ଓଏଏସ୍‌ ପରୀକ୍ଷାରେ ତପସ୍ବିନୀଙ୍କ କୃତିତ୍ୱ: ଦୃଢ଼ ଇଚ୍ଛାଶକ୍ତି ସଫଳତା ଦେଇଛି

ବାଲିଆ, ୧୦।୧: ମାତ୍ର ୭ବର୍ଷ ବୟସରେ ଦୃଷ୍ଟିଶକ୍ତି ହରାଇବା ପରେ ବି ନିଜ ସ୍ବପ୍ନ ପୂରଣ କରିବାକୁ ଅନବରତ ଚେଷ୍ଟା ଚଳାଇଥିଲେ ବିରିଡ଼ି ବ୍ଲକ ୨୨ ମୌଜା ଚାଷୀଖଣ୍ଡ ଗ୍ରାମର ଅରୁଣ କୁମାର ଦାସ ଓ କୃଷ୍ଣପ୍ରିୟା ମହାନ୍ତିଙ୍କ ଏକମାତ୍ର ଝିଅ ତପସ୍ବିନୀ। ଭୁବନେଶ୍ୱରସ୍ଥିତ ଭୀମଭୋଇ ଅନ୍ଧ ବିଦ୍ୟାଳୟରେ ଅଧ୍ୟୟନ କରି ମାଟ୍ରିକ୍‌ ପରୀକ୍ଷାରେ ପ୍ରଥମ ଶ୍ରେଣୀରେ ଉତ୍ତୀର୍ଣ୍ଣ ହେବା ପରେ ପ୍ରଶାସନିକ ସେବାରେ ଭର୍ତ୍ତି ହେବାର ଯେଉଁ ଇଚ୍ଛା ଥିଲା, ତାହା ଅଧିକ ଦୃଢ଼ ହୋଇଯାଇଥିଲା। ତେବେ ଓଡ଼ିଶା ଲୋକସେବା ଆୟୋଗ ଦ୍ୱାରା ପରିଚାଳିତ ଓଏଏସ୍‌ (ଓଡ଼ିଶା ପ୍ରଶାସିନକ ସେବା)-୨୦୧୮ ପରୀକ୍ଷା ଦେଇ ସେ କୃତିତ୍ୱର ସହ ଉତ୍ତୀର୍ଣ୍ଣ ହୋଇଛନ୍ତି, ଯାହା ତାଙ୍କ ମା’ବାପା, ଗ୍ରାମବାସୀ ଓ ଜିଲାବାସୀଙ୍କୁ ଗର୍ବିତ କରିଛି।

୧. ଏବେ ସଫଳତାର ଶୀର୍ଷରେ ପହଞ୍ଚତ୍ଛନ୍ତି। କେଉଁଠୁ ପ୍ରେରଣା ପାଇଥିଲେ?
ଉତ୍ତର- ସବୁଠୁ ଗୁରୁତ୍ୱପୂର୍ଣ୍ଣ ହେଲା କଠିନ ପରିଶ୍ରମ। ଯେମିତି ପରିଶ୍ରମ କରିବେ ସେହିଭଳି ଫଳ ନିଶ୍ଚୟ ମିଳିବ। ମୋ ଶିକ୍ଷୟିତ୍ରୀଶିକ୍ଷକଙ୍କଠାରୁ ବହୁତ ପ୍ରେରଣା ପାଇଛି। ବିଶେଷକରି ମା’ବାପା ଓ ଭଗବାନ୍‌ଙ୍କ ଆଶୀର୍ବାଦ ଯୋଗୁ ଏହି ସଫଳତା ମିଳିଛି।
୨. ଏହି ସଫଳତା ପାଇଁ କିପରି ପ୍ରସ୍ତୁତି କରିଥିଲେ?
ଉତ୍ତର-ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନ ସମ୍ମାନରେ ଯୁକ୍ତ ୩ ପଢ଼ା ସରିବା ପରେ ପ୍ରତିଯୋଗିତାମୂଳକ ପରୀକ୍ଷା ପ୍ରସ୍ତୁତି ଆରମ୍ଭ କରିଥିଲି। ଏଥିପାଇଁ ଆଦୌ କୋଚିଂ ଯାଇ ନ ଥିବା ବେଳେ ପ୍ରିଲିମସ୍‌ ଓ ମେନ୍‌ ପରୀକ୍ଷା ପାଇଁ ଅନ୍‌ଲାଇନ ଯୋଗେ ପ୍ରସ୍ତୁତି କରିଥିଲି।
୩. ଦୃଷ୍ଟିଶକ୍ତି ହରାଇବା ପରେ ଭାଙ୍ଗି ପଡ଼ି ନ ଥିଲେ?
ଉତ୍ତର- ନା। ଦୃଷ୍ଟିଶକ୍ତି ହରାଇବା ପରେ ଲକ୍ଷ୍ୟ ପୂରଣ ପାଇଁ ଆହୁରି ଅଧିକ ପରିଶ୍ରମ କରିବା ଆରମ୍ଭ କରିଦେଇଥିଲି। ଜୀବନରେ କିଛି କରି ଦେଖାଇବାର ଇଚ୍ଛା ସବୁବେଳେ ମୋତେ ଆଗକୁ ବଢ଼ିବାର ସାହସ ଦେଇଥିଲା।
୪. ପ୍ରଶାସନିକ ସେବା ପ୍ରତି କେମିତି ମନ ବଳାଇଲେ?
ଉତ୍ତର- ଅସହାୟ ଲୋକଙ୍କୁ ସାହାଯ୍ୟ କରିବା ଓ ସେମାନଙ୍କୁ ସମାଜର ମୁଖ୍ୟସ୍ରୋତରେ ସାମିଲ କରିବାକୁ ସବୁବେଳେ ଇଚ୍ଛା ଥିଲା। ତେଣୁ ପ୍ରଶାସିନକ ସେବାରେ ଯୋଗଦେବି ବୋଲି ସ୍ଥିର କରି ପ୍ରସ୍ତୁତି ଆରମ୍ଭ କରିଥିଲି।
୫. ଆଗକୁ କ’ଣ କରିବାକୁ ଇଚ୍ଛା ଅଛି?
ଉତ୍ତର-ଏବେ ମୋତେ ଯାହା ଦାୟିତ୍ୱ ମିଳିବ, ତାକୁ ସୁଚାରୁ ରୂପେ ତୁଲାଇବାକୁ ନିଶ୍ଚୟ ଚେଷ୍ଟା କରିବି। ସର୍ବ ଭାରତୀୟ ପ୍ରଶାସନିକ ସେବା ପରୀକ୍ଷା ପାଇଁ ପ୍ରସ୍ତୁତ ହେଉଥିବାରୁ ଏବେ ମଧ୍ୟ ପାଠପଢ଼ା ଜାରି ରହିବ।

ରିପୋର୍ଟ-ରଞ୍ଜିତ ଖଣ୍ଡୁଆଳ


Enter your email to get our daily news in your inbox.

All Right Reserved By Dharitri.Com

ଅଙ୍ଗନଓ୍ବାଡ଼ି ପାଚିକାଙ୍କୁ ରୋଷେଇ କରିବାକୁ ବିରୋଧ, ଅଭିଯୋଗ ଆଣି କହିଲେ ମୋ’ ହାତରୁ…

ଝାରବନ୍ଧ,୨ା୭(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ଥାନା ଅନର୍ଗତ ଦଓ୍ବୋନପାଲି ଗ୍ରାମରେ ଜାତିବାଦକୁ ନେଇ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଅଭିଯୋଗ ଅନୁଯାୟୀ, ଦଓ୍ବୋନପାଲି ଗ୍ରାମରେ…

ଶରଦ ପାୱାରଙ୍କ NCP-SPର କଂଗ୍ରେସ ସହିତ ମିଶ୍ରଣକୁ ନେଇ ଆସିଲା ବଡ଼ ଅପଡେଟ, ଦଳୀୟ ନେତା କହିଲେ…

ନୂଆଦିଲ୍ଲୀ,୨।୭: ମହାରଷ୍ଟ୍ର କଂଗ୍ରେସ ନେତା ନାନା ପାଟୋଲେ କହିଛନ୍ତି ଯେ ଶରଦ ପାୱାରଙ୍କ ଦଳର କଂଗ୍ରେସ ସହିତ ମିଶ୍ରଣ ସମ୍ପର୍କରେ କୌଣସି ଆଲୋଚନା ହେଉନାହିଁ। ସେ ଏହି…

ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସହିତ ଜଡିତ ସମସ୍ତ ଟ୍ରେଡ ଡିଲ୍‌ କେବଳ ଗୁଜବ; ମୁମ୍ବାଇ ଇଣ୍ଡିଆନ୍ସରୁ ଆସୁଥିବା ଖବର ଆପଣଙ୍କ ହୋସ୍‌ ଉଡାଇ ଦେବ

ନୂଆଦିଲ୍ଲୀ,୨।୭: ୨୦୨୪ ପରି, ହାର୍ଦ୍ଦିକ ପାଣ୍ଡ୍ୟା ପୁଣି ଥରେ ଆଲୋଚନାର ବିଷୟ ପାଲଟିଛନ୍ତି। ତିନି ବର୍ଷ ପୂର୍ବେ ମୁମ୍ବାଇ ଇଣ୍ଡିଆନ୍ସ ଏକ ଟ୍ରେଡ ଡିଲ୍‌ ମାଧ୍ୟମରେ ହାର୍ଦ୍ଦିକଙ୍କୁ…

ପ୍ରଦୂଷିତ ହେଉଛି ସହର, ସବୁଠି ଗଛ ଲଗାଇବାକୁ ଆହ୍ବାନ ଦେଲେ…

ଭଞ୍ଜନଗର,୨ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡସ୍ତରୀୟ ବନ ମହୋତ୍ସବ ସପ୍ତାହ ଗାଲେରୀ ରେଞ୍ଜ ସାମରଡ଼ା ବନ ସୁରକ୍ଷା ସମିତି ଅଞ୍ଚଳରେ ପାଳିତ ହୋଇଯାଇଛି।…

Video: ଶାହରୁଖ ଖାନଙ୍କ କ୍ରିକେଟ ଷ୍ଟାଡିୟମ! ଅଲିମ୍ପିକ୍ସ ସମୟରେ ଏହି ସ୍ଥାନରେ ଖେଳାଯିବ ମ୍ୟାଚ, ପୂଜାରୀଙ୍କୁ ଡାକି ହେଲା ପୂଜା

ନୂଆଦିଲ୍ଲୀ,୨।୭: ୧୨୮ ବର୍ଷର ଲମ୍ବା ଅପେକ୍ଷା ପରେ ୨୦୨୮ ଲସ ଆଞ୍ଜେଲସ ଅଲିମ୍ପିକ୍ସରେ କ୍ରିକେଟ ପୁନରାଗମନ କରୁଛି, ଏବଂ ପ୍ରଶଂସକମାନେ ଏହାକୁ ନେଇ ଅତ୍ୟନ୍ତ ଉତ୍ସାହିତ। ଚଳିତ…

ଆତ୍ମସମର୍ପଣ କରିବ କି ୟୁକ୍ରେନ? ରୁଷିଆ ଆକ୍ରମଣରେ ଦୋହଲିଗଲା କ୍ୱିଭ, ଆୟରଲ୍ୟାଣ୍ଡ ଯାତ୍ରାକୁ ଅଧାରେ ଛାଡି ଫେରିଲେ ଜେଲେନସ୍କି

କ୍ୱିଭ,୨।୭: ତୈଳ ବିଶୋଧନାଗାର ଏବଂ ଡିପୋ ଉପରେ ଡ୍ରୋନ ଆକ୍ରମଣ ଯୋଗୁ କ୍ରୋଧିତ ହୋଇ, ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ୟୁକ୍ରେନ ରାଜଧାନୀ କ୍ୱିଭ ଉପରେ ବଡ଼…

ହାଇଓ୍ବା ଧକ୍କାରେ ସ୍କୁଟିଚାଳକ ମୃତ: ୪ ଲକ୍ଷ ଟଙ୍କାର ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ପୁରୁଷୋତ୍ତମପୁର,୨ା୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟରାସ୍ତାର ଭାଟକୁମରଡ଼ା କଲେଜ ନିକଟରେ ଏକ ହାଇଓ୍ବା ଟ୍ରକ୍‌କୁ ଦ୍ରୁତଗତିରେ ଆସି ଜଣେ ବାଇକ୍‌କୁ ଧକ୍କା…

ଆମେରିକା-ଇରାନ ଯୁଦ୍ଧ ଯୋଗୁ ବନ୍ଦ ଥିବା ଏୟାର ଇଣ୍ଡିଆ ଏକ୍ସପ୍ରେସ ପଶ୍ଚିମ ଏସିଆ ସେବା ପୁନର୍ବାର ଆରମ୍ଭ କରିଛି

ନୂଆଦିଲ୍ଲୀ,୨।୭: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧ ଯୋଗୁ ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି ପାଇଥିଲା; କିନ୍ତୁ, ଉତ୍ତେଜନା ହ୍ରାସ ପରେ, ଏୟାର ଇଣ୍ଡିଆ ଏକ୍ସପ୍ରେସ ଏକ ଗୁରୁତ୍ୱପୂର୍ଣ୍ଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri