ଓଏଏସ୍‌ ସ୍ତରରେ ବଡ଼ଧରଣର ଅଦଳବଦଳ: ୫୮ ତହସିଲଦାରଙ୍କୁ ବିଡିଓ ନିଯୁକ୍ତି

ଭୁବନେଶ୍ୱର,୧୨ା୧୧(ବ୍ୟୁରୋ): ରାଜ୍ୟ ସରକାର ଓଏଏସ ସ୍ତରରେ ବଡ଼ ଧରଣର ଅଦଳ ବଦଳ କରିଛନ୍ତି। ୫୮ ଜଣ ତହସିଲଦାରଙ୍କୁ ବିଡିଓ ଭାବେ ନିଯୁକ୍ତି ଦିଆଯିବା ସହିତ ସେମାନଙ୍କୁ ତହସିଲଦାର ଭାବେ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି। ଏ ନେଇ ସୋମବାର ପଞ୍ଚାୟତିରାଜ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ଆଳି ତହସିଲଦାର ଜୟନ୍ତ କୁମାର ପୃଷ୍ଟି,ବାହନଗା ତହସିଲଦାର ଦେବଯାନୀ ଭୂୟାଁ, ବିଷମ କଟକ ତହସିଲଦାର ଆଲବର୍ଟ ଲାକ୍ରାଙ୍କୁ ବିଡିଓ ଭାବେ ନିଯୁକ୍ତି ଦିଆଯାଇଛି। ଏଥିସହିତ ସେମାନଙ୍କୁ ସେହି ତହସିଲର ତହସିଲଦାର ଭାବେ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି। ସେହିପରି ଗୁମା ତହସିଲଦାର ନଟବର ଗରଡା,କାଲିମେଳା ତହସିଲଦାର ଉମା ଶଙ୍କର ଦଳେଇ, କୁଚିଣ୍ଡା ତହସିଲଦାର ନିଶି ପୋନମ ମିଞ୍ଜ, କୋମନା ତହସିଲଦାର ଶ୍ୟାମଲ କୁମାର ରାୟ, କୁନ୍ଦ୍ରା ତହସିଲଦାର ଶ୍ୱେତା ସ୍ନିଗ୍ଧା, ରାଜକନିକା ତହସିଲଦାର ଡି.ଏସ. ସୁଭଦର୍ଶିନୀ ଯୋଶୀ ପ୍ରମୁଖଙ୍କୁ ବିଡିଓ ଭାବେ ନିଯୁକ୍ତି ଦିଆଯାଇଛି। ଏଥିସହିତ ସେହି ତହସିଲର ତହସିଲଦାର ଭାବେ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୋକାନର ତାଲା ଭାଙ୍ଗି ଟଙ୍କା, ସାମଗ୍ରୀ ଲୁଟିନେଲେ ଦୁର୍ବୃତ୍ତ: ପୋଲିସ ପାଇଁ ବଡ଼ ଚ୍ୟାଲେଞ୍ଜ୍‌

ଛତ୍ରପୁର,୧।୬(ଦିଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁରସ୍ଥିତ ଲୋୟର ବସ ଷ୍ଟାଣ୍ଡଠାରେ ସୋମବାର ଭୋରରୁ ଏକ ଦୋକାନରୁ କିଛି ଦୁର୍ବୃତ୍ତ ଚୋରି କରିବା ଖବର…

ବସ୍‌ଷ୍ଟାଣ୍ଡରେ ବିକୁଥିଲେ ମଦ: ଚଢ଼ାଉ କରି ଧରିଲା ପୋଲିସ

ବଞ୍ଚୋ,୧।୬(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ସରକାରୀ ବସ୍‌ଷ୍ଟାଣ୍ଡ ନିକଟରେ ଦୀର୍ଘଦିନ ଧରି ବେଆଇନ ଭାବେ ମଦ ବିକ୍ରି ହେଉଥିବା ଅଭିଯୋଗ ହୋଇଥିଲା। ଅଭିଯୋଗକୁ ଭିତ୍ତି…

ସ୍ୱୟଂ ସହାୟକ ଗୋଷ୍ଠୀର ବ୍ୟାଙ୍କ ଖାତା ଖୋଲିବା ପାଇଁ ଯାଇଥିଲେ: ମୁକୁଳା ବିଏସଏନଏଲ୍ ତାର ନେଲା ଜୀବନ

ମୋହନା,୧।୬ (ମନ୍ମଥ ମିଶ୍ର): ମୁକୁଳା ଭାବେ ପଡ଼ିଥିବା ବିଏସଏନଏଲ୍ ତାର ନେଲା ଜଣେ ମହିଳାଙ୍କ ଜୀବନ। ଏଭଳି   ଅଭାବନୀୟ ଘଟଣା ଘଟିଛି ଗଜପତି ଜିଲା ଆର.ଉଦୟଗିରି ଥାନା…

ଜୋର ଧରିଲା ‘ମାଳି ସୁରକ୍ଷା ଆନ୍ଦୋଳନ’: ଖଣି ଖନନ ବିରୋଧରେ ଏକଜୁଟ ହେଲେ ଆଦିବାସୀ, କହିଲେ ଆମକୁ ଭତ୍ତା ନୁହଁ…

ଥୁଆମୂଳ ରାମପୁର, ୧।୬ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଅଞ୍ଚଳରେ ‘ମାଆ, ମାଟି ଓ ମାଳି’ର ସୁରକ୍ଷା ପାଇଁ ଚାଲିଥିବା ଗଣ-ଆନ୍ଦୋଳନ ଏବେ ତୀବ୍ର…

ଟେଲିଫୋନ ଏକ୍ସଚେଞ୍ଜରୁ ବ୍ୟାଟେରୀ ଚୋରି: ବିଜୁଳି ଚାଲିଗଲେ ଉପଭୋକ୍ତା ସେବାରୁ ବଞ୍ଚିତ

ଭଞ୍ଜନଗର, ୧।୬(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୁଲାଡ ଟେଲିଫୋନ ଏକ୍ସଚେଞ୍ଜରୁ ଗତ ଶୁକ୍ରବାର ମୂଲ୍ୟବାନ ସବୁ ବ୍ୟାଟେରୀ ଚୋରି ହୋଇଯାଇଛି । ଏହାପୂର୍ବରୁ…

ପାଣି ପାଇଁ ବ୍ଲକ ସମ୍ମୁଖରେ ଅନଶନ କଲେ ସମିତି ସଭ୍ୟ, ବାଲଟି ଧରି ମହିଳାମାନେ

ବଲାଙ୍ଗୀର,୧।୬(ସୁନିଲ କୁମାର ମହାନ୍ତି): ପାଣି ପାଇଁ ସମିତି ସଭ୍ୟ ବ୍ଲକ ସମ୍ମୁଖରେ ଅନଶନ କରିଥିବା ବେଳେ ମହିଳାମାନେ ରାସ୍ତା ଅବରୋଧ କରିଛନ୍ତି । ଏଭଳି ଦୃଶ୍ୟ ଦେଖିବାକୁ…

Featured Video Play Icon

ପୋଲିସ ଟିମ୍‌ ନେଇ ଶାଶୂ ଘରେ ପହଞ୍ଚିଲେ ତ୍ରିଷ୍ଣା, ତା’ପରେ…

ଭୁବନେଶ୍ୱର, ୧।୬: ୟ୍ୟୁଟବର ତ୍ରିଷ୍ଣା ପୋଲିସ ଉପସ୍ଥିତରେ ଶାଶୂ ଘରେ ପହଞ୍ଚି ସମସ୍ତ ଯୌତୁକ ଜିନିଷ…

RCB ଜିତିବା ପରେ ରୋମାଣ୍ଟିକ ହେଲେ ଅନୁଷ୍କା: ଶେୟାର କଲେ ଏମିତି ଫଟୋ

ନୂଆଦିଲ୍ଲୀ,୧।୬: ଲଗାତାର ଦ୍ୱିତୀୟ ବର୍ଷ ପାଇଁ ଇଣ୍ଡିଆନ ପ୍ରିମିୟର ଲିଗର ଫାଇନାଲ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିଜୟୀ ହୋଇଛି। ବିରାଟ କୋହଲିଙ୍କ ସ୍ତ୍ରୀ ତଥା ଅଭିନେତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri