Posted inରାଜ୍ୟ

ଓଏଏସ୍‌ସ୍ତରରେ ଅଦଳବଦଳ

ଭୁବନେଶ୍ୱର,୩ା୬(ବ୍ୟୁରୋ): ରାଜ୍ୟ ସରକାର ଓଏଏସ୍‌ ଅଫିସରସ୍ତରରେ ଛୋଟ ଧରଣର ଅଦଳବଦଳ କରିଛନ୍ତି। ଏନେଇ ମଙ୍ଗଳବାର ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ, ଶ୍ରମ ଓ ନିୟୋଜନ ବିଭାଗ ଅତିରିକ୍ତ ସଚିବ ସୁଧାକର ବୁର୍ଗୀଙ୍କୁ ଓଡ଼ିଶା ଖଣିଜ ସମ୍ପଦ ଅଞ୍ଚଳ ବିକାଶ ନିଗମ(ଓମ୍ବାଡକ)ଜେନେରାଲ ମ୍ୟାନେଜର ଭାବେ ବଦଳି କରାଯାଇଛି। ସେହିପରି ଓଡ଼ିଶା ଅକ୍ଷୟ ଶକ୍ତି ବିକାଶ ସଂସ୍ଥା(ଓରେଡା) ଡେପୁଟି ଡାଇରେକ୍ଟର ବିଷ୍ଣୁପ୍ରିୟା ସାହୁଙ୍କୁ ସୂଚନା ଓ ଲୋକ ସମ୍ପର୍କ ବିଭାଗ ଡେପୁଟି ସେକ୍ରେଟାରି, ବିଏମ୍‌ସି ଡେପୁଟି କମିଶନର ସସ୍ମିତା ସାହୁଙ୍କୁ କୃଷି ଓ କୃଷକ ସଶକ୍ତୀକରଣ ବିଭାଗ ଡେପୁଟି ସେକ୍ରେଟାରି, ଖୋର୍ଦ୍ଧା ଉପଜିଲାପାଳ ଶାନ୍ତନୁ କୁମାର ମହାନ୍ତିଙ୍କୁ ଉଚ୍ଚଶିକ୍ଷା ବିଭାଗର ଡେପୁଟି ସେକ୍ରେଟାରି ଭାବେ ବଦଳି ସହ ତାଙ୍କୁ ମୋ କଲେଜ ଓଏସ୍‌ଡି ଭାବେ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି। ସେହିପରି ଖୋର୍ଦ୍ଧା ତହସିଲଦାର ଶୁଭେନ୍ଦ୍ର କୁମାର ସାମଲଙ୍କୁ ପାରଳାଖେମୁଣ୍ଡି ଉପଜିଲାପାଳ ଭାବେ ନିଯୁକ୍ତି ଦିଆଯାଇଥିଲା। ତାଙ୍କୁ ଯୋଜନା ଓ ସଂଯୋଜନା ବିଭାଗରେ ଡେପୁଟି ସେକ୍ରେଟାରି ଭାବେ ନିଯୁକ୍ତି ଦିଆଯାଇଛି। ପାରଳାଖେମୁଣ୍ଡି ବଦଳି ଆଦେଶକୁ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ରଦ୍ଦ କରାଯାଇଛି। କ୍ରୀଡା ଓ ଯୁବସେବା ବ୍ୟାପାର ବିଭାଗର ଅଶୋକ କୁମାର ବେହୁରିଆଙ୍କୁ ଖୋର୍ଦ୍ଧା ଉପଜିଲାପାଳ, ଭୁବନେଶ୍ୱର ବିଡିଓ ତ୍ରିଲୋଚନ ମହାନ୍ତିଙ୍କୁ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ଡେପୁଟି ସେକ୍ରେଟାରି ଏବଂ ବଡସାହି ବିଡିଓ ଦିଲୀପ କୁମାର ମହାରଣାଙ୍କୁ ଗଞ୍ଜାମ ଡିଆରଡିଏ ଏପିଡି ଭାବେ ବଦଳି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ

​କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ…

ଜଗନ୍ନାଥ ଦର୍ଶନ ହେଲା ଶେଷ ଦର୍ଶନ

ପୁରୀ,୧୫।୮( ଅଜିତ୍ କୁମାର ମହାନ୍ତି ): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ ସମୟରେ ଜଣେ ବୃଦ୍ଧ ଶ୍ରଦ୍ଧାଳୁଙ୍କର ପ୍ରାଣହାନି ଘଟିଛି। ମୃତକ ଜଣକ ହେଉଛନ୍ତି ଯାଜପୁର ଜିଲା ବିଞ୍ଝାରପୁର…

ସମ୍ବଲପୁର ଯୁଯୁମୁରା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ମହିଳା ଓଏଏସ୍ ଟ୍ରେନିଙ୍କ ସମେତ ୨ ମୃତ, ୧୨ ଆହତ

ସମ୍ବଲପୁର,୧୫|୮(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୁମୁରା ଥାନା ଅନ୍ତର୍ଗତ କଂସର ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଜାତୀୟ ରାଜପଥ-୫୫ରେ ସମ୍ବଲପୁର ପଟକୁ ଯାଉଥିବା ଓଡ଼ିଶା…

ମାଛ ଧରୁଥିବା ବେଳେ ଗୋଡ଼ ଖସିଯିବାରୁ ପ୍ରଖର ସ୍ରୋତରେ ଭାସିଯାଇଥିଲେ, ଚାଲିଗଲା ଯୁବ ଅଧ୍ୟାପକଙ୍କ ଜୀବନ

ବୈଶିଙ୍ଗା,୧୫|୮(ରତନ ଦାଶ): ମୟୂରଭଞ୍ଜ ଓ ବାଲେଶ୍ଵର ଜିଲା ସୀମାନ୍ତ ବୁଢ଼ାବଳଙ୍ଗ ନଦୀର ଏକ ନାଳରେ ଶନିବାର ଦିନ ୧୦ଟା ସମୟରେ ମାଛ ଧରୁଥିବା ବେଳେ ପାଣିର ପ୍ରଖର…

ସ୍ବାଧିନତା ଦିବସରେ ପୁରୁଷୋତ୍ତମପୁର NAC ଆଗରେ କାଉନସିଲର-ଜନସାଧାରଣଙ୍କ ଧାରଣା, ଆତ୍ମାହୁତି ଚେତାବନୀ

ପୁରୁଷୋତ୍ତମପୁର,୧୫।୮(ସବିତା ମିଶ୍ର): ସାରାଦେଶ ସ୍ବାଧିନତା ଦିବସକୁ ମହାଆଡ଼ମ୍ବରରେ ପାଳନ କରୁଥିବାବେଳେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସିର ଜନସାଧାରଣ ମୌଳିକ ସୁବିଧାରୁ ବଞ୍ଚିତ ହୋଇ ପରାଧୀନ ଅବସ୍ଥାରେ ରହିଥିବା…

୪୯ ନମ୍ବର ଜାତୀୟ ରାଜପଥରେ ଭୂସ୍ଖଳନ, ଯାତାୟାତ ବାଧାପ୍ରାପ୍ତ

କେନ୍ଦୁଝର,୧୫।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ୪୯ ନମ୍ବର ଜାତୀୟ ରାଜପଥ କାଞ୍ଜିପାଣି ଥାନା ଅନ୍ତର୍ଗତ କାଞ୍ଜିପାଣି ଘାଟି ଓ…

ବ୍ରିଜ୍‌ ଉପରେ ସେଲ୍‌ଫି ନେଉନେଉ ନଦୀକୁ ଖସିପଡ଼ିଲେ ଯୁବତୀ, ଆଉ ତା’ ପରେ…

ବଲାଙ୍ଗୀର/ସଇଁନ୍ତଳା,୧୫ା୮(ସୁନିଲ କୁମାର ମହାନ୍ତି/ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁନ୍ତଳା ଥାନା ଅନ୍ତର୍ଗତ ବେଲଗାଁ ବ୍ରିଜ ଉପରେ ଜଣେ ଯୁବତୀ ସେଲ୍‌ଫି ନେଉଥିଲେ। ଏହି ସମୟରେ ହଠାତ୍‌…

ସୁଭଦ୍ରା ସହ ମଧୁବାବୁ ପେନସନ୍ ଯୋଜନାରେ ମିଳିବ ଅଧିକ ଲାଭ, ସ୍ୱାଧୀନତା ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା…

ଭୁବନେଶ୍ୱର,୧୫।୮: ୮୦ତମ ସ୍ୱାଧୀନତା ଦିବସରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୫ଟି ବଡ଼ ଘୋଷଣା କରିଛନ୍ତି। ଏହି ଘୋଷଣା ମଧ୍ୟରେ ସାମିଲ ଅଛି ସୁଭଦ୍ରା ଯୋଜନାଠୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri