନାରେ ଅନୁଷ୍ଠିତ ଉଦଘାଟନୀ…

ମାଟି ଅତଡ଼ା ଖସି ଶ୍ରମିକଙ୍କ ମୃତ୍ୟୁ: ଜଳ ସିଞ୍ଚନ ପ୍ରକଳ୍ପ କାର୍ଯ୍ୟରେ ଅଘଟଣ

ଆନନ୍ଦପୁର,୨୦ା୨(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ବୁଢ଼ୀକୁଦ ଗଁା ନିକଟରେ ଚାଲିଥିବା ଜମିକୁ ଜଳ ସିଞ୍ଚନ ପ୍ରକଳ୍ପ କର୍ଯ୍ୟରେ ଶୁକ୍ରବାର ଅଘଟଣ ଘଟିଛି। ୧୫…

ସୁଭଦ୍ରା ଯୋଜନାକୁ ନେଇ ସରକାରଙ୍କ ବଡ଼ ଘୋଷଣା, ମହିଳାଙ୍କୁ ମିଳିବ…

ଭୁବନେଶ୍ୱର,୨୦।୨: ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ମାଝୀ ଚଳିତ ବର୍ଷ ପାଇଁ ୩ ଲକ୍ଷ ୧୦ ହଜାର କୋଟି ଟଙ୍କାର ବଜେଟ ଆଗତ କରିଛନ୍ତି । ଏହି…

ବାପା-ମାଆଙ୍କ ଅନୁମତି ବିନା ଆପଣ ବିବାହ କରିପାରିବେନି, ବିଧାନସଭାରେ ବଡ଼କଥା କହିଦେଲେ ସରକାର

ନୂଆଦିଲ୍ଲୀ,୨୦।୨: ଗୁଜୁରାଟ ବିଧାନସଭାରେ ବିବାହ ପଞ୍ଜିକରଣକୁ ନେଇ ଏକ ଐତିହାସିକ ପ୍ରସ୍ତାବ ଦିଆଯାଇଛି । ବାପା ମାଆଙ୍କ ଅନୁମତି ବିନା କେହି ବି ବିବାହ କରିପାରିବେ ନାହିଁ, ଅର୍ଥାତ୍ ବିବାହ…

ଫର୍ମଫିଲପରେ ତ୍ରୁଟି : ଓଡ଼ିଆ ବଦଳରେ ହିନ୍ଦୀ ଥିବାରୁ ଯୁକ୍ତ ୨ ପରୀକ୍ଷାରୁ ବଞ୍ଚିତ…

ନନ୍ଦପୁର,୨୦ା୨(ତୁଷାର କାନ୍ତ ମହାନ୍ତି): ଯୁକ୍ତଦୁଇ ପରୀକ୍ଷା ପାଇଁ ଫର୍ମଫିଲପ ବେଳେ ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ତ୍ରୁଟି ଯୋଗୁ କୋରାପୁଟ ଜିଲା ନନ୍ଦପୁର ବ୍ଲକ୍‌ ଅଧୀନ ପାଡୁଆ ରାଧାକୃଷ୍ଣ ଉଚ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri